< ବିଚାରକର୍ତ୍ତା 4 >

1 ଏଥିଉତ୍ତାରେ ଏହୂଦଙ୍କର ମୃତ୍ୟୁୁ ପରେ, ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ।
Et les fils d’Israël firent de nouveau ce qui est mauvais aux yeux de l’Éternel; or Éhud était mort.
2 ତହିଁରେ ସଦାପ୍ରଭୁ ହାସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍-ନିବାସୀ ସୀଷରା ତାହାର ସେନାପତି ଥିଲା।
Et l’Éternel les vendit en la main de Jabin, roi de Canaan, qui régnait à Hatsor; et le chef de son armée était Sisera, et celui-ci habitait à Harosheth des nations.
3 ଏଥିରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ପ୍ରତି ଶୋଷଣ ଓ କଠୋର ଅତ୍ୟାଚାର କଲା।
Et les fils d’Israël crièrent à l’Éternel; car [Jabin] avait 900 chars de fer, et il opprima fortement les fils d’Israël pendant 20 ans.
4 ସେସମୟରେ ଲପ୍ପିଦୋତର ଭାର୍ଯ୍ୟା ଦବୋରା ଭବିଷ୍ୟଦ୍‍ବକ୍ତ୍ରୀ ଇସ୍ରାଏଲର ବିଚାର କଲେ।
Et Debora, une prophétesse, femme de Lappidoth, jugeait Israël en ce temps-là.
5 ସେ ଇଫ୍ରୟିମର ପର୍ବତମୟ ଦେଶସ୍ଥିତ ରାମା ଓ ବେଥେଲ୍‍ ମଧ୍ୟରେ ଥିବା ଦବୋରା ନାମକ ଖର୍ଜ୍ଜୁର ବୃକ୍ଷ ମୂଳେ ବାସ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ବିଚାରାର୍ଥେ ତାହା ନିକଟକୁ ଗଲେ।
Et elle habitait sous le palmier de Debora, entre Rama et Béthel, dans la montagne d’Éphraïm; et les fils d’Israël montaient vers elle pour être jugés.
6 ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍‍କୁ ଡକାଇ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ?
Et elle envoya, et appela Barak, fils d’Abinoam, de Kédesh de Nephthali, et lui dit: L’Éternel, le Dieu d’Israël, ne l’a-t-il pas commandé? Va, et rends-toi sur le mont Thabor, et prends avec toi 10 000 hommes des fils de Nephthali et des fils de Zabulon;
7 ତହିଁରେ ଆମ୍ଭେ ଯାବୀନ୍‍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍‍ ନଦୀ ନିକଟକୁ ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
et j’attirerai vers toi, vers le torrent de Kison, Sisera, chef de l’armée de Jabin, et ses chars, et sa multitude, et je le livrerai en ta main.
8 ତହୁଁ ବାରକ୍‍ ଦବୋରାଙ୍କୁ କହିଲା, “ତୁମ୍ଭେ ଯେବେ ମୋʼ ସଙ୍ଗେ ଯିବ, ତେବେ ମୁଁ ଯିବି; ମାତ୍ର ତୁମ୍ଭେ ମୋʼ ସଙ୍ଗେ ନ ଗଲେ, ମୁଁ ଯିବି ନାହିଁ।”
Et Barak lui dit: Si tu vas avec moi, j’irai; mais si tu ne vas pas avec moi, je n’irai pas.
9 ତେବେ ସେ କହିଲେ, “ମୁଁ ନିଶ୍ଚୟ ତୁମ୍ଭ ସଙ୍ଗେ ଯିବି; ତଥାପି ଏହି ଯାତ୍ରାରେ ତୁମ୍ଭର ଯଶ ହେବ ନାହିଁ; କାରଣ ସଦାପ୍ରଭୁ ସୀଷରାକୁ ଏକ ସ୍ତ୍ରୀ ହସ୍ତରେ ବିକ୍ରୟ କରିବେ।” ଏଉତ୍ତାରେ ଦବୋରା ଉଠି ବାରକ୍‍ ସଙ୍ଗରେ କେଦଶକୁ ଗଲେ।
Et elle dit: J’irai bien avec toi; seulement ce ne sera pas à ton honneur dans le chemin où tu vas, car l’Éternel vendra Sisera en la main d’une femme. Et Debora se leva, et s’en alla avec Barak à Kédesh.
