< ବିଚାରକର୍ତ୍ତା 5 >
1 ସେହି ଦିନ ଦବୋରା ଓ ଅବୀନୋୟମର ପୁତ୍ର ବାରକ୍ ଗାୟନ କରି କହିଲେ:
Da no, Debora ne Abinoam babarima Barak too saa dwom yi:
2 “ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, ଲୋକମାନେ ସ୍ୱେଚ୍ଛାରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର!
“Israel mpanyimfo sɔre dii anim, na nnipa no de anigye dii wɔn akyi. Nhyira nka Awurade!
3 ହେ ରାଜାଗଣ, ଶୁଣ; ହେ ଭୂପତିଗଣ, କର୍ଣ୍ଣ ଡେର; ମୁଁ, ମୁଁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା ଗାନ କରିବି।
“Mo ahemfo, muntie! Monyɛ aso, mo abirɛmpɔn! Na mɛto dwom ama Awurade. Mɛma me nne so ama Awurade, Israel Nyankopɔn.
4 ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା।
“Awurade, bere a wufii Seir, na wobɔɔ nsra faa Edom mfuw so no, asase wosowee na ɔsoro omununkum tuee nsu.
5 ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ ହେଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ସୀନୟ ମଧ୍ୟ (କମ୍ପମାନ ହେଲା)
Awurade ba no maa mmepɔw wosowee. Sinai Bepɔw mpo wosowee wɔ Awurade, Israel Nyankopɔn anim.
6 ଅନାତ-ପୁତ୍ର ଶମ୍ଗର ସମୟରେ, ଯାୟେଲ ସମୟରେ ରାଜପଥସକଳ ଶୂନ୍ୟ ଥିଲା ଓ ପଥିକମାନେ ବକ୍ର ଉପପଥ ଦେଇ ଗମନ କଲେ।
“Anat ba Samgar ne Yael bere so, nnipa amfa atempɔn so, na akwantufo faa anammɔnkwan kɔntɔnkye so.
7 ଇସ୍ରାଏଲ ମଧ୍ୟରେ ଶାସନକର୍ତ୍ତୃଗଣ ଶୂନ୍ୟ ଥିଲେ, ମୁଁ ଦବୋରା ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ମୁଁ ଇସ୍ରାଏଲ ମଧ୍ୟରେ ମାତୃ ତୁଲ୍ୟ ଉତ୍ପନ୍ନ ହେବା ପର୍ଯ୍ୟନ୍ତ ସେମାନେ ଶୂନ୍ୟ ଥିଲେ।
Nnipa kakra na wɔkaa Israel nkuraa kosii sɛ Debora sɔree sɛ ɛna maa Israel.
8 ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗର-ଦ୍ୱାରସବୁରେ ଯୁଦ୍ଧ ହେଲା; ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା?
Bere a Israel som anyame foforo no, ɔko sɔree kuropɔn no apon ano. Nanso wɔanhu nkatabo anaa peaw wɔ akofo mpem aduanan a wɔwɔ Israel mu!
9 ମୋହର ହୃଦୟ ଇସ୍ରାଏଲର ଶାସନକର୍ତ୍ତାମାନଙ୍କ ଆଡ଼େ ଅଛି, ଯେଉଁମାନେ ସ୍ୱେଚ୍ଛାରେ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କୁ ଉତ୍ସର୍ଗ କଲେ। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
Mewɔ Israel ntuanofo afa ne wɔn a wɔde anigye dii wɔn akyi. Hyira Awurade!
10 ହେ ଶ୍ୱେତ ଗର୍ଦ୍ଦଭୀ-ଆରୋହୀମାନେ, ହେ ଗାଲିଚାରେ ବସିବା ଲୋକମାନେ ଓ ପଥରେ ଗମନକାରୀମାନେ, ତୁମ୍ଭେମାନେ ଗାନ କର।
“Mo a motete afurum a wɔte apɔw so, tete nsaa a ɛyɛ fɛ so, muntie! Ne mo a ɛsɛ sɛ monantew fam nso, muntie!
