< ଯିରିମୀୟଙ୍କ ବିଳାପ 3 >
1 ଯେ ତାହାଙ୍କ କ୍ରୋଧରୂପ ପାଞ୍ଚଣ ଦ୍ୱାରା କ୍ଳେଶ ଦେଖିଅଛି, ମୁଁ ସେହି ମନୁଷ୍ୟ।
Mimi ndiye mtu aliyeona mateso kwa fimbo ya ghadhabu yake.
2 ସେ ମୋତେ ଆଲୁଅରେ ନୁହେଁ, ଅନ୍ଧକାରରେ ଚଳାଇ ଅଛନ୍ତି।
Amenifukuzia mbali na kunifanya nitembee gizani wala si katika nuru;
3 ସେ ନିଶ୍ଚୟ ମୋʼ ବିରୁଦ୍ଧରେ ଦିନସାରା ଆପଣା ହସ୍ତ ପୁନଃ ପୁନଃ ଫେରାଉ ଅଛନ୍ତି।
hakika, amegeuza mkono wake dhidi yangu tena na tena, mchana kutwa.
4 ସେ ମୋହର ମାଂସ ଓ ମୋର ଚର୍ମ ଜୀର୍ଣ୍ଣ କରିଅଛନ୍ତି; ସେ ମୋହର ଅସ୍ଥିସବୁ ଭାଙ୍ଗି ପକାଇଅଛନ୍ତି।
Amefanya ngozi yangu na nyama yangu kuchakaa na ameivunja mifupa yangu.
5 ସେ ମୋତେ ଅବରୁଦ୍ଧ କରିଅଛନ୍ତି, ସେ ମୋତେ ତିକ୍ତତା ଓ ଶ୍ରାନ୍ତିରେ ବେଷ୍ଟିତ କରିଅଛନ୍ତି।
Amenizingira na kunizunguka kwa uchungu na taabu.
6 ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛନ୍ତି।
Amenifanya niishi gizani kama wale waliokufa.
7 ସେ ମୋର ଚାରିଆଡ଼େ ସୁରକ୍ଷାର ବାଡ଼ ଦେଇଅଛନ୍ତି, ଯେପରି ମୁଁ ବାହାରିଯାଇ ନ ପାରେ; ସେ ମୋହର ଜଞ୍ଜିର ଭାରୀ କରିଅଛନ୍ତି।
Amenizungushia ukuta ili nisiweze kutoroka, amenifunga kwa minyororo mizito.
8 ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି।
Hata ninapoita au kulia ili kuomba msaada, anakataa kupokea maombi yangu.
9 ସେ କଟା ପଥରରେ ମୋହର ପଥ ଅବରୋଧ କରିଅଛନ୍ତି, ସେ ମୋର ପଥସବୁ ବକ୍ର କରିଅଛନ୍ତି।
Ameizuia njia yangu kwa mapande ya mawe, amepotosha njia zangu.
10 ସେ ମୋʼ ପ୍ରତି ଛକି ବସିଥିବା ଭାଲୁ ଓ ଅନ୍ତରାଳରେ ଥିବା ସିଂହ ପରି ଅଟନ୍ତି।
Kama dubu aviziaye, kama simba mafichoni,
11 ସେ ମୋର ପଥ ବିପଥ କରି ମୋତେ ଟାଣି ଖଣ୍ଡ ଖଣ୍ଡ କରିଅଛନ୍ତି; ସେ ମୋତେ ଅନାଥ କରିଅଛନ୍ତି।
ameniburuta kutoka njia, akanirarua na kuniacha bila msaada.
12 ସେ ଆପଣା ଧନୁରେ ଗୁଣ ଦେଇଅଛନ୍ତି ଓ ମୋତେ ତୀର ଲକ୍ଷ୍ୟ କରି ରଖିଅଛନ୍ତି।
Amevuta upinde wake na kunifanya mimi niwe lengo kwa ajili ya mishale yake.
