< ବିଚାରକର୍ତ୍ତା 6 >
1 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ-ସନ୍ତାନଗଣ ତାହା କଲେ; ତହୁଁ ସଦାପ୍ରଭୁ ସେମାନଙ୍କୁ ସାତ ବର୍ଷ ପର୍ଯ୍ୟନ୍ତ ମିଦୀୟନୀୟମାନଙ୍କ ହସ୍ତରେ ସମର୍ପଣ କଲେ।
イスラエルの子孫またヱホバの目のまへに惡を行ひたればヱホバ七年の間之をミデアン人の手に付したまふ
2 ତେଣୁ ମିଦୀୟନୀୟମାନଙ୍କ ହସ୍ତ ଇସ୍ରାଏଲ ବିରୁଦ୍ଧରେ ପ୍ରବଳ ହେଲା; ପୁଣି ମିଦୀୟନୀୟମାନଙ୍କ ସକାଶୁ ଇସ୍ରାଏଲ-ସନ୍ତାନଗଣ ପର୍ବତସ୍ଥ ଗୋହିରୀ ଓ ଗୁମ୍ଫା ଓ ଦୁର୍ଗମ ସ୍ଥାନମାନଙ୍କରେ ବସା କଲେ।
ミデアン人の手イスラエルにかてりイスラエルの子孫はミデアン人の故をもて山にある窟と洞穴と要害とをおのれのために造れり
3 ତହୁଁ ଏହିପରି ହେଲା ଯେ, ଇସ୍ରାଏଲୀୟମାନେ ବୀଜ ବୁଣିଲେ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସନ୍ତି; ସେମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସି
イスラエル人蒔種してありける時しもミデアン人アマレキ人及び東方の民上り來りて押寄せ
4 ସେମାନଙ୍କ ସମ୍ମୁଖରେ ଛାଉଣି କରି ଘସା ପର୍ଯ୍ୟନ୍ତ ଭୂମିଜାତ ଶସ୍ୟାଦି ବିନାଶ କରନ୍ତି, ପୁଣି ଇସ୍ରାଏଲଙ୍କ ମଧ୍ୟରେ ପ୍ରାଣ ବଞ୍ଚିବାର କୌଣସି ଉପାୟ, କି ମେଷ, କି ଗୋରୁ, କି ଗଧ, କିଛି ରଖନ୍ତି ନାହିଁ।
イスラエル人に向ひて陣を取り地の產物を荒してガザにまで至りイスラエルのうちに生命を維ぐべき物を遺さず羊も牛も驢馬も遺ざりき
5 କାରଣ ସେମାନେ ଆପଣା ଆପଣା ପଶୁ ଓ ତମ୍ବୁ ଘେନି ଚଢ଼ି ଆସନ୍ତି, ସେମାନେ ପଙ୍ଗପାଳ ପରି ବହୁସଂଖ୍ୟକ ହୋଇ ଆସନ୍ତି, ସେମାନେ ଓ ସେମାନଙ୍କ ଓଟ ଉଭୟ ଅସଂଖ୍ୟ; ଆଉ ସେମାନେ ଦେଶକୁ ଉଚ୍ଛିନ୍ନ କରିବାକୁ ଆସନ୍ତି।
夫この衆人は家畜と天幕を携へ上り蝗蟲の如くに數多く來れりその人と駱駝は數ふるに勝ず彼ら國を荒さんとて入きたる
6 ଏଣୁ ଇସ୍ରାଏଲ ମିଦୀୟନ ସମ୍ମୁଖରେ ଅତି କ୍ଷୀଣ ହେଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।
かかりしかばイスラエルはミデアン人のために大いに衰へイスラエルの子孫ヱホバに呼れり
7 ଏଥିରେ ଇସ୍ରାଏଲ-ସନ୍ତାନଗଣ ମିଦୀୟନ ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ,
イスラエルの子孫ミデアン人の故をもてヱホバに呼はりしかば
8 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଏକ ଭବିଷ୍ୟଦ୍ବକ୍ତା ପ୍ରେରଣ କଲେ; ତହୁଁ ସେ ସେମାନଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଦାସଗୃହରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ;