11 ଧନୁର୍ଦ୍ଧରମାନଙ୍କ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ, ଲୋକମାନେ ସଦାପ୍ରଭୁଙ୍କ ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାହାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରରୁ ଓହ୍ଲାଇ ଆସିଲେ।
Muntie nkuraa nnwontofo a wɔaboa wɔn ho ano wɔ anomee. Wɔkeka Awurade trenee nkonimdi, ne ne nkuraasefo nkonimdi wɔ Israel ho asɛm. “Afei Awurade nkurɔfo bɔɔ nsra kɔɔ kuropɔn no apon ano.
12 ହେ ଦବୋରେ, ଜାଗ, ଜାଗ; ଜାଗ, ଜାଗ, ଗୀତ ଗାନ କର; ହେ ବାରକ୍, ଉଠ; ହେ ଅବୀନୋୟମର ପୁତ୍ର, ଆପଣା ବନ୍ଦୀଗଣକୁ ବନ୍ଦୀସ୍ଥାନକୁ ନେଇଯାଅ।
‘Sɔre! Debora, sɔre! Sɔre, sɔre na to dwom! Sɔre, Barak! Di wo nneduafo anim kɔ, Abinoam ba!’
13 ତହୁଁ ପ୍ରଧାନମାନଙ୍କ ମଧ୍ୟରୁ ଅବଶିଷ୍ଟ ଥୋକାଏ ଓ ଲୋକମାନେ ଓହ୍ଲାଇ ଆସିଲେ, ସଦାପ୍ରଭୁ ଆମ୍ଭର ସପକ୍ଷ ହୋଇ ସେହି ବୀରମାନଙ୍କ ବିରୁଦ୍ଧରେ ଓହ୍ଲାଇ ଆସିଲେ।
“Nkaefo no bɔɔ nsra fi Tabor kɔɔ ahoɔdenfo so. Awurade nkurɔfo bɔɔ nsra kɔɔ akofo ahoɔdenfo so.
14 ଅମାଲେକ (ଦେଶ)ରେ ଯେଉଁମାନଙ୍କର ମୂଳ ଥିଲା, ସେମାନେ ଇଫ୍ରୟିମରୁ ଆସିଲେ; ତୁମ୍ଭ ପଛେ ବିନ୍ୟାମୀନ୍ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଥିଲା; ମାଖୀରଠାରୁ ଶାସନକର୍ତ୍ତାମାନେ ଓ ସବୂଲୂନଠାରୁ ସୈନ୍ୟଗଣନାକାରୀ ଦଣ୍ଡଧରମାନେ ଓହ୍ଲାଇ ଆସିଲେ।
Wofi Efraim bae, asase a na kan no na ɛyɛ Amalekfo dea, na Benyamin nso dii wʼakyi. Asahene no bɔɔ nsra fii Makir; ɔsahene pemakurafo fi Sebulon bae.
15 ପୁଣି ଇଷାଖରର ଅଧିପତିମାନେ ଦବୋରା ସଙ୍ଗେ ଥିଲେ; ଯେପରି ଇଷାଖର, ସେପରି ବାରକ୍ ଥିଲା; ସେମାନେ ତଳଭୂମିରେ ତାହାର ଗୋଡ଼େ ଗୋଡ଼େ ମାଡ଼ିଗଲେ। ରୁବେନ୍ ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।
Na Isakar mu atitiriw ka Debora ne Barak ho. Wodii Barak akyi, bɔ wuraa obon no mu. Nanso Ruben abusuakuw mu de, wɔansi wɔn adwene pi.
16 ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ, କି ମେଷପଲ ନିକଟରେ ବଂଶୀନାଦ ଶୁଣିବାକୁ? ରୁବେନ୍ର ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।
Adɛn nti na wotenaa fie wɔ nguanhwɛfo mu, tie nguanhwɛfo a wɔde hwirema frɛ wɔn nguan? Ruben abusuakuw mu, wɔansi wɔn adwene pi.
