< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11 >

1 ତାʼପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
Jahve reče Mojsiju i Aronu:
2 “ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପୃଥିବୀସ୍ଥିତ ପଶୁମାନଙ୍କ ମଧ୍ୟରେ ଏହି ସମସ୍ତ ଜୀବ ଭୋଜନ କରିବ।
“Ovako kažite Izraelcima: 'Ovo su životinje koje između svih četveronožaca na zemlji možete jesti:
3 ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ।
svaku koja ima papke, ali papke razdvojene, i koja preživa možete jesti.
4 ତଥାପି ଯେଉଁମାନେ ପାକୁଳି କରନ୍ତି, ଅଥବା ବିଭକ୍ତ ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହି ଏହି ପଶୁ ଭୋଜନ କରିବ ନାହିଁ, ଯଥା, ଓଟ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
Ali ove, iako preživaju ili papke imaju, ne smijete jesti: devu, jer iako preživa, razdvojena papka nema - za vas je nečista;
5 ପୁଣି ଶାଫନ୍‍ (ଓଧ) ପଶୁ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
svisca, jer iako preživa, razdvojena papka nema - za vas je nečist;
6 ଆଉ, ଠେକୁଆ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
arnebeta, iako preživa, razdvojena papka nema - za vas je nečist.
7 ପୁଣି, ଶୂକର, ଯେହେତୁ ସେ ବିଭକ୍ତ-ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
A svinja, iako ima papak, i to papak razdvojen, ne preživa - za vas je nečista.
8 ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କର ଶବ ସ୍ପର୍ଶ କରିବ ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି।
Njihova mesa nemojte jesti niti se njihove strvine doticati - za vas su one nečiste.'”
9 ଜଳଜନ୍ତୁ ମଧ୍ୟରୁ ଏହିସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ।
Od svih vodenih životinja ove možete jesti: sve što živi u vodi, bilo u morima, bilo u rijekama, a ima peraje i ljuske možete jesti.
10 ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି,
A što u morima i rijekama nema peraja i ljusaka - sve životinjice u vodi, sva živa vodena bića - neka su vam odvratna
11 ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ହେବେ; ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ, ପୁଣି ସେମାନଙ୍କ ଶବକୁ ଘୃଣା କରିବ।
i odvratna neka vam ostanu! Mesa od njih nemojte jesti, a njihove strvine držite za odvratnost.
12 ଜଳଜନ୍ତୁ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ।
Sve, dakle, što je u vodi a nema peraja i ljusaka neka je za vas odvratno.”
13 ଆଉ, ପକ୍ଷୀମାନଙ୍କ ମଧ୍ୟରୁ ଏହିସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି,
“Od ptica neka su vam ove odvratne i neka se ne jedu - odvratnost su: orao, orao strvinar i jastreb,
14 ପୁଣି, ଚିଲ ଓ ଆପଣା ଆପଣା ଜାତି ଅନୁସାରେ ବାଜ,
tetrijeb i sokol bilo koje vrste;
15 ପୁଣି, ଆପଣା ଆପଣା ଜାତି ଅନୁସାରେ ସମସ୍ତ ଡାମରା କାଉ,
gavran svih vrsta;
16 ଓଟପକ୍ଷୀ, ତାମସ ପକ୍ଷୀ, ସମୁଦ୍ର ଚିଲ, ଆପଣା ଆପଣା ଜାତି ଅନୁସାରେ ଛଞ୍ଚାଣ,
noj, kobac i galeb; lastavica svake vrste;
17 ପୁଣି, କୋଷପକ୍ଷୀ, ପାଣିକୁଆ, ବଗ,
sova, gnjurac, ušara,
18 ଦୀର୍ଘ-ଗଳ ହଂସ, ପାଣିଭେଳା, ଶାଗୁଣା;
labud, pelikan, droplja;
19 ପୁଣି ବଗ, ଆପଣା ଆପଣା ଜାତି ଅନୁସାରେ କଙ୍କ, ଟିଟ୍ଟିଭ ଓ ଚାମଚିକା।
roda, čaplja svake vrste; pupavac i šišmiš.”
20 ପୁଣି, ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁସକଳ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ।
“Svi krilati kukci što hodaju četveronoške neka su vam odvratni!
21 ତଥାପି ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧ୍ୟରେ ଭୂମିରେ ଡେଇଁବା ପାଇଁ ଯେଉଁମାନଙ୍କର ଗୋଡ଼ନଳୀ ଦୀର୍ଘ, ସେମାନେ ତୁମ୍ଭମାନଙ୍କର ଖାଦ୍ୟ ହେବେ।
Od svih tih krilatih kukaca što hodaju četveronoške možete jesti samo one koji imaju na svojim nožicama listove za skakutanje po zemlji.