ヱホバひとりの預言者をイスラエルの子孫に遣りて言しめたまひけるはイスラエルの神ヱホバ斯くいひたまふ我かつて汝らをエジプトより上らせ汝らを奴隸たるの家より出し
9 ପୁଣି ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ହସ୍ତରୁ ଓ ଯେଉଁମାନେ ତୁମ୍ଭମାନଙ୍କୁ ଉପଦ୍ରବ କଲେ, ସେ ସମସ୍ତଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେଲୁ, ଆଉ ସେମାନଙ୍କ ଦେଶ ତୁମ୍ଭମାନଙ୍କୁ ଦେଲୁ;
エジプト人の手およびすべて汝らを虐ぐるものの手より汝らを拯ひいだし汝らの前より彼らを追ひはらひてその邦土を汝らに與へたり
10 ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ‘ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେ ବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ;’ ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ।”
我また汝らに言り我は汝らの神ヱホバなり汝らが住ひ居るアモリ人の國の神を懼るるなかれとしかるに汝らは我が聲に從はざりき
11 ଏଥିଉତ୍ତାରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶ୍ର ଅଧିକାରସ୍ଥ ଅଫ୍ରାରେ ଅଲୋନ ବୃକ୍ଷ ମୂଳରେ ବସିଲେ; ସେହି ସମୟରେ ତାହାର ପୁତ୍ର ଗିଦିୟୋନ୍ ମିଦୀୟନୀୟମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ଡ ଭିତରେ ତାହା ମଳୁଥିଲେ।
茲にヱホバの使者來りてアビエゼル人ヨアシの所有なるオフラの橡の樹のしたに坐す時にヨアシの子ギデオン、ミデアン人に奪はれざらんために酒榨のなかに麥を打ち居たりしが
12 ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, “ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।”
ヱホバの使之に現れて剛勇丈夫よヱホバ汝とともに在すといひたれば
13 ଏଥିରେ ଗିଦିୟୋନ୍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି।
ギデオン之にいひけるはああ吾が主よヱホバ我らと偕にいまさばなどてこれらのことわれらの上に及びたるやわれらの先祖がヱホバは我らをエジプトより上らしめたまひしにあらずやといひて我らに告たりしその諸の不思議なる行爲は何處にあるや今はヱホバわれらを棄てミデアン人の手に付したまへり
14 ସେତେବେଳେ ସଦାପ୍ରଭୁ ତାଙ୍କୁ ଅନାଇ କହିଲେ, “ତୁମ୍ଭେ ଆପଣା ଏହି ବଳରେ ଯାଇ ମିଦୀୟନ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କର; ଆମ୍ଭେ କି ତୁମ୍ଭକୁ ପଠାଇ ନାହୁଁ?”
