< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18 >
1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Ubangiji ya ce wa Musa,
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
“Yi wa Isra’ilawa magana ka kuma faɗa musu cewa, ‘Ni ne Ubangiji Allahnku.
3 ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚ଼ାଲିବ ନାହିଁ।
Kada ku yi yadda suke yi a Masar inda da kuke zama, kuma ba a ku yi kamar yadda suke yi a ƙasar Kan’ana inda nake kawo ku ba. Kada ku yi yadda suke yin abubuwa.
4 ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Dole ku kiyaye dokokina kuma ku lura ku bi farillaina. Ni ne Ubangiji Allahnku.
5 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ।
Ku kiyaye farillaina da dokokina, gama mutumin da ya aikata waɗannan abubuwa zai rayu ta wurinsu. Ni ne Ubangiji.
6 ତୁମ୍ଭମାନଙ୍କର କେହି ଆପଣା ନିକଟ-କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।
“‘Kada wani ya kusaci wani dangi na kusa don yă yi jima’i. Ni ne Ubangiji.
7 ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
“‘Kada ka ƙasƙantar da mahaifinka ta wurin kwana da mahaifiyarka. Ita mahaifiyarka ce; kada ka yi jima’i da ita.
8 ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ।
“‘Kada ka yi jima’i da matar mahaifinka, wannan zai ƙasƙantar da mahaifinka.
9 ତୁମ୍ଭେ ଆପଣା ଭଗିନୀ, ଅର୍ଥାତ୍, ତୁମ୍ଭ ପିତୃକନ୍ୟା କି ମାତୃକନ୍ୟା, ସେ ଗୃହରେ ଜନ୍ମ ହେଉ କି ଅନ୍ୟତ୍ର ଜନ୍ମ ହେଉ, ତାହାର ଆବରଣୀୟ ଅନାବୃତ କରିବ ନାହିଁ।
“‘Kada ka yi jima’i da’yar’uwarka, ko’yar mahaifinka ko’yar mahaifiyarka, ko an haife ta a gida ɗaya da kai ko kuwa a wani wuri dabam.
10 ତୁମ୍ଭେ ଆପଣା ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ତାହା ତୁମ୍ଭ ନିଜର ଆବରଣୀୟ।
“‘Kada ka yi jima’i da’yar ɗanka ko’yar’yarka, wannan zai ƙasƙantar da kai.
11 ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
“‘Kada ka yi jima’i da’yar matar mahaifinka wadda aka haifa wa mahaifinka; ita’yar’uwarka ce.
12 ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି।
“‘Kada ka yi jima’i da’yar’uwar mahaifinka, ita dangin mahaifinka ne na kusa.
13 ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରରେ ଜନ୍ମ ହୋଇଛି।
“‘Kada ka yi jima’i da’yar’uwar mahaifiyarka, domin ita dangin mahaifiyarka ce na kusa.
14 ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ।
“‘Kada ka ƙasƙantar da ɗan’uwan mahaifinka ta wurin kusaci matarsa don ka yi jima’i da ita, ita bābarka ce.
15 ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
“‘Kada ka yi jima’i da matar ɗanka. Ita matar ɗanka ne; kada ka yi jima’i da ita.
16 ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ଭ୍ରାତାର ଆବରଣୀୟ।
“‘Kada ka yi jima’i da matar ɗan’uwanka; wannan zai ƙasƙanta ɗan’uwanka.
17 ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତୁମ୍ଭେ ତାହାର ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବା ପାଇଁ ତାହାକୁ ଗ୍ରହଣ କରିବ ନାହିଁ; ସେମାନେ ଗୋତ୍ରରେ ଜନ୍ମ ହୋଇଛନ୍ତି; ଏହା ଦୁଷ୍ଟତା ଅଟେ।
“‘Kada ka yi jima’i da mace da kuma’yarta. Kada ka yi jima’i da’yar ɗanta ko’yar’yarta; su danginta ne na kusa. Wannan mugun abu ne.
