< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16 >

1 ଆଉ, ହାରୋଣଙ୍କର ଦୁଇ ପୁତ୍ର ସଦାପ୍ରଭୁଙ୍କ ନିକଟବର୍ତ୍ତୀ ହୋଇ ମଲା ଉତ୍ତାରେ, ସଦାପ୍ରଭୁ ମୋଶାଙ୍କୁ କହିଲେ;
І Госпо́дь промовляв до Мойсея по смерті обох Ааро́нових синів, коли вони були набли́зилися перед Господнє лице — і померли.
2 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।
І сказав Господь до Мойсея: „Промовляй до Ааро́на, брата свого, і нехай він не входить кожного ча́су до святині за завісу, перед віко, що на ковче́зі, — щоб не вмер він, бо Я в хмарі являюся над тим віком.
3 ହାରୋଣ ପାପାର୍ଥେ ଏକ ଗୋବତ୍ସ ଓ ହୋମାର୍ଥେ ଏକ ମେଷ ସଙ୍ଗେ ନେଇ ଏହିରୂପେ ପବିତ୍ର ସ୍ଥାନରେ ପ୍ରବେଶ କରିବ।
З оцим уві́йде Ааро́н до святині, — з теля́м на жертву за гріх та з барано́м на цілопа́лення.
4 ସେ ପବିତ୍ର ଶୁଭ୍ର ପୋଷାକ ପିନ୍ଧିବ, ଦେହରେ ଶୁଭ୍ର ଜଙ୍ଘିଆ ପିନ୍ଧିବ, ଶୁଭ୍ର କଟିବନ୍ଧନୀରେ କଟି ବାନ୍ଧିବ ଓ ଶୁଭ୍ର ପଗଡ଼ିରେ ଭୂଷିତ ହେବ; ଏହିସବୁ ପବିତ୍ର ବସ୍ତ୍ର; ଏଥିପାଇଁ ସେ ଜଳରେ ଆପଣା ଶରୀର ଧୌତ କରି ତାହାସବୁ ପିନ୍ଧିବ।
Він зодя́гне свяще́нного льняно́го хіто́на, і льняна́ спі́дня одіж буде на тілі його, і підпере́жеться льняним поясом, і обви́неться льняним завоєм, — вони свяще́нні ша́ти. І обмиє в воді своє тіло, та й зодя́гне він їх.
5 ପୁଣି, ସେ ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ।
А від громади Ізра́їлевих синів ві́зьме він два козли на жертву за гріх та одного барана́ на цілопалення.
6 ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
І принесе Ааро́н теля жертви за гріх, що належить йому, та й очистить себе та свій дім.
7 ତହୁଁ ସେହି ଦୁଇ ଛାଗ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ କରାଇବ।
І ві́зьме він обох тих козлів, та й поставить їх перед Господнім лицем при вході скинії заповіту.
8 ପୁଣି, ହାରୋଣ ସେହି ଦୁଇ ଛାଗ ମଧ୍ୟରେ ଗୁଲିବାଣ୍ଟ କରିବ; ତହିଁରୁ ଗୋଟିଏ ସଦାପ୍ରଭୁଙ୍କ ନିମନ୍ତେ ଓ ଅନ୍ୟଟି ତ୍ୟାଗ ନିମନ୍ତେ ହେବ।
І кине Аарон на обох тих козлів жеребки́, — один жеребо́к для Господа, і один жеребок для Азазеля.
9 ପୁଣି, ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ସଦାପ୍ରଭୁଙ୍କ ନିମନ୍ତେ ହେବ, ହାରୋଣ ତାକୁ ନେଇ ପାପାର୍ଥେ ବଳିଦାନ କରିବ।
І принесе Аарон козла, що на нього вийшов жеребо́к для Господа, і вчинить його жертвою за гріх.
10 ମାତ୍ର ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ତ୍ୟାଗ ନିମନ୍ତେ ହେବ, ସେ ଯେପରି ତ୍ୟାଗ ନିମନ୍ତେ ପ୍ରାନ୍ତରକୁ ପଠାଯାଇ ପାରିବ, ଏଥିପାଇଁ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ଜୀଅନ୍ତା ଠିଆ କରିବ।
А козел, що на нього випав жеребо́к для Азазеля, буде поставлений живим перед Господнє лице, щоб очистити його, і щоб послати його до Азазеля на пустиню.
11 ଏଥିଉତ୍ତାରେ ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ଆପଣା ପାପାର୍ଥକ ବଳିର ସେହି ଗୋବତ୍ସକୁ ବଧ କରିବ।
І принесе Аарон бичка жертви за гріх, що належить йому, та й очистить себе та свій дім; і заріже бичка́ жертви за гріх, що належить йому.
12 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ।
І ві́зьме повну кадильницю горючого вугілля з-над жертівника перед Господнім лицем, і повні жмені свої тонко то́вченого запашно́го кадила, та й внесе за завісу.
13 ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।
І покладе він те кадило на огонь перед Господнім лицем, а хмара кадила закриє віко, що над свідоцтвом, — щоб він не помер.