10 ପୁଣି ବାରକ୍‍, ସବୂଲୂନ ଓ ନପ୍ତାଲିକି ଏକତ୍ର କେଦଶକୁ ଡକାଇଲା; ଏରୂପେ ସେ ଦଶ ହଜାର ପଦାତିକ ସୈନ୍ୟ ଆପଣା ସଙ୍ଗରେ ଘେନି ଯାତ୍ରା କଲା ଓ ଦବୋରା ତାହା ସଙ୍ଗେ ଗଲେ।
Et Barak rassembla Zabulon et Nephthali à Kédesh; et 10 000 hommes montèrent à sa suite, et Debora monta avec lui.
11 ସେସମୟରେ କେନୀୟ ହେବର କେନୀୟମାନଙ୍କଠାରୁ, ଅର୍ଥାତ୍‍, ମୋଶାଙ୍କ ପତ୍ନୀ-ଭ୍ରାତା ହୋବବ୍‍ର ସନ୍ତାନମାନଙ୍କଠାରୁ ପୃଥକ ହୋଇ କେଦଶ ନିକଟବର୍ତ୍ତୀ ସାନନ୍ନୀମରେ ଥିବା ଅଲୋନ ବୃକ୍ଷ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିଥିଲା।
(Or Héber, le Kénien, s’était séparé des Kéniens, fils de Hobab, beau-père de Moïse, et avait dressé sa tente jusqu’au chêne de Tsaannaïm, qui est près de Kédesh.)
12 ଲୋକମାନେ ସୀଷରାକୁ କହିଲେ ଯେ, ବାରକ୍‍ (ଅବୀନୋୟମର ପୁତ୍ର) ତାବୋର ପର୍ବତ ଉପରକୁ ଯାଇଅଛି।
Et on rapporta à Sisera que Barak, fils d’Abinoam, était monté sur le mont Thabor.
13 ତହିଁରେ ସୀଷରା ଆପଣାର ନଅ ଶହ ଲୌହରଥଯାକ ଓ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍ଠାରୁ କୀଶୋନ୍‍ ନଦୀ ପର୍ଯ୍ୟନ୍ତ ଆପଣା ସଙ୍ଗୀ ସମସ୍ତ ଲୋକଙ୍କୁ ଏକତ୍ର କଲା।
Et Sisera rassembla tous ses chars, 900 chars de fer, et tout le peuple qui était avec lui, depuis Harosheth des nations, au torrent de Kison.
14 ସେତେବେଳେ ଦବୋରା ବାରକ୍‍କୁ କହିଲେ, “ଉଠ, କାରଣ ଆଜି ସଦାପ୍ରଭୁ ସୀଷରାକୁ ତୁମ୍ଭ ହସ୍ତରେ ସମର୍ପଣ କରିବାର ଦିନ; ସଦାପ୍ରଭୁ କି ତୁମ୍ଭର ଅଗ୍ରଗାମୀ ହୋଇଯାଇ ନାହାନ୍ତି?” ତହିଁରେ ବାରକ୍‍ ଓ ତାହା ପଛେ ଦଶ ହଜାର ଲୋକ ତାବୋର ପର୍ବତରୁ ଓହ୍ଲାଇ ଗଲେ।
Et Debora dit à Barak: Lève-toi, car c’est ici le jour où l’Éternel livrera Sisera en ta main. L’Éternel n’est-il pas sorti devant toi? Et Barak descendit du mont Thabor, et 10 000 hommes après lui.
