< ବିଚାରକର୍ତ୍ତା 5 >

1 ସେହି ଦିନ ଦବୋରା ଓ ଅବୀନୋୟମର ପୁତ୍ର ବାରକ୍‍ ଗାୟନ କରି କହିଲେ:
В тот день воспела Девора и Варак, сын Авиноамов, сими словами:
2 “ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, ଲୋକମାନେ ସ୍ୱେଚ୍ଛାରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର!
Израиль отмщен, народ показал рвение; прославьте Господа!
3 ହେ ରାଜାଗଣ, ଶୁଣ; ହେ ଭୂପତିଗଣ, କର୍ଣ୍ଣ ଡେର; ମୁଁ, ମୁଁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା ଗାନ କରିବି।
Слушайте, цари, внимайте, вельможи: я Господу, я пою, бряцаю Господу Богу Израилеву.
4 ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା।
Когда выходил Ты, Господи, от Сеира, когда шел с поля Едомского, тогда земля тряслась, и небо капало, и облака проливали воду;
5 ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ ହେଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ସୀନୟ ମଧ୍ୟ (କମ୍ପମାନ ହେଲା)
горы таяли от лица Господа, даже этот Синай от лица Господа Бога Израилева.
6 ଅନାତ-ପୁତ୍ର ଶମ୍‍ଗର ସମୟରେ, ଯାୟେଲ ସମୟରେ ରାଜପଥସକଳ ଶୂନ୍ୟ ଥିଲା ଓ ପଥିକମାନେ ବକ୍ର ଉପପଥ ଦେଇ ଗମନ କଲେ।
Во дни Самегара, сына Анафова, во дни Иаили, были пусты дороги, и ходившие прежде путями прямыми ходили тогда окольными дорогами.
7 ଇସ୍ରାଏଲ ମଧ୍ୟରେ ଶାସନକର୍ତ୍ତୃଗଣ ଶୂନ୍ୟ ଥିଲେ, ମୁଁ ଦବୋରା ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ମୁଁ ଇସ୍ରାଏଲ ମଧ୍ୟରେ ମାତୃ ତୁଲ୍ୟ ଉତ୍ପନ୍ନ ହେବା ପର୍ଯ୍ୟନ୍ତ ସେମାନେ ଶୂନ୍ୟ ଥିଲେ।
Не стало обитателей в селениях у Израиля, не стало, доколе не восстала я, Девора, доколе не восстала я, мать в Израиле.
8 ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗର-ଦ୍ୱାରସବୁରେ ଯୁଦ୍ଧ ହେଲା; ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା?
Избрали новых богов, оттого война у ворот. Виден ли был щит и копье у сорока тысяч Израиля?
9 ମୋହର ହୃଦୟ ଇସ୍ରାଏଲର ଶାସନକର୍ତ୍ତାମାନଙ୍କ ଆଡ଼େ ଅଛି, ଯେଉଁମାନେ ସ୍ୱେଚ୍ଛାରେ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କୁ ଉତ୍ସର୍ଗ କଲେ। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
Сердце мое к вам, начальники Израилевы, к ревнителям в народе; прославьте Господа!
10 ହେ ଶ୍ୱେତ ଗର୍ଦ୍ଦଭୀ-ଆରୋହୀମାନେ, ହେ ଗାଲିଚାରେ ବସିବା ଲୋକମାନେ ଓ ପଥରେ ଗମନକାରୀମାନେ, ତୁମ୍ଭେମାନେ ଗାନ କର।
Ездящие на ослицах белых, сидящие на коврах и ходящие по дороге, пойте песнь!
11 ଧନୁର୍ଦ୍ଧରମାନଙ୍କ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ, ଲୋକମାନେ ସଦାପ୍ରଭୁଙ୍କ ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାହାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରରୁ ଓହ୍ଲାଇ ଆସିଲେ।
Среди голосов собирающих стада при колодезях, там да воспоют хвалу Господу, хвалу вождям Израиля! Тогда выступил ко вратам народ Господень.
12 ହେ ଦବୋରେ, ଜାଗ, ଜାଗ; ଜାଗ, ଜାଗ, ଗୀତ ଗାନ କର; ହେ ବାରକ୍‍, ଉଠ; ହେ ଅବୀନୋୟମର ପୁତ୍ର, ଆପଣା ବନ୍ଦୀଗଣକୁ ବନ୍ଦୀସ୍ଥାନକୁ ନେଇଯାଅ।
Воспряни, воспряни, Девора! воспряни, воспряни! воспой песнь! Восстань, Варак! и веди пленников твоих, сын Авиноамов!
