< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13 >
1 ତାʼପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
BAWIPA ni Mosi hoi Aron koe bout a dei e teh,
2 “ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘାʼ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ।
Tami ni a vuen dawk hluetkaco e thoseh, takpatha nakunghai thoseh, bahlaw thoseh, hrikbei mitnoutnae kamnuek pawiteh, hote tami hah vaihma Aron koe thoseh, a capa vaihma buetbuet touh koe thoseh, a thokhai han.
3 ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘାʼ ଦେଖିବ; ଆଉ ଯଦି ଘାʼର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘାʼ ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘାʼ ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ।
Vaihma ni hote tami e a vuen dawk e patawnae a khet vaiteh, patawnae dawk e a muen pangaw pawiteh patawnae teh vuen thung tak dawk ka phat e patetlah awm pawiteh ka hrikbei e doeh. Vaihma ni hote tami a khet hnukkhu, thoung hoeh telah a pouk han.
4 ପୁଣି, ଚିକ୍କଣ ଚିହ୍ନ ଯଦି ତାହା ଶରୀରର ଚର୍ମରେ ଶ୍ଵେତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍ଵେତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘାʼ ହୋଇଅଛି, ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
Bahlaw teh pangaw pawiteh vuen thung ka phat e mahoeh. Muen pangaw hoehpawiteh vaihma ni ka pataw e tami hah hnin sari touh a paung han.
5 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ତାହାର ଦୃଷ୍ଟିରେ ସେହି ଘାʼ ସେହି ପ୍ରକାର ଥାଏ ଓ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଆହୁରି ସାତ ଦିନ ପର୍ଯ୍ୟନ୍ତ ବନ୍ଦ କରି ରଖିବ।
Asari hnin vaihma ni a khet navah a vuen dawk e patawnae kampai hoehpawiteh hnin sari touh bout a paung han.
6 ପୁଣି, ସପ୍ତମ ଦିନରେ ଯାଜକ ତାହାକୁ ପୁନର୍ବାର ଦେଖିବ; ଆଉ, ଯଦି ଘାʼ ମଳିନ ହୋଇଥାଏ ଓ ଘାʼ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ତାହା କାଛୁକୁଣ୍ଡିଆ ଅଟେ; ତହୁଁ ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।
Asari hnin bout a khet navah ama paroup ni teh meimei tamang pawiteh hote tami teh a thoung telah vaihma ni a pathang han. Ka pathak rumram e lah doeh ao. Amae khohna a pâsu vaiteh kathounge lah ao.
7 ମାତ୍ର ସେ ଶୁଚି ହେବା ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯଦି ତାହାର କାଛୁକୁଣ୍ଡିଆ ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ।
Thoung sak hanelah vaihma ni a khet hnukkhu, ka pathak e hoehoe lui pawiteh,
8 ତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ।
Hote tami teh kathounghoehe lah a pathang vaiteh ka hrikbei e tami lah a khoe han.
9 କୌଣସି ମନୁଷ୍ୟଠାରେ କୁଷ୍ଠରୋଗର ଘାʼ ହେଲେ, ସେ ଯାଜକ ନିକଟକୁ ଅଣାଯିବ;
Ka hrikbei e tami hah vaihma koe a ceikhai awh han.
10 ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,
Vaihma ni a khet navah, a vuen dawk ka pâphu ni teh a muen pangaw pawiteh, pâphu e dawk cawcawyu pawiteh,
11 ତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି।
Hrikbei karuem e doeh. Kathounghoehe tami telah vaihma ni a pouk vaiteh a paung han.
12 ଆଉ, ଯଦି କୁଷ୍ଠରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘାʼଯୁକ୍ତ ଲୋକର ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଥାଏ,
Ka hrikbei e tami teh atak buemlah a lû koehoi a khok koe totouh, vaihma ni a khet navah hrikbei kingkawi pawiteh,
13 ତେବେ ଯାଜକ ଦେଖିବ; ପୁଣି, ଯଦି କୁଷ୍ଠରୋଗ ତାହାର ସର୍ବାଙ୍ଗ ଆଚ୍ଛନ୍ନ କରିଥାଏ, ତେବେ ସେ ରୋଗୀକୁ ଶୁଚି ବୋଲି ପ୍ରକାଶ କରିବ; ସର୍ବାଙ୍ଗ ଶ୍ଵେତବର୍ଣ୍ଣ ହୋଇଅଛି; ସେ ଶୁଚି ଅଟେ।
Hot patet e atak dawk king kakawi e tami teh a thoung telah vaihma ni a pathang han. atak buemlah koung a pangaw dawkvah ahni teh a thoung.