22 ଅର୍ଥାତ୍‍, ଆପଣା ଆପଣା ଜାତି ଅନୁସାରେ ପଙ୍ଗପାଳ, ଆପଣା ଆପଣା ଜାତି ଅନୁସାରେ ବାଘୁଆଫଡ଼ିଙ୍ଗ, ଆପଣା ଆପଣା ଜାତି ଅନୁସାରେ ଝିଙ୍କାରୀ ଓ ଆପଣା ଆପଣା ଜାତି ଅନୁସାରେ ଝିଣ୍ଟିକା, ଏହି ସକଳ ତୁମ୍ଭମାନଙ୍କର ଖାଦ୍ୟ ହେବେ।
Od njih možete jesti: svaku vrstu skakavaca, cvrčaka i zrikavaca.
23 ମାତ୍ର ଏହାଛଡ଼ା ଚାରିଗୋଡ଼ିଆ ଉଡ଼ନ୍ତା ସମସ୍ତ ପତଙ୍ଗ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ।
A svi drugi krilati kukci na četiri nožice neka su vam odvratni!
24 ଆଉ, ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
I od njih ćete se onečistiti: tko se god dotakne njihove crkotine, neka je nečist do večeri;
25 ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
tko god ponese crkotinu bilo koje od njih, neka opere svoju odjeću i nečistim se smatra do večeri;
26 ଯେଉଁସବୁ ପଶୁର ଖୁରା ବିଭକ୍ତ, ମାତ୍ର ପାଦ ଚିରା ନୁହେଁ, କିଅବା ଯେଉଁମାନେ ପାକୁଳି କରନ୍ତି ନାହିଁ, ସେମାନେ ତୁମ୍ଭମାନଙ୍କ ନିକଟରେ ଅଶୁଚି; ଯେକେହି ସେମାନଙ୍କୁ ଛୁଇଁବ, ସେ ଅଶୁଚି ହେବ।
i životinje s nerazdvojenim papkom što ne preživaju za vas su nečiste, i tko ih se dotakne neka je nečist!
27 ପୁଣି ଚାରିଗୋଡ଼ିଆ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Onda, četveronožne životinje koje hodaju na četiri šape za vas su nečiste. Tko se dotakne njihova strva, neka je nečist do večeri.
28 ପୁଣି, ଯେକେହି ସେମାନଙ୍କର ଶବ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି।
A onaj koji ponese njihov strv, neka opere svoju odjeću i bude nečist do večeri. Za vas su one nečiste.”
29 ଆଉ, ଭୂଚର ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହିସବୁ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ଖୋଲେଦ (ଗୋଧି) ଓ ମୂଷା; ପୁଣି, ଆପଣା ଆପଣା ଜାତି ଅନୁସାରେ ବଡ଼ ଏଣ୍ଡୁଅ;
“Od životinja što po zemlji gmižu neka su za vas ove nečiste: krtica, miš i svaka vrsta guštera;
30 ଆଉ, ଏଣ୍ଡୁଅ ଓ ସ୍ଥଳ କୁମ୍ଭୀର, ଝିଟିପିଟି, ବାଲିଏଣ୍ଡୁଅ ଓ ବହୁରୂପୀ (ପୋହଳା ଏଣ୍ଡୁଅ)।
zidni macaklin, kameleon, daždevnjak, zelembać i tinšamet.
31 ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ସେମାନେ ମଲେ ଯେକେହି ସେମାନଙ୍କୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Te su životinje od svih što gmižu za vas nečiste. Tko ih se mrtvih dotakne neka je nečist do večeri.
32 ସେମାନଙ୍କ ମଧ୍ୟରୁ କୌଣସି ଶବ କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର, ବସ୍ତ୍ର, ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ।
A na što koja od njih mrtva padne, neka je onečišćeno: bio to kakav drveni predmet ili odjeća, koža ili vreća. Svaki takav predmet koji se upotrebljava neka se zamoči u vodu i ostane nečist do večeri. Onda će postati čist.
33 ପୁଣି, କୌଣସି ମାଟି ପାତ୍ର ମଧ୍ୟରେ ସେମାନଙ୍କର ଶବ ପଡ଼ିଲେ, ତହିଁ ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟ ଅଶୁଚି ହେବ ଓ ତୁମ୍ଭେମାନେ ତାହା ଭାଙ୍ଗି ପକାଇବ।
Upadne li što od njih u kakvu zemljanu posudu, razbijte je; sve je u njoj onečišćeno.
34 ପୁଣି, ଯେଉଁସବୁ ଖାଦ୍ୟଦ୍ରବ୍ୟ ଉପରେ ଜଳ ଥାଏ, ତାହା ଅଶୁଚି ହେବ; ପୁଣି, ସର୍ବପ୍ରକାର ପାତ୍ରରେ ସର୍ବପ୍ରକାର ପେୟଦ୍ରବ୍ୟ ଅଶୁଚି ହେବ;
A bilo kakva hrana što se jede, ako na nju kapne voda iz te posude, bit će onečišćena. Svaka tekućina što se pije u svakoj takvoj posudi neka se smatra nečistom.