13 ତହୁଁ ପ୍ରଧାନମାନଙ୍କ ମଧ୍ୟରୁ ଅବଶିଷ୍ଟ ଥୋକାଏ ଓ ଲୋକମାନେ ଓହ୍ଲାଇ ଆସିଲେ, ସଦାପ୍ରଭୁ ଆମ୍ଭର ସପକ୍ଷ ହୋଇ ସେହି ବୀରମାନଙ୍କ ବିରୁଦ୍ଧରେ ଓହ୍ଲାଇ ଆସିଲେ।
Тогда немногим из сильных подчинил Он народ; Господь подчинил мне храбрых.
14 ଅମାଲେକ (ଦେଶ)ରେ ଯେଉଁମାନଙ୍କର ମୂଳ ଥିଲା, ସେମାନେ ଇଫ୍ରୟିମରୁ ଆସିଲେ; ତୁମ୍ଭ ପଛେ ବିନ୍ୟାମୀନ୍ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଥିଲା; ମାଖୀରଠାରୁ ଶାସନକର୍ତ୍ତାମାନେ ଓ ସବୂଲୂନଠାରୁ ସୈନ୍ୟଗଣନାକାରୀ ଦଣ୍ଡଧରମାନେ ଓହ୍ଲାଇ ଆସିଲେ।
От Ефрема пришли укоренившиеся в земле Амалика; за тобою Вениамин, среди народа твоего; от Махира шли начальники, и от Завулона владеющие тростью писца.
15 ପୁଣି ଇଷାଖରର ଅଧିପତିମାନେ ଦବୋରା ସଙ୍ଗେ ଥିଲେ; ଯେପରି ଇଷାଖର, ସେପରି ବାରକ୍‍ ଥିଲା; ସେମାନେ ତଳଭୂମିରେ ତାହାର ଗୋଡ଼େ ଗୋଡ଼େ ମାଡ଼ିଗଲେ। ରୁବେନ୍‍ ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।
И князья Иссахаровы с Деворою, и Иссахар так же, как Варак, бросился в долину пеший. В племенах Рувимовых большое разногласие.
16 ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ, କି ମେଷପଲ ନିକଟରେ ବଂଶୀନାଦ ଶୁଣିବାକୁ? ରୁବେନ୍‍ର ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।
Что сидишь ты между овчарнями, слушая блеяние стад? В племенах Рувимовых большое разногласие.
17 ଗିଲୀୟଦ ଯର୍ଦ୍ଦନ ସେପାରିରେ ବାସ କଲା, ଆଉ ଦାନ୍ କାହିଁକି ଜାହାଜରେ ରହିଲା? ଆଶେର ସମୁଦ୍ର ତୀରରେ ବସି ରହିଲା ଓ ଆପଣା ବନ୍ଦର ନିକଟରେ ବାସ କଲା।
Галаад живет спокойно за Иорданом, и Дану чего бояться с кораблями? Асир сидит на берегу моря и у пристаней своих живет спокойно.
18 ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରାଣପଣକାରୀ ଲୋକ ହେଲା। ଆଉ ନପ୍ତାଲି (ଯୁଦ୍ଧ) କ୍ଷେତ୍ରର ଉଚ୍ଚସ୍ଥାନ ଉପରେ (ପ୍ରାଣପଣ କଲା)।
Завулон - народ, обрекший душу свою на смерть, и Неффалим - на высотах поля.
19 ରାଜାମାନେ ଆସି ଯୁଦ୍ଧ କଲେ; ତହୁଁ କିଣାନର ରାଜାଗଣ ମଗିଦ୍ଦୋର ଜଳତୀରସ୍ଥ ତାନକ୍‍‍ରେ ଯୁଦ୍ଧ କଲେ, ସେମାନେ କିଛି ରୂପା ଲାଭ କଲେ ନାହିଁ।
Пришли цари, сразились, тогда сразились цари Ханаанские в Фанаахе у вод Мегиддонских, но не получили нимало серебра.
20 ତାରାଗଣ ଆକାଶରୁ ଯୁଦ୍ଧ କଲେ, ସେମାନେ ଆପଣା ଆପଣା ପଥରେ ସୀଷରା ବିରୁଦ୍ଧରେ ଯୁଦ୍ଧ କଲେ।
С неба сражались, звезды с путей своих сражались с Сисарою.
21 କିଶୋନ୍‍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍‍ ନଦୀ ସୀଷରାକୁ ଓ ତାହାର ରଥ ଓ ଜନତାକୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ।
Поток Киссон увлек их, поток Кедумим, поток Киссон. Попирай, душа моя, силу!