ヱホバ之を顧みていひたまひけるは汝此汝の力をもて行きミデアン人の手よりイスラエルを拯ひいだすべし我汝を遣すにあらずや
15 ତହୁଁ ସେ ତାହାଙ୍କୁ କହିଲେ, “ହେ ପ୍ରଭୋ, ମୁଁ କାହିଁରେ ଇସ୍ରାଏଲକୁ ଉଦ୍ଧାର କରିବି? ଦେଖ, ମନଃଶି (ବଂଶ) ମଧ୍ୟରେ ମୋହର ପରିବାର ସବୁଠାରୁ କ୍ଷୀଣ, ପୁଣି ମୋʼ ପିତୃଗୃହ ମଧ୍ୟରେ ମୁଁ ସବୁଠୁଁ କନିଷ୍ଠ।”
ギデオン之にいひけるはああ主よ我何をもてかイスラエルを拯ふべき視よわが家はマナセのうちの最も弱きもの我はまた父の家の最も卑賤きものなり
16 ତେବେ ସଦାପ୍ରଭୁ ତାହାକୁ କହିଲେ, “ଆମ୍ଭେ ନିଶ୍ଚୟ ତୁମ୍ଭ ସଙ୍ଗେ ହେବା, ତହିଁରେ ତୁମ୍ଭେ ମିଦୀୟନୀୟମାନଙ୍କୁ ଏପରି ସଂହାର କରିବ ଯେପରି ଏକ ଜଣକୁ ସଂହାର କରୁଅଛ।”
ヱホバ之にいひたまひけるは我かならず汝とともに在ん汝は一人を撃がごとくにミデアン人を撃つことを得ん
17 ତହୁଁ ସେ ତାହାଙ୍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଏବେ ଅନୁଗ୍ରହ ପାଇଲି, ତେବେ ଆପଣ ଯେ ମୋହର ସଙ୍ଗରେ କଥା କହୁଅଛନ୍ତି, ତହିଁର ଏକ ଚିହ୍ନ ମୋତେ ଦେଖାଉନ୍ତୁ।
ギデオン之にいひけるは我もし汝のまへに恩を蒙るならば請ふ我と語る者の汝なる證據を見せたまへ
18 ବିନୟ କରୁଅଛି, ମୁଁ ଆପଣା ଭେଟି ଘେନିଆସି ଆପଣଙ୍କ ସମ୍ମୁଖରେ ଥୋଇବା ପର୍ଯ୍ୟନ୍ତ ଏ ସ୍ଥାନରୁ ପ୍ରସ୍ଥାନ କରନ୍ତୁ ନାହିଁ।” ତହିଁରେ ସେ କହିଲେ, “ତୁମ୍ଭେ ଫେରି ଆସିବା ଯାଏ ଆମ୍ଭେ ରହିବା।”
ねがはくは我復び汝に來りわが祭物をたづさへて之を汝のまへに供ふるまでここを去たまふなかれ彼いひたまひけるは我汝の還るまで待つべし
19 ତହୁଁ ଗିଦିୟୋନ୍ ଭିତରକୁ ଯାଇ ଏକ ଛେଳିଛୁଆ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ ବୃକ୍ଷ ମୂଳେ ଥୋଇଲେ।
ギデオンすなはち往て山羊の羔を調へ粉一エパをもて無酵パンをつくり肉を筺にいれ羹を壺に盛り橡樹の下にもち出て之を供へたれば
20 ତହୁଁ ପରମେଶ୍ୱରଙ୍କ ଦୂତ ତାଙ୍କୁ କହିଲେ, “ଏହି ମାଂସ ଓ ତାଡ଼ିଶୂନ୍ୟ ପିଠାସବୁ ନେଇ ଏହି ଶୈଳ ଉପରେ ରଖ ଓ ତହିଁ ଉପରେ ଝୋଳ ଢାଳ;” ତହୁଁ ସେ ସେପରି କଲେ।
神の使之にいひたまひけるは肉と無酵パンをとりて此巖のうへに置き之に羹を斟げとすなはちそのごとくに行ふ
21 ତେବେ ସଦାପ୍ରଭୁଙ୍କ ଦୂତ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ସ୍ପର୍ଶ କଲେ; ଏଥିରେ ସେହି ଶୈଳରୁ ଅଗ୍ନି ବାହାରି ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ଦଗ୍ଧ କଲା; ତହୁଁ ସଦାପ୍ରଭୁଙ୍କ ଦୂତ ତାହାର ଦୃଷ୍ଟିଗୋଚରରୁ ପ୍ରସ୍ଥାନ କଲେ।