13 ସେ ଆପଣା ତୂଣର ଶର ମୋହର ହୃଦୟରେ ପ୍ରବେଶ କରାଇଅଛନ୍ତି।
Alinichoma moyo wangu kwa mishale iliyotoka kwenye podo lake.
14 ମୁଁ ନିଜ ଲୋକସକଳର ଉପହାସର ବିଷୟ ଓ ଦିନସାରା ସେମାନଙ୍କର ଗାୟନ ହୋଇଅଛି।
Nimekuwa kichekesho kwa watu wangu wote, wananidhihaki kwa wimbo mchana kutwa.
15 ସେ ମୋତେ ତିକ୍ତତାରେ ପୂର୍ଣ୍ଣ କରିଅଛନ୍ତି, ସେ ନାଗଦଅଣାରେ ମୋତେ ପୂରିତ କରିଅଛନ୍ତି।
Amenijaza kwa majani machungu na kunishibisha kwa nyongo.
16 ଆହୁରି, ସେ କଙ୍କରରେ ମୋର ଦନ୍ତ ଭାଙ୍ଗିଅଛନ୍ତି, ସେ ଭସ୍ମରେ ମୋତେ ଆଚ୍ଛାଦିତ କରିଅଛନ୍ତି।
Amevunja meno yangu kwa changarawe, amenikanyagia mavumbini.
17 ପୁଣି, ତୁମ୍ଭେ ମୋହର ପ୍ରାଣକୁ ଶାନ୍ତିରୁ ଦୂରରେ ରଖିଅଛ; ମୁଁ ଆନନ୍ଦ ପାସୋରି ଯାଇଅଛି।
Amani yangu imeondolewa, nimesahau kufanikiwa ni nini.
18 ଏଣୁ ମୁଁ କହିଲି, “ମୋହର ବଳ ଓ ସଦାପ୍ରଭୁଙ୍କଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି।”
Kwa hiyo nasema, “Fahari yangu imeondoka na yale yote niliyokuwa nimetarajia kutoka kwa Bwana.”
19 ମୋହର ଦୁଃଖ ଓ ଦୁର୍ଗତି ସ୍ମରଣ କର, ତାହା ନାଗଦଅଣା ଓ ବିଷ ସ୍ୱରୂପ।
Nayakumbuka mateso yangu na kutangatanga kwangu, uchungu na nyongo.
20 ମୋହର ପ୍ରାଣ ଏପର୍ଯ୍ୟନ୍ତ ତାହା ସ୍ମରଣରେ ରଖୁଅଛି ଓ ମୋʼ ଅନ୍ତରରେ ଅବସନ୍ନ ହେଉଅଛି।
Ninayakumbuka vyema, nayo nafsi yangu imezimia ndani yangu.
21 ମୁଁ ଏହା ମନରେ ସ୍ମରଣ କରୁଥାଏ, ଏଥିପାଇଁ ମୋହର ଭରସା ଅଛି।
Hata hivyo najikumbusha neno hili na kwa hiyo ninalo tumaini.
22 ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ।
Kwa sababu ya upendo mkuu wa Bwana, hatuangamii, kwa kuwa huruma zake hazikomi kamwe.
23 ସେହି ସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ।
Ni mpya kila asubuhi, uaminifu wako ni mkuu.
24 ମୋର ପ୍ରାଣ କୁହେ, “ସଦାପ୍ରଭୁ ମୋହର ବାଣ୍ଟ ସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।”
Nimeiambia nafsi yangu, “Bwana ni fungu langu, kwa hiyo nitamngojea.”
25 ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି।
Bwana ni mwema kwa wale ambao tumaini lao ni kwake, kwa yule ambaye humtafuta;
26 ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।
ni vyema kungojea kwa utulivu kwa ajili ya wokovu wa Bwana.
27 ଯୌବନ କାଳରେ ଯୁଆଳି ବୋହିବା ମନୁଷ୍ୟ ନିମନ୍ତେ ମଙ୍ଗଳ ଅଟେ।
Ni vyema mtu kuchukua nira bado angali kijana.
