< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
耶和华对摩西、亚伦说:
2 “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ଯଦି ପୁରୁଷର ଶରୀରରେ ପ୍ରମେହ ରୋଗ ହୁଏ, ସେ ଆପଣାର ସେହି ପ୍ରମେହ ସକାଶୁ ଅଶୁଚି ହେବ।
“你们晓谕以色列人说:人若身患漏症,他因这漏症就不洁净了。
3 ପୁଣି ପ୍ରମେହ ସକାଶୁ ତାହାର ଅଶୁଚିତାର ବିଧି ଏହି; ତାହାର ଶରୀରରୁ ପ୍ରମେହ ଝରୁ ଥାଉ ଅବା ଶରୀରରେ ବନ୍ଦ ଥାଉ, ତାହା ତାହାର ଅଶୁଚିତା ଅଟେ।
他患漏症,无论是下流的,是止住的,都是不洁净。
4 ପ୍ରମେହୀ ଲୋକ ଯେଉଁ ପ୍ରତ୍ୟେକ ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ଓ ଯେଉଁ ପ୍ରତ୍ୟେକ ପଦାର୍ଥ ଉପରେ ସେ ବସେ, ତାହା ଅଶୁଚି ହେବ।
他所躺的床都为不洁净,所坐的物也为不洁净。
5 ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
凡摸那床的,必不洁净到晚上,并要洗衣服,用水洗澡。
6 ଆଉ, ଯେକୌଣସି ପଦାର୍ଥ ଉପରେ ପ୍ରମେହୀ ବସେ, ତହିଁ ଉପରେ ଯଦି କେହି ବସେ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
那坐患漏症人所坐之物的,必不洁净到晚上,并要洗衣服,用水洗澡。
7 ପୁଣି, ଯେକେହି ପ୍ରମେହୀର ଶରୀର ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
那摸患漏症人身体的,必不洁净到晚上,并要洗衣服,用水洗澡。
8 ଆଉ, ପ୍ରମେହୀ ଯଦି ଶୁଚି ଲୋକର ଦେହରେ ଛେପ ପକାଏ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
若患漏症人吐在洁净的人身上,那人必不洁净到晚上,并要洗衣服,用水洗澡。
9 ପୁଣି, ପ୍ରମେହୀ ଯେଉଁ ବାହନ ଉପରେ ଚଢ଼େ, ତାହା ଅଶୁଚି ହେବ।
患漏症人所骑的鞍子也为不洁净。
10 ଆଉ, ଯେକେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବୋହିବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
凡摸了他身下之物的,必不洁净到晚上;拿了那物的,必不洁净到晚上,并要洗衣服,用水洗澡。
11 ପୁଣି, ପ୍ରମେହୀ ଆପଣା ହସ୍ତ ଜଳରେ ନ ଧୋଇ ଯାହାକୁ ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
患漏症的人没有用水涮手,无论摸了谁,谁必不洁净到晚上,并要洗衣服,用水洗澡。
12 ପୁଣି, ପ୍ରମେହୀ ଯେଉଁ ମୃତ୍ତିକା ପାତ୍ର ଛୁଇଁବ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ।
患漏症人所摸的瓦器就必打破;所摸的一切木器也必用水涮洗。
13 ଆଉ, ପ୍ରମେହୀ ଯେତେବେଳେ ଆପଣା ପ୍ରମେହରୁ ଶୁଚି ହୁଏ, ସେତେବେଳେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସାତ ଦିନ ଗଣନା କରିବ ଓ ଆପଣା ବସ୍ତ୍ର ଧୋଇବ ଓ ସ୍ରୋତଜଳରେ ସ୍ନାନ କରିବ; ତହୁଁ ସେ ଶୁଚି ହେବ।
“患漏症的人痊愈了,就要为洁净自己计算七天,也必洗衣服,用活水洗身,就洁净了。
14 ପୁଣି, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆସି ଯାଜକର ହସ୍ତରେ ସେମାନଙ୍କୁ ସମର୍ପଣ କରିବ।
第八天,要取两只斑鸠或是两只雏鸽,来到会幕门口、耶和华面前,把鸟交给祭司。
15 ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।
祭司要献上一只为赎罪祭,一只为燔祭;因那人患的漏症,祭司要在耶和华面前为他赎罪。
16 ଆଉ, ଯଦି କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ଆପଣା ସମସ୍ତ ଶରୀର ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
“人若梦遗,他必不洁净到晚上,并要用水洗全身。
17 ଆଉ, ଯେଉଁ ପ୍ରତ୍ୟେକ ବସ୍ତ୍ରରେ କି ଚର୍ମରେ ବୀର୍ଯ୍ୟପାତ ହୁଏ, ତାହା ଜଳରେ ଧୋଇବ ଓ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
无论是衣服是皮子,被精所染,必不洁净到晚上,并要用水洗。
18 ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।
