< ବିଚାରକର୍ତ୍ତା 9 >

1 ଏଥିଉତ୍ତାରେ ଯିରୁବ୍ବାଲ୍‍ର ପୁତ୍ର ଅବୀମେଲକ୍‍ ଶିଖିମରେ ଆପଣା ମାତାର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ ଓ ନିଜ ମାତାର ପିତୃଗୃହର ସମସ୍ତ ବଂଶକୁ କହିଲା;
Or Abimelec, figliuolo di Ierubbaal, andò a Sichem dai fratelli di sua madre e parlò loro e a tutta la famiglia del padre di sua madre, dicendo:
2 “ବିନୟ କରୁଅଛି, ତୁମ୍ଭେମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ଯିରୁବ୍ବାଲ୍‍ର ସତୁରି ପୁତ୍ରଯାକ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ, ନା ଜଣେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ‘ତୁମ୍ଭମାନଙ୍କ ପକ୍ଷରେ କି ଭଲ?’ ଏହା ମଧ୍ୟ ମନେ କର ଯେ, ମୁଁ ତୁମ୍ଭମାନଙ୍କର ଅସ୍ଥି ଓ ମାଂସ ଅଟେ।”
“Deh, dite ai Sichemiti, in modo che tutti odano: Qual cosa e migliore per voi, che settanta uomini, tutti figliuoli di Ierubbaal, regnino su voi, oppure che regni su voi uno solo? E ricordatevi ancora che io sono vostre ossa e vostra carne”.
3 ତହିଁରେ ତାହାର ମାତାର ଭାଇମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ ତାହାର ପକ୍ଷରେ ଏସବୁ କଥା କହନ୍ତେ, ଅବୀମେଲକ୍‍ର ପଶ୍ଚାଦ୍‍ଗାମୀ ହେବାକୁ ସେମାନଙ୍କ ମନ ମଙ୍ଗିଲା; କାରଣ ସେମାନେ କହିଲେ, ସେ ଆମ୍ଭମାନଙ୍କର ଭାଇ।
I fratelli di sua madre parlarono di lui ripetendo a tutti i Sichemiti tutte quelle parole; e il cuor loro s’inchinò a favore di Abimelec, perché dissero: “E’ nostro fratello”.
4 ପୁଣି ସେମାନେ ତାହାକୁ ବାଲ୍‍-ବରୀତର ମନ୍ଦିରରୁ ସତୁରି ଖଣ୍ଡ ରୂପା ଦେଲେ, ତହିଁରେ ଅବୀମେଲକ୍‍ ବେତନ ଦେଇ ଅଦରକାରୀ ଓ ଦୁଃସାହସୀ ଲୋକମାନଙ୍କୁ ରଖିଲା, ସେମାନେ ତାହାର ପଶ୍ଚାଦ୍‍ଗାମୀ ହେଲେ।
E gli diedero settanta sicli d’argento, che tolsero dal tempio di Baal-Berith, coi quali Abimelec assoldò degli uomini da nulla e audaci che lo seguirono.
5 ତହୁଁ ସେ ଅଫ୍ରାସ୍ଥିତ ଆପଣା ପିତୃଗୃହକୁ ଯାଇ ଆପଣାର ସତୁରି ଭାଇ ଯିରୁବ୍ବାଲ୍‍ର ପୁତ୍ରମାନଙ୍କୁ ଏକ ପ୍ରସ୍ତର ଉପରେ ବଧ କଲା; ମାତ୍ର ଯିରୁବ୍ବାଲ୍‍ର କନିଷ୍ଠ ପୁତ୍ର ଯୋଥମ୍‍ ଆପଣାକୁ ଲୁଚାଇବାରୁ ଅବଶିଷ୍ଟ ରହିଲା।
Ed egli venne alla casa di suo padre, a Ofra, e uccise sopra un stessa pietra i suoi fratelli, figliuoli di Ierubbaal, settanta uomini; ma Jotham, figliuolo minore di Ierubbaal, scampò, perché s’era nascosto.
6 ପୁଣି, ଶିଖିମ ନିବାସୀ ଲୋକମାନେ ଓ ମିଲ୍ଲୋ ନିବାସୀ ସମସ୍ତେ ଏକତ୍ରିତ ହୋଇଯାଇ ଶିଖିମରେ ଥିବା ସ୍ତମ୍ଭ ନିକଟସ୍ଥ ଅଲୋନ ବୃକ୍ଷ ମୂଳରେ ଅବୀମେଲକ୍‍କୁ ରାଜା କଲେ।
Poi tutti i Sichemiti e tutta la casa di Millo si radunarono e andarono a proclamar re Abimelec, presso la quercia del monumento che si trova a Sichem.