28 ସେ ଏକାକୀ ବସି ନୀରବ ହୋଇ ରହୁ, କାରଣ ସେ ତାହାର ସ୍କନ୍ଧରେ ଯୁଆଳି ରଖିଅଛନ୍ତି।
Na akae peke yake awe kimya, kwa maana Bwana ameiweka juu yake.
29 ସେ ଧୂଳିରେ ଆପଣା ମୁଖ ରଖୁ; ତାହାହେଲେ ଅବା ଭରସା ଥାଇପାରେ।
Na azike uso wake mavumbini bado panawezekana kuwa na matumaini.
30 ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇ ଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ।
Na atoe shavu lake kwa yule ampigaye, na ajazwe na aibu.
31 କାରଣ ପ୍ରଭୁ ସଦାକାଳ ପରିତ୍ୟାଗ କରିବେ ନାହିଁ।
Kwa kuwa watu hawakatiliwi mbali na Bwana milele.
32 କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ।
Ingawa huleta huzuni, ataonyesha huruma, kwa kuwa upendo wake usiokoma ni mkuu.
33 କାରଣ ସେ ମନୁଷ୍ୟ-ସନ୍ତାନଗଣକୁ ସ୍ୱେଚ୍ଛାରେ କ୍ଳେଶ କିଅବା ଦୁଃଖ ଦିଅନ୍ତି ନାହିଁ।
Kwa maana hapendi kuwaletea mateso au huzuni watoto wa wanadamu.
34 ପୃଥିବୀର ବନ୍ଦୀସକଳ ପଦ ତଳେ ଦଳିତ ହେବାର,
Kuwaponda chini ya nyayo wafungwa wote katika nchi,
35 ସର୍ବୋପରିସ୍ଥଙ୍କ ସମ୍ମୁଖରେ ମନୁଷ୍ୟର ସତ୍ତ୍ୱ ଅନ୍ୟଥା ହେବାର,
Kumnyima mtu haki zake mbele za Aliye Juu Sana,
36 ମନୁଷ୍ୟର ବିବାଦ ଅଯଥାର୍ଥ ରୂପେ ନିଷ୍ପତ୍ତି ହେବାର, ପ୍ରଭୁ ଭଲ ପାଆନ୍ତି ନାହିଁ।
kumnyima mtu haki: Je, Bwana asione mambo kama haya?
37 ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି?
Nani awezaye kusema nalo likatendeka kama Bwana hajaamuru?
38 ସର୍ବୋପରିସ୍ଥଙ୍କ ମୁଖରୁ ଅମଙ୍ଗଳ ଓ ମଙ୍ଗଳ କି ନିର୍ଗତ ହୁଏ ନାହିଁ?
Je, si ni kwenye kinywa cha Aliye Juu Sana ndiko yatokako maafa na mambo mema?
39 ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ?
Mwanadamu yeyote aliye hai aweza kulalamika wakati anapoadhibiwa kwa ajili ya dhambi zake?
40 ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ।
Tuzichunguze njia zetu na kuzijaribu, na tumrudie Bwana Mungu.
41 ଆମ୍ଭେମାନେ ସ୍ୱର୍ଗ ନିବାସୀ ପରମେଶ୍ୱରଙ୍କ ଆଡ଼େ କୃତାଞ୍ଜଳିପୂର୍ବକ ଆପଣା ଆପଣା ହୃଦୟ ଉଠାଉ।
Tuinue mioyo yetu pamoja na mikono yetu kwa Mungu mbinguni, na tuseme:
42 “ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ।
“Tumetenda dhambi na kuasi nawe hujasamehe.
43 ତୁମ୍ଭେ କ୍ରୋଧରେ ଆଚ୍ଛନ୍ନ ହୋଇ ଆମ୍ଭମାନଙ୍କ ପଛେ ପଛେ ଗୋଡ଼ାଇଅଛ; ତୁମ୍ଭେ ବଧ କରିଅଛ, ତୁମ୍ଭେ ଦୟା କରି ନାହଁ।
“Umejifunika mwenyewe kwa hasira na kutufuatilia; umetuchinja bila huruma.