14 ମାତ୍ର ଯେତେବେଳେ କଞ୍ଚା ମାଂସ ତାହା ଦେହରେ ପ୍ରକାଶ ପାଏ, ସେତେବେଳେ ସେ ଅଶୁଚି ହେବ।
Hateiteh, atak dawk cawcawyu pawiteh thoung hoeh.
15 ଆଉ, ଯାଜକ ସେହି କଞ୍ଚା ମାଂସ ଦେଖି ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେହି କଞ୍ଚା ମାଂସ ଅଶୁଚି; ତାହା କୁଷ୍ଠରୋଗ।
Vaihma ni atak dawk cawcawyu e a khet navah, hote tami teh kathounghoehe lah a pathang han. Atak dawk cawcaw ka yu e tami teh thoung hoeh, ka hrikbei katang e doeh.
16 ଅଥବା ଯଦି ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,
Cawcaw ka yu e atak kâthung lah bout pangaw pawiteh vaihma koe bout a thokhai han.
17 ଆଉ, ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯଦି ସେହି ଘାʼ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ସେ ଘାʼଯୁକ୍ତ ଲୋକକୁ ଶୁଚି ବୋଲି ପ୍ରକାଶ କରିବ; ସେ ଶୁଚି ଅଟେ।
Vaihma ni a khet navah patawnae bout pangaw e hah hmawt pawiteh vaihma ni a thoung telah a pathang vaiteh, ahni teh a thoung toe.
18 ଆଉ ଶରୀରର ଚର୍ମରେ ବଥ ହୋଇ ଭଲ ହେଲା ଉତ୍ତାରେ,
Vuen dawk âhlut ao teh a dam hnukkhu,
19 ଯଦି ସେହି ବଥ ସ୍ଥାନରେ ଶ୍ଵେତବର୍ଣ୍ଣ ଫୁଲା ଅବା ରକ୍ତ ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତେବେ ତାହା ଯାଜକକୁ ଦେଖାଇବ;
Âhlut a onae a hmâ pangaw dawk a phing nakunghai thoseh, pangawpanang e hrikbei patetlah kamnuek pawiteh, vaihma ni a khet vaiteh,
20 ତହିଁରେ ଯାଜକ ତାହା ଦେଖିବ, ଆଉ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘାʼ ଅଟେ।
Vuen thung lah a pha teh a muen pangaw pawiteh hote tami teh vaihma ni thoung hoeh telah a pathang han. Âhlut koehoi ka hrikbei e lah ao.
21 ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ତହିଁରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
Vaihma ni a khet navah a muen ka pangaw e awm hoeh, vuen thung lah phat hoeh, meimei tamang pawiteh vaihma ni hote tami hah hnin sari touh a paung han.
22 ଆଉ, ଯଦି ତାହା ଚର୍ମରେ ବ୍ୟାପେ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; କାରଣ ତାହା କୁଷ୍ଠରୋଗର ଘାʼ ଅଟେ।
Vuen dawk hmâ hoehoe len pawiteh hote tami teh vaihma ni thoung hoeh telah a pathang han. Hote tami teh ka hrikbei e doeh.
23 ମାତ୍ର ଯଦି ସେହି ଚିକ୍କଣ ଚିହ୍ନ ସ୍ୱ ସ୍ଥାନରେ ଥାଇ ନ ବଢ଼େ, ତେବେ ତାହା ବଥର ଚିହ୍ନ ଅଟେ; ପୁଣି ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।
Hateiteh, kâlum e kampuen hoeh, kampai hoehpawiteh âhlut hmâ doeh. Hote tami teh a thoung telah a pathang han.
