< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16 >

1 ଆଉ, ହାରୋଣଙ୍କର ଦୁଇ ପୁତ୍ର ସଦାପ୍ରଭୁଙ୍କ ନିକଟବର୍ତ୍ତୀ ହୋଇ ମଲା ଉତ୍ତାରେ, ସଦାପ୍ରଭୁ ମୋଶାଙ୍କୁ କହିଲେ;
Ubangiji ya yi magana da Musa bayan mutuwar’ya’yan Haruna biyu maza waɗanda suka mutu sa’ad da suka kusaci Ubangiji.
2 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।
Ubangiji ya ce wa Musa, “Faɗa wa ɗan’uwanka Haruna, kada yă riƙa shiga Wuri Mafi Tsarki bayan labule koyaushe, wato, a gaban murfi wanda yake bisa akwatin alkawari, domin kada yă mutu, gama zan bayyana a cikin girgije a kan murfin.
3 ହାରୋଣ ପାପାର୍ଥେ ଏକ ଗୋବତ୍ସ ଓ ହୋମାର୍ଥେ ଏକ ମେଷ ସଙ୍ଗେ ନେଇ ଏହିରୂପେ ପବିତ୍ର ସ୍ଥାନରେ ପ୍ରବେଶ କରିବ।
“Ga yadda Haruna zai shiga wuri mai tsarki, zai zo da ɗan bijimi domin hadaya don zunubi da kuma rago domin hadaya ta ƙonawa.
4 ସେ ପବିତ୍ର ଶୁଭ୍ର ପୋଷାକ ପିନ୍ଧିବ, ଦେହରେ ଶୁଭ୍ର ଜଙ୍ଘିଆ ପିନ୍ଧିବ, ଶୁଭ୍ର କଟିବନ୍ଧନୀରେ କଟି ବାନ୍ଧିବ ଓ ଶୁଭ୍ର ପଗଡ଼ିରେ ଭୂଷିତ ହେବ; ଏହିସବୁ ପବିତ୍ର ବସ୍ତ୍ର; ଏଥିପାଇଁ ସେ ଜଳରେ ଆପଣା ଶରୀର ଧୌତ କରି ତାହାସବୁ ପିନ୍ଧିବ।
Zai sa toguwar lilin mai tsarki, tare da ɗan ciki na lilin; zai yi ɗamara da igiya kewaye da shi, yă kuma sa hular lilin. Waɗannan su ne riguna masu tsarki; saboda haka dole yă yi wanka kafin yă sa su.
5 ପୁଣି, ସେ ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ।
Zai ɗauki bunsurai biyu daga jama’ar Isra’ilawa na hadaya don zunubi da ɗan rago don hadaya ta ƙonawa.
6 ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
“Haruna zai miƙa bijimi hadaya don zunubinsa yă kuma yi kafara don kansa da gidansa.
7 ତହୁଁ ସେହି ଦୁଇ ଛାଗ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ କରାଇବ।
Sa’an nan zai ɗauki bunsurai biyu yă miƙa su a gaban Ubangiji a ƙofar Tentin Sujada.
8 ପୁଣି, ହାରୋଣ ସେହି ଦୁଇ ଛାଗ ମଧ୍ୟରେ ଗୁଲିବାଣ୍ଟ କରିବ; ତହିଁରୁ ଗୋଟିଏ ସଦାପ୍ରଭୁଙ୍କ ନିମନ୍ତେ ଓ ଅନ୍ୟଟି ତ୍ୟାଗ ନିମନ୍ତେ ହେବ।
Haruna zai jefa ƙuri’a don awaki biyun ɗin, ƙuri’a ɗaya domin Ubangiji, ɗayan kuma don azazel
9 ପୁଣି, ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ସଦାପ୍ରଭୁଙ୍କ ନିମନ୍ତେ ହେବ, ହାରୋଣ ତାକୁ ନେଇ ପାପାର୍ଥେ ବଳିଦାନ କରିବ।
Haruna zai kawo akuyar da ƙuri’a ta fāɗi a kai wa Ubangiji yă miƙa ta na hadaya don zunubi.