7 ତହୁଁ ଲୋକମାନେ ଯୋଥମ୍‍କୁ ଏହି ସମ୍ବାଦ ଦିଅନ୍ତେ, ସେ ଯାଇ ଗରିଷୀମ ପର୍ବତ ଶିଖରରେ ଠିଆ ହୋଇ ଉଚ୍ଚସ୍ୱରରେ ଡାକି ସେମାନଙ୍କୁ କହିଲା, ହେ ଶିଖିମ ନିବାସୀ ଲୋକଗଣ, “ଆମ୍ଭ କଥା ଶୁଣ, ତହିଁରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ।
E Jotham, essendo stato informato della cosa, andò a porsi sulla sommità del monte Garizim, e alzando la voce gridò: “Ascoltatemi, Sichemiti, e vi ascolti Iddio!
8 ଏକ ସମୟରେ ବୃକ୍ଷମାନେ ଆପଣା ଉପରେ ରାଜା ଅଭିଷେକ କରିବାକୁ ଗଲେ; ସେମାନେ ଜୀତ ବୃକ୍ଷକୁ କହିଲେ, ‘ତୁମ୍ଭେ ଆମ୍ଭମାନଙ୍କ ଉପରେ ରାଜତ୍ୱ କର;’
Un giorno, gli alberi si misero in cammino per ungere un re che regnasse su loro; e dissero all’ulivo: Regna tu su noi.
9 ମାତ୍ର ଜୀତବୃକ୍ଷ ସେମାନଙ୍କୁ କହିଲା, ‘ମୋହର ଯେଉଁ ତୈଳ ଘେନି ଲୋକମାନେ ମୋʼ ଦ୍ୱାରା ପରମେଶ୍ୱରଙ୍କର ଓ ମନୁଷ୍ୟର ଗୌରବ କରନ୍ତି, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?’
Ma l’ulivo rispose loro: Rinunzierei io al mio olio che Dio e gli uomini onorano in me, per andare ad agitarmi al disopra degli alberi?
10 ତହୁଁ ବୃକ୍ଷମାନେ ଡିମ୍ବିରିବୃକ୍ଷକୁ କହିଲେ, ‘ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’
Allora gli alberi dissero al fico: Vieni tu a regnare su noi.
11 ମାତ୍ର ଡିମ୍ବିରିବୃକ୍ଷ ସେମାନଙ୍କୁ କହିଲା, ‘ମୁଁ କି ଆପଣା ମିଷ୍ଟତା ଓ ଉତ୍ତମ ଫଳ ତ୍ୟାଗ କରି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?’
Ma il fico rispose loro: Rinunzierei io alla mia dolcezza e al mio frutto squisito per andare ad agitarmi al disopra degli alberi?
12 ଏଉତ୍ତାରେ ବୃକ୍ଷମାନେ ଦ୍ରାକ୍ଷାଲତାକୁ କହିଲେ, ‘ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’
Poi gli alberi dissero alla vite: Vieni tu a regnare su noi.
13 ତହିଁରେ ଦ୍ରାକ୍ଷାଲତା ସେମାନଙ୍କୁ କହିଲା, ମୋହର ଯେଉଁ ଦ୍ରାକ୍ଷାରସ ପରମେଶ୍ୱରଙ୍କୁ ଓ ମନୁଷ୍ୟକୁ ପ୍ରସନ୍ନ କରେ, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?
Ma la vite rispose loro: Rinunzierei io al mio vino che rallegra Dio e gli uomini, per andare ad agitarmi al disopra degli alberi?
14 ତହୁଁ ବୃକ୍ଷଯାକ କଣ୍ଟକଲତାକୁ କହିଲେ, ‘ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’
Allora tutti gli alberi dissero al pruno: Vieni tu a regnare su noi.
15 ତହିଁରେ କଣ୍ଟକଲତା ବୃକ୍ଷମାନଙ୍କୁ କହିଲା, ‘ଯେବେ ତୁମ୍ଭେମାନେ ମୋତେ ତୁମ୍ଭମାନଙ୍କ ଉପରେ ସତ୍ୟରେ ରାଜା କରିବାକୁ ଅଭିଷେକ କର, ତେବେ ଆସି ମୋର ଛାୟାରେ ଆଶ୍ରୟ ନିଅ; ନୋହିଲେ କଣ୍ଟକଲତାରୁ ଅଗ୍ନି ବାହାରି ଲିବାନୋନର ଏରସ ବୃକ୍ଷମାନଙ୍କୁ ଗ୍ରାସ କରୁ।’
E il pruno rispose agli alberi: Se è proprio in buona fede che volete ungermi re per regnare su voi, venite a rifugiarvi sotto l’ombra mia; se no, esca un fuoco dal pruno e divori i cedri del Libano!