ヱホバの使手にもてる杖の末端を出して肉と無酵パンに觸れたりしかば巖より火燃えあがり肉と無酵パンを燒き盡せりかくてヱホバの使去てその目に見ずなりぬ
22 ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍ ବୁଝିଲେ; ପୁଣି ଗିଦିୟୋନ୍ କହିଲେ, “ହାୟ ହାୟ! ହେ ପ୍ରଭୋ ସଦାପ୍ରଭୋ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି।”
ギデオン是において彼がヱホバの使者なりしを覺りギデオンいひけるはああ神ヱホバよ我面を合せてヱホバの使者を見たれば將如何せん
23 ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭର ଶାନ୍ତି ହେଉ; ଭୟ ନ କର; ତୁମ୍ଭେ ମରିବ ନାହିଁ।”
ヱホバ之にいひたまひけるは心安かれ怖るる勿れ汝死ぬることあらじ
24 ତହୁଁ ଗିଦିୟୋନ୍ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ, ତହିଁର ନାମ ଯିହୋବାଃ ଶାଲୋମ୍ ରଖିଲେ; ତାହା ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ଆଜି ପର୍ଯ୍ୟନ୍ତ ଅଛି।
ここにおいてギデオン彼所にヱホバのために祭壇を築き之をヱホバシヤロムと名けたり是は今日に至るまでアビエゼル人のオフラに存る
25 ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆପଣା ପିତାର ଗୋବତ୍ସକୁ, ଅର୍ଥାତ୍, ସାତ ବର୍ଷର ଦ୍ୱିତୀୟ ଗୋବତ୍ସକୁ ନିଅ, ତୁମ୍ଭ ପିତାର ଥିବା ବାଲ୍ଦେବତାର ଯଜ୍ଞବେଦି ଭାଙ୍ଗି ପକାଅ ଓ ତନ୍ନିକଟସ୍ଥ ଆଶେରାର ମୂର୍ତ୍ତି କାଟି ପକାଅ;
其夜ヱホバ、ギデオンにいひ給ひけるは汝の父の少き牡牛および七歳なる第二の牛を取り汝の父のもてるバアルの祭壇を毀ち其上なるアシラの像を斫り仆し
26 ପୁଣି ଏହି ଗଡ଼ ଉପରେ ରୀତି ଅନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କର, ଆଉ ତୁମ୍ଭେ ଯେଉଁ ଆଶେରାର ମୂର୍ତ୍ତି ଛେଦନ କରିବ, ତହିଁର କାଷ୍ଠ ନେଇ ସେହି ଦ୍ୱିତୀୟ ଗୋବତ୍ସକୁ ହୋମବଳି ରୂପେ ଉତ୍ସର୍ଗ କର।”
汝の神ヱホバのためにこの堡砦の頂において次序をただしくし祭壇を築き第二の牛を取りて汝が斫り倒せるアシラの木をもて燔祭を供ぐべし
27 ତହିଁରେ ଗିଦିୟୋନ୍ ଆପଣା ଦାସମାନଙ୍କ ମଧ୍ୟରୁ ଦଶଜଣଙ୍କୁ ସଙ୍ଗରେ ନେଲେ ଓ ସଦାପ୍ରଭୁ ଯେପରି କହିଥିଲେ, ସେପରି କଲେ, ମାତ୍ର ଆପଣା ପିତୃପରିବାର ଓ ନଗରସ୍ଥ ଲୋକମାନଙ୍କୁ ଭୟ କରିବାରୁ ସେ ଦିନ ବେଳେ ତାହା କରି ନ ପାରି ରାତ୍ରି ବେଳେ ତାହା କଲେ।
ギデオンすなはちその僕十人を携へてヱホバのいひたまひしごとく行へりされど父の家のものどもおよび邑の人を怖れたれば晝之をなすことを得ず夜に入りて之を爲り