14 ତହୁଁ ସେ ସେହି ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବ ଆଡ଼େ ଅଙ୍ଗୁଳି ଦ୍ୱାରା ଛିଞ୍ଚିବ; ପୁଣି, ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତ ଥର ସେହି ରକ୍ତ ଛିଞ୍ଚିବ।
І візьме він крови бичка, та й покропить пальцем своїм на пе́реді віка на схід, а перед віком покро́пить з кро́ви сім раз своїм пальцем.
15 ଏଥିଉତ୍ତାରେ ସେ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦ ବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସର ରକ୍ତ ନେଇ କରିଥିଲା, ସେପରି ତାହାର ରକ୍ତ ନେଇ କରିବ, ଅର୍ଥାତ୍‍, ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।
І заріже козла жертви за гріх, що належить наро́дові, і внесе його кров за завісу, та й зробить із кров'ю його, як зробив був із кров'ю теляти, — і покропить її на віко та перед віком.
16 ପୁଣି, ଇସ୍ରାଏଲ-ସନ୍ତାନଗଣର ଅଶୁଚିତା ଓ ସେମାନଙ୍କ ଅଧର୍ମ, ଅର୍ଥାତ୍‍, ସେମାନଙ୍କର ସମସ୍ତ ପାପ ସକାଶୁ ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ସେମାନଙ୍କ ଅଶୁଚିତା ମଧ୍ୟରେ ସେମାନଙ୍କ ସହିତ ବାସ କରେ ଯେଉଁ ସମାଗମ-ତମ୍ବୁ, ତାହା ନିମନ୍ତେ ସେହି ପ୍ରକାର କରିବ।
І очистить він святиню з нечистости Ізраїлевих синів та з їхніх пере́ступів через усі гріхи їхні. І так він зробить для скинії заповіту, що знаходиться з ними серед їхньої нечистости.
17 ଆଉ, ସେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟଠାରୁ ଯେପର୍ଯ୍ୟନ୍ତ ବାହାର ହୋଇ ନାହିଁ; ପୁଣି, ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ଓ ଇସ୍ରାଏଲର ସମସ୍ତ ସମାଜ ନିମନ୍ତେ ପ୍ରାୟଶ୍ଚିତ୍ତ କରି ନାହିଁ, ସେପର୍ଯ୍ୟନ୍ତ ସମାଗମ-ତମ୍ବୁରେ କୌଣସି ମନୁଷ୍ୟ ରହିବ ନାହିଁ,
І жоден чоловік не буде в скинії заповіту, коли він входить на очищення до святині, аж до ви́ходу його. І очистить він себе та дім свій, та всю громаду Ізра́їлеву.
18 ଆଉ, ସେ ବାହାର ହୋଇ ସମ୍ମୁଖସ୍ଥ ବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି ସେହି ଗୋବତ୍ସର କିଛି ରକ୍ତ ଓ ଛାଗର କିଛି ରକ୍ତ ନେଇ ବେଦିର ଶୃଙ୍ଗ ଉପରେ ଚାରିଆଡ଼େ ଦେବ।
І ви́йде він до жертівника, що перед Господнім лицем, та й очистить його; і ві́зьме крови теляти й крови козла, та й дасть на ро́ги жертівника навколо.
19 ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ-ସନ୍ତାନଗଣର ଅଶୁଚିତାରୁ ତାହା ଶୁଚି କରିବ।
І покропить на нього з крови пальцем своїм сім раз, та й очистить його, та освятить його від нечистости Ізраїлевих синів.
20 ଏହି ପ୍ରକାରେ ସେ ପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ।
А коли він скінчи́ть очищення святині й скинії заповіту та жертівника, то приведе живого козла.
21 ପୁଣି, ହାରୋଣ ସେହି ଜୀଅନ୍ତା ଛାଗର ମସ୍ତକରେ ଆପଣା ଦୁଇ ହସ୍ତର ନିର୍ଭର ଦେଇ ତାହା ଉପରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ୱୀକାର କରିବ; ଆଉ, ତାହାସବୁ ସେହି ଛାଗର ମସ୍ତକରେ ଅର୍ପଣ କରି ପ୍ରସ୍ତୁତ ଥିବା ମନୁଷ୍ୟ ହସ୍ତରେ ତାହାକୁ ପ୍ରାନ୍ତରକୁ ପଠାଇଦେବ।
І покладе Аарон оби́дві руки свої на голову живого козла, і ви́знає над ним усі гріхи Ізра́їлевих синів та всі їхні провини через усі їхні гріхи, і складе їх на голову козла, та й пошле через призначеного чоловіка на пустиню.
22 ତହିଁରେ ସେହି ଛାଗ ଆପଣା ଉପରେ ସେମାନଙ୍କର ସମସ୍ତ ଅପରାଧ ବୋହି ନରଶୂନ୍ୟ ଦେଶକୁ ନେବ; ଆଉ ସେ ସେହି ସ୍ଥାନରେ ସେହି ଛାଗକୁ ଛାଡ଼ିଦେବ।
І понесе той козел на собі всі їхні гріхи до кра́ю неврожайного, і пустить того козла в пустиню.
