< ବିଚାରକର୍ତ୍ତା 1 >
1 ଯିହୋଶୂୟଙ୍କର ମୃତ୍ୟୁୁ ପରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରିଲେ, “କିଣାନୀୟମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବାକୁ କିଏ ପ୍ରଥମେ ଯିବ?”
E sucedeu, depois da morte de Josué, que os filhos de Israel perguntaram ao Senhor, dizendo: Quem dentre nós primeiro subirá aos cananeus, para pelejar contra eles?
2 ତହୁଁ ସଦାପ୍ରଭୁ କହିଲେ, “ଯିହୁଦା ଯିବ; ଦେଖ, ଆମ୍ଭେ ତାହା ହସ୍ତରେ ସେହି ଦେଶ ସମର୍ପଣ କରିଅଛୁ।”
E disse o Senhor: Judá subirá: eis que lhe dei esta terra na sua mão.
3 ତହିଁରେ ଯିହୁଦା ଆପଣା ଭ୍ରାତା ଶିମୀୟୋନକୁ କହିଲା, “ଗୁଲିବାଣ୍ଟ କ୍ରମେ ନିରୂପିତ ଆମ୍ଭ ଭାଗକୁ ଆସ, ଆମ୍ଭେମାନେ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା; ପୁଣି ଆମ୍ଭେ ମଧ୍ୟ ତୁମ୍ଭ ସଙ୍ଗେ ତୁମ୍ଭ ଭାଗକୁ ଯିବା।” ତହିଁରେ ଶିମୀୟୋନ ତାହା ସଙ୍ଗେ ଗଲା।
Então disse Judá a Simeão, seu irmão: Sobe comigo à minha sorte, e pelejemos contra os cananeus, e também eu contigo subirei à tua sorte. E Simeão partiu com ele.
4 ଏଥିଉତ୍ତାରେ ଯିହୁଦା ଯାତ୍ରା କଲା; ପୁଣି ସଦାପ୍ରଭୁ ସେମାନଙ୍କ ହସ୍ତରେ କିଣାନୀୟ ଓ ପରିଷୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ବେଷକରେ ସେମାନଙ୍କର ଦଶ ହଜାର ଲୋକଙ୍କୁ ବଧ କଲେ।
E subiu Judá, e o Senhor lhe deu na sua mão os cananeus e os pherezeus: e feriram deles em Bezek a dez mil homens.
5 ପୁଣି ସେମାନେ ବେଷକରେ ଅଦୋନୀବେଷକ୍ ରାଜାଙ୍କୁ ପାଇ ତାହା ସଙ୍ଗେ ଯୁଦ୍ଧ କରି କିଣାନୀୟ ଓ ପରିଷୀୟମାନଙ୍କୁ ବଧ କଲେ।
E acharam a Adoni-bezek em Bezek, e pelejaram contra ele: e feriram aos cananeus e aos pherezeus.
6 ମାତ୍ର ଅଦୋନୀବେଷକ୍ ପଳାଇଗଲା; ତହୁଁ ସେମାନେ ତାହା ପଛେ ଗୋଡ଼ାଇ ତାକୁ ଧରିଲେ ଏବଂ ତାହାର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛେଦନ କଲେ।
Porém Adoni-bezek fugiu, e o seguiram, e o prenderam, e lhe cortaram os dedos polegares das mãos e dos pés.
7 ଏଥିରେ ଅଦୋନୀବେଷକ୍ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।
Então disse Adoni-bezek: Setenta reis com os dedos polegares das mãos e dos pés cortados apanhavam as migalhas debaixo da minha mesa: assim como eu fiz, assim Deus me pagou. E o trouxeram a Jerusalém, e morreu ali.
8 ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ ଓ ଖଡ୍ଗଧାରରେ ସମସ୍ତଙ୍କୁ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।
Porque os filhos de Judá pelejaram contra Jerusalém, e a tomaram, e a feriram ao fio da espada: e a cidade puseram a fogo.
