< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10 >

1 ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ୍‍ ଓ ଅବୀହୂ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ।
亞郎的兒子納達布和阿彼胡,各自取了火盤,放上火,加上乳香,在上主面前奉獻了上主所禁止的凡火。
2 ତହିଁରେ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ।
那時由上主面前噴出火來,將他們燒死在上主面前。
3 ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ।
梅瑟對亞郎說:「這就是上主所說:對親近我的人,我要顯我為聖;在全民眾前我要以我為尊。」亞郎默不作聲。
4 ଏଥିଉତ୍ତାରେ ମୋଶା ହାରୋଣଙ୍କର କକା ଉଷୀୟେଲର ପୁତ୍ର ମୀଶାୟେଲକୁ ଓ ଇଲୀଷାଫନ୍‍କୁ ଡାକି କହିଲେ, “ନିକଟକୁ ଆସି ଆପଣା ଭାଇମାନଙ୍କୁ ପବିତ୍ର ସ୍ଥାନର ସମ୍ମୁଖରୁ ଛାଉଣିର ବାହାରକୁ ନେଇଯାଅ।”
梅瑟遂叫了亞郎的叔父烏齊耳的兒子米沙耳和厄耳匝番來,對他們說:「前來,將你們的兄弟由聖所前抬到營外去!」
5 ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ନିକଟକୁ ଯାଇ ସେମାନଙ୍କୁ ପୋଷାକ ସମେତ ଛାଉଣିର ବାହାରକୁ ନେଇଗଲେ।
他們就前去,抓住死者的衣服,將死者抬到營外,照梅瑟所吩附的。
6 ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।
以後,梅瑟和亞郎的兒子厄肋阿匝爾及依塔瑪爾說:「不要散開你們的頭髮,不要撕裂你們的衣服,免得你們死亡,也免得上主對全會眾發怒;讓你們的弟兄以色列全家,去為上主燃起的火哀悼。
7 ଆଉ ତୁମ୍ଭେମାନେ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ ତୈଳ ଅଛି।” ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ସେହିପରି କଲେ।
你們也不要走出會幕門口,免得你們死亡,因為上主的傅油還在你們身上。」他們就照梅瑟說的做了。
8 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ,
上主訓示亞郎說:「
9 “ତୁମ୍ଭମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;
你或你的兒子進入會幕時,清酒或醇酒都不可飲,免得你們死亡:這為你們世世代代是永久的法令。
10 ତହିଁରେ ତୁମ୍ଭେମାନେ ପବିତ୍ର ଓ ସାମାନ୍ୟ, ପୁଣି ଶୁଚି ଓ ଅଶୁଚି ମଧ୍ୟରେ ଭିନ୍ନତା ଜାଣି ପାରିବ;
因為在聖與俗,潔與不潔之間,你們應分辨清楚,
11 ପୁଣି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ସକଳ ବିଧି ଦେଇଅଛନ୍ତି, ତାହା ସେମାନଙ୍କୁ ଶିକ୍ଷା ଦେଇ ପାରିବ।”
並應教訓以色列子民,上主藉梅瑟吩附他們一切法令。」重申司祭的權利。
12 ଏଥିଉତ୍ତାରେ ମୋଶା ହାରୋଣଙ୍କୁ, ତାଙ୍କର ଅବଶିଷ୍ଟ ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରର ଅବଶିଷ୍ଟ ଯେଉଁ ଭକ୍ଷ୍ୟ ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ବେଦି ନିକଟରେ ତାଡ଼ି ବିନା ଭୋଜନ କର, ଯେହେତୁ ତାହା ମହାପବିତ୍ର;
以後,梅瑟對亞郎和他尚存的兒子厄肋阿匝爾及依塔瑪爾說:「獻與上主的火祭中所剩下的素祭祭品,你們應拿來在祭壇旁吃,應吃死麵的,因為這是聖之物,