16 ଏବେ ତୁମ୍ଭେମାନେ ଅବୀମେଲକ୍‍କୁ ରାଜା କରିବାରେ ଯେବେ ସତ୍ୟ ଓ ସରଳ ବ୍ୟବହାର କରିଥାଅ ଓ ଯିରୁବ୍ବାଲ୍‍ ଓ ତାଙ୍କ ବଂଶ ପ୍ରତି ଭଲ ବ୍ୟବହାର କରିଥାଅ ଓ ତାଙ୍କର ହସ୍ତକୃତ କର୍ମାନୁସାରେ ତାଙ୍କ ପ୍ରତି ବ୍ୟବହାର କରିଥାଅ, (ତେବେ ଉତ୍ତମ);
E ora, se vi siete condotti con fedeltà e con integrità proclamando re Abimelec, se avete agito bene verso Ierubbaal e la sua casa, se avete ricompensato lui, mio padre, di quel che ha fatto per voi
17 କାରଣ ମୋର ପିତା ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିଥିଲେ ଓ ପ୍ରାଣପଣ କରି ମିଦୀୟନର ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କରିଥିଲେ;
quando ha combattuto per voi, quando ha messo a repentaglio la sua vita e vi ha liberati dalle mani di Madian,
18 ମାତ୍ର ତୁମ୍ଭେମାନେ ଆଜି ମୋର ପିତୃଗୃହ ବିରୁଦ୍ଧରେ ଉଠିଅଛ ଓ ତାଙ୍କର ସତୁରି ପୁତ୍ରଙ୍କୁ ଏକ ପ୍ରସ୍ତର ଉପରେ ବଧ କରିଅଛ ଓ ତାଙ୍କ ଦାସୀପୁତ୍ର ଅବୀମେଲକ୍‍ ତୁମ୍ଭମାନଙ୍କ ଭାଇ ହେବା ସକାଶୁ ତାହାକୁ ଶିଖିମ ନିବାସୀ ଲୋକମାନଙ୍କ ଉପରେ ରାଜା କରିଅଛ।
mentre voi, oggi, siete insorti contro la casa di mio padre, avete ucciso i suoi figliuoli, settanta uomini, sopra una stessa pietra, e avete proclamato re dei Sichemiti Abimelec, figliuolo della sua serva, perché è vostro fratello,
19 ଏହେତୁ ଯେବେ ଆଜି ତୁମ୍ଭେମାନେ ଯିରୁବ୍ବାଲ୍‍ ଓ ତାଙ୍କର ବଂଶ ସଙ୍ଗେ ସତ୍ୟ ଓ ସରଳ ବ୍ୟବହାର କରିଥାଅ, ତେବେ ଅବୀମେଲକ୍‍କୁ ଘେନି ଆନନ୍ଦ କର ଓ ସେ ମଧ୍ୟ ତୁମ୍ଭମାନଙ୍କୁ ଘେନି ଆନନ୍ଦ କରୁ।
se, dico, avete oggi agito con fedeltà e con integrità verso Ierubbaal e la sua casa, godetevi Abimelec, e Abimelec si goda di voi!
20 ମାତ୍ର ଯେବେ କରି ନାହଁ, ତେବେ ଅବୀମେଲକ୍‍ଠାରୁ ଅଗ୍ନି ବାହାରି ଶିଖିମ ନିବାସୀ ଲୋକଗଣଙ୍କୁ ଓ ମିଲ୍ଲୋ ନିବାସୀମାନଙ୍କୁ ଗ୍ରାସ କରୁ; ପୁଣି ଶିଖିମ ନିବାସୀ ଲୋକଗଣଠାରୁ ଓ ମିଲ୍ଲୋ ନିବାସୀମାନଙ୍କଠାରୁ ଅଗ୍ନି ବାହାରି ଅବୀମେଲକ୍‍କୁ ଗ୍ରାସ କରୁ।”
Se no, esca da Abimelec un fuoco, che divori i Sichemiti e la casa di Millo, ed esca dai Sichemiti e dalla casa di Millo un fuoco, che divori Abimelec!”
21 ଏଉତ୍ତାରେ ଯୋଥମ୍‍ ବେଗେ ପଳାଇଲା, ପୁଣି ଆପଣା ଭାଇ ଅବୀମେଲକ୍‍ ଭୟରେ ବେରରେ ଯାଇ ବାସ କଲା।
Poi Jotham corse via, fuggì e andò a stare a Beer, per paura di Abimelec, suo fratello.
22 ଏଥିଉତ୍ତାରେ ଅବୀମେଲକ୍‍ ଇସ୍ରାଏଲ ଉପରେ ତିନି ବର୍ଷ ଅଧିପତି ହେଲା।
E Abimelec signoreggiò sopra Israele tre anni.
