< ଯିରିମୀୟଙ୍କ ବିଳାପ 2 >

1 ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।
ああヱホバ震怒をおこし 黒雲をもてシオンの女を蔽ひたまひ イスラエルの榮光を天より地におとし その震怒の日に己の足凳を心にとめたまはざりき
2 ପ୍ରଭୁ ଯାକୁବର ସକଳ ବାସସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍‍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି।
主ヤコブのすべての住居を呑つくしてあはれまず 震怒によりてユダの女の保砦を毀ち これを地にたふし その國とその牧伯等を辱かしめ
3 ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।
烈しき震怒をもてイスラエルのすべての角を絶ち 敵の前にて己の右の手をひきちぢめ 四面を焚きつくす燃る火のごとくヤコブを焚き
4 ସେ ଶତ୍ରୁ ତୁଲ୍ୟ ଆପଣା ଧନୁରେ ଗୁଣ ଦେଇଅଛନ୍ତି, ସେ ବିପକ୍ଷ ପରି ଆପଣା ଦକ୍ଷିଣ ହସ୍ତ ଟେକି ଠିଆ ହୋଇଅଛନ୍ତି ଓ ଚକ୍ଷୁର ସୁଖଜନକ ସକଳକୁ ବଧ କରିଅଛନ୍ତି; ସେ ସିୟୋନ କନ୍ୟାର ତମ୍ବୁ ମଧ୍ୟରେ ଆପଣା କୋପ ଅଗ୍ନି ପରି ଢାଳି ଦେଇଅଛନ୍ତି।
敵のごとく弓を張り 仇のごとく右の手を挺て立ち 凡て目に喜こばしきものを滅し シオンの女の幕屋に火のごとくその怒をそそぎたまへり
5 ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରିଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ୱଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।
主敵のごとくに成たまひてイスラエルを呑ほろぼし その諸の殿を呑ほろぼし そのもろもろの保砦をこぼち ユダの女の上に憂愁と悲哀を増くはへ
6 ସେ ଉଦ୍ୟାନସ୍ଥ ତମ୍ବୁ ପରି ଆପଣା ଆବାସ-ତମ୍ବୁ ବଳପୂର୍ବକ ଦୂର କରିଅଛନ୍ତି; ସେ ଆପଣା ସମାଜ-ସ୍ଥାନ ନଷ୍ଟ କରିଅଛନ୍ତି; ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମବାର ବିସ୍ମୃତ କରାଇଅଛନ୍ତି ଓ ଆପଣା କ୍ରୋଧର ପ୍ରଚଣ୍ଡତାରେ ରାଜା ଓ ଯାଜକକୁ ତୁଚ୍ଛଜ୍ଞାନ କରିଅଛନ୍ତି।
園のごとく己の幕屋を荒し その集會の所をほろぼしたまへり ヱホバ節會と安息日とをシオンに忘れしめ 烈しき怒によりて王と祭司とをいやしめ棄たまへり
7 ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି, ସେ ତାହାର ଅଟ୍ଟାଳିକାର ଭିତ୍ତିଗୁଡ଼ିକୁ ଶତ୍ରୁ ହସ୍ତରେ ସମର୍ପଣ କରିଅଛନ୍ତି; ସେମାନେ ସଦାପ୍ରଭୁଙ୍କ ଗୃହ ମଧ୍ୟରେ ମହାସଭାର ଦିନ ତୁଲ୍ୟ ଚହଳ କରିଅଛନ୍ତି।
主その祭壇を忌棄て その聖所を嫌ひ憎みて その諸の殿の石垣を敵の手にわたしたまへり 彼らは節會の日のごとくヱホバの室にて聲をたつ
8 ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଅଛନ୍ତି; ସେ ସୂତ୍ର ଟାଣିଅଛନ୍ତି, ସେ ବିନାଶକରଣରୁ ଆପଣା ହସ୍ତ ନିବୃତ୍ତ କରି ନାହାନ୍ତି; ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇଅଛନ୍ତି; ସେମାନେ ଏକ ସମୟରେ ନିସ୍ତେଜ ହୋଇଅଛନ୍ତି।
ヱホバ、シオンの女の石垣を毀たんと思ひさだめ 繩を張り こぼち進みてその手をひかず 壕と石垣とをして哀しましめたまふ 是らは共に憂ふ
9 ତାହାର ନଗରଦ୍ୱାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ କରିଅଛନ୍ତି; ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍‍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପାʼନ୍ତି ନାହିଁ।
その門は地に埋もれヱホバその關木をこぼちくだき その王ともろもろの牧伯は律法なき國人の中にあり その預言者はヱホバより異象を蒙らず
10 ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଚଟ ବାନ୍ଧି ଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।
シオンの女の長老等は地に坐りて黙し 首に灰をかむり 身に麻をまとふ ヱルサレムの處女は首を地に低る
11 ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।
わが目は涙の爲に潰れんとし わが膓は沸かへり わが肝は地に塗る わが民の女ほろぼされ 幼少ものや乳哺子は疲れはてて邑の街衢に氣息たえなんとすればなり
12 ଶସ୍ୟ ଓ ଦ୍ରାକ୍ଷାରସ କାହିଁ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୂର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି।
かれらは疵を負る者の如く邑のちまたにて氣息たえなんとし 母の懐にその靈魂をそそがんとし 母にむかひて言ふ 穀物と酒とはいづくにあるやと
13 ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ୱନା ଦେବି? ମୁଁ କାହା ସହିତ ତୁମ୍ଭର ଉପମା ଦେବି? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରିପାରେ?
