< ଯିରିମୀୟଙ୍କ ବିଳାପ 3 >

1 ଯେ ତାହାଙ୍କ କ୍ରୋଧରୂପ ପାଞ୍ଚଣ ଦ୍ୱାରା କ୍ଳେଶ ଦେଖିଅଛି, ମୁଁ ସେହି ମନୁଷ୍ୟ।
I am the man who has seen affliction under the rod of God’s wrath.
2 ସେ ମୋତେ ଆଲୁଅରେ ନୁହେଁ, ଅନ୍ଧକାରରେ ଚଳାଇ ଅଛନ୍ତି।
He has driven me away and made me walk in darkness instead of light.
3 ସେ ନିଶ୍ଚୟ ମୋʼ ବିରୁଦ୍ଧରେ ଦିନସାରା ଆପଣା ହସ୍ତ ପୁନଃ ପୁନଃ ଫେରାଉ ଅଛନ୍ତି।
Indeed, He keeps turning His hand against me all day long.
4 ସେ ମୋହର ମାଂସ ଓ ମୋର ଚର୍ମ ଜୀର୍ଣ୍ଣ କରିଅଛନ୍ତି; ସେ ମୋହର ଅସ୍ଥିସବୁ ଭାଙ୍ଗି ପକାଇଅଛନ୍ତି।
He has worn away my flesh and skin; He has shattered my bones.
5 ସେ ମୋତେ ଅବରୁଦ୍ଧ କରିଅଛନ୍ତି, ସେ ମୋତେ ତିକ୍ତତା ଓ ଶ୍ରାନ୍ତିରେ ବେଷ୍ଟିତ କରିଅଛନ୍ତି।
He has besieged me and surrounded me with bitterness and hardship.
6 ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛନ୍ତି।
He has made me dwell in darkness like those dead for ages.
7 ସେ ମୋର ଚାରିଆଡ଼େ ସୁରକ୍ଷାର ବାଡ଼ ଦେଇଅଛନ୍ତି, ଯେପରି ମୁଁ ବାହାରିଯାଇ ନ ପାରେ; ସେ ମୋହର ଜଞ୍ଜିର ଭାରୀ କରିଅଛନ୍ତି।
He has walled me in so I cannot escape; He has weighed me down with chains.
8 ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି।
Even when I cry out and plead for help, He shuts out my prayer.
9 ସେ କଟା ପଥରରେ ମୋହର ପଥ ଅବରୋଧ କରିଅଛନ୍ତି, ସେ ମୋର ପଥସବୁ ବକ୍ର କରିଅଛନ୍ତି।
He has barred my ways with cut stones; He has made my paths crooked.
10 ସେ ମୋʼ ପ୍ରତି ଛକି ବସିଥିବା ଭାଲୁ ଓ ଅନ୍ତରାଳରେ ଥିବା ସିଂହ ପରି ଅଟନ୍ତି।
He is a bear lying in wait, a lion hiding in ambush.
11 ସେ ମୋର ପଥ ବିପଥ କରି ମୋତେ ଟାଣି ଖଣ୍ଡ ଖଣ୍ଡ କରିଅଛନ୍ତି; ସେ ମୋତେ ଅନାଥ କରିଅଛନ୍ତି।
He forced me off my path and tore me to pieces; He left me without help.
12 ସେ ଆପଣା ଧନୁରେ ଗୁଣ ଦେଇଅଛନ୍ତି ଓ ମୋତେ ତୀର ଲକ୍ଷ୍ୟ କରି ରଖିଅଛନ୍ତି।
He bent His bow and set me as the target for His arrow.
13 ସେ ଆପଣା ତୂଣର ଶର ମୋହର ହୃଦୟରେ ପ୍ରବେଶ କରାଇଅଛନ୍ତି।
He pierced my kidneys with His arrows.
14 ମୁଁ ନିଜ ଲୋକସକଳର ଉପହାସର ବିଷୟ ଓ ଦିନସାରା ସେମାନଙ୍କର ଗାୟନ ହୋଇଅଛି।
I am a laughingstock to all my people; they mock me in song all day long.
15 ସେ ମୋତେ ତିକ୍ତତାରେ ପୂର୍ଣ୍ଣ କରିଅଛନ୍ତି, ସେ ନାଗଦଅଣାରେ ମୋତେ ପୂରିତ କରିଅଛନ୍ତି।
He has filled me with bitterness; He has intoxicated me with wormwood.
