< ବିଚାରକର୍ତ୍ତା 8 >
1 ଏଥିଉତ୍ତାରେ ଇଫ୍ରୟିମର ଲୋକମାନେ ଗିଦିୟୋନ୍ଙ୍କୁ କହିଲେ, “ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ?” ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟନ୍ତ ବିବାଦ କଲେ।
Aefereimu anafunsa Gideoni kuti, “Nʼchifukwa chiyani watichita zimenezi? Bwanji sunatiyitane pamene umakamenyana ndi Amidiyani?” Iwo anamudzudzula kwambiri.
2 ଏଥିରେ ସେ ସେମାନଙ୍କୁ କହିଲେ, “ଏବେ ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରିଅଛି? ଅବୀୟେଷ୍ରୀୟର ସମସ୍ତ ଦ୍ରାକ୍ଷାଫଳ ସଂଗ୍ରହଠାରୁ କି ଇଫ୍ରୟିମର ଦ୍ରାକ୍ଷାଫଳ ରାଁ କରିବାର ଶ୍ରେଷ୍ଠ ନୁହେଁ?
Koma iye anawayankha kuti, “Nʼchiyani ndachita kuyerekeza ndi zimene mwachita inu? Kodi zimene mwachita inu Aefereimu si zazikulu kuposa zimene fuko langa la Abiezeri lachita?
3 ପରମେଶ୍ୱର ତୁମ୍ଭମାନଙ୍କ ହସ୍ତରେ ସିନା ମିଦୀୟନର ଓରେବ୍ ଓ ସେବ୍ ଦୁଇ ଅଧିପତିଙ୍କୁ ସମର୍ପଣ କଲେ, ମାତ୍ର ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରି ପାରିଲି?” ତେବେ ତାଙ୍କର ଏହି କଥା କହିବାରେ ତାଙ୍କ ପ୍ରତି ସେମାନଙ୍କର କ୍ରୋଧ ନିବୃତ୍ତ ହେଲା।
Mulungu wapereka mafumu a Midiyani, Orebu ndi Zeebu mʼmanja mwanu. Ndachita chiyani kuyerekeza ndi zimene mwachita inu?” Atanena izi, anthuwo mitima yawo inatsika.
4 ଏଉତ୍ତାରେ ଗିଦିୟୋନ୍ ଯର୍ଦ୍ଦନକୁ ଆସି ତାହା ପାର ହେଲେ; ସେ ଓ ତାଙ୍କ ସଙ୍ଗୀ ସେହି ତିନି ଶହ ଲୋକ କ୍ଳାନ୍ତ ହେଲେ ହେଁ ପଛେ ପଛେ ଗୋଡ଼ାଉଥାଆନ୍ତି।
Gideoni anafika ndi kuwoloka mtsinje wa Yorodani pamodzi ndi anthu 300 amene anali naye. Ngakhale kuti anali otopa anapirikitsabe adani awo.
5 ପୁଣି ସେ ସୁକ୍କୋତର ଲୋକମାନଙ୍କୁ କହିଲେ, “ମୁଁ ନିବେଦନ କରୁଅଛି, ଆମ୍ଭର ପଶ୍ଚାଦ୍ଗାମୀ ଲୋକମାନଙ୍କୁ ରୁଟି ଦିଅ; କାରଣ ସେମାନେ କ୍ଳାନ୍ତ ହୋଇଅଛନ୍ତି ଓ ମୁଁ ମିଦୀୟନର ରାଜା ସେବହ ଓ ସଲମୁନ୍ନର ପଛେ ପଛେ ଗୋଡ଼ାଉଅଛି।”
Atafika ku Sukoti anapempha anthu a kumeneko kuti, “Chonde apatseniko buledi ankhondo angawa pakuti atopa. Koma ine ndikupirikitsa Zeba ndi Zalimuna, mafumu a Midiyani.”
6 ତହିଁରେ ସୁକ୍କୋତର ଅଧିପତିମାନେ କହିଲେ, “ସେବହ ଓ ସଲମୁନ୍ନର ହାତ ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭ ସୈନ୍ୟଗଣକୁ ରୁଟି ଦେବୁ?”