24 କିଅବା ଯଦି ମାଂସର ଚର୍ମରେ ଅଗ୍ନିଦାହ ହୁଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତ ଶ୍ଵେତବର୍ଣ୍ଣ ଅବା ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ;
Tak dawk vuen hmai a kak teh hmaikakhma cawcaw ka yu e dawk ka paling pangaw lah awm pawiteh,
25 ତେବେ ଯାଜକ ତାହା ଦେଖିବ; ଆଉ, ଯଦି ଚିକ୍କଣ ଚିହ୍ନରେ ଥିବା ଲୋମ ଶ୍ଵେତବର୍ଣ୍ଣ ହୁଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠରୋଗ, ତାହା ଅଗ୍ନିଦାହରୁ ଉତ୍ପନ୍ନ ହୋଇଅଛି; ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘାʼ ଅଟେ।
Vaihma ni a khet han. A hmâ dawk e muen a pangaw teh vuen thung ka phat e patetlah awm pawiteh hmai kak dawk hoi ka tho e hrikbei doeh. Hote tami teh thoung hoeh telah vaihma ni a pathang han. Hrikbei patawnae doeh.
26 ମାତ୍ର ଯାଜକ ତାହା ଦେଖନ୍ତେ, ଯଦି ସେହି ଚିକ୍କଣ ଚିହ୍ନରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
Vaihma ni a khet navah a hmâ dawk a muen pangaw e awm hoeh, vuen thung phat hoeh, meimei tamang pawiteh vaihma ni hote tami teh hnin sari touh thung a paung han.
27 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯଦି ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘାʼ ଅଟେ।
Apa sari hnin vaihma ni a khet navah, vuen dawk e hmâ hoe kampai pawiteh, hote tami teh thoung hoeh, hrikbei ka pataw e doeh telah vaihma ni a pathang han.
28 ଆଉ, ଯଦି ଚିକ୍କଣ ଚିହ୍ନ ସ୍ୱ ସ୍ଥାନରେ ଥାଏ ଓ ଚର୍ମରେ ବୃଦ୍ଧି ନ ପାଇ ମଳିନ ହୋଇଥାଏ; ତେବେ ତାହା ଦାହର ଫୁଲା, ଆଉ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ଯେହେତୁ ତାହା ଅଗ୍ନିକୃତ କ୍ଷତର ଚିହ୍ନ।
Hateiteh, vuen dawk kâlum e kampuen hoeh, kampai hoeh, meimei tamang pawiteh hmaikakhma karado e doeh. Hote tami teh vaihma ni a thoung telah a pathang han. Hmaikak hmâ rumram doeh.
29 ଆଉ, ପୁରୁଷ ଅବା ସ୍ତ୍ରୀର ମସ୍ତକରେ ଅବା ଦାଢ଼ିରେ ଘାʼ ହେଲେ ଯାଜକ ସେହି ଘାʼ ଦେଖିବ;
Napui hoehpawiteh tongpa ni lû dawk thoseh, pâkha dawk thoseh, patawnae tawn pawiteh,
30 ଆଉ ଦେଖ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ ଅଟେ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ ଅଟେ।
Vaihma ni a khet navah, vuen thung ka phat e lah ao teh a muen hai ka samenpanang lah awm pawiteh hote tami teh thoung hoeh telah vaihma ni a pathang han. Lû dawk e hai thoseh, pâkha dawk e hai thoseh raipha patawnae doeh.
31 ଆଉ, ଯାଜକ ଛଉର ଘାʼ ଦେଖନ୍ତେ, ଯଦି ତାହା ଚର୍ମର ନୀଚସ୍ଥ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଛଉ ଘାʼଯୁକ୍ତ ଲୋକକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
Vaihma ni hote patawnae a khet navah, vuen thung lah ka phat e lah awm hoeh, a muen hai tamang hoehpawiteh, hote patawnae ka tawn e tami hah vaihma ni hnin sari touh a paung han.
32 ତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦି ବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ,
A hnin sari hnin vaihma ni a khet navah, a hmâ kampai hoeh, a muen hai samen hoeh, vuen thung lah phat hoeh pawiteh,
33 ତେବେ ସେ ଲଣ୍ଡା ହେବ, ମାତ୍ର ଛଉ ସ୍ଥାନ ଲଣ୍ଡା କରିବ ନାହିଁ; ପୁଣି ଯାଜକ ସେହି ଛଉଯୁକ୍ତ ଲୋକକୁ ଆଉ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
Hote tami e muen a ngaw pouh han. Hma dawk e muen teh ngaw pouh mahoeh. Hnin sari touh bout a paung han.