44 ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ।
Unajifunika mwenyewe kwa wingu, ili pasiwe na ombi litakaloweza kupenya.
45 ତୁମ୍ଭେ ଗୋଷ୍ଠୀଗଣ ମଧ୍ୟରେ ଆମ୍ଭମାନଙ୍କୁ ଝଟା ଅଳିଆ ଓ ଅଗ୍ରାହ୍ୟ ବସ୍ତୁ ତୁଲ୍ୟ କରିଅଛ।
Umetufanya takataka na uchafu miongoni mwa mataifa.
46 ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଆମ୍ଭମାନଙ୍କ ବିରୁଦ୍ଧରେ ଆପଣା ଆପଣା ମୁଖ ଫର୍ଚ୍ଚା କରି ମେଲାଇ ଅଛନ୍ତି।
“Adui zetu wote wamefumbua vinywa vyao wazi dhidi yetu.
47 ତ୍ରାସ ଓ ଖାତ, ଉଜାଡ଼ ଓ ବିନାଶ ଆମ୍ଭମାନଙ୍କ ପ୍ରତି ଘଟିଅଛି।
Tumeteseka kwa hofu kuu na shida ya ghafula, uharibifu na maangamizi.”
48 ମୋʼ ଲୋକଙ୍କ କନ୍ୟାର ବିନାଶ ସକାଶୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି।
Vijito vya machozi vinatiririka kutoka machoni mwangu, kwa sababu watu wangu wameangamizwa.
49 ଯେପର୍ଯ୍ୟନ୍ତ ସଦାପ୍ରଭୁ ସ୍ୱର୍ଗରୁ ଅନାଇ ନ ଦେଖନ୍ତି,
Macho yangu yatatiririka machozi bila kukoma, bila kupata nafuu,
50 ସେଯାଏ, ମୋର ଚକ୍ଷୁ ଅବିଶ୍ରାନ୍ତ ଅଶ୍ରୁ ବର୍ଷାଉଅଛି, ନିବୃତ୍ତ ହେଉ ନାହିଁ।
hadi Bwana atazame chini kutoka mbinguni na kuona.
51 ମୋʼ ନଗରୀର ସକଳ କନ୍ୟାଙ୍କ ସକାଶୁ ମୋହର ଚକ୍ଷୁ ମୋʼ ପ୍ରାଣକୁ ଦୁଃଖ ଆଣେ।
Lile ninaloliona huniletea huzuni nafsini kwa sababu ya wanawake wote wa mji wangu.
52 ବିନା କାରଣରେ ଯେଉଁମାନେ ମୋହର ଶତ୍ରୁ, ସେମାନେ ମୋତେ ପକ୍ଷୀ ପରି ମୃଗୟା କରିଅଛନ୍ତି।
Wale waliokuwa adui zangu bila sababu wameniwinda kama ndege.
53 ସେମାନେ ଗର୍ତ୍ତରେ ମୋର ପ୍ରାଣ ସଂହାର କରି ମୋʼ ଉପରେ ପ୍ରସ୍ତର ପକାଇଅଛନ୍ତି।
Walijaribu kukomesha maisha yangu ndani ya shimo na kunitupia mawe;
54 ମୋʼ ମସ୍ତକର ଉପର ଦେଇ ଜଳ ବହିଗଲା ମୁଁ କହିଲି, ମୁଁ ଉଚ୍ଛିନ୍ନ ହେଲି।
maji yalifunika juu ya kichwa changu, nami nikafikiri nilikuwa karibu kukatiliwa mbali.
55 ହେ ସଦାପ୍ରଭୁ, ମୁଁ ଗଭୀରତମ କୂପ ମଧ୍ୟରୁ ତୁମ୍ଭ ନାମରେ ପ୍ରାର୍ଥନା କଲି।
Nililiitia jina lako, Ee Bwana, kutoka vina vya shimo.
