< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11 >

1 ତାʼପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
Bwana akawaambia Mose na Aroni,
2 “ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପୃଥିବୀସ୍ଥିତ ପଶୁମାନଙ୍କ ମଧ୍ୟରେ ଏହି ସମସ୍ତ ଜୀବ ଭୋଜନ କରିବ।
“Waambieni Waisraeli: ‘Kati ya wanyama wote waishio juu ya nchi, hawa ndio mtakaowala:
3 ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ।
Mwaweza kula mnyama yeyote mwenye kwato zilizogawanyika sehemu mbili na ambaye hucheua.
4 ତଥାପି ଯେଉଁମାନେ ପାକୁଳି କରନ୍ତି, ଅଥବା ବିଭକ୍ତ ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହି ଏହି ପଶୁ ଭୋଜନ କରିବ ନାହିଁ, ଯଥା, ଓଟ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
“‘Kuna wanyama wengine ambao hucheua tu au wenye kwato zilizogawanyika tu, lakini hao kamwe msiwale. Ngamia ingawa hucheua hana kwato zilizogawanyika; kwa kawaida ya ibada hiyo ni najisi kwenu.
5 ପୁଣି ଶାଫନ୍‍ (ଓଧ) ପଶୁ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
Pelele ingawa hucheua hana kwato zilizogawanyika; huyo ni najisi kwenu.
6 ଆଉ, ଠେକୁଆ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
Sungura ingawa hucheua hana kwato zilizogawanyika; huyo ni najisi kwenu.
7 ପୁଣି, ଶୂକର, ଯେହେତୁ ସେ ବିଭକ୍ତ-ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
Naye nguruwe ingawa anazo kwato zilizogawanyika sehemu mbili, hacheui; huyo ni najisi kwenu.
8 ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କର ଶବ ସ୍ପର୍ଶ କରିବ ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି।
Kamwe msile nyama yao wala kugusa mizoga yao; wao ni najisi kwenu.
9 ଜଳଜନ୍ତୁ ମଧ୍ୟରୁ ଏହିସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ।
“‘Kuhusu viumbe wote wanaoishi ndani ya maji ya bahari na vijito, mtakula wale wote wenye mapezi na magamba.
10 ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି,
Lakini viumbe wote ndani ya bahari au vijito wasio na mapezi na magamba, wakiwa miongoni mwa makundi au viumbe wote ndani ya maji, hao ni machukizo kwenu.
11 ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ହେବେ; ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ, ପୁଣି ସେମାନଙ୍କ ଶବକୁ ଘୃଣା କରିବ।
Nao watakuwa machukizo kwenu. Msile nyama yao, nayo mizoga yao itakuwa machukizo.
12 ଜଳଜନ୍ତୁ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ।
Chochote kinachoishi ndani ya maji ambacho hakina mapezi na magamba kitakuwa chukizo kwenu.
13 ଆଉ, ପକ୍ଷୀମାନଙ୍କ ମଧ୍ୟରୁ ଏହିସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି,
“‘Wafuatao ndio ndege watakaokuwa machukizo kwenu, hivyo msiwale kwa sababu ni chukizo: tai, furukombe, kipungu,
14 ପୁଣି, ଚିଲ ଓ ଆପଣା ଆପଣା ଜାତି ଅନୁସାରେ ବାଜ,
mwewe mwekundu, aina zote za mwewe mweusi,
15 ପୁଣି, ଆପଣା ଆପଣା ଜାତି ଅନୁସାରେ ସମସ୍ତ ଡାମରା କାଉ,
aina zote za kunguru,
16 ଓଟପକ୍ଷୀ, ତାମସ ପକ୍ଷୀ, ସମୁଦ୍ର ଚିଲ, ଆପଣା ଆପଣା ଜାତି ଅନୁସାରେ ଛଞ୍ଚାଣ,
mbuni, kiruka-njia, dudumizi, kipanga, shakwe, aina zote za kipanga,
17 ପୁଣି, କୋଷପକ୍ଷୀ, ପାଣିକୁଆ, ବଗ,
bundi, mnandi, bundi mkubwa,
18 ଦୀର୍ଘ-ଗଳ ହଂସ, ପାଣିଭେଳା, ଶାଗୁଣା;
mumbi, mwari, nderi,
19 ପୁଣି ବଗ, ଆପଣା ଆପଣା ଜାତି ଅନୁସାରେ କଙ୍କ, ଟିଟ୍ଟିଭ ଓ ଚାମଚିକା।
korongo, koikoi wa aina yoyote, hudihudi na popo.