34 ପୁଣି, ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ; ଆଉ, ଯଦି ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।
A hnin sari hnin vaihma ni a khet navah, vuen dawk e hmâ kampai hoeh, vuen thung lah hai phat hoehpawiteh vaihma ni a thoung telah a pathang han. Amae khohna hah a pâsu vaiteh ahni teh kathounge lah ao han.
35 ମାତ୍ର ତାହାର ଶୁଚି ହେଲା ଉତ୍ତାରେ ଯଦି ଚର୍ମରେ ସେହି ଛଉ ବ୍ୟାପିଯାଏ,
a thoung toe telah a pathang hnukkhu, raipha patawnae bout kampai pawiteh,
36 ତେବେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ଛଉ ଚର୍ମରେ ବୃଦ୍ଧି ପାଇଥାଏ, ତେବେ ଯାଜକ ହଳଦି ବର୍ଣ୍ଣ ଲୋମର ଅନ୍ୱେଷଣ କରିବ ନାହିଁ; କାରଣ ସେ ଅଶୁଚି ଅଟେ।
Vaihma ni bout a khet vaiteh patawnae hoe kampai katang pawiteh vaihma ni a muen ka samen e tawng mahoeh toe.
37 ମାତ୍ର ତାହାର ଦୃଷ୍ଟିରେ ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତେବେ ସେହି ଛଉର ଆରୋଗ୍ୟ ହୋଇଅଛି; ସେ ଶୁଚି ହୋଇଅଛି; ଆଉ, ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।
Hote tami teh thoung hoeh. Hatei, raipha hah ama paroup lah a hmu teh a muen ka tamang e tâcawt pawiteh raipha a kahma teh, hote tami teh kathounge lah ao toung dawkvah, vaihma ni hote tami hah a thoung toe telah a pathang han.
38 ପୁଣି, ଯଦି କୌଣସି ପୁରୁଷ କି ସ୍ତ୍ରୀର ଶରୀରର ଚର୍ମରେ ଚିକ୍କଣ ଚିହ୍ନଗୁଡ଼ିକ, ଅର୍ଥାତ୍, ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନଗୁଡ଼ିକ ହୁଏ;
Napui hai thoseh, tongpa hai thoseh a vuen dawk bahlaw awm pawiteh,
39 ତେବେ ଯାଜକ ତାହା ଦେଖିବ; ପୁଣି ପ୍ରକୃତରେ, ଯଦି ସେମାନଙ୍କ ଶରୀରର ଚର୍ମରେ ସେହି ଚିକ୍କଣ ଚିହ୍ନ ଅଳ୍ପ ମଳିନ ଶ୍ଵେତବର୍ଣ୍ଣ ହୁଏ, ତେବେ ତାହା ଚର୍ମରୁ ଉତ୍ପନ୍ନ ଜାଦୁରୋଗ; ସେ ଲୋକ ଶୁଚି ଅଟେ।
Vaihma ni a khet navah phouhou e awm pawiteh a vuen dawk e bahlaw doeh. Hote tami teh a thoung.
40 ଆଉ, ଯଦି କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ।
Sam ka sarut e tami teh a lû luengpalueng nakunghai thoseh a thoung.
41 ଆଉ, ଯଦି ତାହାର କେଶ ମସ୍ତକର ସମ୍ମୁଖ ଭାଗରୁ ଉପୁଡ଼ିଯାଏ, ତେବେ ସେ ଚନ୍ଦା କପାଳ; ତଥାପି ସେ ଶୁଚି ଅଟେ।
Tampa sam ka sarut e tami teh a tampanga nakunghai a thoung.
42 ମାତ୍ର ଯଦି ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘାʼ ହୁଏ; ତେବେ ତାହା ତାହାର ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ଉତ୍ପନ୍ନ କୁଷ୍ଠରୋଗ ଅଟେ।
A lû luengpalueng e thoseh, tampa ka nga e thoseh, ka pangaw ka paling tâcawt pawiteh, hote bahlaw teh hrikbei doeh.