18 ଆଉ ଭଗିନୀ ଜୀବିତା ଥାଉ ଥାଉ ତୁମ୍ଭେ ତାହା ପାର୍ଶ୍ୱରେ ତାହାର ସପତ୍ନୀ ରୂପେ ଆବରଣୀୟ ଅନାବୃତ କରିବା ପାଇଁ ତାʼର ଭଗିନୀକୁ ଗ୍ରହଣ କରିବ ନାହିଁ।
“‘Kada ka auri’yar’uwar matarka ta zama kishiyar matarka ka kuma yi jima’i da ita yayinda matarka tana da rai.
19 ପୁଣି, କୌଣସି ସ୍ତ୍ରୀ ତାହାର ରଜଧର୍ମ ହେତୁ ଅଶୁଚି ଥିବା ପର୍ଯ୍ୟନ୍ତ ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବା ନିମନ୍ତେ ତାହା ନିକଟକୁ ଯିବ ନାହିଁ।
“‘Kada ka kusaci mace don ka yi jima’i da ita a lokacin ƙazantar al’adarta.
20 ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ।
“‘Kada ka yi jima’i da matar maƙwabcinka ka ƙazantar da kanka tare da ita.
21 ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
“‘Kada ku ba da wani daga cikin’ya’yanku don a yi hadaya wa Molek, gama ba za ku ƙasƙantar da sunan Allahnku ba. Ni ne Ubangiji.
22 ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।
“‘Kada ka kwana da namiji kamar yadda namiji yakan kwana da ta mace, wannan abin ƙyama ne.
23 ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା।
“‘Kada ka yi jima’i da dabba ka ƙazantar da kanka. Mace ba za tă ba da kanta ga dabba don yă yi jima’i da ita ba; wannan abin ƙyama ne.
24 ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି।
“‘Kada ku ƙazantar da kanku da wani daga cikin waɗannan, domin haka al’umman da zan kora a gabanku suka ƙazantu.
25 ପୁଣି, ଦେଶ ହିଁ ଅଶୁଚି ହୋଇଅଛି; ଏହେତୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉଦ୍ଗାର କରୁଅଛି।
Har ƙasar ma ta ƙazantu, saboda haka na hukunta ta saboda zunubinta, ƙasar kuwa ta amayar da mazaunanta.
26 ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ବ୍ୟବସ୍ଥା ପାଳନ କରିବ, ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ହେଉ, ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ।
Amma dole ku kiyaye farillaina da kuma dokokina. Kada haifaffe ɗan ƙasa da baƙin da suke zama a cikinku yă yi wani daga cikin waɗannan abubuwa banƙyama,
27 କାରଣ ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ଦେଶ ନିବାସୀମାନେ ଏହିସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି ଓ ଦେଶ ଅଶୁଚି ହୋଇଅଛି।
gama mutanen da suka zauna a wannan ƙasa kafin ku sun aikata dukan waɗannan abubuwa, suka kuma ƙazantu.
28 ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀ ଲୋକମାନଙ୍କୁ ଉଦ୍ଗାର କଲା, ସେହିପରି ତୁମ୍ଭମାନଙ୍କୁ ମଧ୍ୟ ଉଦ୍ଗାର କରିବ।
Kuma in kuka ƙazantar da ƙasar, za tă amayar da ku kamar yadda ta amayar da al’umman da suka riga ku.
29 ତେଣୁ ଯେଉଁମାନେ ଏହିସବୁ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବେ, ସେହି କର୍ମକାରୀ ପ୍ରାଣୀମାନେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।
“‘Duk wanda ya yi wani daga cikin waɗannan abubuwa banƙyama, dole a fid da mutumin daga cikin mutanensa.
30 ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେଉଁସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେହି ସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
Ku kiyaye umarnaina kuma kada yi ku wata al’ada mai banƙyamar da aka yi kafin ku zo kuma kada ku ƙazantar da kanku da su. Ni ne Ubangiji Allahnku.’”