Koma atsogoleri a Sukoti anayankha kuti, “Kodi Zeba ndi Zalimuna mwawagonjetsa kale kuti tipatse buledi ankhondo akowa?”
7 ତହିଁରେ ଗିଦିୟୋନ୍ କହିଲେ, “ଏସକାଶୁ ସଦାପ୍ରଭୁ ସେବହ ଓ ସଲମୁନ୍ନକୁ ମୋʼ ହସ୍ତରେ ସମର୍ପଣ କଲେ, ମୁଁ ପ୍ରାନ୍ତରର କାନକୋଳି କଣ୍ଟକାଦି ଦ୍ୱାରା ତୁମ୍ଭମାନଙ୍କ ମାଂସ ଚିରିବି।”
Gideoni anayankha kuti, “Mwatero! Yehova akapereka Zeba ndi Zalimuna mʼdzanja langa, ndidzakukwapulani ndi matsatsa a minga ya mʼchipululu.”
8 ତହୁଁ ସେ ସେଠାରୁ ପନୂୟେଲକୁ ଉଠିଯାଇ ସେଠାର ଲୋକମାନଙ୍କୁ ସେହିପରି କହିଲେ, ତହିଁରେ ସୁକ୍କୋତର ଲୋକମାନେ ଯେପରି ଉତ୍ତର କରିଥିଲେ, ପନୂୟେଲର ଲୋକମାନେ ମଧ୍ୟ ସେହିପରି ଉତ୍ତର ଦେଲେ।
Atachoka pamenepo anapita ku Penueli ndipo anapemphanso buledi kwa anthu a kumeneko, koma iwo anamuyankha monga anayankhira anthu a ku Sukoti aja.
9 ତେବେ ସେ ପନୂୟେଲର ସେହି ଲୋକମାନଙ୍କୁ କହିଲେ, “ମୁଁ କୁଶଳରେ ଫେରି ଆସିଲେ (ତୁମ୍ଭମାନଙ୍କ) ଏହି ଗଡ଼ ଭାଙ୍ଗି ପକାଇବି।”
Gideoni anawawuzanso kuti, “Ndikamadzabwerera nditawagonjetsa, ndidzagwetsa nsanja iyi.”
10 ଏହି ସମୟରେ ସେବହ ଓ ସଲମୁନ୍ନ କର୍କୋରରେ ଥିଲେ ଓ ସେମାନଙ୍କର ସଙ୍ଗୀ ସୈନ୍ୟଦଳ ଊଣାଧିକ ପନ୍ଦର ହଜାର ଲୋକ ଥିଲେ; ପୂର୍ବଦେଶୀୟ ଲୋକମାନଙ୍କର ସମସ୍ତ ସୈନ୍ୟଦଳ ମଧ୍ୟରୁ ଏମାନେ କେବଳ ଅବଶିଷ୍ଟ ରହିଥିଲେ; କାରଣ ଖଡ୍ଗଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ ହତ ହୋଇଥିଲେ।
Nthawi iyi nʼkuti Zeba ndi Zalimuna ali ku Karikori ndi ankhondo pafupifupi 15,000. Amenewa ndiwo anatsalako mwa ankhondo a anthu akummawa; pakuti anafa ankhondo 120,000.
11 ଏଉତ୍ତାରେ ଗିଦିୟୋନ୍ ନୋବହ ଓ ଯଗ୍ବିହର ପୂର୍ବ ଦିଗରେ ତମ୍ବୁ ନିବାସୀମାନଙ୍କ ପଥ ଦେଇ ଉଠିଯାଇ ସେହି ସୈନ୍ୟଦଳକୁ ଆଘାତ କଲେ; ଯେହେତୁ ସେହି ସୈନ୍ୟଦଳ ନିର୍ଭୟରେ ଥିଲେ।
Gideoni anadzera njira ya anthu a matenti kummawa kwa Noba ndi Yogibeha ndipo anawathira nkhondo popeza ankhondo awo anali osakonzekera.