43 ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘାʼର ଫୁଲା ଦେଖାଯାଏ;
Hat toteh, vaihma ni a khet vaiteh a vuen dawk hrikbei patetlah kamnuek pawiteh a nganae koe bahlaw pangaw paling lah tâcawt pawiteh,
44 ତେବେ ସେ କୁଷ୍ଠୀ, ସେ ଅଶୁଚି ଅଟେ; ଯାଜକ ତାହାକୁ ଅବଶ୍ୟ ଅଶୁଚି ବୋଲି ପ୍ରକାଶ କରିବ; ତାହାର ମସ୍ତକରେ ଘାʼ ହୋଇଅଛି।
Hote tami teh thoung hoeh. Hrikbei patawnae ka tawn e doeh. Lû dawk patawnae a tâco dawk thoung hoeh telah a pathang han.
45 ଆଉ, ଯେଉଁ କୁଷ୍ଠୀର ଘାʼ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ।
Ka hrikbei e tami teh a kapawn e khohna hah a khohna han. Luhuem laipalah atunglae pahni a huem vaiteh kathoung hoeh, kathoung hoeh telah a hram han.
46 ତାହାଠାରେ ଯେତେ ଦିନ ଘାʼ ଥିବ, ସେତେ ଦିନ ସେ ଅଶୁଚି ରହିବ; କାରଣ ସେ ଅଶୁଚି ଅଟେ; ସେ ଏକାକୀ ବାସ କରିବ; ଛାଉଣିର ବାହାରେ ତାହାର ବାସସ୍ଥାନ ହେବ।
Hote tami teh pou kathounghoehe, kakhin e tami lah ao. Kathounghoehe tami lah ao toung dawkvah rim hloilah ao han.
47 ମଧ୍ୟ ଯେଉଁ ବସ୍ତ୍ରରେ କୁଷ୍ଠରୋଗର ଦାଗ ହୁଏ, ତାହା ଲୋମ ବସ୍ତ୍ର ହେଉ କି ମସିନା ବସ୍ତ୍ର ହେଉ,
Ka hrikbei ni khohna e lukkarei thoseh, tu muen e thoseh,
48 ଅବା ତାହା ଲୋମ କି ମସିନାର ଟାଣୀରେ କି ପଡୀୟାଣରେ ହେଉ; କିଅବା ଚର୍ମରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ହେଉ;
Kawng e thoseh, phaivuen e thoseh, phaivuen hoi sak e khohna thoseh,
49 ଯଦି ସେହି ଦାଗ ବସ୍ତ୍ରରେ କି ଚର୍ମରେ, ଟାଣୀରେ କି ପଡୀୟାଣରେ କିମ୍ବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ଶାଗୁଆ ବର୍ଣ୍ଣ କି ରକ୍ତବର୍ଣ୍ଣ ହୁଏ, ତେବେ ତାହା କୁଷ୍ଠରୋଗର ଦାଗ; ପୁଣି, ତାହା ଯାଜକକୁ ଦେଖାଇ ଦିଆଯିବ।
khohna ka kâbet e hmâ kahring ut lah, dukpaling lah kamnuek pawiteh, hrikbei patawnae doeh. Vaihma koe a patue han.
50 ତହିଁରେ ଯାଜକ ସେହି ଦାଗ ଦେଖିବ, ପୁଣି ଯେଉଁଥିରେ ସେହି ଦାଗ ଥାଏ, ତାହା ସାତ ଦିନ ବନ୍ଦ କରି ରଖିବ।
Vaihma ni khohna dawk ka kâbet e a khet vaiteh, hnin sari touh a paung han.
51 ତହୁଁ ସେ ସପ୍ତମ ଦିନରେ ସେହି ଦାଗ ଦେଖିବ; ଯଦି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମରେ, ଯେକୌଣସି ଚର୍ମ ନିର୍ମିତ ବସ୍ତୁରେ ଯଦି ସେହି ଦାଗ ବଢ଼ିଥାଏ, ତେବେ ତାହା କ୍ଷୟ କୁଷ୍ଠରୋଗ; ତାହା ଅଶୁଚି ଅଟେ।
Asari hnin bout a khet vaiteh khohna dawk patawnae teh, kawng e khohna dawk thoseh, phaivuen dawk thoseh, phaivuen hoi sak e khohna dawk thoseh, thoung hoeh hoe kampai pawiteh a patawnae teh tangpha a payang toung dawkvah, thoung hoeh. Hrikbei patawnae doeh toe.
