< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 19 >
1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Then the LORD said to Moses,
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।
“Speak to the whole congregation of Israel and tell them: Be holy because I, the LORD your God, am holy.
3 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Each of you must respect his mother and father, and you must keep My Sabbaths. I am the LORD your God.
4 ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Do not turn to idols or make for yourselves molten gods. I am the LORD your God.
5 ପୁଣି, ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ଗ୍ରାହ୍ୟ ହେବା ନିମନ୍ତେ ତାହା ବଳିଦାନ କରିବ।
When you sacrifice a peace offering to the LORD, you shall offer it for your acceptance.
6 ବଳିଦାନ ଦିନ ଓ ତହିଁ ଆରଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ।
It shall be eaten on the day you sacrifice it, or on the next day; but what remains on the third day must be burned up.
7 ଯଦି ତୃତୀୟ ଦିନ ତହିଁରୁ କିଛି ଭୋଜନ କରାଯିବ, ତେବେ ତାହା ଘୃଣାଯୋଗ୍ୟ ଓ ଅଗ୍ରାହ୍ୟ ହେବ।
If any of it is eaten on the third day, it is tainted and will not be accepted.
8 ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
Whoever eats it will bear his iniquity, for he has profaned what is holy to the LORD. That person must be cut off from his people.
9 ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ସମ୍ପୂର୍ଣ୍ଣ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସାଉଣ୍ଟିବ ନାହିଁ।
When you reap the harvest of your land, you are not to reap to the very edges of your field or gather the gleanings of your harvest.
10 ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ିଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
You must not strip your vineyard bare or gather its fallen grapes. Leave them for the poor and the foreigner. I am the LORD your God.
11 ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।
You must not steal. You must not lie or deceive one another.
12 ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ।
You must not swear falsely by My name and so profane the name of your God. I am the LORD.
13 ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ; ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ।
You must not defraud your neighbor or rob him. You must not withhold until morning the wages due a hired hand.
14 ତୁମ୍ଭେ ବଧିରକୁ ଅଭିଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ଦ୍ରବ୍ୟ ରଖିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ।
You must not curse the deaf or place a stumbling block before the blind, but you shall fear your God. I am the LORD.
15 ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ।
You must not pervert justice; you must not show partiality to the poor or favoritism to the rich; you are to judge your neighbor fairly.
16 ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ।
You must not go about spreading slander among your people. You must not endanger the life of your neighbor. I am the LORD.
17 ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ।
You must not harbor hatred against your brother in your heart. Directly rebuke your neighbor, so that you will not incur guilt on account of him.
18 ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।
Do not seek revenge or bear a grudge against any of your people, but love your neighbor as yourself. I am the LORD.
19 ତୁମ୍ଭେମାନେ ଆମ୍ଭର ସକଳ ବିଧି ପାଳନ କରିବ; ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ; ତୁମ୍ଭେ ଆପଣା କ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; କିଅବା ଦୁଇ ପ୍ରକାର ସୂତ୍ରମିଶ୍ରିତ ବସ୍ତ୍ର ଦେହରେ ଦେବ ନାହିଁ।
You are to keep My statutes. You shall not crossbreed two different kinds of livestock; you shall not sow your fields with two kinds of seed; and you shall not wear clothing made of two kinds of material.
20 ପୁଣି, ମୂଲ୍ୟ ଦ୍ୱାରା ଅବା ଅନ୍ୟ ରୂପେ ମୁକ୍ତ ନୁହେଁ, ଏପରି ଯେ ସ୍ୱାମୀ ପ୍ରତି ବାଗ୍ଦତ୍ତା ଦାସୀ, ତାହା ସହିତ ଯଦି କେହି ଶୟନ କରେ, ତେବେ ସେମାନେ ଦଣ୍ଡନୀୟ ହେବେ; ସେମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ, କାରଣ ସେ ମୁକ୍ତ ନୁହେଁ।
If a man lies carnally with a slave girl promised to another man but who has not been redeemed or given her freedom, there must be due punishment. But they are not to be put to death, because she had not been freed.
21 ପୁଣି, ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆପଣାର ଦୋଷାର୍ଥକ ବଳି, ଅର୍ଥାତ୍, ଦୋଷାର୍ଥକ ମେଷ ଆଣିବ।
The man, however, must bring a ram to the entrance to the Tent of Meeting as his guilt offering to the LORD.