28 ତହୁଁ ନଗରସ୍ଥ ଲୋକମାନେ ପ୍ରଭାତରେ ଉଠନ୍ତେ, ଦେଖ, ବାଲ୍ର ଯଜ୍ଞବେଦି ଭଙ୍ଗା ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କଟା; ପୁଣି ନିର୍ମିତ ଯଜ୍ଞବେଦି ଉପରେ ସେହି ଦ୍ୱିତୀୟ ଗୋବତ୍ସର ଉତ୍ସର୍ଗ ହୋଇଅଛି।
邑の衆朝興出て視にバアルの祭壇は摧け其の上なるアシラの像は斫仆されて居り新に築る祭壇に第二の牛の供へてありしかば
29 ତହୁଁ ସେମାନେ ପରସ୍ପର କହିଲେ, “ଏ କଥା କିଏ କରିଅଛି;” ପୁଣି ସେମାନେ ପଚାରି ବୁଝି କହିଲେ, “ଯୋୟାଶ୍ର ପୁତ୍ର ଗିଦିୟୋନ୍ ଏ କଥା କରିଅଛି।”
たがひに此は誰が所爲ぞやと言ひつつ尋ね問ひけるに此はヨアシの子ギデオンの所爲なりといふものありたれば
30 ତେବେ ନଗରସ୍ଥ ଲୋକମାନେ ଯୋୟାଶ୍କୁ କହିଲେ, “ତୁମ୍ଭ ପୁତ୍ରକୁ ବାହାର କରି ଆଣ, ସେ ହତ ହେବ; କାରଣ ସେ ବାଲ୍ର ଯଜ୍ଞବେଦି ଭାଙ୍ଗିଅଛି ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କାଟି ପକାଇଅଛି।”
邑の人々ヨアシにむかひ汝の子を曳き出して死なしめよそは彼バアルの祭壇を摧き其上に在しアシラの像を斫仆したればなりといふ
31 ତହିଁରେ ଯୋୟାଶ୍ ଆପଣା ପ୍ରତିକୂଳରେ ଠିଆ ହେବା ସମସ୍ତଙ୍କୁ କହିଲା, “ତୁମ୍ଭେମାନେ କି ବାଲ୍ ପକ୍ଷରେ ବିବାଦ କରିବ? ଅବା ତୁମ୍ଭେମାନେ କି ତାହାକୁ ଉଦ୍ଧାର କରିବ? ଯେ ତାହାର ପକ୍ଷରେ ବିବାଦ କରିବ, ଏହି ସକାଳ ଥାଉ ଥାଉ ତାହାର ପ୍ରାଣଦଣ୍ଡ ହେଉ; ଯେବେ ସେ ଦେବତା, ତେବେ ସେ ଆପଣା ପକ୍ଷରେ ଆପେ ବିବାଦ କରୁ, କାରଣ କେହି ତାହାର ଯଜ୍ଞବେଦି ଭାଙ୍ଗିଅଛି।”
ヨアシおのれの周圍に立るすべてのものにいひけるは汝らはバアルの爲に爭論ふや汝らは之を救んとするや之が爲に爭論ふ者は朝の中に死べしバアルもし神ならば人其祭壇を摧きたれば自ら爭論ふ可なりと
32 ଏହେତୁ ସେ ବାଲ୍ର ଯଜ୍ଞବେଦି ଭାଙ୍ଗିବାରୁ “ସେ ତାହା ପ୍ରତିକୂଳରେ ବିବାଦ କରୁ,” ଏହା କହି ତାହାର ପିତା ସେହି ଦିନ ଗିଦିୟୋନ୍ଙ୍କ ନାମ “ଯିରୁବ୍ବାଲ୍” (ବାଲ୍ ବିବାଦ କରୁ) ରଖିଲା।
是をもて人衆ギデオンその祭壇を摧きたればバアル自ら之といひあらそはんといひて此日かれをヱルバアル(バアルいひあらそはん)と呼なせり
33 ସେସମୟରେ ସମସ୍ତ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ଆପଣାମାନଙ୍କୁ ଏକତ୍ର କଲେ; ପୁଣି ସେମାନେ ପାର ହୋଇ ଯିଷ୍ରିୟେଲର ତଳଭୂମିରେ ଛାଉଣି କଲେ।
茲にミデアン人アマレク人および東方の民相集まりて河を濟りヱズレルの谷に陣を取しが