23 ପରମେଶ୍ୱର ଅବୀମେଲକ୍‍ ଓ ଶିଖିମ ନିବାସୀ ଲୋକମାନଙ୍କ ମଧ୍ୟରେ ମନ୍ଦ ଆତ୍ମା ପଠାଇଲେ, ତହିଁରେ ଶିଖିମ ନିବାସୀ ଲୋକମାନେ ଅବୀମେଲକ୍‍ ପ୍ରତି ବିଶ୍ୱାସଘାତକତା କଲେ,
Poi Iddio mandò un cattivo spirito fra Abimelec e i Sichemiti, e i Sichemiti ruppero fede ad Abimelec,
24 ଯେପରି ଯିରୁବ୍ବାଲ୍‍ର ସତୁରି ପୁତ୍ରଙ୍କ ପ୍ରତି ନିଷ୍ଠୁରତାର ପ୍ରତିଫଳ ଘଟେ ଓ ସେମାନଙ୍କୁ ବଧ କରିଥିଲା ଯେ ସେମାନଙ୍କ ଭାଇ ଅବୀମେଲକ୍‍ ଉପରେ ଏବଂ ଭାଇମାନଙ୍କୁ ବଧ କରିବାରେ ତାହାର ସାହାଯ୍ୟକାରୀ ଶିଖିମ ନିବାସୀ ଲୋକଙ୍କ ଉପରେ ସେହି ରକ୍ତପାତର ଅପରାଧ ବର୍ତ୍ତେ।
affinché la violenza fatta ai settanta figliuoli di Ierubbaal ricevesse il suo castigo, e il loro sangue ricadesse sopra Abimelec, loro fratello, che li aveva uccisi, e sopra i Sichemiti che gli avean prestato mano a uccidere i suoi fratelli.
25 ଆଉ ଶିଖିମ ନିବାସୀ ଲୋକଗଣ ତାହା ଲାଗି ପର୍ବତ ଶୃଙ୍ଗମାନଙ୍କରେ ଲୋକମାନଙ୍କୁ ଗୋପନରେ ଛକି ବସାଇଲେ, ତହିଁରେ ସେମାନଙ୍କ ନିକଟ ଦେଇ ସେହି ବାଟେ ଯାହା କିଛି ଗଲା, ତାହାସବୁ ସେମାନେ ଲୁଟ କଲେ; ପୁଣି ଅବୀମେଲକ୍‍ ତହିଁର ସମ୍ବାଦ ପାଇଲା।
I Sichemiti posero in agguato contro di lui, sulla cima de’ monti, della gente che svaligiava sulla strada chiunque le passasse vicino. E Abimelec fu informato della cosa.
26 ଏଥିଉତ୍ତାରେ ଏବଦର ପୁତ୍ର ଗାଲ୍‍ ଆପଣା ଭାଇମାନଙ୍କୁ ସଙ୍ଗେ ନେଇ ଶିଖିମକୁ ଗଲା, ପୁଣି ଶିଖିମ ନିବାସୀ ଲୋକମାନେ ତାହା ଉପରେ ନିର୍ଭର ରଖିଲେ।
Poi Gaal, figliuolo di Ebed, e i suoi fratelli vennero e si stabilirono a Sichem, e i Sichemiti riposero in lui la loro fiducia.
27 ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍‍କୁ ଶାପ ଦେଲେ।
E, usciti alla campagna, vendemmiarono le loro vigne, pestarono le uve, e fecero festa. Poi entrarono nella casa del loro dio, mangiarono, bevvero, e maledissero Abimelec.
28 ତହିଁରେ ଏବଦର ପୁତ୍ର ଗାଲ୍‍ କହିଲା, “ଅବୀମେଲକ୍‍ କିଏ ଓ ଶିଖିମ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ? ସେ କି ଯିରୁବ୍ବାଲ୍‍ର ପୁତ୍ର ନୁହେଁ? ଓ ସବୂଲ୍‍ କି ତାହାର ସେନାପତି ନୁହେଁ? ତୁମ୍ଭେମାନେ ଶିଖିମର ପିତା ହମୋରର ଲୋକମାନଙ୍କୁ ସେବା କର, ମାତ୍ର କାହିଁକି ଆମ୍ଭେମାନେ ତାହାର ସେବା କରିବୁ?
E Gaal, figliuolo di Ebed, disse: “Chi è Abimelec, e che cos’è Sichem, che abbiamo a servire ad Abimelec? non è egli figliuolo di Ierubbaal? e Zebul non è egli suo commissario? Servite agli uomini di Hamor, padre di Sichem! Ma noi perché serviremmo a costui?