22 ସେତେବେଳେ ଅଶ୍ୱମାନଙ୍କ ଖୁରା ଭୂମି ମନ୍ଥି ପକାଇଲା, ଯେହେତୁ ସେମାନେ କୁଦା ମାରିଲେ, ସେମାନଙ୍କ ବଳିଷ୍ଠମାନେ କୁଦା ମାରିଲେ।
Тогда ломались копыта конские от побега, от побега сильных его.
23 ସଦାପ୍ରଭୁଙ୍କ ଦୂତ କହିଲେ, ‘ତୁମ୍ଭେମାନେ ମେରୋସକୁ ଶାପ ଦିଅ,’ ‘ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ।’
Прокляните Мероз, говорит Ангел Господень, прокляните, прокляните жителей его за то, что не пришли на помощь Господу, на помощь Господу с храбрыми.
24 ସ୍ତ୍ରୀମାନଙ୍କ ମଧ୍ୟରେ କେନୀୟ ହେବରର ଭାର୍ଯ୍ୟା ଯାୟେଲ ଧନ୍ୟ ହେବ, ତମ୍ବୁନିବାସୀ ସ୍ତ୍ରୀମାନଙ୍କ ମଧ୍ୟରେ ସେ ଧନ୍ୟ ହେବ।
Да будет благословенна между женами Иаиль, жена Хевера Кенеянина, между женами в шатрах да будет благословенна!
25 ସୀଷରା ଜଳ ମାଗନ୍ତେ, ସେ ତାହାକୁ ଦୁଗ୍ଧ ଦେଲା; ସେ ରାଜୋପଯୁକ୍ତ ପାତ୍ରରେ ଦଧି ଆଣି ତାହାକୁ ଦେଲା।
Воды просил он: молока подала она, в чаше вельможеской принесла молока лучшего.
26 ସେ ତମ୍ବୁ ମେଖ ଧରିବାକୁ ଆପଣା ହସ୍ତ ଓ କାରିଗରର ପିଟଣା ଧରିବାକୁ ଆପଣା ଦକ୍ଷିଣ ହସ୍ତ ବଢ଼ାଇଲା; ସେ ସୀଷରାକୁ ପିଟିଲା, ସେ ତାହାର ମସ୍ତକ ବିନ୍ଧି ପକାଇଲା, ହଁ, ସେ ତାହାର କର୍ଣ୍ଣମୂଳ ଫୋଡ଼ି ଭେଦ କଲା।
Левую руку свою протянула к колу, а правую свою к молоту работников; ударила Сисару, поразила голову его, разбила и пронзила висок его.
27 ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା, ସେ ଶୋଇଲା; ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା; ଯେଉଁଠାରେ ସେ ନଇଁଲା, ସେହିଠାରେ ସେ ହତ ହୋଇ ପଡ଼ିଲା।
К ногам ее склонился, пал и лежал, к ногам ее склонился, пал; где склонился, там и пал сраженный.
28 ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା, ସେ ଜାଲି ପରଦା ଦେଇ ଡାକି କହିଲା, ‘ତାହାର ରଥ ଆସିବାକୁ କାହିଁକି ଏତେ ବିଳମ୍ବ କରୁଛି? ତାହାର ରଥଚକ୍ର କାହିଁକି ପଛେ ପଡ଼ୁଅଛି?’
В окно выглядывает и вопит мать Сисарина сквозь решетку: что долго не идет конница его, что медлят колеса колесниц его?
29 ତାହାର ଜ୍ଞାନବତୀ ସହଚରୀମାନେ ତାହାକୁ ଉତ୍ତର ଦେଲେ, ହଁ, ସେ ମଧ୍ୟ ଆପେ ଆପଣାକୁ ଉତ୍ତର ଦେଇ କହିଲା,
Умные из ее женщин отвечают ей, и сама она отвечает на слова свои:
30 ‘ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି? ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ବା ଦୁଇ କାମିନୀ; ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, ଲୁଟିତମାନଙ୍କ ଗଳାରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର।’
верно, они нашли, делят добычу, по девице, по две девицы на каждого воина, в добычу полученная разноцветная одежда Сисаре, полученная в добычу разноцветная одежда, вышитая с обеих сторон, снятая с плеч пленника.
31 ହେ ସଦାପ୍ରଭୋ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପେ ବିନଷ୍ଟ ହେଉନ୍ତୁ, ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ୱପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ ହେଉନ୍ତୁ।” ଏଥିଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା।
Так да погибнут все враги Твои, Господи! Любящие же Его да будут как солнце, восходящее во всей силе своей! - И покоилась земля сорок лет.

< ବିଚାରକର୍ତ୍ତା 5 >