23 ତହୁଁ ହାରୋଣ ସମାଗମ-ତମ୍ବୁକୁ ଆସି ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶୁଭ୍ର ବସ୍ତ୍ର ପିନ୍ଧିଥିଲା, ତାହା ପାଲଟି ସେହି ସ୍ଥାନରେ ରଖିବ।
І ввійде Ааро́н до скинії запові́ту, і зді́йме льняні шати, що зодягнув був при вході його до святині, і покладе їх там.
24 ତହିଁ ଉତ୍ତାରେ ସେ କୌଣସି ପବିତ୍ର ସ୍ଥାନରେ ଆପଣା ଶରୀର ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ; ପୁଣି, ଆପଣାର ହୋମବଳି ଓ ଲୋକମାନଙ୍କର ହୋମବଳି ଉତ୍ସର୍ଗ କରି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
І обмиє він тіло своє в воді в місці святім, і зодя́гне шати свої та й вийде, і вчинить цілопа́лення своє та цілопалення за наро́д, і очистить себе та наро́д.
25 ଆଉ, ସେ ପାପାର୍ଥକ ବଳିର ମେଦ ବେଦିରେ ଦଗ୍ଧ କରିବ।
А лій жертви за гріх спалить на жертівнику.
26 ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକୁ ଆସିବ।
А той, хто відводив козла до Азазеля, випере одежу свою й обмиє тіло своє в воді, а потому вві́йде до табо́ру.
27 ପୁଣି, ପାପାର୍ଥକ ବଳି ନିମନ୍ତେ ଯେଉଁ ଗୋବତ୍ସର ଓ ପାପାର୍ଥକ ବଳି ନିମନ୍ତେ ଯେଉଁ ଛାଗର ରକ୍ତ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନକୁ ଅଣାଯାଇ ଥିଲା, ଲୋକମାନେ ସେଗୁଡ଼ିକୁ ଛାଉଣି ବାହାରକୁ ନେଇଯାଇ ସେଗୁଡ଼ିକର ଚର୍ମ, ମାଂସ ଓ ମଳ ଅଗ୍ନିରେ ଦଗ୍ଧ କରିବେ।
А теля жертви за гріх та козла жертви за гріх, що їхню кров вне́сено на очищення в святині, ви́провадять поза та́бір, та й спалять в огні їхні шкури, і їхнє м'ясо та їхні нечи́стости.
28 ପୁଣି ଯେଉଁ ଲୋକ ତାହା ଦଗ୍ଧ କରିବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।
А той, хто їх палить, випере одежу свою й обмиє своє тіло в воді, а пото́му вві́йде до табо́ру.
29 ତୁମ୍ଭମାନଙ୍କ ନିମନ୍ତେ ଏହା ଅନନ୍ତକାଳୀନ ବିଧି ହେବ; ସପ୍ତମ ମାସରେ ଓ ସେହି ମାସର ଦଶମ ଦିନରେ ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ଲୋକ ହେଉ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ ଓ କୌଣସି ପ୍ରକାର କର୍ମ କରିବ ନାହିଁ।
І це стане для вас на вічну постанову, — сьо́мого місяця, десятого дня місяця бу́дете впокоряти ваші душі, і жодної праці не робитимете ви, ані тубі́лець, ані прихо́дько, що мешкає серед вас,
30 କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ।
бо того дня буде окуп ваш на очи́щення ваше, — зо всіх гріхів ваших станете чисті перед Господом.
31 ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ; ଏହା ଅନନ୍ତକାଳୀନ ବିଧି।
Субота повного відпочинку від праці вона для вас, і ви будете впокоряти душі свої, — це вічна постанова.
32 ପୁଣି, ପିତାର ବଦଳେ ଯାଜକତ୍ୱ ପଦରେ ଯେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ଯାଜକ ପ୍ରାୟଶ୍ଚିତ୍ତ କରିବ ଓ ଶୁଭ୍ର ବସ୍ତ୍ର, ଅର୍ଥାତ୍‍, ପବିତ୍ର ବସ୍ତ୍ରସବୁ ପିନ୍ଧିବ।
А очистить той священик, що пома́зали його, і що посвятили його бути священиком замість батька свого. І зодя́гне він льняні шати, шати священні,
33 ଆଉ, ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ଆଉ, ସେ ଯାଜକଗଣ ନିମନ୍ତେ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
та й очистить Святеє Святих, і скинію заповіту, і жертівника очистить, і очистить священиків та ввесь наро́д громади.
34 ପୁଣି, ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ୍ତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।” ତହୁଁ ହାରୋଣ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।
І буде це для вас на вічну постанову на очи́щення Ізраїлевих синів зо всіх їхніх гріхів раз у році“. І він учинив, як Господь наказав був Мойсеєві.

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16 >