29 ଆଃ, ଏହି ଲୋକମାନେ ଯେବେ ମୋର ହସ୍ତଗତ ହୁଅନ୍ତେ! ତେବେ ଆମ୍ଭେ ଅବୀମେଲକ୍‍କୁ ଦୂର କରି ଦିଅନ୍ତୁ।” ପୁଣି ସେ ଅବୀମେଲକ୍‍କୁ ଲକ୍ଷ୍ୟ କରି କହିଲା, “ତୁମ୍ଭେ ଆପଣା ସୈନ୍ୟ ବଢ଼ାଇ ବାହାରକୁ ଆସ।”
Ah, se avessi in poter mio questo popolo, io caccerei Abimelec!” Poi disse ad Abimelec: “Rinforza il tuo esercito e fatti avanti!”
30 ଏବଦର ପୁତ୍ର ଗାଲ୍‍ର ଏ କଥା ନଗରର ଅଧିପତି ସବୂଲ୍‍ ଶୁଣନ୍ତେ, ତାହାର କ୍ରୋଧ ପ୍ରଜ୍ୱଳିତ ହେଲା।
Or Zebul, governatore della città, avendo udito le parole di Gaal, figliuolo di Ebed, s’accese d’ira,
31 ପୁଣି ସେ ଛଳରେ ଅବୀମେଲକ୍‍ ନିକଟକୁ ଦୂତମାନଙ୍କୁ ପଠାଇ କହିଲା, “ଦେଖ, ଏବଦର ପୁତ୍ର ଗାଲ୍‍ ଓ ତାହାର ଭାଇମାନେ ଶିଖିମକୁ ଆସିଅଛନ୍ତି; ଆଉ ଦେଖ, ସେମାନେ ତୁମ୍ଭ ବିରୁଦ୍ଧରେ ନଗରରେ କୁପ୍ରବୃତ୍ତି ଦେଉଅଛନ୍ତି।
e mandò segretamente de’ messi ad Abimelec per dirgli: “Ecco, Gaal, figliuolo di Ebed, e i suoi fratelli son venuti a Sichem, e sollevano la città contro di te.
32 ଏହେତୁ ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଲୋକମାନେ ରାତ୍ରିରେ ଉଠି କ୍ଷେତ୍ରରେ ଛକି ବସ।
Or dunque, lèvati di notte con la gente che è teco, e fa, un’imboscata nella campagna;
33 ପୁଣି ସକାଳେ ସୂର୍ଯ୍ୟୋଦୟ ହେବାମାତ୍ର ଚଞ୍ଚଳ ଉଠି ନଗର ଆକ୍ରମଣ କରିବ; ତହିଁରେ ଦେଖ, ସେ ଓ ତାହାର ସଙ୍ଗୀ ଲୋକମାନେ ତୁମ୍ଭ ବିରୁଦ୍ଧରେ ବାହାର ହୋଇ ଆସିଲେ ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କରିବ।”
e domattina, non appena spunterà il sole, ti leverai e piomberai sulla città. E quando Gaal con la gente che è con lui uscirà contro a te, tu gli farai quel che sarà necessario”.
34 ଏଥିରେ ଅବୀମେଲକ୍‍ ଓ ତାହାର ସଙ୍ଗୀ ସମସ୍ତେ ରାତ୍ରିରେ ଉଠି ଚାରିଦଳ ହୋଇ ଶିଖିମ ବିରୁଦ୍ଧରେ ଛକି ବସିଲେ।
Abimelec e tutta la gente ch’era con lui si levaron di notte, e fecero un’imboscata contro a Sichem, divisi in quattro schiere.
35 ପୁଣି ଏବଦର ପୁତ୍ର ଗାଲ୍‍ ବାହାରେ ଯାଇ ନଗରଦ୍ୱାର-ପ୍ରବେଶ ସ୍ଥାନରେ ଠିଆ ହେଲା; ଆଉ ଅବୀମେଲକ୍‍ ଓ ତାହାର ସଙ୍ଗୀ ଲୋକମାନେ ଛକିବା ସ୍ଥାନରୁ ଉଠିଲେ।
Intanto Gaal, figliuolo di Ebed, uscì, e si fermò all’ingresso della porta della città; e Abimelec uscì dall’imboscata con la gente ch’era con lui.
36 ଆଉ ଗାଲ୍‍ ଲୋକମାନଙ୍କୁ ଦେଖନ୍ତେ, ସେ ସବୂଲ୍‍କୁ କହିଲା, “ଦେଖ, ପର୍ବତ ଶିଖରରୁ ଲୋକମାନେ ଓହ୍ଲାଇ ଆସୁଅଛନ୍ତି। ତହିଁରେ ସବୂଲ୍‍ ତାହାକୁ କହିଲା, ପର୍ବତର ଛାୟା ତୁମ୍ଭକୁ ମନୁଷ୍ୟ ପରି ଦିଶୁଅଛି।”
Gaal, veduta quella gente, disse a Zebul: “Ecco gente che scende dall’alto de’ monti”. E Zebul gli rispose: “Tu vedi l’ombra de’ monti e la prendi per uomini”.
