< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 12 >
1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
上主訓示梅瑟說:
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ସାତ ଦିନ ପର୍ଯ୍ୟନ୍ତ ଅଶୁଚି ରହିବ।
「你告訴以色列子民說:若一婦人分娩,生一男孩,七天之久,她是不潔的;她不潔有如經期不潔一樣。
3 ତହୁଁ ଅଷ୍ଟମ ଦିନରେ ବାଳକର ପୁରୁଷାଙ୍ଗଚର୍ମର ଛେଦନ ହେବ।
第八天,應給孩子割損。
4 ପୁଣି ସେହି ସ୍ତ୍ରୀ ତେତିଶ ଦିନ ପର୍ଯ୍ୟନ୍ତ ଆପଣାର ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୁଚିର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେହି କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।
此外,她還要守度三十三天的潔血期。在未滿取潔的日期以前,不可接觸任何聖物,不可走近聖所。
5 ମାତ୍ର ଯଦି ସେ କନ୍ୟା ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ଦୁଇ ସପ୍ତାହ ଅଶୁଚି ରହିବ; ପୁଣି ସେ ଛଷଠି ଦିନ ଆପଣା ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ।
若生一女孩,兩星期是不潔的,有如經期一樣。,此外還要守度六十六天的潔血期。
6 ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୁଚି ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକ ବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ ପାରାଛୁଆ ବା ଏକ କପୋତ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।
一滿了取潔的日期,不拘為兒子或女兒,她應在會幕門口交給司祭一隻一歲的羔羊,做全番祭;一隻雛鴿或一隻斑鳩,現作贖罪祭。
7 ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଉତ୍ସର୍ଗ କରି ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଆପଣା ରକ୍ତସ୍ରାବରୁ ଶୁଚି ହେବ; ପୁତ୍ର ବା କନ୍ୟା ପ୍ରସବକାରିଣୀ ନିମନ୍ତେ ଏହି ବ୍ୟବସ୍ଥା।
司祭將祭品奉獻在上主面前,為她型贖罪禮,她纔算由流血的狀況中潔淨了:以上是關於生男或生女得婦人的法律。
8 ମାତ୍ର ଯଦି ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ, ତହିଁରୁ ଗୋଟିଏକୁ ହୋମାର୍ଥକ ବଳି ରୂପେ ଓ ଅନ୍ୟଟିକୁ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ।”
但若她的財力不夠辦一隻羔羊,可帶兩隻斑鳩或兩隻雛鴿:一隻獻作全番祭,一隻獻作贖罪祭。司祭位他行贖罪禮,她就潔淨了。