15 ତହୁଁ ସଦାପ୍ରଭୁ ବାରକ୍‍ ସମ୍ମୁଖରେ ସୀଷରାକୁ ଓ ତାହାର ସମସ୍ତ ରଥ ଓ ତାହାର ସୈନ୍ୟସମୂହକୁ ଖଡ୍ଗଧାରରେ ଅସ୍ତବ୍ୟସ୍ତ କଲେ; ଏଥିରେ ସୀଷରା ରଥରୁ ଓହ୍ଲାଇ ପାଦଗତିରେ ପଳାଇଲା।
Et l’Éternel mit en déroute Sisera, et tous ses chars, et toute l’armée, par le tranchant de l’épée, devant Barak; et Sisera descendit de son char, et s’enfuit à pied.
16 ମାତ୍ର ବାରକ୍‍ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍ ପର୍ଯ୍ୟନ୍ତ ସମସ୍ତ ରଥ ଓ ସୈନ୍ୟ ପଛେ ପଛେ ଗୋଡ଼ାଇଲା; ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଡ୍ଗଧାରରେ ପତିତ ହେଲେ; ଜଣେ ହେଁ ଅବଶିଷ୍ଟ ରହିଲା ନାହିଁ।
Et Barak poursuivit les chars et l’armée jusqu’à Harosheth des nations; et toute l’armée de Sisera tomba sous le tranchant de l’épée: il n’en resta pas un seul.
17 ତଥାପି ସୀଷରା ପାଦଗତିରେ ପଳାଇ ସେହି କେନୀୟ ହେବରର ଭାର୍ଯ୍ୟା ଯାୟେଲର ତମ୍ବୁ ଆଡ଼କୁ ଗଲା; କାରଣ ସେସମୟରେ ହାସୋରର ରାଜା ଯାବୀନ୍‍ ଓ କେନୀୟ ହେବର-ବଂଶ ମଧ୍ୟରେ ଶାନ୍ତିଚୁକ୍ତି ଥିଲା।
Et Sisera s’enfuit à pied vers la tente de Jaël, femme de Héber, le Kénien; car il y avait paix entre Jabin, roi de Hatsor, et la maison de Héber, le Kénien.
18 ଏଥିରେ ଯାୟେଲ ସୀଷରାକୁ ଭେଟିବାକୁ ବାହାରେ ଯାଇ ତାହାକୁ କହିଲା, “ହେ ମୋହର ପ୍ରଭୋ, ଭିତରକୁ ଆସନ୍ତୁ, ମୋହର ନିକଟକୁ ଆସନ୍ତୁ, ଭୟ ନ କରନ୍ତୁ;” ତହିଁରେ ସେ ତାହା ଆଡ଼କୁ ଫେରି ତମ୍ବୁ ଭିତରକୁ ଯାଆନ୍ତେ, ସେ ଏକ କମ୍ବଳରେ ତାହାକୁ ଘୋଡ଼ାଇ ରଖିଲା;
Et Jaël sortit à la rencontre de Sisera, et lui dit: Retire-toi, mon seigneur, retire-toi chez moi, ne crains point. Et il se retira chez elle dans la tente, et elle le couvrit d’une couverture.
19 ସେତେବେଳେ ସୀଷରା ତାହାକୁ କହିଲା, “ମୋତେ ଟିକିଏ ଜଳ ପିଆଅନା;” ମୁଁ ତୃଷିତ ଅଟେ। ତହିଁରେ ସେ ଦୁଗ୍ଧକୁମ୍ପା ଫିଟାଇ ପାନ କରିବାକୁ ଦେଇ ତାକୁ ଘୋଡ଼ାଇ ରଖିଲା।
Et il lui dit: Je te prie, donne-moi un peu d’eau à boire, car j’ai soif. Et elle ouvrit l’outre du lait et lui donna à boire, et le couvrit.