17 ଗିଲୀୟଦ ଯର୍ଦ୍ଦନ ସେପାରିରେ ବାସ କଲା, ଆଉ ଦାନ୍ କାହିଁକି ଜାହାଜରେ ରହିଲା? ଆଶେର ସମୁଦ୍ର ତୀରରେ ବସି ରହିଲା ଓ ଆପଣା ବନ୍ଦର ନିକଟରେ ବାସ କଲା।
Gilead kaa Yordan apuei hɔ. Na Dan de, adɛn nti na ɔtenaa fie? Aser tenaa mpoano a wanka ne ho, ɔkaa nʼahyɛn gyinabea ahorow hɔ.
18 ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରାଣପଣକାରୀ ଲୋକ ହେଲା। ଆଉ ନପ୍ତାଲି (ଯୁଦ୍ଧ) କ୍ଷେତ୍ରର ଉଚ୍ଚସ୍ଥାନ ଉପରେ (ପ୍ରାଣପଣ କଲା)।
Nanso Sebulon too ne nkwa apemafo sɛnea Naftali yɛɛ wɔ akono no.
19 ରାଜାମାନେ ଆସି ଯୁଦ୍ଧ କଲେ; ତହୁଁ କିଣାନର ରାଜାଗଣ ମଗିଦ୍ଦୋର ଜଳତୀରସ୍ଥ ତାନକ୍ରେ ଯୁଦ୍ଧ କଲେ, ସେମାନେ କିଛି ରୂପା ଲାଭ କଲେ ନାହିଁ।
“Kanaan ahemfo koo wɔ Taanak a ɛbɛn Megido asu ho, nanso wɔannya dwetɛ asade biara ankɔ.
20 ତାରାଗଣ ଆକାଶରୁ ଯୁଦ୍ଧ କଲେ, ସେମାନେ ଆପଣା ଆପଣା ପଥରେ ସୀଷରା ବିରୁଦ୍ଧରେ ଯୁଦ୍ଧ କଲେ।
Nsoromma fi soro koe. Nsoromma nam wɔn akwan so ko tiaa Sisera.
21 କିଶୋନ୍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍ ନଦୀ ସୀଷରାକୁ ଓ ତାହାର ରଥ ଓ ଜନତାକୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ।
Asubɔnten Kison twee wɔn kɔe, tete asu, Kison. Me kra, fa akokoduru bɔ nsra kɔ wʼanim!
22 ସେତେବେଳେ ଅଶ୍ୱମାନଙ୍କ ଖୁରା ଭୂମି ମନ୍ଥି ପକାଇଲା, ଯେହେତୁ ସେମାନେ କୁଦା ମାରିଲେ, ସେମାନଙ୍କ ବଳିଷ୍ଠମାନେ କୁଦା ମାରିଲେ।
Afei, apɔnkɔ no tɔte pempem fam, wɔde mmirikatɛntɛ, Sisera apɔnkɔ ahoɔdenfo no mmirikatɛntɛ.
23 ସଦାପ୍ରଭୁଙ୍କ ଦୂତ କହିଲେ, ‘ତୁମ୍ଭେମାନେ ମେରୋସକୁ ଶାପ ଦିଅ,’ ‘ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ।’
‘Nnome nka Merosfo,’ Awurade bɔfo na ose. Ma nnome a ano yɛ den nka wɔn efisɛ wɔammɛboa Awurade, wɔammɛboa Awurade anko antia akofo ahoɔdenfo no.
24 ସ୍ତ୍ରୀମାନଙ୍କ ମଧ୍ୟରେ କେନୀୟ ହେବରର ଭାର୍ଯ୍ୟା ଯାୟେଲ ଧନ୍ୟ ହେବ, ତମ୍ବୁନିବାସୀ ସ୍ତ୍ରୀମାନଙ୍କ ମଧ୍ୟରେ ସେ ଧନ୍ୟ ହେବ।
“Nhyira nka Yael, Heber a ofi Keni yere. Ne nhyira nsen mmea a wɔtete ntamadan mu nyinaa.