16 ଆହୁରି, ସେ କଙ୍କରରେ ମୋର ଦନ୍ତ ଭାଙ୍ଗିଅଛନ୍ତି, ସେ ଭସ୍ମରେ ମୋତେ ଆଚ୍ଛାଦିତ କରିଅଛନ୍ତି।
He has ground my teeth with gravel and trampled me in the dust.
17 ପୁଣି, ତୁମ୍ଭେ ମୋହର ପ୍ରାଣକୁ ଶାନ୍ତିରୁ ଦୂରରେ ରଖିଅଛ; ମୁଁ ଆନନ୍ଦ ପାସୋରି ଯାଇଅଛି।
My soul has been deprived of peace; I have forgotten what prosperity is.
18 ଏଣୁ ମୁଁ କହିଲି, “ମୋହର ବଳ ଓ ସଦାପ୍ରଭୁଙ୍କଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି।”
So I say, “My strength has perished, along with my hope from the LORD.”
19 ମୋହର ଦୁଃଖ ଓ ଦୁର୍ଗତି ସ୍ମରଣ କର, ତାହା ନାଗଦଅଣା ଓ ବିଷ ସ୍ୱରୂପ।
Remember my affliction and wandering, the wormwood and the gall.
20 ମୋହର ପ୍ରାଣ ଏପର୍ଯ୍ୟନ୍ତ ତାହା ସ୍ମରଣରେ ରଖୁଅଛି ଓ ମୋʼ ଅନ୍ତରରେ ଅବସନ୍ନ ହେଉଅଛି।
Surely my soul remembers and is humbled within me.
21 ମୁଁ ଏହା ମନରେ ସ୍ମରଣ କରୁଥାଏ, ଏଥିପାଇଁ ମୋହର ଭରସା ଅଛି।
Yet I call this to mind, and therefore I have hope:
22 ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ।
Because of the loving devotion of the LORD we are not consumed, for His mercies never fail.
23 ସେହି ସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ।
They are new every morning; great is Your faithfulness!
24 ମୋର ପ୍ରାଣ କୁହେ, “ସଦାପ୍ରଭୁ ମୋହର ବାଣ୍ଟ ସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।”
“The LORD is my portion,” says my soul, “therefore I will hope in Him.”
25 ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି।
The LORD is good to those who wait for Him, to the soul who seeks Him.
26 ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।
It is good to wait quietly for the salvation of the LORD.
27 ଯୌବନ କାଳରେ ଯୁଆଳି ବୋହିବା ମନୁଷ୍ୟ ନିମନ୍ତେ ମଙ୍ଗଳ ଅଟେ।
It is good for a man to bear the yoke while he is still young.
28 ସେ ଏକାକୀ ବସି ନୀରବ ହୋଇ ରହୁ, କାରଣ ସେ ତାହାର ସ୍କନ୍ଧରେ ଯୁଆଳି ରଖିଅଛନ୍ତି।
Let him sit alone in silence, for God has disciplined him.
29 ସେ ଧୂଳିରେ ଆପଣା ମୁଖ ରଖୁ; ତାହାହେଲେ ଅବା ଭରସା ଥାଇପାରେ।
Let him bury his face in the dust— perhaps there is still hope.
30 ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇ ଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ।
Let him offer his cheek to the one who would strike him; let him be filled with reproach.
31 କାରଣ ପ୍ରଭୁ ସଦାକାଳ ପରିତ୍ୟାଗ କରିବେ ନାହିଁ।
For the Lord will not cast us off forever.
32 କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ।
Even if He causes grief, He will show compassion according to His abundant loving devotion.
33 କାରଣ ସେ ମନୁଷ୍ୟ-ସନ୍ତାନଗଣକୁ ସ୍ୱେଚ୍ଛାରେ କ୍ଳେଶ କିଅବା ଦୁଃଖ ଦିଅନ୍ତି ନାହିଁ।
For He does not willingly afflict or grieve the sons of men.