10 ମାତ୍ର ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ତ୍ୟାଗ ନିମନ୍ତେ ହେବ, ସେ ଯେପରି ତ୍ୟାଗ ନିମନ୍ତେ ପ୍ରାନ୍ତରକୁ ପଠାଯାଇ ପାରିବ, ଏଥିପାଇଁ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ଜୀଅନ୍ତା ଠିଆ କରିବ।
Amma za a miƙa akuyar da aka zaɓa ta wurin ƙuri’a a matsayi ta azazel da rai a gaban Ubangiji don a yi amfani da ita don kafara ta wurin korinta zuwa cikin jeji kamar azazel.
11 ଏଥିଉତ୍ତାରେ ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ଆପଣା ପାପାର୍ଥକ ବଳିର ସେହି ଗୋବତ୍ସକୁ ବଧ କରିବ।
“Haruna zai kawo bijimi domin hadayarsa ta zunubi don yă yi kafara wa kansa da kuma domin gidansa, zai kuma yanka bijimin domin nasa hadaya don zunubi.
12 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ।
Zai ɗauki faranti cike da garwashin wuta daga bagade a gaban Ubangiji, yă kuma cika hannunsa biyu da turare mai ƙanshin da aka niƙa yă kai su bayan labule.
13 ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।
Zai sa turaren a wuta a gaban Ubangiji, hayaƙin turaren kuwa zai rufe murfin kafarar a bisa Akwatin Alkawari, don kada yă mutu.
14 ତହୁଁ ସେ ସେହି ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବ ଆଡ଼େ ଅଙ୍ଗୁଳି ଦ୍ୱାରା ଛିଞ୍ଚିବ; ପୁଣି, ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତ ଥର ସେହି ରକ୍ତ ଛିଞ୍ଚିବ।
Zai ɗibi jinin bijimin da yatsarsa yă yayyafa a gaban murfin kafarar; sa’an nan yă yayyafa jinin da yatsarsa sau bakwai a gaban murfin kafarar.
15 ଏଥିଉତ୍ତାରେ ସେ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦ ବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସର ରକ୍ତ ନେଇ କରିଥିଲା, ସେପରି ତାହାର ରକ୍ତ ନେଇ କରିବ, ଅର୍ଥାତ୍‍, ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।
“Sa’an nan zai yanka akuya na hadaya don zunubi saboda mutane, yă kai jinin bayan labule, yă yi da shi yadda ya yi da jinin bijimin. Zai yayyafa shi a kan murfin kafarar da kuma a gabansa.
16 ପୁଣି, ଇସ୍ରାଏଲ-ସନ୍ତାନଗଣର ଅଶୁଚିତା ଓ ସେମାନଙ୍କ ଅଧର୍ମ, ଅର୍ଥାତ୍‍, ସେମାନଙ୍କର ସମସ୍ତ ପାପ ସକାଶୁ ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ସେମାନଙ୍କ ଅଶୁଚିତା ମଧ୍ୟରେ ସେମାନଙ୍କ ସହିତ ବାସ କରେ ଯେଉଁ ସମାଗମ-ତମ୍ବୁ, ତାହା ନିମନ୍ତେ ସେହି ପ୍ରକାର କରିବ।
Ta haka zai yi kafara domin Wuri Mafi Tsarki saboda ƙazantar tawayen Isra’ilawa, da laifofinsu, da dukan zunubansu. Haka zai yi saboda Tentin Sujada wanda yake a cikinsu a tsakiyar ƙazantarsu.
17 ଆଉ, ସେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟଠାରୁ ଯେପର୍ଯ୍ୟନ୍ତ ବାହାର ହୋଇ ନାହିଁ; ପୁଣି, ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ଓ ଇସ୍ରାଏଲର ସମସ୍ତ ସମାଜ ନିମନ୍ତେ ପ୍ରାୟଶ୍ଚିତ୍ତ କରି ନାହିଁ, ସେପର୍ଯ୍ୟନ୍ତ ସମାଗମ-ତମ୍ବୁରେ କୌଣସି ମନୁଷ୍ୟ ରହିବ ନାହିଁ,
Kada kowa yă kasance a Tentin Sujada daga lokacin da Haruna ya shiga don yă yi kafara a Wuri Mafi Tsarki har sai ya fita, bayan ya yi kafara domin kansa, gidansa da kuma dukan jama’ar Isra’ila.