25 ସୀଷରା ଜଳ ମାଗନ୍ତେ, ସେ ତାହାକୁ ଦୁଗ୍ଧ ଦେଲା; ସେ ରାଜୋପଯୁକ୍ତ ପାତ୍ରରେ ଦଧି ଆଣି ତାହାକୁ ଦେଲା।
Sisera srɛɛ nsu, na Yael maa no nufusu. Kuruwa a ɛfata ahemfo no mu na ɔde nufusu ani srade brɛɛ no.
26 ସେ ତମ୍ବୁ ମେଖ ଧରିବାକୁ ଆପଣା ହସ୍ତ ଓ କାରିଗରର ପିଟଣା ଧରିବାକୁ ଆପଣା ଦକ୍ଷିଣ ହସ୍ତ ବଢ଼ାଇଲା; ସେ ସୀଷରାକୁ ପିଟିଲା, ସେ ତାହାର ମସ୍ତକ ବିନ୍ଧି ପକାଇଲା, ହଁ, ସେ ତାହାର କର୍ଣ୍ଣମୂଳ ଫୋଡ଼ି ଭେଦ କଲା।
Afei, ɔde ne nsa benkum yii ntamadan pɛe, na ɔde ne nsa nifa faa odwumfo asae. Ɔde bɔɔ Sisera, pɛtɛw ne ti. Ɔde pɛe no wɔɔ ne moma so, bɔɔ so kɔɔ ne tirim.
27 ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା, ସେ ଶୋଇଲା; ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା; ଯେଉଁଠାରେ ସେ ନଇଁଲା, ସେହିଠାରେ ସେ ହତ ହୋଇ ପଡ଼ିଲା।
Ɔmemee, ɔhwee ase; owui wɔ ne nan ase.
28 ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା, ସେ ଜାଲି ପରଦା ଦେଇ ଡାକି କହିଲା, ‘ତାହାର ରଥ ଆସିବାକୁ କାହିଁକି ଏତେ ବିଳମ୍ବ କରୁଛି? ତାହାର ରଥଚକ୍ର କାହିଁକି ପଛେ ପଡ଼ୁଅଛି?’
“Sisera nena hwɛɛ mfɛnsere mu; ɔtɛw mfɛnsere mu hwɛɛ no kwan, ɔkae se, ‘Adɛn nti na ne teaseɛnam akyɛ ba yi? Adɛn nti na yɛnte teaseɛnam nhankare nnyigyei yi?’
29 ତାହାର ଜ୍ଞାନବତୀ ସହଚରୀମାନେ ତାହାକୁ ଉତ୍ତର ଦେଲେ, ହଁ, ସେ ମଧ୍ୟ ଆପେ ଆପଣାକୁ ଉତ୍ତର ଦେଇ କହିଲା,
Ne mmea anyansafo no rema mmuae no, otii mu kaa saa nsɛm yi kyerɛɛ ne ho se:
30 ‘ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି? ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ବା ଦୁଇ କାମିନୀ; ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, ଲୁଟିତମାନଙ୍କ ଗଳାରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର।’
‘Wɔrekyɛ asade a wonyae no, ɔbarima biara rennya ɔbea baako anaa baanu. Sisera rennya ntade a ɛyɛ fɛ na me nso merennya ntade a ekura ahosu ahorow na wɔanwen mu fɛfɛ?’
31 ହେ ସଦାପ୍ରଭୋ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପେ ବିନଷ୍ଟ ହେଉନ୍ତୁ, ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ୱପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ ହେଉନ୍ତୁ।” ଏଥିଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା।
“Awurade, ma wʼatamfo nyinaa nwu sɛ Sisera! Nanso ma wɔn a wɔdɔ wo no nkɔso sɛ owigyinae.” Afei, asomdwoe baa asase no so mfirihyia aduanan.