9 ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ପର୍ବତମୟ ଦେଶ ଓ ଦକ୍ଷିଣ ଦିଗ ଓ ତଳଭୂମିରେ ବାସକାରୀ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।
E depois os filhos de Judá desceram a pelejar contra os cananeus que habitavam nas montanhas, e no sul, e nas planícies.
10 ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନ୍କୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥ୍-ଅର୍ବ ଥିଲା।
E partiu Judá contra os cananeus que habitavam em Hebron (era porém de antes o nome de Hebron Quiriath-arba): e feriram a Sesai, e a Ahiman e a Talmai.
11 ଆଉ ସେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍-ସେଫର ଥିଲା।
E dali partiu contra os moradores de Debir: e era de antes o nome de Debir Quiriath-sepher.
12 ପୁଣି କାଲେବ କହିଲେ, “ଯେକେହି କିରୀୟଥ୍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋʼ କନ୍ୟା ଅକ୍ଷାର ବିବାହ ଦେବି।”
E disse Caleb: Quem ferir a Quiriath-sepher, e a tomar, lhe darei a minha filha Acsa por mulher.
13 ଏଥିରେ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ।
E tomou-a Othniel, filho de Kenaz, o irmão de Caleb, mais novo do que ele: e Caleb lhe deu a sua filha Acsa por mulher.
14 ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ?”
E sucedeu que, vindo ela a ele, o persuadiu que pedisse um campo a seu pai; e ela se apeou do jumento, saltando: e Caleb lhe disse: Que é o que tens?
15 ତହୁଁ ସେ କହିଲା, “ମୋତେ ଏକ ଆଶୀର୍ବାଦ ପ୍ରଦାନ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ;” ତହିଁରେ କାଲେବ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।
E ela lhe disse: Dá-me uma benção; pois me deste uma terra seca, dá-me também fontes de águas. E Caleb lhe deu as fontes superiores e as fontes inferiores.
16 ଏଥିଉତ୍ତାରେ ମୋଶାଙ୍କର ପତ୍ନୀ-ଭ୍ରାତା କେନୀୟର ସନ୍ତାନମାନେ ଯିହୁଦା-ସନ୍ତାନମାନଙ୍କ ସହିତ ଖର୍ଜ୍ଜୁରପୁରରୁ ଅରାଦର ଦକ୍ଷିଣ ଦିଗସ୍ଥିତ ଯିହୁଦା ପ୍ରାନ୍ତରକୁ ଉଠିଯାଇ ସେ ସ୍ଥାନରେ ଲୋକମାନଙ୍କ ମଧ୍ୟରେ ବାସ କଲେ।
Também os filhos do keneu, sogro de Moisés, subiram da cidade das palmeiras com os filhos de Judá ao deserto de Judá, que está ao sul de Arad: e foram, e habitaram com o povo.
17 ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍ବାସୀ କିଣାନୀୟମାନଙ୍କୁ ଆକ୍ରମଣ କରି ସେହି ନଗରକୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା।
Foi-se pois Judá com Simeão, seu irmão, e feriram aos cananeus que habitavam em Zephath: e totalmente a destruiram, e chamaram o nome desta cidade Horma.
18 ଯିହୁଦା ମଧ୍ୟ ଘସା ଓ ତହିଁର ଅଞ୍ଚଳ, ଅସ୍କିଲୋନ ଓ ତହିଁର ଅଞ୍ଚଳ, ପୁଣି ଇକ୍ରୋଣ ଓ ତହିଁର ଅଞ୍ଚଳ ହସ୍ତଗତ କଲା।
Tomou mais Judá a Gaza com o seu termo, e a Ascalon com o seu termo, e a Ecron com o seu termo.
19 ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ ରଥ ଥିଲା।
E foi o Senhor com Judá, e despovoou as montanhas: porém não expeliu aos moradores do vale, porquanto tinham carros ferrados.
20 ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେହି ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।
E deram Hebron a Caleb, como Moisés o dissera: e dali expeliu os três filhos de Enak.
21 ବିନ୍ୟାମୀନ୍-ସନ୍ତାନମାନେ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଲେ ନାହିଁ; ମାତ୍ର ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ବିନ୍ୟାମୀନ୍-ସନ୍ତାନଗଣ ସହିତ ବାସ କରୁଅଛନ୍ତି।
Porém os filhos de Benjamin não expeliram os jebuseus que habitavam em Jerusalém: antes os jebuseus habitaram com os filhos de Benjamin em Jerusalém, até ao dia de hoje.