12 ସେତେବେଳେ ସେବହ ଓ ସଲମୁନ୍ନ ପଳାୟନ କଲେ; ଏଣୁ ସେ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ; ପୁଣି ମିଦୀୟନର ସେହି ଦୁଇ ରାଜା ସେବହ ଓ ସଲମୁନ୍ନକୁ ଧରି ସମସ୍ତ ସୈନ୍ୟଙ୍କୁ ଉଦ୍ବିଗ୍ନ କଲେ।
Zeba ndi Zalimuna, mafumu awiri a Amidiyani anathawa koma Gideoni anawathamangitsa mpaka kuwagwira. Koma ankhondo awo onse anathawa ndi mantha.
13 ତହୁଁ ଯୋୟାଶ୍ର ପୁତ୍ର ଗିଦିୟୋନ୍ ହେରସର ଘାଟି ଦେଇ ଯୁଦ୍ଧରୁ ଫେରି ଆସିଲେ।
Ndipo Gideoni mwana wa Yowasi, pobwera kuchokera ku nkhondo anadzera njira ya ku chikweza cha Heresi.
14 ପୁଣି ସେ ସୁକ୍କୋତର ଲୋକମାନଙ୍କ ମଧ୍ୟରୁ ଜଣେ ଯୁବାକୁ ଧରି ପଚାରିଲେ; ତହିଁରେ ସେ ସୁକ୍କୋତର ଅଧିପତି ଓ ତହିଁର ପ୍ରାଚୀନମାନଙ୍କ ସତସ୍ତରି ଜଣର ନାମ ତାଙ୍କ ପାଇଁ ଲେଖାଇ ଦେଲା।
Kumeneko iye anagwira mnyamata wa ku Sukoti ndipo atamufunsa, mnyamatayo anamulembera mayina a akuluakulu ndi atsogoleri 77 a ku Sukoti.
15 ଏଥିଉତ୍ତାରେ ସେ ସୁକ୍କୋତର ଲୋକମାନଙ୍କ ନିକଟକୁ ଆସି କହିଲେ, “ସେବହ ଓ ସଲମୁନ୍ନକୁ ଦେଖ, ଏମାନଙ୍କ ବିଷୟରେ ତୁମ୍ଭେମାନେ ପରା ଆମ୍ଭକୁ ତୁଚ୍ଛ କରି କହିଥିଲ, ‘ସେବହ ଓ ସଲମୁନ୍ନର ହାତ କି ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭର କ୍ଳାନ୍ତ ଲୋକମାନଙ୍କୁ ରୁଟି ଦେବୁ?’”
Kenaka Gideoni anabwera kwa anthu a ku Sukoti ndi kunena kuti, “Awa ndi Zeba ndi Zalimuna, mafumu awiri munkandinena nawo aja kuti, ‘Kodi Zeba ndi Zalimuna wawagonjetsa kale mmene ukuti tiwapatse buledi anthu ako otopawa?’”
16 ତହୁଁ ସେ ସେହି ନଗରର ପ୍ରାଚୀନମାନଙ୍କୁ ଧରିଲେ ଓ ପ୍ରାନ୍ତରର କାନକୋଳି କଣ୍ଟକାଦି ନେଇ ତଦ୍ଦ୍ୱାରା ସୁକ୍କୋତର ଲୋକମାନଙ୍କୁ ଶିକ୍ଷା ଦେଲେ।
Tsono Gideoni anatenga akuluakulu a mu mzindawo ndipo anagwira matsatsa a minga za mʼchipululu ndi kuwakwapula nawo.
17 ପୁଣି ସେ ପନୂୟେଲ ଗଡ଼ ଭାଙ୍ଗି ପକାଇଲେ ଓ ନଗରସ୍ଥ ଲୋକମାନଙ୍କୁ ବଧ କଲେ।
Anagwetsa nsanja ya ku Penueli ndi kupha amuna onse a mu mzindawo.