20 ପୁଣି, ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁସକଳ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ।
“‘Wadudu wote warukao ambao hutembea kwa miguu minne watakuwa chukizo kwenu.
21 ତଥାପି ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧ୍ୟରେ ଭୂମିରେ ଡେଇଁବା ପାଇଁ ଯେଉଁମାନଙ୍କର ଗୋଡ଼ନଳୀ ଦୀର୍ଘ, ସେମାନେ ତୁମ୍ଭମାନଙ୍କର ଖାଦ୍ୟ ହେବେ।
Lakini wako viumbe wenye mabawa ambao hutembea kwa miguu minne mtakaowala: wale wenye vifundo katika miguu yao ya kurukaruka juu ya ardhi.
22 ଅର୍ଥାତ୍‍, ଆପଣା ଆପଣା ଜାତି ଅନୁସାରେ ପଙ୍ଗପାଳ, ଆପଣା ଆପଣା ଜାତି ଅନୁସାରେ ବାଘୁଆଫଡ଼ିଙ୍ଗ, ଆପଣା ଆପଣା ଜାତି ଅନୁସାରେ ଝିଙ୍କାରୀ ଓ ଆପଣା ଆପଣା ଜାତି ଅନୁସାରେ ଝିଣ୍ଟିକା, ଏହି ସକଳ ତୁମ୍ଭମାନଙ୍କର ଖାଦ୍ୟ ହେବେ।
Miongoni mwa hawa, mtakula nzige wa aina zote, senene, parare au panzi.
23 ମାତ୍ର ଏହାଛଡ଼ା ଚାରିଗୋଡ଼ିଆ ଉଡ଼ନ୍ତା ସମସ୍ତ ପତଙ୍ଗ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ।
Lakini viumbe wengine wote wenye mabawa na wenye miguu minne ni machukizo kwenu.
24 ଆଉ, ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
“‘Mtajinajisi kwa wanyama hawa. Yeyote agusaye mizoga yao atakuwa najisi mpaka jioni.
25 ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Yeyote atakayebeba mizoga ya viumbe hawa ni lazima afue nguo zake, naye atakuwa najisi mpaka jioni.
26 ଯେଉଁସବୁ ପଶୁର ଖୁରା ବିଭକ୍ତ, ମାତ୍ର ପାଦ ଚିରା ନୁହେଁ, କିଅବା ଯେଉଁମାନେ ପାକୁଳି କରନ୍ତି ନାହିଁ, ସେମାନେ ତୁମ୍ଭମାନଙ୍କ ନିକଟରେ ଅଶୁଚି; ଯେକେହି ସେମାନଙ୍କୁ ଛୁଇଁବ, ସେ ଅଶୁଚି ହେବ।
“‘Kila mnyama mwenye ukwato ulioachana lakini haukugawanyika kabisa, au yule asiyecheua, huyo ni najisi kwenu; yeyote agusaye mzoga wowote wa hao atakuwa najisi.
27 ପୁଣି ଚାରିଗୋଡ଼ିଆ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Miongoni mwa wanyama wote watembeao kwa miguu minne, wale watembeao kwa vitanga vyao ni najisi kwenu; yeyote agusaye mizoga yao atakuwa najisi mpaka jioni.
28 ପୁଣି, ଯେକେହି ସେମାନଙ୍କର ଶବ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି।
Yeyote atakayebeba mizoga yao ni lazima afue nguo zake, naye atakuwa najisi mpaka jioni. Wanyama hawa ni najisi kwenu.