22 ଏଥିଉତ୍ତାରେ ଯୋଷେଫ-ବଂଶ ମଧ୍ୟ ବେଥେଲ୍ ପ୍ରତିକୂଳରେ ଗଲେ; ପୁଣି ସଦାପ୍ରଭୁ ସେମାନଙ୍କ ସଙ୍ଗେ ସଙ୍ଗେ ଥିଲେ।
E subiu também a casa de José a bethel, e foi o Senhor com eles.
23 ସେତେବେଳେ ଯୋଷେଫ-ବଂଶ ବେଥେଲ୍ ଅନୁସନ୍ଧାନ କରିବାକୁ ଲୋକ ପଠାଇଲେ; ପୂର୍ବେ ସେହି ନଗରର ନାମ ଲୂସ୍ ଥିଲା।
E fez a casa de José espiar a bethel: e foi de antes o nome desta cidade Luz.
24 ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, “ବିନୟ କରୁଅଛୁ, ସେହି ନଗରରେ ପ୍ରବେଶ କରିବା ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ବ୍ୟବହାର କରିବା।”
E viram os espias a um homem, que saía da cidade, e lhe disseram: Ora mostra-nos a entrada da cidade, e usaremos contigo de beneficência.
25 ତହୁଁ ସେ ସେମାନଙ୍କୁ ନଗରରେ ପ୍ରବେଶ କରିବା ପଥ ଦେଖାନ୍ତେ, ସେମାନେ ଖଡ୍ଗଧାରରେ ସେହି ନଗରକୁ ଆଘାତ କଲେ, ମାତ୍ର ସେହି ଲୋକକୁ ଓ ତାହାର ସବୁ ବଂଶକୁ ଛାଡ଼ିଦେଲେ।
E, mostrando-lhes ele a entrada da cidade, feriram a cidade ao fio da espada: porém àquele homem e a toda a sua família deixaram ir.
26 ଏଥିଉତ୍ତାରେ ସେ ଲୋକ ହିତ୍ତୀୟମାନଙ୍କ ଦେଶକୁ ଯାଇ ଏକ ନଗର ସ୍ଥାପନ କରି ତହିଁର ନାମ ଲୂସ୍ ରଖିଲା; ତହିଁର ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।
Então aquele homem foi-se à terra dos heteus, e edificou uma cidade, e chamou o seu nome Luz; este é o seu nome até ao dia de hoje.
27 ଆଉ ମନଃଶି, ବେଥ୍-ଶାନ ଓ ତହିଁର ଉପନଗର, ତାନକ୍ ଓ ତହିଁର ଉପନଗର-ନିବାସୀମାନଙ୍କୁ, ଦୋର ଓ ତହିଁର ଉପନଗର-ନିବାସୀମାନଙ୍କୁ, ଯିବ୍ଲିୟିମ ଓ ତହିଁର ଉପନଗର-ନିବାସୀମାନଙ୍କୁ, ମଗିଦ୍ଦୋ ଓ ତହିଁର ଉପନଗର-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ, ତେଣୁ କିଣାନୀୟମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।
Nem Manasseh expeliu os habitantes de Beth-sean, nem dos lugares da sua jurisdição; nem a Taanach, com os lugares da sua jurisdição; nem aos moradores de Dor, com os lugares da sua jurisdição; nem aos moradores de Ibleam, com os lugares da sua jurisdição; nem aos moradores de Megiddo, com os lugares da sua jurisdição: e quizeram os cananeus habitar na mesma terra.
28 ଏଥିଉତ୍ତାରେ ଇସ୍ରାଏଲ ପରାକ୍ରାନ୍ତ ହୁଅନ୍ତେ, ସେହି କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ।
E sucedeu que, quando Israel cobrou mais forças, fez dos cananeus tributários: porém não os expeliu de todo.