18 ଆଉ ସେ ସେବହକୁ ଓ ସଲମୁନ୍ନକୁ କହିଲେ, “ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ବଧ କଲ, ସେମାନେ କି ପ୍ରକାର ଲୋକ?” ତହିଁରେ ସେମାନେ ଉତ୍ତର କଲେ, “ଆପଣ ଯେପରି ସେମାନେ ସେପରି, ପ୍ରତ୍ୟେକେ ରାଜପୁତ୍ର ପରି ଥିଲେ।”
Kenaka anafunsa Zeba ndi Zalimuna kuti, “Kodi anthu a ku Tabori amene munawapha aja anali a maonekedwe otani?” Iwo anayankha kuti, “Anali anthu a maonekedwe ngati inu. Aliyense ankaoneka ngati mwana wa mfumu?” Iwo anayankha kuti, “Anthu ngati inu, aliyense wooneka ngati mwana wa mfumu.”
19 ତେବେ ସେ କହିଲେ, “ସେମାନେ ତ ମୋହର ଭାଇ, ମୋʼ ମାତାର ପୁତ୍ର; ମୁଁ ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ତୁମ୍ଭେମାନେ ଯେବେ ସେମାନଙ୍କୁ ବଞ୍ଚାଇ ରଖିଥାʼନ୍ତ ତେବେ ମୁଁ ତୁମ୍ଭମାନଙ୍କୁ ବଧ କରନ୍ତି ନାହିଁ।”
Ndipo Gideoni anayankha kuti, “Ndikulumbira pa Mulungu, mukanapanda kuwapha nanenso sindikanakuphani. Ndi abale anga amenewo, ana a amayi anga enieni.”
20 ତହୁଁ ସେ ଆପଣା ଜ୍ୟେଷ୍ଠ ପୁତ୍ର ଯେଥରକୁ କହିଲେ, “ଉଠ, ସେମାନଙ୍କୁ ବଧ କର,” ମାତ୍ର ସେ ଯୁବା ଆପଣା ଖଡ୍ଗ ବାହାର କଲା ନାହିଁ, କାରଣ ସେ ଯୁବା ଥିବାରୁ ଭୟ କଲା।
Tsono anawuza Yetero, mwana wake wachisamba kuti, “Tiye, ipha anthu amenewa!” Koma chifukwa Yeteri anali wamngʼono sanasolole lupanga lake, popeza anachita mantha.
21 ତହିଁରେ ସେବହ ଓ ସଲମୁନ୍ନ କହିଲେ, “ତୁମ୍ଭେ ଉଠି ଆମ୍ଭମାନଙ୍କୁ ଆଘାତ କର; କାରଣ ଯେ ଯେପରି ପୁରୁଷ, ତାହାର ସେପରି ବୀରତ୍ୱ।” ଏଉତ୍ତାରେ ଗିଦିୟୋନ୍ ଉଠି ସେବହକୁ ଓ ସଲମୁନ୍ନକୁ ବଧ କଲେ, ପୁଣି ସେମାନଙ୍କ ଓଟମାନଙ୍କ ଗଳାର ସମସ୍ତ ଚନ୍ଦ୍ରହାର କାଢ଼ି ନେଲେ।
Tsono Zeba ndi Zalimuna anawuza Gideoni kuti, “Bwera utiphe ndiwe chifukwa uli ndi mphamvu za munthu wamkulu.” Choncho Gideoni anapita nawapha natenganso zokongoletsera zimene zinali pa makosi a ngamira zawo.
22 ଏଥିଉତ୍ତାରେ ଇସ୍ରାଏଲ ଲୋକମାନେ ଗିଦିୟୋନ୍ଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର, ମଧ୍ୟ ତୁମ୍ଭ ପୁତ୍ରର ପୁତ୍ର ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କର; କାରଣ ତୁମ୍ଭେ ମିଦୀୟନର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ।”
Aisraeli anati kwa Gideoni, “Inu muzitilamulira, mwana wanu ndi zidzukulu zanu, chifukwa mwatipulumutsa mʼmanja mwa Amidiyani.”