56 ତୁମ୍ଭେ ମୋହର ରବ ଶୁଣିଲ ମୋର ନିଶ୍ୱାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ।
Ulisikia ombi langu: “Usikizibie masikio yako kilio changu nikuombapo msaada.”
57 ଯେଉଁ ଦିନ ମୁଁ ତୁମ୍ଭ ଛାମୁରେ ପ୍ରାର୍ଥନା କଲି, ସେଦିନ ତୁମ୍ଭେ ନିକଟବର୍ତ୍ତୀ ହେଲ; ତୁମ୍ଭେ କହିଲ, ଭୟ କର ନାହିଁ।
Ulikuja karibu nilipokuita, nawe ukasema, “Usiogope.”
58 ହେ ପ୍ରଭୁ, ତୁମ୍ଭେ ମୋʼ ପ୍ରାଣର ବିବାଦସକଳର ସପକ୍ଷରେ ପ୍ରତିବାଦ କରିଅଛ; ତୁମ୍ଭେ ମୋହର ଜୀବନ ମୁକ୍ତ କରିଅଛ।
Ee Bwana, ulichukua shauri langu, ukaukomboa uhai wangu.
59 ହେ ସଦାପ୍ରଭୁ, ମୋʼ ପ୍ରତି କୃତ ଅନ୍ୟାୟ ତୁମ୍ଭେ ଦେଖିଅଛ; ତୁମ୍ଭେ ମୋହର ବିଚାର ନିଷ୍ପତ୍ତି କର।
Umeona, Ee Bwana, ubaya niliotendewa. Tetea shauri langu!
60 ତୁମ୍ଭେ ସେମାନଙ୍କର ପ୍ରତିଶୋଧ ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଦେଖିଅଛ।
Umeona kina cha kisasi chao, mashauri yao yote mabaya dhidi yangu.
61 ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ତିରସ୍କାର ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଶୁଣିଅଛ;
Ee Bwana, umesikia matukano yao, mashauri yao yote mabaya dhidi yangu:
62 ମୋʼ ବିରୁଦ୍ଧରେ ଉଠିଲା ଲୋକମାନଙ୍କ ଓଷ୍ଠାଧରର କଥା ଓ ଦିନଯାକ ମୋʼ ବିରୁଦ୍ଧରେ ସେମାନଙ୍କ କଳ୍ପନାସବୁ ତୁମ୍ଭେ ଶୁଣିଅଛ।
kile adui zangu wanachonongʼona na kunungʼunikia dhidi yangu mchana kutwa.
63 ତୁମ୍ଭେ ସେମାନଙ୍କର ବସିବାର ଓ ଉଠିବାର ନିରୀକ୍ଷଣ କର; ମୁଁ ସେମାନଙ୍କର ଗାୟନ ସ୍ୱରୂପ ହୋଇଅଛି।
Watazame! Wakiwa wameketi au wamesimama, wananidhihaki katika nyimbo zao.
64 ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ।
Uwalipe kile wanachostahili, Ee Bwana, kwa yale ambayo mikono yao imetenda.
65 ତୁମ୍ଭେ ସେମାନଙ୍କୁ ଚିତ୍ତର କଠିନତା, ତୁମ୍ଭର ଅଭିଶାପ ଦେବ।
Weka pazia juu ya mioyo yao, laana yako na iwe juu yao!
66 ତୁମ୍ଭେ କ୍ରୋଧରେ ସେମାନଙ୍କ ପଛେ ପଛେ ଗୋଡ଼ାଇବ ଓ ସଦାପ୍ରଭୁଙ୍କ ଆକାଶମଣ୍ଡଳର ତଳୁ ସେମାନଙ୍କୁ ଉଚ୍ଛିନ୍ନ କରିବ।”
Wafuatilie katika hasira na uwaangamize kutoka chini ya mbingu za Bwana.