若男女交合,两个人必不洁净到晚上,并要用水洗澡。
19 ଆଉ, ଯଦି ସ୍ତ୍ରୀ ରଜସ୍ୱଳା ହୁଏ ଓ ତାହାର ଦେହରୁ ରକ୍ତ ଝରେ, ତେବେ ସେ ସାତ ଦିନ ଆପଣା ଅଶୁଚିତାରେ ରହିବ; ପୁଣି, ଯେକେହି ତାହାକୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
“女人行经,必污秽七天;凡摸她的,必不洁净到晚上。
20 ଆଉ ସେ ଆପଣା ସ୍ତ୍ରୀଧର୍ମ ସମୟରେ ଯେକୌଣସି ଶଯ୍ୟାରେ ଶୟନ କରିବ, ତାହା ଅଶୁଚି ହେବ ଓ ଯହିଁ ଉପରେ ସେ ବସିବ, ତାହା ଅଶୁଚି ହେବ।
女人在污秽之中,凡她所躺的物件都为不洁净,所坐的物件也都不洁净。
21 ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
凡摸她床的,必不洁净到晚上,并要洗衣服,用水洗澡。
22 ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
凡摸她所坐什么物件的,必不洁净到晚上,并要洗衣服,用水洗澡。
23 ଆଉ, ତାହାର ଶଯ୍ୟା କି ଆସନ ଉପରେ କିଛି ଥିଲେ, ଯେକେହି ତାହା ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
在女人的床上,或在她坐的物上,若有别的物件,人一摸了,必不洁净到晚上。
24 ଆଉ, ଯେଉଁ ପୁରୁଷ ତାହା ସଙ୍ଗେ ଶୟନ କରେ ଓ ତାହାର ରଜ ତାହାଠାରେ ଲାଗେ, ସେ ସାତ ଦିନ ଅଶୁଚି ରହିବ; ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ।
男人若与那女人同房,染了她的污秽,就要七天不洁净;所躺的床也为不洁净。
25 ଆଉ, ସ୍ତ୍ରୀର ରଜଧର୍ମ ସମୟ ଛଡ଼ା ଯେବେ କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିଅବା ସ୍ତ୍ରୀର ରଜଧର୍ମ ସମୟ ଉତ୍ତାରେ ଯେବେ ରକ୍ତସ୍ରାବ ହୁଏ; ତେବେ ଯେପରି ସ୍ତ୍ରୀର ରଜଧର୍ମ ସମୟରେ, ସେପରି ଅଶୁଚି ରକ୍ତସ୍ରାବର ସକଳ ଦିନ ହେବ, ସେ ଅଶୁଚି ଅଟେ।
“女人若在经期以外患多日的血漏,或是经期过长,有了漏症,她就因这漏症不洁净,与她在经期不洁净一样。
26 ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ସଦୃଶ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀର ରଜଧର୍ମ ସମୟର ଅଶୁଚିତା ସଦୃଶ ଅଶୁଚି ହେବ।
她在患漏症的日子所躺的床、所坐的物都要看为不洁净,与她月经的时候一样。
27 ପୁଣି, ଯେକେହି ସେହି ସମସ୍ତ ଛୁଇଁବ, ସେ ଅଶୁଚି ହେବ ଓ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
凡摸这些物件的,就为不洁净,必不洁净到晚上,并要洗衣服,用水洗澡。
28 ମାତ୍ର ସେହି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆପଣା ନିମନ୍ତେ ସାତ ଦିନ ଗଣନା କରିବ, ତହିଁ ଉତ୍ତାରେ ସେ ଶୁଚି ହେବ।
女人的漏症若好了,就要计算七天,然后才为洁净。
29 ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ।
第八天,要取两只斑鸠或是两只雏鸽,带到会幕门口给祭司。
30 ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ଆଉ, ଯାଜକ ତାହାର ରକ୍ତସ୍ରାବର ଅଶୁଚିତା ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
祭司要献一只为赎罪祭,一只为燔祭;因那人血漏不洁,祭司要在耶和华面前为她赎罪。
31 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୁଚିତାରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୁଚିତାରୁ ପୃଥକ କରିବ।”
“你们要这样使以色列人与他们的污秽隔绝,免得他们玷污我的帐幕,就因自己的污秽死亡。”
32 ପ୍ରମେହ ରୋଗୀର ଓ ବୀର୍ଯ୍ୟପାତରେ ଅଶୁଚି ଲୋକର,
这是患漏症和梦遗而不洁净的,
33 ପୁଣି ରଜସ୍ୱଳା ସ୍ତ୍ରୀର ଓ ପ୍ରମେହୀ ପୁରୁଷ ଓ ସ୍ତ୍ରୀର, ଆଉ, ସ୍ତ୍ରୀର ଅଶୁଚିତା ସମୟରେ ତାହା ସହିତ ଶୟନକାରୀ ପୁରୁଷର, ଏହି ବ୍ୟବସ୍ଥା।
并有月经病的和患漏症的,无论男女,并人与不洁净女人同房的条例。

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15 >