22 ଆଉ, ଯାଜକ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଦୋଷାର୍ଥକ ମେଷ ଦ୍ୱାରା, ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ କ୍ଷମା ହେବ।
The priest shall make atonement on his behalf before the LORD with the ram of the guilt offering for the sin he has committed, and he will be forgiven the sin he has committed.
23 ଆଉ, ତୁମ୍ଭେମାନେ ଦେଶରେ ପ୍ରବେଶ କରି ଭୋଜନାର୍ଥେ ନାନା ପ୍ରକାର ବୃକ୍ଷ ରୋପଣ କଲେ, ତହିଁର ଫଳକୁ ଅସୁନ୍ନତ ବୋଲି ଜ୍ଞାନ କରିବ, ତାହାସବୁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ଅସୁନ୍ନତ ସ୍ୱରୂପ ହେବ; ତାହା ଭୋଜନ କରାଯିବ ନାହିଁ।
When you enter the land and plant any kind of tree for food, you shall regard the fruit as forbidden. For three years it will be forbidden to you and must not be eaten.
24 ମାତ୍ର ଚତୁର୍ଥ ବର୍ଷରେ ତହିଁର ସମସ୍ତ ଫଳ ସଦାପ୍ରଭୁଙ୍କ ପ୍ରଶଂସାର୍ଥକ ଉପହାର ରୂପେ ପବିତ୍ର ହେବ।
In the fourth year all its fruit must be consecrated as a praise offering to the LORD.
25 ପୁଣି, ପଞ୍ଚମ ବର୍ଷରେ ତୁମ୍ଭେମାନେ ତହିଁର ଫଳ ଭୋଜନ କରିବ, ତହିଁରେ ତୁମ୍ଭମାନଙ୍କ ନିମନ୍ତେ ପ୍ରଚୁର ଫଳ ଫଳିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
But in the fifth year you may eat its fruit; thus your harvest will be increased. I am the LORD your God.
26 ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ।
You must not eat anything with blood still in it. You must not practice divination or sorcery.
27 ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ।
You must not cut off the hair at the sides of your head or clip off the edges of your beard.
28 ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
You must not make any cuts in your bodies for the dead or put tattoo marks on yourselves. I am the LORD.
29 ତୁମ୍ଭେ ଆପଣା କନ୍ୟାକୁ ବେଶ୍ୟା କରି ଅପବିତ୍ର କର ନାହିଁ; କଲେ, ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ଦୁଷ୍ଟତାରେ ପରିପୂର୍ଣ୍ଣ ହେବ।
You must not defile your daughter by making her a prostitute, or the land will be prostituted and filled with depravity.
30 ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
You must keep My Sabbaths and have reverence for My sanctuary. I am the LORD.
31 ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।
You must not turn to mediums or spiritists; do not seek them out, or you will be defiled by them. I am the LORD your God.
32 ତୁମ୍ଭେ ପକ୍ୱକେଶ ପ୍ରାଚୀନଙ୍କ ସମ୍ମୁଖରେ ଉଠି ଠିଆ ହେବ ଓ ବୃଦ୍ଧ ଲୋକକୁ ସମାଦର କରିବ; ପୁଣି, ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
You are to rise in the presence of the elderly, honor the aged, and fear your God. I am the LORD.
33 ଆଉ, ଯଦି କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ।
When a foreigner resides with you in your land, you must not oppress him.
34 ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
You must treat the foreigner living among you as native-born and love him as yourself, for you were foreigners in the land of Egypt. I am the LORD your God.
35 ତୁମ୍ଭେମାନେ ବିଚାର ଅବା ମାପ ଅବା ତୌଲ କିଅବା ପରିମାଣ ବିଷୟରେ ଅଧର୍ମ କରିବ ନାହିଁ।
You must not use dishonest measures of length, weight, or volume.
36 ଯଥାର୍ଥ ଦଣ୍ଡି, ଯଥାର୍ଥ ବଟଖରା, ଯଥାର୍ଥ ଐଫା ଓ ଯଥାର୍ଥ ହିନ୍, ତୁମ୍ଭମାନଙ୍କର ହେବ; ଯେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
You shall maintain honest scales and weights, an honest ephah, and an honest hin. I am the LORD your God, who brought you out of the land of Egypt.
37 ଏହେତୁ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଶାସନ ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।”
You must keep all My statutes and all My ordinances and follow them. I am the LORD.”