34 ମାତ୍ର ସଦାପ୍ରଭୁଙ୍କ ଆତ୍ମା ଗିଦିୟୋନ୍ଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ତୂରୀ ବଜାଇଲେ; ତହିଁରେ ଅବୀୟେଷ୍ରୀୟ (ବଂଶ) ତାଙ୍କ ପଛେ ଏକତ୍ର ହେଲେ।
ヱホバの靈ギデオンに臨みてギデオン箛を吹たればアビエゼル人集りて之に從ふ
35 ପୁଣି ସେ ମନଃଶି (ଦେଶର) ସର୍ବତ୍ର ଦୂତ ପଠାନ୍ତେ, ସେମାନେ ମଧ୍ୟ ତାହାର ପଛେ ଏକତ୍ର ହେଲେ, ତହୁଁ ସେ ଆଶେର ଓ ସବୂଲୂନ ଓ ନପ୍ତାଲି (ବଂଶ) ନିକଟକୁ ଦୂତ ପଠାନ୍ତେ, ସେମାନେ ସେମାନଙ୍କ ସଙ୍ଗେ ମିଳିବାକୁ ଆସିଲେ।
ギデオン徧くマナセに使者を遣りしかばマナセ人また集りて之に從ふ彼またアセル、ゼブルン及びナフタリに使者を遣りしにその人々も上りて之を迎ふ
36 ଏଉତ୍ତାରେ ଗିଦିୟୋନ୍ ପରମେଶ୍ୱରଙ୍କୁ କହିଲେ, “ଯେବେ ତୁମ୍ଭେ ଆପଣା ବାକ୍ୟ ପ୍ରମାଣେ ମୋʼ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ,
ギデオン神にいひけるは汝かつていひたまひしごとくわが手をもてイスラエルを救はんとしたまはば
37 ତେବେ ଦେଖ, ମୁଁ ଖଳାରେ ଗଦାଏ ମେଷଲୋମ ରଖିବି; ଯେବେ କେବଳ ସେହି ଲୋମଗଦା ଉପରେ କାକର ପଡ଼େ ଓ ସମସ୍ତ ଭୂମି ଶୁଷ୍କ ରହେ, ତେବେ ତୁମ୍ଭେ ଆପଣା ବାକ୍ୟାନୁସାରେ ମୋʼ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ ବୋଲି ମୁଁ ଜାଣିବି।”
視よ我一箇の羊の毛を禾塲におかん露もし羊毛にのみおきて地はすべて燥きをらば我之れによりて汝がかつて言たまひし如く吾が手をもてイスラエルを救ひたまふを知んと
38 ତହିଁରେ ସେରୂପ ହେଲା; ସେ ପରଦିନ ପ୍ରଭାତରେ ଉଠି ସେହି ଲୋମ ଏକତ୍ର ଚିପି କାକର ଚିପୁଡ଼ନ୍ତେ, ଲୋମରୁ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା।
すなはち斯ありぬ彼明る朝早く興きいで羊毛をかき寄てその毛より露を搾りしに鉢に滿つるほどの水いできたる
39 ସେତେବେଳେ ଗିଦିୟୋନ୍ ପରମେଶ୍ୱରଙ୍କୁ କହିଲେ, “ମୋʼ ପ୍ରତିକୂଳରେ ତୁମ୍ଭର କ୍ରୋଧ ପ୍ରଜ୍ୱଳିତ ନ ହେଉ, ମୁଁ ଏହି ଥରକ ମାତ୍ର କହିବି; ବିନୟ କରୁଅଛି; ଏହି ଲୋମ ଦ୍ୱାରା ମୋତେ ଏହି ଥରକ ମାତ୍ର ପରୀକ୍ଷା ନେବାକୁ ଦିଅ; ବିନୟ କରୁଅଛି, କେବଳ ଲୋମ ଉପରେ ଶୁଷ୍କତା ହେଉ ଓ ସମସ୍ତ ଭୂମି ଉପରେ କାକର ପଡ଼ୁ।”
ギデオン神にいひけるは我にむかひて怒を發したまふなかれ我をしていま一回いはしめたまへねがはくは我をして羊の毛をもていま一回試さしめたまへねがはくは羊毛のみを燥して地には悉く露あらしめたまへと
40 ତହୁଁ ପରମେଶ୍ୱର ସେହି ରାତ୍ରି ସେରୂପ କଲେ; କେବଳ ଲୋମ ଉପରେ ଶୁଷ୍କତା ହେଲା ଓ ସମସ୍ତ ଭୂମିରେ କାକର ପଡ଼ିଲା।
その夜神かくの如くに爲したまふすなはち羊毛のみ燥きて地には凡て露ありき