29 ଆଉ, ଭୂଚର ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହିସବୁ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ଖୋଲେଦ (ଗୋଧି) ଓ ମୂଷା; ପୁଣି, ଆପଣା ଆପଣା ଜାତି ଅନୁସାରେ ବଡ଼ ଏଣ୍ଡୁଅ;
“‘Kuhusu wanyama watambaao juu ya ardhi, hawa ni najisi kwenu: kicheche, panya, aina yoyote ya mijusi mikubwa,
30 ଆଉ, ଏଣ୍ଡୁଅ ଓ ସ୍ଥଳ କୁମ୍ଭୀର, ଝିଟିପିଟି, ବାଲିଏଣ୍ଡୁଅ ଓ ବହୁରୂପୀ (ପୋହଳା ଏଣ୍ଡୁଅ)।
guruguru, kenge, mijusi ya ukutani, goromoe na kinyonga.
31 ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ସେମାନେ ମଲେ ଯେକେହି ସେମାନଙ୍କୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Hao wote watambaao juu ya ardhi ni najisi kwenu. Yeyote agusaye mizoga yao atakuwa najisi mpaka jioni.
32 ସେମାନଙ୍କ ମଧ୍ୟରୁ କୌଣସି ଶବ କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର, ବସ୍ତ୍ର, ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ।
Ikiwa mmoja wao atakufa na kuangukia juu ya kitu fulani, chombo hicho, hata kikiwa cha matumizi gani, kitakuwa najisi, kiwe kimetengenezwa kwa mti, nguo, ngozi au gunia. Kiweke ndani ya maji; kitakuwa najisi mpaka jioni, kisha kitakuwa safi tena.
33 ପୁଣି, କୌଣସି ମାଟି ପାତ୍ର ମଧ୍ୟରେ ସେମାନଙ୍କର ଶବ ପଡ଼ିଲେ, ତହିଁ ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟ ଅଶୁଚି ହେବ ଓ ତୁମ୍ଭେମାନେ ତାହା ଭାଙ୍ଗି ପକାଇବ।
Ikiwa mmoja wa wanyama aliyekufa ataangukia ndani ya chungu, kila kilichomo katika chungu hicho kitakuwa najisi, nawe ni lazima uvunje chungu hicho.
34 ପୁଣି, ଯେଉଁସବୁ ଖାଦ୍ୟଦ୍ରବ୍ୟ ଉପରେ ଜଳ ଥାଏ, ତାହା ଅଶୁଚି ହେବ; ପୁଣି, ସର୍ବପ୍ରକାର ପାତ୍ରରେ ସର୍ବପ୍ରକାର ପେୟଦ୍ରବ୍ୟ ଅଶୁଚି ହେବ;
Chakula chochote ambacho chaweza kuliwa lakini kikawa kimeingia maji kutoka kwenye chungu hicho ni najisi, na kitu chochote cha majimaji ambacho chaweza kunyweka kutoka kwenye chungu hicho ni najisi.
35 ପୁଣି, ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ଚୁଲି ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।
Chochote ambacho mzoga wa mmojawapo utaangukia kitakuwa najisi. Jiko au chungu cha kupikia ni lazima kivunjwe. Ni najisi, nawe ni lazima uvihesabu kuwa najisi.
36 ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଇଁବ, ସେ ଅଶୁଚି ହେବ।
Lakini chemchemi au kisima, mahali pa kuchota maji, patakuwa safi, lakini yeyote atakayegusa moja ya mizoga hii ni najisi.
37 ପୁଣି, ଯେଉଁ ବିହନ ବୁଣା ଯିବାକୁ ଅଛି, ତହିଁ ଉପରେ ଯେବେ ସେମାନଙ୍କ ଶବର କିଛି ପଡ଼େ, ତେବେ ତାହା ଶୁଚି ରହିବ।
Kama mzoga ukianguka juu ya mbegu zozote ambazo ni za kupanda, zinabaki safi.
38 ମାତ୍ର ବିହନ ଉପରେ ଜଳ ଥିଲେ, ଯେବେ ସେମାନଙ୍କ ଶବର କିଛି ତହିଁ ଉପରେ ପଡ଼େ, ତେବେ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।
Lakini kama mbegu imetiwa maji na mzoga ukaanguka juu yake, hiyo mbegu ni najisi kwenu.
