< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 17 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Yahweh parla à Moïse, en disant:
2 “ତୁମ୍ଭେ ହାରୋଣକୁ, ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ କୁହ, ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।
« Parle à Aaron et à ses fils, et à tous les enfants d’Israël, et tu leur diras: Voici ce que Yahweh a ordonné.
3 ଇସ୍ରାଏଲ ବଂଶରୁ ଜାତ ଯେକେହି ଗୋରୁ, କି ମେଷ, କି ଛାଗ ଛାଉଣି ମଧ୍ୟରେ କିମ୍ବା ଛାଉଣି ବାହାରେ ବଧ କରେ,
Tout homme de la maison d’Israël qui, dans le camp ou hors du camp, égorge un bœuf, une brebis ou une chèvre,
4 ମାତ୍ର ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ତାହା ନ ଆଣେ, ତାହା ପ୍ରତି ରକ୍ତପାତର ଅପରାଧ ଗଣିତ ହେବ; ସେ ରକ୍ତପାତ କରିଅଛି; ସେହି ମନୁଷ୍ୟ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
sans l’amener à l’entrée de la tente de réunion pour le présenter en offrande à Yahweh devant la Demeure de Yahweh, le sang sera imputé à cet homme; il a répandu le sang, cet homme sera retranché du milieu de son peuple.
5 ଏହେତୁ ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ଯେଉଁ ଯେଉଁ ବଳି କ୍ଷେତ୍ରକୁ ନିଅନ୍ତି, ସେହି ସମସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଉତ୍ସର୍ଗ କରିବେ।
C’est afin que les enfants d’Israël, au lieu d’immoler leurs victimes dans la campagne, les amènent au prêtre devant Yahweh, à l’entrée de la tente de réunion, et qu’ils les offrent à Yahweh en sacrifice pacifique.
6 ପୁଣି, ଯାଜକ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦଗ୍ଧ କରିବ।
Le prêtre répandra le sang sur l’autel de Yahweh, à l’entrée de la tente de réunion, et il fera fumer la graisse en odeur agréable à Yahweh.
7 ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
Ils n’offriront plus leurs sacrifices aux satyres, avec lesquels ils se prostituent. Ce sera pour eux une loi perpétuelle de génération en génération.
8 ଆଉ, ତୁମ୍ଭେ ସେମାନଙ୍କୁ କହିବ, ଇସ୍ରାଏଲ ବଂଶରୁ ଜାତ କୌଣସି ଲୋକ ଅବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ହୋମ କି ବଳିଦାନ କରେ,
Tu leur diras encore: Tout homme de la maison d’Israël ou d’entre les étrangers séjournant au milieu d’eux qui offrira un holocauste ou un autre sacrifice,
9 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ପାଇଁ ତାହା ସମାଗମ-ତମ୍ବୁର ଦ୍ୱାର ନିକଟକୁ ନ ଆଣେ, ତେବେ ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
et n’amènera pas la victime à l’entrée de la tente de réunion pour l’offrir en sacrifice à Yahweh, cet homme sera retranché du milieu de son peuple.
10 ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;
Tout homme de la maison d’Israël ou d’entre les étrangers séjournant au milieu d’eux qui mangera le sang d’un animal quelconque, je tournerai ma face contre celui qui mange le sang, et je le retrancherai du milieu de son peuple;
11 କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ; ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରେ।
car l’âme de la chair est dans le sang, et je vous l’ai donné en vue de l’autel pour qu’il servit d’expiation pour vos âmes; car c’est par l’âme que le sang fait expiation.
12 ଏହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିଲୁ, ତୁମ୍ଭମାନଙ୍କ ମଧ୍ୟରୁ କୌଣସି ବ୍ୟକ୍ତି ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ।
C’est pourquoi j’ai dit aux enfants d’Israël: Personne d’entre vous ne mangera du sang, et l’étranger qui séjourne au milieu de vous ne mangera pas du sang.
13 ଆଉ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କୌଣସି ଲୋକ ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ଶିକାରରେ କୌଣସି ଖାଦ୍ୟ ଯୋଗ୍ୟ ପଶୁକୁ ବା ପକ୍ଷୀକୁ ବଧ କରେ, ତେବେ ସେ ତାହାର ରକ୍ତ ଢାଳି ଧୂଳିରେ ଢାଙ୍କିବ।
Tout homme d’entre les enfants d’Israël ou d’entre les étrangers séjournant au milieu d’eux qui prend à la chasse un animal ou un oiseau qui se mange, il en versera le sang et le couvrira de terre;
14 କାରଣ ସବୁ ପ୍ରାଣୀର ପ୍ରାଣ ସମ୍ବନ୍ଧରେ ରକ୍ତ ହିଁ ତାହାର ପ୍ରାଣ ଅଟେ; ଏହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ କୌଣସି ପ୍ରକାର ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ, ଯେହେତୁ ସକଳ ପ୍ରାଣୀର ରକ୍ତ ହିଁ ତାହାର ପ୍ରାଣ; ଯେକେହି ତାହା ଭୋଜନ କରିବ, ସେ ଉଚ୍ଛିନ୍ନ ହେବ।
car l’âme de toute chair, c’est son sang il en est son âme. C’est pourquoi j’ai dit aux enfants d’Israël: Vous ne mangerez le sang d’aucune chair; car l’âme de toute chair, c’est son sang: quiconque en mangera sera retranché.
15 ଆଉ, ସ୍ୱଦେଶୀ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂମୃତ କିଅବା ବିଦୀର୍ଣ୍ଣ ପଶୁ ଭୋଜନ କରେ, ସେ ଆପଣା ବସ୍ତ୍ର ଧୌତ କରି ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ଶୁଚି ହେବ।
Toute personne, née dans le pays ou étrangère, qui mangera d’une bête morte ou déchirée, lavera ses vêtements, se baignera dans l’eau, et sera impure jusqu’au soir; puis elle sera pure.
16 ମାତ୍ର ଯଦି ସେ (ବସ୍ତ୍ର) ଧୌତ ନ କରେ କି ସ୍ନାନ ନ କରେ, ତେବେ ସେ ଆପଣା ଅପରାଧ ବୋହିବ।”
Si elle ne lave pas ses vêtements et son corps, elle portera son iniquité. »

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 17 >