23 ତହିଁରେ ଗିଦିୟୋନ୍ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବି ନାହିଁ, କିଅବା ମୋʼ ପୁତ୍ର ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ; ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।”
Koma Gideoni anawawuza kuti, “Sindidzakulamulirani, mwana wanganso sadzakulamulirani. Koma Yehova ndiye adzakulamulirani.”
24 ପୁଣି ଗିଦିୟୋନ୍ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ନିକଟରେ ଏହି ନିବେଦନ କରୁଅଛି ଯେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଲୁଟିତ ନଥ ଆମ୍ଭକୁ ଦିଅ।” କାରଣ ସେମାନେ ଇଶ୍ମାୟେଲୀୟ ଲୋକ ଥିବାରୁ ସେମାନଙ୍କର ସୁବର୍ଣ୍ଣ ନଥ ଥିଲା।
Gideoni anatinso, “Ine ndikupemphani chinthu chimodzi. Aliyense wa inu andipatse ndolo zomwe anafunkha ku nkhondo.” (Adani aja anali ndi ndolo zagolide popeza anali Aismaeli).
25 ତହିଁରେ ସେମାନେ ଉତ୍ତର କଲେ, “ଆମ୍ଭେମାନେ ତାହା ଅବଶ୍ୟ ଦେବୁ।” ପୁଣି ସେମାନେ ବସ୍ତ୍ର ବିଛାଇ ପ୍ରତ୍ୟେକେ ତହିଁ ମଧ୍ୟରେ ଆପଣା ଆପଣା ଲୁଟିତ ନଥ ପକାଇଲେ।
Iwo anayankha kuti, “Ife tikupatsani ndithu ndolozi.” Choncho anayala chinsalu, ndipo aliyense anaponyapo ndolo zimene anafunkha.
26 ତହିଁରେ ଚନ୍ଦ୍ରହାର ଓ ଝୁମୁକା ଓ ମିଦୀୟନୀୟ ରାଜାମାନଙ୍କ ପରିଧେୟ ବାଇଗଣିଆ ରଙ୍ଗ ବସ୍ତ୍ର ଓ ସେମାନଙ୍କ ଓଟର ଗଳାହାର ଛଡ଼ା ତାଙ୍କର ବାଞ୍ଛିତ ସୁବର୍ଣ୍ଣ ନଥର ପରିମାଣ ଏକ ସହସ୍ର ସାତ ଶହ ଶେକଲ ସୁବର୍ଣ୍ଣ ହେଲା।
Tsono kulemera kwa ndolo zagolide zimene anapereka kunali makilogalamu makumi awiri, osawerengera kulemera kwa mphande, mkanda wamʼkhosi, zovala zapepo za mafumu a Midiyani ndiponso malamba azitsulo za mʼmakosi a ngamira zawo.
27 ତହୁଁ ଗିଦିୟୋନ୍ ତହିଁରେ ଏକ ଏଫୋଦ ବନାଇ ଆପଣାର ଅଫ୍ରା ନାମକ ନଗରରେ ରଖିଲେ; ଆଉ ସମସ୍ତ ଇସ୍ରାଏଲ ତହିଁର ପଶ୍ଚାଦ୍ଗମନ କରି ସେଠାରେ ବ୍ୟଭିଚାରୀ ହେଲେ; ପୁଣି ତାହା ଗିଦିୟୋନ୍ଙ୍କ ପ୍ରତି ଓ ତାଙ୍କର ବଂଶ ପ୍ରତି ଫାନ୍ଦ ସ୍ୱରୂପ ହେଲା।
Gideoni anagwiritsa ntchito golide uja kupanga efodi, ndipo anakamuyika ku mzinda wake ku Ofura. Tsono Aisraeli onse anasiya kupembedza Yehova nayamba kupembedza efodiyo kumeneko. Ichi chinasanduka msampha kwa Gideoni ndi banja lake lonse.