39 ଆଉ, ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ୟ କୌଣସି ପଶୁ ମଲେ, ଯେକେହି ତାହାର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
“‘Kama mnyama ambaye mnaruhusiwa kumla akifa, yeyote atakayeugusa mzoga wake atakuwa najisi mpaka jioni.
40 ପୁଣି, ଯେକେହି ତାହାର ଶବ ଖାଏ, ସେ ଆପଣା ବସ୍ତ୍ର ଧୋଇବ, ପୁଣି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ଯେକେହି ତାହା ବହେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
Yeyote atakayekula sehemu ya mzoga huo ni lazima afue nguo zake, naye atakuwa najisi mpaka jioni. Yeyote atakayebeba mzoga huo ni lazima afue nguo zake, naye atakuwa najisi mpaka jioni.
41 ଆଉ, ଭୂଚର ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଘୃଣାଯୋଗ୍ୟ ଅଟେ; ତାହା ଖାଦ୍ୟ ହେବ ନାହିଁ।
“‘Kila kiumbe kitambaacho juu ya ardhi ni chukizo; kisiliwe.
42 ଯେଉଁମାନେ ପେଟ ଦେଇ ଗମନ କରନ୍ତି ଓ ଯେଉଁମାନେ ଚାରି ପାଦରେ ଗମନ କରନ୍ତି, ଅବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପରି ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବ ନାହିଁ; କାରଣ ସେମାନେ ଘୃଣାଯୋଗ୍ୟ।
Msile kiumbe chochote kitambaacho juu ya ardhi, kiwe kitambaacho kwa tumbo lake, au kitambaacho kwa miguu minne au kwa miguu mingi; ni chukizo.
43 ତୁମ୍ଭେମାନେ ଏହିସବୁ ଭୂଚର ଉରୋଗାମୀ ଜନ୍ତୁ ଦ୍ୱାରା ଆପଣାମାନଙ୍କୁ ଘୃଣାଯୋଗ୍ୟ କରିବ ନାହିଁ, କିଅବା ତୁମ୍ଭେମାନେ ଅଶୁଚି ହେବା ନିମନ୍ତେ ସେମାନଙ୍କ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।
Msijitie unajisi kwa chochote katika viumbe hivi. Msijitie unajisi kwa viumbe hivyo au kutiwa unajisi navyo.
44 କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ; ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ; ଯେହେତୁ ମୁଁ ପବିତ୍ର; ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।
Mimi ndimi Bwana Mungu wenu; jitakaseni mwe watakatifu, kwa sababu mimi ni mtakatifu. Msijitie unajisi wenyewe kwa kiumbe chochote kile kiendacho juu ya ardhi.
45 କାରଣ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମୁଁ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛି; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ମୁଁ ପବିତ୍ର ଅଟେ।
Mimi ndimi Bwana niliyewapandisha mtoke Misri ili niwe Mungu wenu. Kwa hiyo kuweni watakatifu kwa sababu Mimi ni mtakatifu.
46 ଶୁଚି ଓ ଅଶୁଚି ଏବଂ ଖାଦ୍ୟ ଓ ଅଖାଦ୍ୟ ପଶୁମାନଙ୍କ ପ୍ରଭେଦ ଜଣାଇବା ପାଇଁ,
“‘Haya ndiyo masharti kuhusu wanyama, ndege, kila kiumbe hai kiendacho ndani ya maji, na kila kiumbe kiendacho juu ya ardhi.
47 ପଶୁ, ପକ୍ଷୀ, ଜଳଚର ପ୍ରାଣୀ ଓ ଉରୋଗାମୀ ଭୂଚର ପ୍ରାଣୀମାନଙ୍କ ବିଷୟରେ ଏହି ବ୍ୟବସ୍ଥା।”
Ni lazima mpambanue kati ya kilicho najisi na kilicho safi, kati ya viumbe hai vinavyoweza kuliwa na vile visivyoweza kuliwa.’”

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11 >