< ଯିରିମୀୟଙ୍କ ବିଳାପ 5 >

1 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଯାହା ଘଟିଅଛି, ତାହା ସ୍ମରଣ କର; ଅବଲୋକନ କରି ଆମ୍ଭମାନଙ୍କ ଅପମାନ ଦେଖ।
Remember, O LORD, what is come upon us; behold, and see our reproach.
2 ଆମ୍ଭମାନଙ୍କ ଅଧିକାର ବିଦେଶୀୟମାନଙ୍କର ହସ୍ତକୁ ଯାଇଅଛି, ଆମ୍ଭମାନଙ୍କର ଗୃହସବୁ ପର ଦେଶୀୟମାନଙ୍କର ହସ୍ତଗତ ହୋଇଅଛି।
Our inheritance is turned unto strangers, our houses unto aliens.
3 ଆମ୍ଭେମାନେ ଅନାଥ ଓ ପିତୃହୀନ, ଆମ୍ଭମାନଙ୍କର ମାତୃଗଣ ବିଧବା ତୁଲ୍ୟ ହୋଇଅଛନ୍ତି।
We are become orphans and fatherless, our mothers are as widows.
4 ଆମ୍ଭେମାନେ ନିଜ ଜଳ ରୂପା ଦେଇ ପାନ କରିଅଛୁ; ଆମ୍ଭମାନଙ୍କର କାଷ୍ଠ ଆମ୍ଭମାନଙ୍କୁ ବିକାଯାଏ।
We have drunk our water for money; our wood cometh to us for price.
5 ଆମ୍ଭମାନଙ୍କ ପଛରେ ଗୋଡ଼ାଇବା ଲୋକମାନେ ଆମ୍ଭମାନଙ୍କର ବେକ ଧରିଅଛନ୍ତି; ଆମ୍ଭେମାନେ କ୍ଳାନ୍ତ ହୋଇଅଛୁ ଓ କିଛି ବିଶ୍ରାମ ପାଇ ନାହୁଁ।
To our very necks we are pursued; we labour, and have no rest.
6 ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ।
We have given the hand to Egypt, and to Assyria, to have bread enough;
7 ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଅଛନ୍ତି, ଆଉ ସେମାନେ ମରିଅଛନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ।
Our fathers have sinned, and are not; and we have borne their iniquities.
8 ଦାସମାନେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି; ସେମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ କେହି ନାହିଁ।
Servants rule over us; there is none to deliver us out of their hand.
9 ପ୍ରାନ୍ତରରେ ଖଡ୍ଗ ଥିବାରୁ ଆମ୍ଭେମାନେ ଆପଣା ଆପଣା ପ୍ରାଣ ସଙ୍କଟରେ ଖାଦ୍ୟ ପାଉଅଛୁ।
We get our bread with the peril of our lives because of the sword of the wilderness.
10 ଦୁର୍ଭିକ୍ଷର ଜ୍ୱଳନ୍ତ ତାପ ହେତୁରୁ, ଆମ୍ଭମାନଙ୍କ ଚର୍ମ ତୁନ୍ଦୁର ପରି କଳା ହୋଇଅଛି।
Our skin is hot like an oven because of the burning heat of famine.
11 ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗରସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ।
They have ravished the women in Zion, the maidens in the cities of Judah.
12 ଅଧିପତିମାନେ ସେମାନଙ୍କ ହସ୍ତ ଦ୍ୱାରା ଟଙ୍ଗା ହୋଇଥିଲେ; ପ୍ରାଚୀନ ଲୋକମାନଙ୍କ ମୁଖ ସମାଦୃତ ନୋହିଲା।
Princes are hanged up by their hand; the faces of elders are not honoured.
13 ଯୁବା ଲୋକମାନେ ଚକି ବହିଲେ, ଆଉ ପିଲାମାନେ କାଷ୍ଠ ଭାରରେ ଝୁଣ୍ଟି ପଡ଼ିଲେ।
The young men have borne the mill, and the children have stumbled under the wood.
14 ପ୍ରାଚୀନମାନେ ନଗରଦ୍ୱାରରୁ, ଯୁବା ଲୋକମାନେ ଆପଣା ବାଦ୍ୟରୁ ନିବୃତ୍ତ ହୋଇଅଛନ୍ତି।
The elders have ceased from the gate, the young men from their music.
15 ଆମ୍ଭମାନଙ୍କ ଚିତ୍ତର ଆନନ୍ଦ ନିବୃତ୍ତ ହୋଇଅଛି; ଆମ୍ଭମାନଙ୍କର ନୃତ୍ୟ ଶୋକରେ ପରିଣତ ହୋଇଅଛି।
The joy of our heart is ceased; our dance is turned into mourning.
16 ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍‍ ଆମ୍ଭମାନଙ୍କୁ! କାରଣ ଆମ୍ଭେମାନେ ପାପ କରିଅଛୁ।
The crown is fallen from our head; woe unto us! for we have sinned.
17 ଏଥିପାଇଁ ଆମ୍ଭମାନଙ୍କ ଅନ୍ତଃକରଣ କ୍ଷୀଣ ହୋଇଅଛି; ଏହିସବୁ କାରଣରୁ ଆମ୍ଭମାନଙ୍କର ଚକ୍ଷୁ ଧନ୍ଦଳା ହୋଇଅଛି।
For this our heart is faint, for these things our eyes are dim;
18 କାରଣ ସିୟୋନ ପର୍ବତ ଉଚ୍ଛିନ୍ନ ସ୍ଥାନ ହୋଇଅଛି; କୋକିଶିଆଳିମାନେ ତହିଁ ଉପରେ ଭ୍ରମଣ କରନ୍ତି।
For the mountain of Zion, which is desolate, the foxes walk upon it.
19 ହେ ସଦାପ୍ରଭୁ, ତୁମ୍ଭେ ନିତ୍ୟସ୍ଥାୟୀ ତୁମ୍ଭ ସିଂହାସନ ପୁରୁଷାନୁକ୍ରମେ ଥାଏ।
Thou, O LORD, art enthroned for ever, Thy throne is from generation to generation.
20 ତୁମ୍ଭେ କାହିଁକି ଚିରକାଳ ଆମ୍ଭମାନଙ୍କୁ ପାସୋରୁଅଛ, ଆଉ ଏତେ ଦୀର୍ଘ କାଳ ଆମ୍ଭମାନଙ୍କୁ ପରିତ୍ୟାଗ କରୁଅଛ?
Wherefore dost Thou forget us for ever, and forsake us so long time?
21 ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ।
Turn Thou us unto Thee, O LORD, and we shall be turned; renew our days as of old.
22 ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ସର୍ବତୋଭାବରେ ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ୟନ୍ତ କ୍ରୁଦ୍ଧ ହୋଇଅଛ।
Thou canst not have utterly rejected us, and be exceeding wroth against us!

< ଯିରିମୀୟଙ୍କ ବିଳାପ 5 >