18 ଆଉ, ସେ ବାହାର ହୋଇ ସମ୍ମୁଖସ୍ଥ ବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି ସେହି ଗୋବତ୍ସର କିଛି ରକ୍ତ ଓ ଛାଗର କିଛି ରକ୍ତ ନେଇ ବେଦିର ଶୃଙ୍ଗ ଉପରେ ଚାରିଆଡ଼େ ଦେବ।
“Sa’an nan zai fita zuwa bagade da yake a gaban Ubangiji, yă yi kafara dominsa. Zai ɗibi jinin bijimi da na akuya yă zuba a ƙahonin bagade.
19 ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ-ସନ୍ତାନଗଣର ଅଶୁଚିତାରୁ ତାହା ଶୁଚି କରିବ।
Zai yayyafa jinin a kan bagade da yatsarsa sau bakwai, yă tsabtacce shi yă kuma tsarkake shi daga ƙazantar Isra’ilawa.
20 ଏହି ପ୍ରକାରେ ସେ ପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ।
“Sa’ad da Haruna ya gama yin kafara domin Wuri Mafi Tsarki, Tentin Sujada da kuma bagade, sai yă kawo akuya mai rai.
21 ପୁଣି, ହାରୋଣ ସେହି ଜୀଅନ୍ତା ଛାଗର ମସ୍ତକରେ ଆପଣା ଦୁଇ ହସ୍ତର ନିର୍ଭର ଦେଇ ତାହା ଉପରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ୱୀକାର କରିବ; ଆଉ, ତାହାସବୁ ସେହି ଛାଗର ମସ୍ତକରେ ଅର୍ପଣ କରି ପ୍ରସ୍ତୁତ ଥିବା ମନୁଷ୍ୟ ହସ୍ତରେ ତାହାକୁ ପ୍ରାନ୍ତରକୁ ପଠାଇଦେବ।
Haruna zai ɗibiya hannuwansa a kan akuya mai ran, yă furta a kansa dukan mugunta da tawayen Isra’ilawa, dukan zunubansu, yă kuma sa su a kan akuyan. Zai kori akuyan zuwa cikin jeji a hannun mutumin da aka ba shi aikin yin haka.
22 ତହିଁରେ ସେହି ଛାଗ ଆପଣା ଉପରେ ସେମାନଙ୍କର ସମସ୍ତ ଅପରାଧ ବୋହି ନରଶୂନ୍ୟ ଦେଶକୁ ନେବ; ଆଉ ସେ ସେହି ସ୍ଥାନରେ ସେହି ଛାଗକୁ ଛାଡ଼ିଦେବ।
Akuyan zai ɗauka a kansa dukan zunubansu zuwa kaɗaitaccen wuri, a can mutumin zai sake shi a jeji.
23 ତହୁଁ ହାରୋଣ ସମାଗମ-ତମ୍ବୁକୁ ଆସି ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶୁଭ୍ର ବସ୍ତ୍ର ପିନ୍ଧିଥିଲା, ତାହା ପାଲଟି ସେହି ସ୍ଥାନରେ ରଖିବ।
“Sa’an nan Haruna zai shiga Tentin Sujada yă tuɓe rigunansa na lilin da ya sa, kafin yă shiga Wuri Mafi Tsarki, zai kuma bar su a can.
24 ତହିଁ ଉତ୍ତାରେ ସେ କୌଣସି ପବିତ୍ର ସ୍ଥାନରେ ଆପଣା ଶରୀର ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ; ପୁଣି, ଆପଣାର ହୋମବଳି ଓ ଲୋକମାନଙ୍କର ହୋମବଳି ଉତ୍ସର୍ଗ କରି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
Zai yi wanka a tsattsarkan wuri yă sa rigunarsa na kullum. Sa’an nan zai fita yă miƙa hadaya ta ƙonawa domin kansa da hadaya ta ƙonawa domin mutane, don yă yi kafara domin kansa da kuma domin mutane.
