< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Yehova anawuza Mose kuti,
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।
“Uza Aisraeli kuti, ‘Mwisraeli aliyense kapena mlendo aliyense wokhala mu Israeli wopereka mwana wake kwa Moleki ayenera kuphedwa. Anthu a mʼdera lakelo amuphe ndi miyala.
3 ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।
Munthu ameneyo ndidzamufulatira ndi kumuchotsa pakati pa anzake.’ Popereka mwana wake kwa Moleki, wadetsa malo anga wopatulika ndi kuyipitsa dzina langa loyera.
4 ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି,
Ngati anthu a mʼderalo achita ngati sakumuona munthuyo pamene akupereka mwana wake kwa Moleki ndi kusamupha,
5 ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍‍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍‍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା।
Ineyo ndidzamufulatira pamodzi ndi banja lake. Ndidzawachotsa pakati pa anthu anzawo onse amene anamutsatira, nadziyipitsa okha popembedza Moleki.”
6 ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍‍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।
“‘Ngati munthu adzapita kwa woyankhula ndi mizimu ya anthu akufa kapena kwa owombeza, nadziyipitsa powatsatira iwowo, Ine ndidzamufulatira ndi kumuchotsa pakati pa anthu anzake.
7 ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
“‘Chifukwa chake dzipatuleni ndi kukhala woyera popeza Ine ndine Yehova Mulungu wanu.
8 ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।
Ndipo sungani malangizo anga ndi kuwatsata. Ine ndine Yehova amene ndimakuyeretsani.
9 ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ।
“‘Munthu aliyense amene atemberera abambo ake kapena amayi ake ayenera kuphedwa. Magazi ake adzakhala pamutu pake chifukwa iye watemberera abambo kapena amayi ake.
10 ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।
“‘Ngati munthu wachita chigololo ndi mkazi wa mnzake, mwamunayo pamodzi ndi mkaziyo ayenera kuphedwa.
11 ପୁଣି, ଯେଉଁ ଲୋକ ଆପଣା ପିତୃର ଭାର୍ଯ୍ୟା ସହିତ ଶାରୀରିକ ସମ୍ପର୍କ ରଖେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
“‘Ngati munthu agonana ndi mkazi wa abambo ake, wachititsa manyazi abambo ake. Munthuyo pamodzi ndi mkaziyo ayenera kuphedwa. Magazi awo adzakhala pa mitu pake.
12 ପୁଣି, ଯଦି କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତାନ୍ତ ହତ ହେବେ; ସେମାନେ ପାଷାଣ୍ଡ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
“‘Ngati munthu agonana ndi mkazi wa mwana wake, awiriwo ayenera kuphedwa. Iwo achita chinthu chonyansa kwambiri. Magazi awo adzakhala pa mitu pawo.
13 ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
“‘Ngati munthu agonana ndi mwamuna mnzake ngati akugonana ndi mkazi, ndiye kuti onsewo achita chinthu cha manyazi. Choncho aphedwe. Magazi awo adzakhala pa mitu pawo.
14 ଆଉ, କେହି ଯଦି କୌଣସି ସ୍ତ୍ରୀକୁ ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ।
“‘Ngati munthu akwatira mkazi, nakwatiranso amayi ake, chimenecho ndi chinthu choyipa kwambiri. Mwamunayo pamodzi ndi akaziwo ayenera kutenthedwa pa moto kuti chinthu choyipa chotere chisapezekenso pakati panu.
15 ପୁଣି, ଯଦି କେହି ପଶୁ ସହିତ ସହବାସ କରେ, ତେବେ ସେ ନିତାନ୍ତ ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ।
“‘Ngati mwamuna agonana ndi nyama, iye ayenera kuphedwa, ndipo muyeneranso kupha nyamayo.
16 ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
“‘Ngati mkazi agonana ndi nyama, aphedwe pamodzi ndi nyamayo. Mkaziyo ndi nyamayo ayenera kuphedwa, ndipo magazi awo adzakhala pa mitu pawo.