37 ଏଥିଉତ୍ତାରେ ଗାଲ୍‍ ପୁନର୍ବାର କହିଲା, “ଦେଖ, ଲୋକମାନେ ଦେଶ ମଧ୍ୟଦେଇ ଓହ୍ଲାଇ ଆସୁଅଛନ୍ତି, ଆଉ ଏକ ଦଳ ମିଓନିନିମ ଅଲୋନ ବୃକ୍ଷର ପଥ ଦେଇ ଆସୁଅଛନ୍ତି।”
E Gaal riprese a dire: “Guarda, c’è gente che scende dalle alture del paese, e una schiera che giunge per la via della quercia degl’indovini”.
38 ତହୁଁ ସବୂଲ୍‍ ତାହାକୁ କହିଲା, ତୁମ୍ଭେ ଯେ କହିଥିଲ, “ଅବୀମେଲକ୍‍ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ, ତୁମ୍ଭର ସେହି ମୁହଁଟି ଏବେ କାହିଁ? ତୁମ୍ଭେ କି ଏହି ଲୋକମାନଙ୍କୁ ତୁଚ୍ଛ କରି ନ ଥିଲ? ତେଣୁ, ଏବେ ବାହାରି ସେମାନଙ୍କ ସଙ୍ଗେ ଯୁଦ୍ଧ କର?”
Allora Zebul gli disse: “Dov’è ora la tua millanteria di quando dicevi: Chi è Abimelec, che abbiamo a servirgli? Non è questo il popolo che disprezzavi? Orsù, fatti avanti e combatti contro di lui!”
39 ଏଥିରେ ଗାଲ୍‍ ଶିଖିମ ନିବାସୀ ଲୋକଗଣ ସମ୍ମୁଖରେ ବାହାର ହୋଇ ଅବୀମେଲକ୍‍ ସଙ୍ଗରେ ଯୁଦ୍ଧ କଲା।
Allora Gaal uscì alla testa dei Sichemiti, e diè battaglia ad Abimelec.
40 ତହିଁରେ ଅବୀମେଲକ୍‍ ତାହାକୁ ଗୋଡ଼ାନ୍ତେ, ସେ ତାହା ସମ୍ମୁଖରୁ ପଳାଇଲା ଓ ଦ୍ୱାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଅନେକେ ହତ ହୋଇ ପଡ଼ିଲେ।
Ma Abimelec gli diè la caccia, ed egli fuggì d’innanzi a lui, e molti uomini caddero morti fino all’ingresso della porta.
41 ଏଉତ୍ତାରେ ଅବୀମେଲକ୍‍ ଅରୁମାରେ ରହିଲା; ପୁଣି ସବୂଲ୍‍ ଗାଲ୍‍କୁ ଓ ତାହାର ଭ୍ରାତୃଗଣକୁ ତଡ଼ିଦେଲା, ସେମାନଙ୍କୁ ଶିଖିମରେ ବାସ କରିବାକୁ ଦେଲା ନାହିଁ।
E Abimelec si fermò ad Aruma, e Zebul cacciò Gaal e i suoi fratelli, che non poteron più rimanere a Sichem.
42 ପରଦିନ ଲୋକମାନେ ବାହାର ହୋଇ କ୍ଷେତ୍ରକୁ ଯାଆନ୍ତେ, କେହି ଜଣେ ଅବୀମେଲକ୍‍କୁ ସମ୍ବାଦ ଦେଲା।
Il giorno seguente, il popolo di Sichem uscì alla campagna; e Abimelec ne fu informato.
43 ତେଣୁ ସେ ଲୋକ ନେଇ ତିନି ଦଳ କରି କ୍ଷେତ୍ର ମଧ୍ୟରେ ଛକି ବସିଲା; ପୁଣି ସେ ଅନାଇଲା ଯେ, ଦେଖ, ଲୋକମାନେ ନଗରରୁ ବାହାରି ଆସୁଅଛନ୍ତି; ତହିଁରେ ସେ ସେମାନଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ଆଘାତ କଲା।
Egli prese allora la sua gente, la divise in tre schiere, e fece un’imboscata ne’ campi; e quando vide che il popolo usciva dalla città, gli si levò contro e ne fece strage.