25 ଆଉ, ସେ ପାପାର୍ଥକ ବଳିର ମେଦ ବେଦିରେ ଦଗ୍ଧ କରିବ।
Zai kuma ƙone kitsen hadaya don zunubi a kan bagade.
26 ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକୁ ଆସିବ।
“Dole mutumin da ya saki akuya na azazel yă wanke rigunansa yă kuma yi wanka; bayan haka zai iya shiga sansani.
27 ପୁଣି, ପାପାର୍ଥକ ବଳି ନିମନ୍ତେ ଯେଉଁ ଗୋବତ୍ସର ଓ ପାପାର୍ଥକ ବଳି ନିମନ୍ତେ ଯେଉଁ ଛାଗର ରକ୍ତ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନକୁ ଅଣାଯାଇ ଥିଲା, ଲୋକମାନେ ସେଗୁଡ଼ିକୁ ଛାଉଣି ବାହାରକୁ ନେଇଯାଇ ସେଗୁଡ଼ିକର ଚର୍ମ, ମାଂସ ଓ ମଳ ଅଗ୍ନିରେ ଦଗ୍ଧ କରିବେ।
Dole a ɗauki jini, fata, nama da kuma ƙashin bijimi da akuyan hadaya don zunubi, waɗanda aka kawo jininsu cikin Wuri Mafi Tsarki don kafara, a kai waje da sansani a ƙone.
28 ପୁଣି ଯେଉଁ ଲୋକ ତାହା ଦଗ୍ଧ କରିବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।
Dole mutumin da ya ƙone su yă wanke rigunansa yă kuma yi wanka, bayan haka zai iya shiga sansani.
29 ତୁମ୍ଭମାନଙ୍କ ନିମନ୍ତେ ଏହା ଅନନ୍ତକାଳୀନ ବିଧି ହେବ; ସପ୍ତମ ମାସରେ ଓ ସେହି ମାସର ଦଶମ ଦିନରେ ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ଲୋକ ହେଉ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ ଓ କୌଣସି ପ୍ରକାର କର୍ମ କରିବ ନାହିଁ।
“Wannan za tă zama dawwammamiyar farilla a gare ku. A rana ta goma ga wata na bakwai, dole ku yi mūsu kanku, ba kuwa za ku yi wani aiki ba, ko da mutum baƙo ne a cikinku ko kuwa ɗan ƙasa,
30 କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ।
gama a wannan rana za a yi kafara dominku, don a tsarkake ku. Sa’an nan a gaban Ubangiji, za a tsarkake ku daga dukan zunubanku.
31 ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ; ଏହା ଅନନ୍ତକାଳୀନ ବିଧି।
Asabbaci ne don hutawa, kuma dole ku yi mūsun kanku; wannan dawwammamiyar farilla ce.
32 ପୁଣି, ପିତାର ବଦଳେ ଯାଜକତ୍ୱ ପଦରେ ଯେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ଯାଜକ ପ୍ରାୟଶ୍ଚିତ୍ତ କରିବ ଓ ଶୁଭ୍ର ବସ୍ତ୍ର, ଅର୍ଥାତ୍‍, ପବିତ୍ର ବସ୍ତ୍ରସବୁ ପିନ୍ଧିବ।
Firist da aka keɓe aka kuma naɗa don yă gāji mahaifinsa a matsayin babban firist ne zai yi kafara. Zai sa rigunan lilin masu tsarki
33 ଆଉ, ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ଆଉ, ସେ ଯାଜକଗଣ ନିମନ୍ତେ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
yă yi kafara domin Wuri Mafi Tsarki, Tentin Sujada da bagade, da kuma saboda firistoci da kuma dukan jama’ar Isra’ila.
34 ପୁଣି, ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ୍ତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।” ତହୁଁ ହାରୋଣ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।
“Wannan za tă zama dawwammamiyar farilla ce gare ku. Za a riƙa yin kafara sau ɗaya a shekara saboda dukan zunuban Isra’ilawa.” Aka kuma yi haka, yadda Ubangiji ya umarci Musa.

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16 >