13 ଏଣୁ ତୁମ୍ଭେମାନେ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କର; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ମଧ୍ୟରୁ ତାହା ହିଁ ତୁମ୍ଭର ଓ ତୁମ୍ଭ ପୁତ୍ରଗଣଙ୍କର ପ୍ରାପ୍ତବ୍ୟ ଅଂଶ; ଯେହେତୁ ଆମ୍ଭେ ଏହି ଆଜ୍ଞା ପାଇଅଛୁ।
你們在聖處吃,因為這是你和你的兒子,由獻與上主的火祭中,所獲得的權利;上主曾這樣吩附了我。
14 ପୁଣି ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭ କନ୍ୟାଗଣ ଦୋଳନୀୟ ନୈବେଦ୍ୟର ବକ୍ଷ ଓ ଉତ୍ତୋଳନୀୟ ଉପହାରର ଜଙ୍ଘ କୌଣସି ଶୁଚି ସ୍ଥାନରେ ଭୋଜନ କରିବ, ଯେହେତୁ ଇସ୍ରାଏଲ-ସନ୍ତାନଗଣର ମଙ୍ଗଳାର୍ଥକ ବଳି ମଧ୍ୟରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ତବ୍ୟ ଅଂଶ।
至於搖過的胸脯和祭過的後腿,你和你的兒子以及與你尚在一起的女兒,可在一清潔地方吃;這原是由以色列子民獻的和平祭中,給予你和你子女的權利。
15 ସେମାନେ ମେଦମୟ ଅଗ୍ନିକୃତ ଉପହାର ସହିତ ଉତ୍ତୋଳନୀୟ ଉପହାରର ଜଙ୍ଘ ଓ ଦୋଳନୀୟ ନୈବେଦ୍ୟର ବକ୍ଷ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବା ନିମନ୍ତେ ଆଣିବେ; ପୁଣି ତାହା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତୁମ୍ଭର ଓ ତୁମ୍ଭ ସନ୍ତାନଗଣଙ୍କର ଅନନ୍ତକାଳୀନ ଅଧିକାର ହେବ।”
與獻作火祭的脂肪一起所舉過的後腿和搖過的胸脯,上上主面前行過奉獻搖禮之後,都歸你和與你在一起的子女:這是你們永久的權利,照上主所吩附的。」
16 ଆଉ, ମୋଶା ପାପାର୍ଥକ ଛାଗର ବହୁତ ଅନ୍ୱେଷଣ କଲେ, ମାତ୍ର ଦେଖ, ତାହା ଦଗ୍ଧ ହୋଇଥିଲା; ଏଣୁ ସେ ହାରୋଣଙ୍କର ଅବଶିଷ୍ଟ ଦୁଇ ପୁତ୍ର ଇଲୀୟାସର ଓ ଈଥାମରଙ୍କ ପ୍ରତି କ୍ରୋଧ କରି କହିଲେ,
梅色尋找那作贖罪祭的公山羊的時後,發現已經燒了;於是對亞郎尚存的兒子厄肋阿匝爾及依塔瑪爾發怒說:
17 “ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ? ତାହା ତ ମହାପବିତ୍ର, ପୁଣି ମଣ୍ଡଳୀର ଅପରାଧ ବୋହି ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସେ ତାହା ତୁମ୍ଭମାନଙ୍କୁ ଦେଇଅଛନ୍ତି।
「為什麼你們沒有在聖處吃這贖罪祭肉﹖這原是至聖之物;上主所以給了你們,是為了消除會眾的罪過,在上主面前為他們贖罪。
18 ଦେଖ, ପବିତ୍ର ସ୍ଥାନ ଭିତରକୁ ତାହାର ରକ୍ତ ଅଣାଗଲା ନାହିଁ; ଯେପରି ଆମ୍ଭେ ଆଜ୍ଞା ଦେଇଥିଲୁ, ସେପରି ତୁମ୍ଭେମାନେ ପବିତ୍ର ସ୍ଥାନରେ ତାହା ତ ଭୋଜନ କରିଥାʼନ୍ତ।”
這犧牲的血既然沒有帶到聖所裏去,你們應照我所吩附的,在聖處吃這祭肉。」
19 ତେବେ ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋʼ ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥାʼନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା?”
亞郎對梅瑟說:「你看,他們今天在上主前奉獻了贖罪祭和全燔祭,竟有這樣的事發生在我身上! 我今天若吃了贖罪祭祭肉,上主豈能滿意﹖」
20 ତହୁଁ ମୋଶା ତାହା ଶୁଣନ୍ତେ, ତାହା ତାଙ୍କ ଦୃଷ୍ଟିରେ ଭଲ ଦେଖାଗଲା।
梅瑟聽了這話,也頗為滿意。

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10 >