ヱルサレムの女よ 我なにをもて汝にあかしし 何をもて汝にならべんや シオンの處女よ われ何をもて汝になぞらへて汝をなぐさめんや 汝のやぶれは海のごとく大なり 嗟たれか能く汝を醫さんや
14 ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।
なんぢの預言者は虚しき事と愚なることとなんぢに預言し かつて汝の不義をあらはしてその俘囚をまぬかれしめんとはせざりき その預言するところは唯むなしき重荷および追放たるる根本となるべき事のみ
15 ପଥିକମାନେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; ସେମାନେ ଶୀସ୍‍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି?
すべて往來の人なんぢにむかひて手を拍ち ヱルサレムの女にむかひて嘲りわらひ かつ頭をふりて言ふ 美麗の極全地の欣喜ととなへたりし邑は是なるかと
16 ତୁମ୍ଭର ଶତ୍ରୁ ସକଳ ତୁମ୍ଭ ବିରୁଦ୍ଧରେ ଆପଣା ଆପଣା ମୁଖ ମେଲାଇ ପରିହାସ କରନ୍ତି; ସେମାନେ ଶୀସ୍‍ ଦିଅନ୍ତି ଓ ଦନ୍ତ କଡ଼ମଡ଼ କରନ୍ତି; ସେମାନେ କହନ୍ତି, ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ; ଆମ୍ଭେମାନେ ଯେଉଁ ଦିନର ଅପେକ୍ଷା କଲୁ, ଏ ଅବଶ୍ୟ ସେହି ଦିନ; ଆମ୍ଭେମାନେ ତାହା ପାଇଅଛୁ, ଆମ୍ଭେମାନେ ତାହା ଦେଖିଅଛୁ।
なんぢのもろもろの敵はなんぢに對ひて口を開け あざけり笑ひて切齒をなす 斯て言ふわれら之を呑つくしたり 是われらが望みたりし日なり 我ら已に之にあへり 我らすでに之を見たりと
17 ସଦାପ୍ରଭୁ ଯାହା ସଂକଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।
ヱホバはその定めたまへることを成し いにしへより其命じたまひし言を果したまへり ヱホバはほろぼして憐れまず 敵をして汝にかちほこらしめ汝の仇の角をたかくしたまへり
18 ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶାନ୍ତ ନ ହେଉ।
かれらの心は主にむかひて呼はれり シオンの女の墻垣よ なんぢ夜も晝も河の如く涙をながせ みづから安んずることをせず 汝の瞳子を休むることなかれ
19 ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ; ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ କ୍ଷୁଧାରେ କ୍ଳାନ୍ତ ହେଉଅଛନ୍ତି।
なんぢ夜の初更に起いでて呼さけべ 主の御前に汝の心を水のごとく灌げ 街衢のほとりに饑たふるるなんぢの幼兒の生命のために主にむかひて兩手をあげよ
20 ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍‍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?
ヱホバよ視たまへ 汝これを誰におこなひしか 願はくは顧みたまへ 婦人おのが實なるその懷き育てし孩兒を食ふべけんや 祭司預言者等主の聖所において殺さるべけんや
21 ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।
をさなきも老たるも街衢にて地に臥し わが處女も若き男も刄にかかりて斃れたり なんぢはその震怒の日にこれを殺し これを屠りて恤れみたまはざりき
22 ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ ମହାସଭା ଦିନର ନ୍ୟାୟ ଆହ୍ୱାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇ ନ ଥିଲେ, କି ଅବଶିଷ୍ଟ ରହି ନ ଥିଲେ; ଯେଉଁମାନଙ୍କୁ ମୁଁ ଲାଳନପାଳନ କରିଅଛି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି।
なんぢ節會の日のごとくわが懼るるところの者を四方より呼あつめたまへり ヱホバの震怒の日には遁れたる者なく又のこりたる者なかりき わが懷き育てし者はみなわが敵のためにほろぼされたり

< ଯିରିମୀୟଙ୍କ ବିଳାପ 2 >