52 ଏଣୁ ବସ୍ତ୍ରରେ ଅବା ଲୋମନିର୍ମିତ କି ମସିନା ନିର୍ମିତ ଟାଣୀରେ କି ପଡୀୟାଣରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠରୋଗ; ତାହା ଅଗ୍ନିରେ ଦଗ୍ଧ ହେବ।
Hote khohna kawng e dawk thoseh, tu muen e thoseh, phaivuen e thoseh, phaivuen hoi sak e khohna thoseh, hmai a sawi han. Bangkongtetpawiteh, a hrikbei toe.
53 ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ସେହି ଦାଗ ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ବଢ଼ି ନ ଥାଏ;
Hateiteh, vaihma ni a khet navah, kawng e khohna, phaivuen hoi sak e khohna dawk patawnae kampai hoeh pawiteh,
54 ତେବେ ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟ ଧୋଇବାକୁ ଆଜ୍ଞା ଦେବ, ପୁଣି ସେ ଆଉ ସାତ ଦିନ ପର୍ଯ୍ୟନ୍ତ ତାହା ପୃଥକ କରି ରଖିବ;
Khohna a pâsu hanlah kâ a poe vaiteh hnin sari touh bout a paung han.
55 ଆଉ ସେହି ଦାଗ ଧୁଆଗଲା ଉତ୍ତାରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି ଅଟେ; ତୁମ୍ଭେ ତାହା ଅଗ୍ନିରେ ଦଗ୍ଧ କରିବ; କାରଣ ସେହି ଦାଗ ଭିତରେ ଥାଉ କି ବାହାରେ ଥାଉ, ତାହା କ୍ଷୟକାରକ।
A pâsu hnukkhu vaihma ni bout a khet navah, moihna hah kampai hoeh eiteh, patawnae amaparoup lah awm pawiteh thoung hoeh, hmai a sawi han.
56 ମାତ୍ର ଧୁଆଗଲା ଉତ୍ତାରେ ଯାଜକ ଦେଖନ୍ତେ, ଯଦି, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ କିଅବା ଟାଣୀରୁ କି ପଡୀୟାଣରୁ ତାହା ଚିରି ପକାଇବ।
Athunglah thoseh, alawilah thoseh hmâ cawcawyu pawiteh, a pâsu hnukkhu vaihma ni a khet vaiteh patawnae teh ka tamangpanang lah awm pawiteh, kawng e khohna, phaivuen dawk kâbet e hma kâlum e vek a phi han.
57 ତଥାପି ଯଦି ସେହି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ତାହା ଦେଖାଯାଏ, ତେବେ ତାହା ବଢ଼ୁଅଛି; ଯହିଁରେ ସେହି ଦାଗ ଥାଏ, ତାହା ତୁମ୍ଭେ ଅଗ୍ନିରେ ପୋଡ଼ି ପକାଇବ।
Kawng e khohna, khohna hanlah sak e phaivuen dawk thoseh, hmâ bout kamnuek pawiteh kampai thai e patawnae doeh.
58 ପୁଣି ଯେଉଁ ବସ୍ତ୍ର କି ଟାଣୀ କି ପଡୀୟାଣ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟ ଧୌତ କରିବ, ତହିଁରୁ ଯଦି ସେହି ଦାଗ ଯାଏ, ତେବେ ଦ୍ୱିତୀୟ ଥର ତାହା ଧୁଆଯିବ; ତହିଁରେ ତାହା ଶୁଚି ହେବ।”
Hot patet e patawnae kâbet e hnopai hmai a sawi han. Kawng e khohna, phaivuen hoi sak e khohna pueng, a pâsu vaiteh patawnae dam pawiteh apâhni lah bout a pâsu vaiteh a thoung han.
59 ଲୋମ କି ମସିନା ନିର୍ମିତ ବସ୍ତ୍ରର କିଅବା ଟାଣୀର କି ପଡୀୟାଣର କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟର କୁଷ୍ଠରୋଗର ଦାଗ ବିଷୟରେ ଶୁଚି ବୋଲି ପ୍ରକାଶ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ୟବସ୍ଥା ଏହି।
Hete phunglam teh thoung hoi thounghoehnae pathang nahanelah, hrikbei kaman e hni, tumuen e khohna, kawng e khohna, phaivuen hoi sak e khohna kawi hoi kâkuen e kâlawk doeh telah ati.