34 ପୃଥିବୀର ବନ୍ଦୀସକଳ ପଦ ତଳେ ଦଳିତ ହେବାର,
To crush underfoot all the prisoners of the land,
35 ସର୍ବୋପରିସ୍ଥଙ୍କ ସମ୍ମୁଖରେ ମନୁଷ୍ୟର ସତ୍ତ୍ୱ ଅନ୍ୟଥା ହେବାର,
to deny a man justice before the Most High,
36 ମନୁଷ୍ୟର ବିବାଦ ଅଯଥାର୍ଥ ରୂପେ ନିଷ୍ପତ୍ତି ହେବାର, ପ୍ରଭୁ ଭଲ ପାଆନ୍ତି ନାହିଁ।
to subvert a man in his lawsuit— of these the Lord does not approve.
37 ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି?
Who has spoken and it came to pass, unless the Lord has ordained it?
38 ସର୍ବୋପରିସ୍ଥଙ୍କ ମୁଖରୁ ଅମଙ୍ଗଳ ଓ ମଙ୍ଗଳ କି ନିର୍ଗତ ହୁଏ ନାହିଁ?
Do not both adversity and good come from the mouth of the Most High?
39 ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ?
Why should any mortal man complain, in view of his sins?
40 ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ।
Let us examine and test our ways, and turn back to the LORD.
41 ଆମ୍ଭେମାନେ ସ୍ୱର୍ଗ ନିବାସୀ ପରମେଶ୍ୱରଙ୍କ ଆଡ଼େ କୃତାଞ୍ଜଳିପୂର୍ବକ ଆପଣା ଆପଣା ହୃଦୟ ଉଠାଉ।
Let us lift up our hearts and hands to God in heaven:
42 “ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ।
“We have sinned and rebelled; You have not forgiven.”
43 ତୁମ୍ଭେ କ୍ରୋଧରେ ଆଚ୍ଛନ୍ନ ହୋଇ ଆମ୍ଭମାନଙ୍କ ପଛେ ପଛେ ଗୋଡ଼ାଇଅଛ; ତୁମ୍ଭେ ବଧ କରିଅଛ, ତୁମ୍ଭେ ଦୟା କରି ନାହଁ।
You have covered Yourself in anger and pursued us; You have killed without pity.
44 ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ।
You have covered Yourself with a cloud that no prayer can pass through.
45 ତୁମ୍ଭେ ଗୋଷ୍ଠୀଗଣ ମଧ୍ୟରେ ଆମ୍ଭମାନଙ୍କୁ ଝଟା ଅଳିଆ ଓ ଅଗ୍ରାହ୍ୟ ବସ୍ତୁ ତୁଲ୍ୟ କରିଅଛ।
You have made us scum and refuse among the nations.
46 ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଆମ୍ଭମାନଙ୍କ ବିରୁଦ୍ଧରେ ଆପଣା ଆପଣା ମୁଖ ଫର୍ଚ୍ଚା କରି ମେଲାଇ ଅଛନ୍ତି।
All our enemies open their mouths against us.
47 ତ୍ରାସ ଓ ଖାତ, ଉଜାଡ଼ ଓ ବିନାଶ ଆମ୍ଭମାନଙ୍କ ପ୍ରତି ଘଟିଅଛି।
Panic and pitfall have come upon us— devastation and destruction.
48 ମୋʼ ଲୋକଙ୍କ କନ୍ୟାର ବିନାଶ ସକାଶୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି।
Streams of tears flow from my eyes over the destruction of the daughter of my people.
49 ଯେପର୍ଯ୍ୟନ୍ତ ସଦାପ୍ରଭୁ ସ୍ୱର୍ଗରୁ ଅନାଇ ନ ଦେଖନ୍ତି,
My eyes overflow unceasingly, without relief,
50 ସେଯାଏ, ମୋର ଚକ୍ଷୁ ଅବିଶ୍ରାନ୍ତ ଅଶ୍ରୁ ବର୍ଷାଉଅଛି, ନିବୃତ୍ତ ହେଉ ନାହିଁ।
until the LORD looks down from heaven and sees.
51 ମୋʼ ନଗରୀର ସକଳ କନ୍ୟାଙ୍କ ସକାଶୁ ମୋହର ଚକ୍ଷୁ ମୋʼ ପ୍ରାଣକୁ ଦୁଃଖ ଆଣେ।
My eyes bring grief to my soul because of all the daughters of my city.
52 ବିନା କାରଣରେ ଯେଉଁମାନେ ମୋହର ଶତ୍ରୁ, ସେମାନେ ମୋତେ ପକ୍ଷୀ ପରି ମୃଗୟା କରିଅଛନ୍ତି।
Without cause my enemies hunted me like a bird.