44 ପୁଣି ଅବୀମେଲକ୍‍ ଓ ତାହାର ସଙ୍ଗୀଦଳ ଶୀଘ୍ର ଆକ୍ରମଣ କରି ନଗରଦ୍ୱାର-ପ୍ରବେଶ ସ୍ଥାନରେ ଠିଆ ହୋଇ ରହିଲେ ଓ ଅନ୍ୟ ଦୁଇ ଦଳ କ୍ଷେତ୍ରସ୍ଥିତ ସମସ୍ତ ଲୋକଙ୍କୁ ଆକ୍ରମଣ କରି ବଧ କଲେ।
Poi Abimelec e la gente che avea seco si slanciarono e vennero a porsi all’ingresso della porta della città, mentre le altre due schiere si gettarono su tutti quelli che erano nella campagna, e ne fecero strage.
45 ପୁଣି ଅବୀମେଲକ୍‍ ସେହି ସାରାଦିନ ନଗର ବିରୁଦ୍ଧରେ ଯୁଦ୍ଧ କଲା ଓ ନଗର ହସ୍ତଗତ କରି ତହିଁ ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବଧ କଲା; ପୁଣି ସେ ନଗରକୁ ସମଭୂମି କରି ତହିଁ ଉପରେ ଲବଣ ବୁଣିଲା।
E Abimelec attaccò la città tutto quel giorno, la prese e uccise il popolo che vi si trovava; poi spianò la città e vi seminò del sale.
46 ଏଥିଉତ୍ତାରେ ଶିଖିମ ଗଡ଼ସ୍ଥିତ ଲୋକଗଣ ଏ କଥା ଶୁଣି ଏଲ୍‍-ବରୀତ୍‍ ମନ୍ଦିରସ୍ଥିତ ଉଚ୍ଚ ଗୃହରେ ପ୍ରବେଶ କଲେ।
Tutti gli abitanti della torre di Sichem, all’udir questo, si ritirarono nel torrione del tempio di El-Berith.
47 ପୁଣି ଶିଖିମ ଗଡ଼ର ଲୋକମାନେ ଏକତ୍ରିତ ହୋଇଅଛନ୍ତି, ଏ କଥା ଅବୀମେଲକ୍‍ର କର୍ଣ୍ଣଗୋଚର ହେଲା।
E fu riferito ad Abimelec che tutti gli abitanti della torre di Sichem s’erano adunati quivi.
48 ତହିଁରେ ଅବୀମେଲକ୍‍ ଓ ତାହାର ସଙ୍ଗୀ ଲୋକ ସମସ୍ତେ ସଲମୋନ୍‍ ପର୍ବତକୁ ଉଠିଗଲେ ଓ ଅବୀମେଲକ୍‍ ହାତରେ କୁହ୍ରାଡ଼ି ଘେନି ବୃକ୍ଷରୁ ଖଣ୍ଡିଏ ଡାଳ ହାଣିଲା ଓ ତାହା ଉଠାଇ ଆପଣା କାନ୍ଧରେ ରଖିଲା; ଆଉ ଆପଣା ସଙ୍ଗୀମାନଙ୍କୁ କହିଲା, “ତୁମ୍ଭେମାନେ ମୋତେ ଯାହା କରିବାର ଦେଖିଲ, ତାହା ଶୀଘ୍ର କର ଓ ମୁଁ ଯେପରି କଲି, ସେପରି କର;”
Allora Abimelec salì sul monte Tsalmon con tutta la gente ch’era con lui; diè di piglio ad una scure, tagliò un ramo d’albero, lo sollevò e se lo mise sulla spalla; poi disse alla gente ch’era con lui: “Quel che m’avete veduto fare fatelo presto anche voi!”
49 ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ସେହିପରି ଏକ ଏକ ଡାଳ କାଟି ଅବୀମେଲକ୍‍ର ପଛେ ପଛେ ଯାଇ ସେହି ଉଚ୍ଚ ଗୃହ ପାଖରେ ରଖିଲେ ଓ ସେହି ଉଚ୍ଚ ଗୃହରେ ସେମାନଙ୍କ ଉପରେ ଅଗ୍ନି ଲଗାଇଲେ; ତେଣୁ ଶିଖିମ ଗଡ଼ର ସମସ୍ତ ଲୋକ ମଧ୍ୟ ମଲେ, ସେମାନେ ସ୍ତ୍ରୀ ପୁରୁଷ ଊଣାଧିକ ଏକ ହଜାର ଲୋକ ଥିଲେ।
Tutti tagliaron quindi anch’essi de’ rami, ognuno il suo, e seguitarono Abimelec; posero i rami contro al torrione, e arsero il torrione con quelli che v’eran dentro. Così perì tutta la gente della torre di Sichem, circa mille persone, fra uomini e donne.