35 ପୁଣି, ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ଚୁଲି ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।
A sve na što padne bilo što od njihove crkotine neka je nečisto; bude li to peć ili ognjište, neka se sruše: onečišćeni su za vas i neka nečisti budu.
36 ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଇଁବ, ସେ ଅଶୁଚି ହେବ।
A vrelo ili čatrnja koja drži vodu neka se smatraju čistima. Ali tko dirne strvinu životinje neka je nečist.
37 ପୁଣି, ଯେଉଁ ବିହନ ବୁଣା ଯିବାକୁ ଅଛି, ତହିଁ ଉପରେ ଯେବେ ସେମାନଙ୍କ ଶବର କିଛି ପଡ଼େ, ତେବେ ତାହା ଶୁଚି ରହିବ।
Ako što od njihova strva padne na žitno sjemenje što će se sijati, ono ostaje čisto;
38 ମାତ୍ର ବିହନ ଉପରେ ଜଳ ଥିଲେ, ଯେବେ ସେମାନଙ୍କ ଶବର କିଛି ତହିଁ ଉପରେ ପଡ଼େ, ତେବେ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।
ali ako se sjemenje nakvasi vodom, a onda na nj padne što od njihove crkotine, neka je za vas nečisto.
39 ଆଉ, ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ୟ କୌଣସି ପଶୁ ମଲେ, ଯେକେହି ତାହାର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Ako ugine koja životinja što vam služi za hranu, onaj koji dotakne njezinu strvinu neka je nečist do večeri;
40 ପୁଣି, ଯେକେହି ତାହାର ଶବ ଖାଏ, ସେ ଆପଣା ବସ୍ତ୍ର ଧୋଇବ, ପୁଣି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ଯେକେହି ତାହା ବହେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
a koji pojede od njezine strvine neka opere svoju odjeću i bude nečist do večeri; koji ponese njezinu strvinu neka opere svoju odjeću i bude nečist do večeri.
41 ଆଉ, ଭୂଚର ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଘୃଣାଯୋଗ୍ୟ ଅଟେ; ତାହା ଖାଦ୍ୟ ହେବ ନାହିଁ।
Svaka životinja što po tlu gmiže odvratna je. Neka se ne jede!
42 ଯେଉଁମାନେ ପେଟ ଦେଇ ଗମନ କରନ୍ତି ଓ ଯେଉଁମାନେ ଚାରି ପାଦରେ ଗମନ କରନ୍ତି, ଅବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପରି ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବ ନାହିଁ; କାରଣ ସେମାନେ ଘୃଣାଯୋଗ୍ୟ।
Ništa što puže na trbuhu, ništa što god ide na četiri noge ili na više nogu - nikakve puzavce što po tlu gmižu nemojte jesti jer su odvratni!
43 ତୁମ୍ଭେମାନେ ଏହିସବୁ ଭୂଚର ଉରୋଗାମୀ ଜନ୍ତୁ ଦ୍ୱାରା ଆପଣାମାନଙ୍କୁ ଘୃଣାଯୋଗ୍ୟ କରିବ ନାହିଁ, କିଅବା ତୁମ୍ଭେମାନେ ଅଶୁଚି ହେବା ନିମନ୍ତେ ସେମାନଙ୍କ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।
Nemojte sami sebe poganiti svim tim puzavcima što gmižu; ne prljajte se njima, da i vi zbog njih ne postanete nečisti.
44 କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ; ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ; ଯେହେତୁ ମୁଁ ପବିତ୍ର; ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।
Ta ja - Jahve - Bog sam vaš! Posvećujte se, dakle, da sveti budete, jer svet sam ja! Nijednim se puzavcem što po tlu gmiže ne prljajte!
45 କାରଣ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମୁଁ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛି; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ମୁଁ ପବିତ୍ର ଅଟେ।
Jest, ja sam Jahve; izveo sam vas iz zemlje egipatske da vam budem Bog. Budite, dakle, sveti jer sam svet ja!”
46 ଶୁଚି ଓ ଅଶୁଚି ଏବଂ ଖାଦ୍ୟ ଓ ଅଖାଦ୍ୟ ପଶୁମାନଙ୍କ ପ୍ରଭେଦ ଜଣାଇବା ପାଇଁ,
To je odredba koja se odnosi na ptice i sva živa bića što se u vodi kreću i na sve stvorove koji po zemlji gmižu.
47 ପଶୁ, ପକ୍ଷୀ, ଜଳଚର ପ୍ରାଣୀ ଓ ଉରୋଗାମୀ ଭୂଚର ପ୍ରାଣୀମାନଙ୍କ ବିଷୟରେ ଏହି ବ୍ୟବସ୍ଥା।”
Svrha joj je da se razlikuje nečisto od čistoga; životinja koja se može jesti od životinje koja se ne smije jesti.

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11 >