< ଯିରିମୀୟଙ୍କ ବିଳାପ 2 >
1 ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।
Hvor har dog Herren i Vrede lagt mulm over Zion, slængt Israels herlighed ned fra Himmel til Jord og glemt sine Fødders Skammel på sin Vredes Dag.
2 ପ୍ରଭୁ ଯାକୁବର ସକଳ ବାସସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି।
Herren har skånselsløst opslugt hver Bolig i Jakob, han nedbrød i Vrede Judas Datters Borge, slog dem til Jorden, skændede Rige og Fyrster,
3 ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।
afhugged i glødende Vrede hvert Horn i Israel; sin højre drog han tilbage for Fjendens Åsyn og brændte i Jakob som en Lue, der åd overalt.
4 ସେ ଶତ୍ରୁ ତୁଲ୍ୟ ଆପଣା ଧନୁରେ ଗୁଣ ଦେଇଅଛନ୍ତି, ସେ ବିପକ୍ଷ ପରି ଆପଣା ଦକ୍ଷିଣ ହସ୍ତ ଟେକି ଠିଆ ହୋଇଅଛନ୍ତି ଓ ଚକ୍ଷୁର ସୁଖଜନକ ସକଳକୁ ବଧ କରିଅଛନ୍ତି; ସେ ସିୟୋନ କନ୍ୟାର ତମ୍ବୁ ମଧ୍ୟରେ ଆପଣା କୋପ ଅଗ୍ନି ପରି ଢାଳି ଦେଇଅଛନ୍ତି।
På Fjendevis spændte han Buen, stod som en Uven; han dræbte al Øjnenes Lyst i Zions Datters Telt, udgød sin Vrede som Ild.
5 ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରିଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ୱଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।
Herren har vist sig som Fjende, opslugt Israel, opslugt alle Paladser, lagt Borgene øde, ophobet Jammer på Jammer i Judas Datter.
6 ସେ ଉଦ୍ୟାନସ୍ଥ ତମ୍ବୁ ପରି ଆପଣା ଆବାସ-ତମ୍ବୁ ବଳପୂର୍ବକ ଦୂର କରିଅଛନ୍ତି; ସେ ଆପଣା ସମାଜ-ସ୍ଥାନ ନଷ୍ଟ କରିଅଛନ୍ତି; ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମବାର ବିସ୍ମୃତ କରାଇଅଛନ୍ତି ଓ ଆପଣା କ୍ରୋଧର ପ୍ରଚଣ୍ଡତାରେ ରାଜା ଓ ଯାଜକକୁ ତୁଚ୍ଛଜ୍ଞାନ କରିଅଛନ୍ତି।
Han nedrev sin Hytte, lagde sit Feststed øde, HERREN lod Fest og Sabbat gå ad Glemme i Zion, bortstødte i heftig Vrede Konge og Præst.
7 ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି, ସେ ତାହାର ଅଟ୍ଟାଳିକାର ଭିତ୍ତିଗୁଡ଼ିକୁ ଶତ୍ରୁ ହସ୍ତରେ ସମର୍ପଣ କରିଅଛନ୍ତି; ସେମାନେ ସଦାପ୍ରଭୁଙ୍କ ଗୃହ ମଧ୍ୟରେ ମହାସଭାର ଦିନ ତୁଲ୍ୟ ଚହଳ କରିଅଛନ୍ତି।
Herren forkasted sit Alter, brød med sin Helligdom, hengav i Fjendens Hånd dets Paladsers Mure; man skreg i HERRENs Hus som på Festens Dag.
8 ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଅଛନ୍ତି; ସେ ସୂତ୍ର ଟାଣିଅଛନ୍ତି, ସେ ବିନାଶକରଣରୁ ଆପଣା ହସ୍ତ ନିବୃତ୍ତ କରି ନାହାନ୍ତି; ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇଅଛନ୍ତି; ସେମାନେ ଏକ ସମୟରେ ନିସ୍ତେଜ ହୋଇଅଛନ୍ତି।
HERREN fik i Sinde at ødelægge Zions Datters Mur, han udspændte Snoren, holdt ikke sin Hånd fra Fordærv, lod Vold og Mur få Sorg, de vansmægted sammen.
9 ତାହାର ନଗରଦ୍ୱାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ କରିଅଛନ୍ତି; ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପାʼନ୍ତି ନାହିଁ।
I Jorden sank hendes Porte, Slåerne brød han. Blandt Folkene bor uden Lov hendes Konge og Fyrster, og ikke fanger Profeterne Syn fra HERREN.