28 ଏହିରୂପେ ମିଦୀୟନ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ବଶୀଭୂତ ହେଲା ଓ ସେମାନେ ଆଉ ଆପଣାମାନଙ୍କ ମସ୍ତକ ଉଠାଇଲେ ନାହିଁ। ତହୁଁ ଗିଦିୟୋନ୍ଙ୍କର ସମୟରେ ଦେଶ ଚାଳିଶ ବର୍ଷ ବିଶ୍ରାମ ପାଇଲା।
Choncho Amidiyani anagonjetsedwa ndi Aisraeli ndipo sanayeserenso kuwawukira. Ndipo dzikolo linakhala pa mtendere kwa zaka 40 pamene Gideoni anali ndi moyo.
29 ଏଥିଉତ୍ତାରେ ଯୋୟାଶ୍ର ପୁତ୍ର ଯିରୁବ୍ବାଲ୍ ଯାଇ ତାଙ୍କ ନିଜ ଗୃହରେ ବାସ କଲେ।
Yeru-Baala mwana wa Yowasi anapita kukakhala kwawo.
30 ସେହି ଗିଦିୟୋନ୍ର ଔରସଜାତ ସତୁରି ଜଣ ପୁତ୍ର ଥିଲେ; କାରଣ ତାଙ୍କର ଅନେକ ଭାର୍ଯ୍ୟା ଥିଲେ।
Ana a Gideoni anali 70 popeza anali ndi akazi ambiri.
31 ପୁଣି ଶିଖିମରେ ତାଙ୍କର ଯେଉଁ ଉପପତ୍ନୀ ଥିଲା, ସେ ମଧ୍ୟ ତାଙ୍କର ଏକ ପୁତ୍ର ଜନ୍ମ କଲା, ତହିଁରେ ସେ ତାହାର ନାମ ଅବୀମେଲକ୍ ରଖିଲେ।
Mdzakazi wake amene anali ku Sekemu, anabereka naye mwana wamwamuna, amene anamutcha Abimeleki.
32 ଏଥିଉତ୍ତାରେ ଯୋୟାଶ୍ର ପୁତ୍ର ଗିଦିୟୋନ୍ ଉତ୍ତମ ବୃଦ୍ଧାବସ୍ଥାରେ ମଲେ, ପୁଣି ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ତାଙ୍କ ପିତା ଯୋୟାଶ୍ର କବରରେ କବର ପାଇଲେ।
Gideoni mwana wa Yowasi anamwalira atakalamba ndipo anayikidwa mʼmanda a abambo ake, Yowasi ku Ofura mzinda wa Mwabiezeri.
33 ଏଥିଉତ୍ତାରେ ଗିଦିୟୋନ୍ ମଲା କ୍ଷଣି ଇସ୍ରାଏଲ ଲୋକମାନେ ଫେରି ବାଲ୍ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ବ୍ୟଭିଚାରୀ ହେଲେ, ପୁଣି ବାଲ୍-ବରୀତକୁ ଆପଣାମାନଙ୍କର ଦେବତା ମାନିଲେ।
Atangomwalira Gideoni, Aisraeli anayambanso kupembedza Abaala. Iwo anasandutsa Baala-Beriti kukhala mulungu wawo.
34 ଆଉ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ହସ୍ତରୁ ଇସ୍ରାଏଲ-ସନ୍ତାନଗଣକୁ ରକ୍ଷା କରିଥିଲେ ଯେଉଁ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ତାହାଙ୍କୁ ସେମାନେ ସ୍ମରଣ କଲେ ନାହିଁ।
Aisraeli sanakumbukirenso Yehova Mulungu wawo amene anawapulumutsa mʼmanja mwa adani awo mbali zonse.
35 କିଅବା ଯିରୁବ୍ବାଲ୍, ଅର୍ଥାତ୍, ଗିଦିୟୋନ୍ ଇସ୍ରାଏଲ ପ୍ରତି ଯେରୂପ ସଦୟ ହୋଇଥିଲେ, ସେମାନେ ତଦନୁସାରେ ତାଙ୍କର ବଂଶ ପ୍ରତି ଦୟା ବ୍ୟବହାର କଲେ ନାହିଁ।
Ndiponso sanachite zinthu zokomera banja la Yeru-Baala (ndiye kuti Gideoni) chifukwa cha zabwino zonse zimene iye anawachitira.