29 ଆଉ ଇଫ୍ରୟିମ ଗେଷର ନିବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତହିଁରେ କିଣାନୀୟମାନେ ଗେଷରରେ ବାସ କଲେ।
Tão pouco expeliu Ephraim aos cananeus que habitavam em Gezer: antes os cananeus habitavam no meio dele, em Gezer.
30 ସବୂଲୂନ କିଟ୍ରୋଣ ଓ ନହଲୋଲ୍ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ତହିଁରେ କିଣାନୀୟମାନେ ସେମାନଙ୍କ ମଧ୍ୟରେ ବାସ କରି ବେଠିକର୍ମ କଲେ।
Tão pouco expeliu Zebulon aos moradores de Kitron, nem aos moradores de Nahalol: porém os cananeus habitavam no meio dele, e foram tributários.
31 ଆଶେର ଅକ୍କୋ-ନିବାସୀମାନଙ୍କୁ କିଅବା ସୀଦୋନ କି ଅହଲବ୍ ଓ ଅକଷୀବ୍ କି ହିଲବା କି ଅଫିକ୍ କି ରହୋବନି ବାସୀମାନଙ୍କୁ ତଡ଼ିଦେଲା ନାହିଁ।
Tão pouco Aser expeliu aos moradores de Acco, nem aos moradores de Sidon: como nem a Acbal, nem a Acsih, nem a Chelba, nem a Aphik, nem a Recob;
32 ମାତ୍ର ଆଶେରୀୟମାନେ ସେହି ଦେଶ ନିବାସୀ କିଣାନୀୟମାନଙ୍କୁ ତଡ଼ି ନ ଦେବାରୁ ସେମାନଙ୍କ ମଧ୍ୟରେ ବାସ କଲେ।
Porém os aseritas habitaram no meio dos cananeus que habitavam na terra: porquanto os não expeliram.
33 ନପ୍ତାଲି ବେଥ୍-ଶେମଶ କି ବେଥ୍ନାତ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ମାତ୍ର ସେ ସେହି ଦେଶ ନିବାସୀ କିଣାନୀୟମାନଙ୍କ ମଧ୍ୟରେ ବାସ କଲା, ତଥାପି ବେଥ୍-ଶେମଶ ଓ ବେଥ୍-ଆନାତ୍ ନିବାସୀମାନେ ସେମାନଙ୍କର ବେଠିକର୍ମ କଲେ।
Tão pouco Naphtali expeliu aos moradores de Beth-semes, nem aos moradores de Beth-anath; mas habitou no meio dos cananeus que habitavam na terra: porém lhes foram tributários os moradores de Beth-semes e Beth-anath.
34 ଆଉ ଇମୋରୀୟମାନେ ଦାନ୍-ସନ୍ତାନଗଣକୁ ପର୍ବତମୟ ଦେଶରେ ରହିବାକୁ ବାଧ୍ୟ କଲେ; ଆଉ ତଳିଭୂମିକି ସେମାନଙ୍କୁ ଆସିବାକୁ ଦେଲେ ନାହିଁ।
E apertaram os amorreus aos filhos de Dan até às montanhas: porque nem os deixavam descer ao vale.
35 ମାତ୍ର ଇମୋରୀୟମାନେ ହେରସ ପର୍ବତରେ ଅୟାଲୋନ୍ରେ ଓ ଶାଲବୀମ୍ରେ ବାସ କରିବାକୁ ମନସ୍ଥ କଲେ; ତଥାପି ଯୋଷେଫ-ବଂଶର ହସ୍ତ ପ୍ରବଳ ହୁଅନ୍ତେ, ସେମାନେ ବେଠିକର୍ମ କଲେ।
Também os amorreus quizeram habitar nas montanhas de Heres, em Ajalon e em Saalbim: porém prevaleceu a mão da casa de José, e ficaram tributários.
36 ପୁଣି ଅକ୍ରବ୍ବୀମ-ଘାଟୀ ଶୈଳଠାରୁ ଆଗକୁ ଇମୋରୀୟମାନଙ୍କ ସୀମା ଥିଲା।
E foi o termo dos amorreus desde a subida de Akrabbim: desde a penha, e dali para cima.