10 ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଚଟ ବାନ୍ଧି ଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।
Zions datters Ældste sidder på Jorden i Tavshed; på Hovedet kaster de Støv, de er klædt i Sæk; Jerusalems Jomfruer sænker mod Jord deres Hoved.
11 ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।
Mine Øjne hensvinder i Gråd, mit Indre gløder, mit Hjerte er knust, fordi mit Folk er brudt sammen; thi Børn og spæde forsmægter på Byens Torve;
12 ଶସ୍ୟ ଓ ଦ୍ରାକ୍ଷାରସ କାହିଁ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୂର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି।
hver spørger sin Moder: "Hvor er der Korn og Vin?" forsmægter på Byens Torve som en, der er såret, idet de udånder Sjælen ved Moderens Bryst.
13 ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ୱନା ଦେବି? ମୁଁ କାହା ସହିତ ତୁମ୍ଭର ଉପମା ଦେବି? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରିପାରେ?
Med hvad skal jeg stille dig lige, Jerusalems Datter, hvormed skal jeg ligne og trøste dig, Zions Jomfru? Thi dit Sammenbrud er stort som Havet, hvo læger dig vel?
14 ତୁମ୍ଭର ଭବିଷ୍ୟଦ୍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।
Profeternes Syner om dig var Tomhed og Løgn, de afsløred ikke din Skyld for at vende din Skæbne, Synerne gav dig kun tomme, vildende Udsagn.
15 ପଥିକମାନେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; ସେମାନେ ଶୀସ୍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି?
Over dig slog de Hænderne sammen, de, hvis Vej faldt forbi, de hån fløjted, rysted på Hoved ad Jerusalems Datter: "Er det da Byen, man kaldte den fuldendt skønne, al Jordens Glæde?"
16 ତୁମ୍ଭର ଶତ୍ରୁ ସକଳ ତୁମ୍ଭ ବିରୁଦ୍ଧରେ ଆପଣା ଆପଣା ମୁଖ ମେଲାଇ ପରିହାସ କରନ୍ତି; ସେମାନେ ଶୀସ୍ ଦିଅନ୍ତି ଓ ଦନ୍ତ କଡ଼ମଡ଼ କରନ୍ତି; ସେମାନେ କହନ୍ତି, ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ; ଆମ୍ଭେମାନେ ଯେଉଁ ଦିନର ଅପେକ୍ଷା କଲୁ, ଏ ଅବଶ୍ୟ ସେହି ଦିନ; ଆମ୍ଭେମାନେ ତାହା ପାଇଅଛୁ, ଆମ୍ଭେମାନେ ତାହା ଦେଖିଅଛୁ।
De opspærred Munden imod dig, alle dine Fjender, hånfløjted, skar Tænder og sagde: "Vi opslugte hende; ja, det er Dagen, vi vented, vi fik den at se."
17 ସଦାପ୍ରଭୁ ଯାହା ସଂକଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।
HERREN har gjort, som han tænkte, fuldbyrdet det Ord, han sendte i fordums Dage, brudt ned uden Skånsel, ladet Fjender glæde sig over dig, rejst Uvenners Horn.
18 ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶାନ୍ତ ନ ହେଉ।
Råb højt til Herren, du Jomfru, Zions Datter, lad Tårerne strømme som Bække ved Dag og ved Nat, und dig ej Ro, lad ikke dit Øje få Hvile!
19 ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ; ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ କ୍ଷୁଧାରେ କ୍ଳାନ୍ତ ହେଉଅଛନ୍ତି।
Stå op og klag dig om Natten, når Vagterne skifter, udøs dit Hjerte som Vand for Herrens Åsyn, løft dine Hænder til ham for Børnenes Liv, som forsmægter af Hunger ved alle Gadernes Hjørner.
20 ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?
HERRE se til og agt på, mod hvem du har gjort det. Skal Kvinder da æde den Livsfrugt, de kælede for, myrdes i Herrens Helligdom Præst og Profet?
21 ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।
I Gaderne ligger på Jorden unge og gamle, mine Jomfruer og mine Ynglinge faldt for Sværdet; på din Vredesdag slog du ihjel, hugged ned uden Skånsel.
22 ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ ମହାସଭା ଦିନର ନ୍ୟାୟ ଆହ୍ୱାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇ ନ ଥିଲେ, କି ଅବଶିଷ୍ଟ ରହି ନ ଥିଲେ; ଯେଉଁମାନଙ୍କୁ ମୁଁ ଲାଳନପାଳନ କରିଅଛି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି।
Du bød mine Rædsler til Fest fra alle Sider. På HERRENs Vredes Dag undslap og frelstes ingen; min Fjende tilintetgjorde dem, jeg plejed og fostred.