50 ଏଉତ୍ତାରେ ଅବୀମେଲକ୍‍ ତେବେସକୁ ଗଲା ଓ ତେବସ ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହା ହସ୍ତଗତ କଲା।
Poi Abimelec andò a Thebets, la cinse d’assedio e la prese.
51 ମାତ୍ର ସେହି ନଗର ଭିତରେ ଗୋଟିଏ ଦୃଢ଼ ଗଡ଼ ଥିଲା; ଏଣୁ ପୁରୁଷ ଓ ସ୍ତ୍ରୀ ସମସ୍ତେ ଓ ନଗରର ଲୋକମାନେ ସେସ୍ଥାନକୁ ପଳାଇ ତହିଁ ଭିତରେ ଆପଣାମାନଙ୍କୁ ରୁଦ୍ଧ କରି ଗଡ଼ର ଛାତ ଉପରକୁ ଗଲେ।
Or in mezzo alla città c’era una forte torre, dove si rifugiarono tutti gli abitanti della città, uomini e donne; vi si rinchiusero dentro, e salirono sul tetto della torre.
52 ତହୁଁ ଅବୀମେଲକ୍‍ ସେହି ଗଡ଼କୁ ଆସି ତହିଁ ବିରୁଦ୍ଧରେ ଯୁଦ୍ଧ କଲା ଓ ତାହା ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ଗଡ଼ଦ୍ୱାରର ଅତି ନିକଟକୁ ଗଲା।
Abimelec, giunto alla torre, l’attaccò, e si accostò alla porta della torre per appiccarvi il fuoco.
53 ତହିଁରେ ଜଣେ ସ୍ତ୍ରୀ ଚକିର ଉପର-ପଟ ଅବୀମେଲକ୍‍ର ମୁଣ୍ଡ ଉପରକୁ ପକାଇ ତାହାର ଖପୁରି ଭାଙ୍ଗି ପକାଇଲା।
Ma una donna gettò giù un pezzo di macina sulla testa di Abimelec e gli spezzò il cranio.
54 ତେଣୁ ସେ ଶୀଘ୍ର ଆପଣା ଅସ୍ତ୍ରବାହକ ଯୁବାକୁ ଡାକି ତାହାକୁ କହିଲା, “ତୁମ୍ଭ ଖଡ୍ଗ ବାହାର କରି ମୋତେ ବଧ କର, ଯେପରି ଲୋକମାନେ ଆମ୍ଭ ବିଷୟରେ ନ କହିବେ ଯେ, ‘ଜଣେ ସ୍ତ୍ରୀ ତାହାକୁ ବଧ କଲା।’” ତହିଁରେ ତାହାର ଯୁବା ଲୋକ ତାହାକୁ ଭୁସି ଦିଅନ୍ତେ, ସେ ମଲା।
Ed egli chiamò tosto il giovane che gli portava le armi, e gli disse: “Tira fuori la spada e uccidimi, affinché non si dica: L’ha ammazzato una donna!” Il suo giovane allora lo trafisse, ed egli morì.
55 ତହିଁରେ ଇସ୍ରାଏଲ ଲୋକମାନେ ଅବୀମେଲକ୍‍ର ମରଣ ଦେଖି ପ୍ରତ୍ୟେକେ ଆପଣା ଆପଣା ସ୍ଥାନକୁ ଚାଲିଗଲେ।
E quando gl’Israeliti ebbero veduto che Abimelec era morto, se ne andarono, ognuno a casa sua.
56 ଏହିରୂପେ ଅବୀମେଲକ୍‍ ଆପଣାର ସତୁରି ଭାଇଙ୍କୁ ବଧ କରି ଆପଣା ପିତା ବିରୁଦ୍ଧରେ ଯେଉଁ ଦୁଷ୍କର୍ମ କରିଥିଲା, ପରମେଶ୍ୱର ତହିଁର ପ୍ରତିଫଳ ତାହାକୁ ଦେଲେ;
Così Dio fece ricadere sopra Abimelec il male ch’egli avea fatto contro suo padre, uccidendo settanta suoi fratelli.
57 ପୁଣି ପରମେଶ୍ୱର ଶିଖିମ ନିବାସୀ ଲୋକମାନଙ୍କୁ ସମସ୍ତ ଦୁଷ୍କର୍ମର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇଲେ ଓ ଯିରୁବ୍ବାଲ୍‌ଙ୍କ ପୁତ୍ର ଯୋଥମ୍‍ର ଅଭିଶାପ ସେମାନଙ୍କ ଉପରେ ଫଳିଲା।
Iddio fece anche ricadere sul capo della gente di Sichem tutto il male ch’essa avea fatto; e su loro si compié la maledizione di Jotham, figliuolo di Ierubbaal.

< ବିଚାରକର୍ତ୍ତା 9 >