< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
locutusque est Dominus ad Mosen dicens
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
loquere filiis Israhel et dices ad eos ego Dominus Deus vester
3 ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚ଼ାଲିବ ନାହିଁ।
iuxta consuetudinem terrae Aegypti in qua habitastis non facietis et iuxta morem regionis Chanaan ad quam ego introducturus sum vos non agetis nec in legitimis eorum ambulabitis
4 ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
facietis iudicia mea et praecepta servabitis et ambulabitis in eis ego Dominus Deus vester
5 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ।
custodite leges meas atque iudicia quae faciens homo vivet in eis ego Dominus
6 ତୁମ୍ଭମାନଙ୍କର କେହି ଆପଣା ନିକଟ-କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।
omnis homo ad proximam sanguinis sui non accedet ut revelet turpitudinem eius ego Dominus
7 ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
turpitudinem patris et turpitudinem matris tuae non discoperies mater tua est non revelabis turpitudinem eius
8 ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ।
turpitudinem uxoris patris tui non discoperies turpitudo enim patris tui est
9 ତୁମ୍ଭେ ଆପଣା ଭଗିନୀ, ଅର୍ଥାତ୍‍, ତୁମ୍ଭ ପିତୃକନ୍ୟା କି ମାତୃକନ୍ୟା, ସେ ଗୃହରେ ଜନ୍ମ ହେଉ କି ଅନ୍ୟତ୍ର ଜନ୍ମ ହେଉ, ତାହାର ଆବରଣୀୟ ଅନାବୃତ କରିବ ନାହିଁ।
turpitudinem sororis tuae ex patre sive ex matre quae domi vel foris genita est non revelabis
10 ତୁମ୍ଭେ ଆପଣା ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ତାହା ତୁମ୍ଭ ନିଜର ଆବରଣୀୟ।
turpitudinem filiae filii tui vel neptis ex filia non revelabis quia turpitudo tua est
11 ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
turpitudinem filiae uxoris patris tui quam peperit patri tuo et est soror tua non revelabis
12 ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି।
turpitudinem sororis patris tui non discoperies quia caro est patris tui
13 ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରରେ ଜନ୍ମ ହୋଇଛି।
turpitudinem sororis matris tuae non revelabis eo quod caro sit matris tuae
14 ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ।
turpitudinem patrui tui non revelabis nec accedes ad uxorem eius quae tibi adfinitate coniungitur
15 ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
turpitudinem nurus tuae non revelabis quia uxor filii tui est nec discoperies ignominiam eius
16 ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ଭ୍ରାତାର ଆବରଣୀୟ।
turpitudinem uxoris fratris tui non revelabis quia turpitudo fratris tui est
17 ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତୁମ୍ଭେ ତାହାର ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବା ପାଇଁ ତାହାକୁ ଗ୍ରହଣ କରିବ ନାହିଁ; ସେମାନେ ଗୋତ୍ରରେ ଜନ୍ମ ହୋଇଛନ୍ତି; ଏହା ଦୁଷ୍ଟତା ଅଟେ।
turpitudinem uxoris tuae et filiae eius non revelabis filiam filii eius et filiam filiae illius non sumes ut reveles ignominiam eius quia caro illius sunt et talis coitus incestus est
18 ଆଉ ଭଗିନୀ ଜୀବିତା ଥାଉ ଥାଉ ତୁମ୍ଭେ ତାହା ପାର୍ଶ୍ୱରେ ତାହାର ସପତ୍ନୀ ରୂପେ ଆବରଣୀୟ ଅନାବୃତ କରିବା ପାଇଁ ତାʼର ଭଗିନୀକୁ ଗ୍ରହଣ କରିବ ନାହିଁ।
sororem uxoris tuae in pelicatum illius non accipies nec revelabis turpitudinem eius adhuc illa vivente
19 ପୁଣି, କୌଣସି ସ୍ତ୍ରୀ ତାହାର ରଜଧର୍ମ ହେତୁ ଅଶୁଚି ଥିବା ପର୍ଯ୍ୟନ୍ତ ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବା ନିମନ୍ତେ ତାହା ନିକଟକୁ ଯିବ ନାହିଁ।
ad mulierem quae patitur menstrua non accedes nec revelabis foeditatem eius
20 ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ।
cum uxore proximi tui non coibis nec seminis commixtione maculaberis
21 ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
de semine tuo non dabis ut consecretur idolo Moloch nec pollues nomen Dei tui ego Dominus
22 ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।
cum masculo non commisceberis coitu femineo quia abominatio est
23 ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା।
cum omni pecore non coibis nec maculaberis cum eo mulier non subcumbet iumento nec miscebitur ei quia scelus est
24 ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି।
ne polluamini in omnibus his quibus contaminatae sunt universae gentes quas ego eiciam ante conspectum vestrum
25 ପୁଣି, ଦେଶ ହିଁ ଅଶୁଚି ହୋଇଅଛି; ଏହେତୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉଦ୍ଗାର କରୁଅଛି।
et quibus polluta est terra cuius ego scelera visitabo ut evomat habitatores suos
26 ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ବ୍ୟବସ୍ଥା ପାଳନ କରିବ, ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ହେଉ, ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ।
custodite legitima mea atque iudicia et non faciat ex omnibus abominationibus istis tam indigena quam colonus qui peregrinatur apud vos
27 କାରଣ ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ଦେଶ ନିବାସୀମାନେ ଏହିସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି ଓ ଦେଶ ଅଶୁଚି ହୋଇଅଛି।
omnes enim execrationes istas fecerunt accolae terrae qui fuerunt ante vos et polluerunt eam
28 ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀ ଲୋକମାନଙ୍କୁ ଉଦ୍ଗାର କଲା, ସେହିପରି ତୁମ୍ଭମାନଙ୍କୁ ମଧ୍ୟ ଉଦ୍ଗାର କରିବ।
cavete ergo ne et vos similiter evomat cum paria feceritis sicut evomuit gentem quae fuit ante vos
29 ତେଣୁ ଯେଉଁମାନେ ଏହିସବୁ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବେ, ସେହି କର୍ମକାରୀ ପ୍ରାଣୀମାନେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।
omnis anima quae fecerit de abominationibus his quippiam peribit de medio populi sui
30 ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେଉଁସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେହି ସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
custodite mandata mea nolite facere quae fecerunt hii qui fuerunt ante vos et ne polluamini in eis ego Dominus Deus vester

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18 >