53 ସେମାନେ ଗର୍ତ୍ତରେ ମୋର ପ୍ରାଣ ସଂହାର କରି ମୋʼ ଉପରେ ପ୍ରସ୍ତର ପକାଇଅଛନ୍ତି।
They dropped me alive into a pit and cast stones upon me.
54 ମୋʼ ମସ୍ତକର ଉପର ଦେଇ ଜଳ ବହିଗଲା ମୁଁ କହିଲି, ମୁଁ ଉଚ୍ଛିନ୍ନ ହେଲି।
The waters flowed over my head, and I thought I was going to die.
55 ହେ ସଦାପ୍ରଭୁ, ମୁଁ ଗଭୀରତମ କୂପ ମଧ୍ୟରୁ ତୁମ୍ଭ ନାମରେ ପ୍ରାର୍ଥନା କଲି।
I called on Your name, O LORD, out of the depths of the Pit.
56 ତୁମ୍ଭେ ମୋହର ରବ ଶୁଣିଲ ମୋର ନିଶ୍ୱାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ।
You heard my plea: “Do not ignore my cry for relief.”
57 ଯେଉଁ ଦିନ ମୁଁ ତୁମ୍ଭ ଛାମୁରେ ପ୍ରାର୍ଥନା କଲି, ସେଦିନ ତୁମ୍ଭେ ନିକଟବର୍ତ୍ତୀ ହେଲ; ତୁମ୍ଭେ କହିଲ, ଭୟ କର ନାହିଁ।
You drew near when I called on You; You said, “Do not be afraid.”
58 ହେ ପ୍ରଭୁ, ତୁମ୍ଭେ ମୋʼ ପ୍ରାଣର ବିବାଦସକଳର ସପକ୍ଷରେ ପ୍ରତିବାଦ କରିଅଛ; ତୁମ୍ଭେ ମୋହର ଜୀବନ ମୁକ୍ତ କରିଅଛ।
You defend my cause, O Lord; You redeem my life.
59 ହେ ସଦାପ୍ରଭୁ, ମୋʼ ପ୍ରତି କୃତ ଅନ୍ୟାୟ ତୁମ୍ଭେ ଦେଖିଅଛ; ତୁମ୍ଭେ ମୋହର ବିଚାର ନିଷ୍ପତ୍ତି କର।
You have seen, O LORD, the wrong done to me; vindicate my cause!
60 ତୁମ୍ଭେ ସେମାନଙ୍କର ପ୍ରତିଶୋଧ ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଦେଖିଅଛ।
You have seen all their malice, all their plots against me.
61 ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ତିରସ୍କାର ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଶୁଣିଅଛ;
O LORD, You have heard their insults, all their plots against me—
62 ମୋʼ ବିରୁଦ୍ଧରେ ଉଠିଲା ଲୋକମାନଙ୍କ ଓଷ୍ଠାଧରର କଥା ଓ ଦିନଯାକ ମୋʼ ବିରୁଦ୍ଧରେ ସେମାନଙ୍କ କଳ୍ପନାସବୁ ତୁମ୍ଭେ ଶୁଣିଅଛ।
the slander and murmuring of my assailants against me all day long.
63 ତୁମ୍ଭେ ସେମାନଙ୍କର ବସିବାର ଓ ଉଠିବାର ନିରୀକ୍ଷଣ କର; ମୁଁ ସେମାନଙ୍କର ଗାୟନ ସ୍ୱରୂପ ହୋଇଅଛି।
When they sit and when they rise, see how they mock me in song.
64 ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ।
You will pay them back what they deserve, O LORD, according to the work of their hands.
65 ତୁମ୍ଭେ ସେମାନଙ୍କୁ ଚିତ୍ତର କଠିନତା, ତୁମ୍ଭର ଅଭିଶାପ ଦେବ।
Put a veil of anguish over their hearts; may Your curse be upon them!
66 ତୁମ୍ଭେ କ୍ରୋଧରେ ସେମାନଙ୍କ ପଛେ ପଛେ ଗୋଡ଼ାଇବ ଓ ସଦାପ୍ରଭୁଙ୍କ ଆକାଶମଣ୍ଡଳର ତଳୁ ସେମାନଙ୍କୁ ଉଚ୍ଛିନ୍ନ କରିବ।”
You will pursue them in anger and exterminate them from under Your heavens, O LORD.

< ଯିରିମୀୟଙ୍କ ବିଳାପ 3 >