20 ଏଉତ୍ତାରେ ସୀଷରା ତାହାକୁ କହିଲା, “ତୁମ୍ଭେ ତମ୍ବୁ ଦ୍ୱାରରେ ଛିଡ଼ା ହୋଇଥାଅ, ଯେବେ କେହି ଆସି ତୁମ୍ଭକୁ ପଚାରି କହେ, ‘ଏଠାରେ କୌଣସି ମନୁଷ୍ୟ ଅଛି କି?’ ତେବେ ତୁମ୍ଭେ କହିବ, ‘କେହି ନାହିଁ।’”
Et il lui dit: Tiens-toi à l’entrée de la tente, et s’il arrive qu’on vienne et qu’on t’interroge et dise: Y a-t-il quelqu’un ici? tu diras: Non.
21 ଏଥିଉତ୍ତାରେ ହେବରର ଭାର୍ଯ୍ୟା ଯାୟେଲ ତମ୍ବୁର ଗୋଟିଏ ମେଖ ଓ ହାତୁଡ଼ି ହାତରେ ନେଇ ଧୀରେ ଧୀରେ ତାହା ପାଖକୁ ଯାଇ ତାହାର କର୍ଣ୍ଣମୂଳରେ ସେହି ମେଖ ମାରନ୍ତେ, ତାହା ଫୁଟି ଭୂମିକୁ ଗଲା; କାରଣ ସେ ଘୋର ନିଦ୍ରାରେ ଥିଲା; ତେଣୁ ସେ ମୂର୍ଚ୍ଛିତ ହୋଇ ମଲା।
Et Jaël, femme de Héber, prit un pieu de la tente, et saisit le marteau dans sa main, et elle vint vers lui doucement, et lui enfonça le pieu dans la tempe, de sorte qu’il pénétra dans la terre; or il dormait profondément et était fatigué; et il mourut.
22 ଆଉ ଦେଖ, ବାରକ୍‍ ସୀଷରାର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ଯାୟେଲ ତାହାକୁ ଭେଟିବା ପାଇଁ ବାହାରକୁ ଯାଇ କହିଲା, “ଆସ, ତୁମ୍ଭେ ଯାହାକୁ ଖୋଜୁଅଛ, ମୁଁ ସେହି ମନୁଷ୍ୟକୁ ଦେଖାଇବି।” ତହିଁରେ ସେ ତାହା ନିକଟକୁ ଆସିଲା; ଆଉ ଦେଖ, ସୀଷରା ମୃତ ହୋଇ ପଡ଼ିଅଛି, ଆଉ ତାହାର କର୍ଣ୍ଣ ମୂଳ ଭିତରେ ତମ୍ବୁ ମେଖ ରହିଅଛି।
Et voici Barak, qui poursuivait Sisera; et Jaël sortit à sa rencontre, et lui dit: Viens, et je te montrerai l’homme que tu cherches. Et il entra chez elle; et voici, Sisera gisait [là], mort, et le pieu dans sa tempe.
23 ଏହିରୂପେ ପରମେଶ୍ୱର ସେହି ଦିନ କିଣାନୀୟ ରାଜା ଯାବୀନ୍‍ଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ନତ କଲେ।
Et en ce jour-là, Dieu abattit Jabin, roi de Canaan, devant les fils d’Israël.
24 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ କିଣାନୀୟ ରାଜା ଯାବୀନ୍‍ଙ୍କୁ ସଂହାର କରିବା ପର୍ଯ୍ୟନ୍ତ ସେହି କିଣାନୀୟ ରାଜା ଯାବୀନ୍‍ ବିରୁଦ୍ଧରେ ସେମାନଙ୍କ ହସ୍ତ ଆହୁରି ଆହୁରି ପ୍ରବଳ ହେଲା।
Et la main des fils d’Israël avançait toujours et pesait durement sur Jabin, roi de Canaan, jusqu’à ce qu’ils eurent retranché Jabin, roi de Canaan.

< ବିଚାରକର୍ତ୍ତା 4 >