17 ଆଉ, ଯଦି କେହି ଆପଣା ଭଗିନୀକୁ, ଅର୍ଥାତ୍‍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ପରସ୍ପରର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବୋହିବ।
“‘Ngati munthu akakwatira mlongo wake, mwana wamkazi wa abambo ake, kapena mwana wamkazi wa amayi ake, ndipo iwo nʼkugonana, ndiye kuti achita chinthu chochititsa manyazi. Onse awiri ayenera kuchotsedwa pa gulu la abale awo. Tsono popeza munthuyo wachititsa manyazi mlongo wake, adzayenera kulandira chilango.
18 ପୁଣି, ଯଦି କେହି ରଜସ୍ୱଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ରକ୍ତର କ୍ଷରଣ ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ରକ୍ତର କ୍ଷରଣ ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।
“‘Ngati munthu agonana ndi mkazi pa nthawi yake yosamba, ndiye kuti wavula msambo wake, ndipo mkaziyo wadzivulanso. Onse awiri achotsedwe pakati pa anthu anzawo.
19 ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ।
“‘Musagonane ndi mchemwali wa amayi anu kapena abambo anu, pakuti kutero ndi kuchititsa manyazi mʼbale wanu. Nonse mudzalipira mlandu wanu.
20 ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ।
“‘Ngati munthu agonana ndi azakhali ake, munthuyo wachititsa manyazi a malume ake. Onse adzalipira mlandu wawo. Onsewo adzafa wopanda mwana.
21 ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।
“‘Munthu akakwatira mkazi wa mchimwene wake ndiye kuti wachita chinthu chonyansa. Wachititsa manyazi mʼbale wakeyo. Onse awiriwo adzakhala wopanda mwana.
22 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଆଜ୍ଞା ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।
“‘Nʼchifukwa chake muzisunga malangizo anga onse ndi malamulo anga ndipo muwatsatire kuti ku dziko limene Ine ndikupita nanu kuti mukakhalemo lisakakusanzeni.
23 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହି ସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ।
Musatsanzire miyambo ya mitundu ya anthu imene ndi kuyipirikitsa inu mukufika. Chifukwa iwo anachita zinthu zonsezi, ndipo Ine ndinanyansidwa nawo.
24 ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Koma Ine ndinakuwuzani kuti, ‘Mudzatenga dziko lawo. Ine ndidzakupatsani dzikolo kuti likhale cholowa chanu, dziko loyenda mkaka ndi uchi.’ Ine ndine Yehova Mulungu wanu amene ndakupatulani pakati pa mitundu yonse ya anthu.
25 ଏହେତୁ ତୁମ୍ଭେମାନେ ଶୁଚି ଓ ଅଶୁଚି ପଶୁ ପୁଣି ଶୁଚି ଓ ଅଶୁଚି ପକ୍ଷୀ ମଧ୍ୟରେ ପୃଥକ କରିବ; ଆମ୍ଭେ ଯେଉଁ ଯେଉଁ ପଶୁ, ପକ୍ଷୀ ଓ ଭୂଚର ଜନ୍ତୁକୁ ଅଶୁଚି ବୋଲି ତୁମ୍ଭମାନଙ୍କଠାରୁ ପୃଥକ କରିଅଛୁ, ତଦ୍ଦ୍ୱାରା ଆପଣା ଆପଣା ପ୍ରାଣକୁ ଘୃଣାଯୋଗ୍ୟ କରିବ ନାହିଁ।
“‘Chifukwa chake muzisiyanitsa pakati pa nyama zoyeretsedwa ndi nyama zodetsedwa ndiponso pakati pa mbalame zoyeretsedwa ndi mbalame zodetsedwa. Musadzidetse pakudya nyama iliyonse kapena mbalame, kapena chilichonse chimene chimakwawa pansi, chimene Ine ndachipatula kuti chikhale chodetsedwa kwa inu.
26 ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛୁ।
Muzikhala woyera pamaso panga chifukwa Ine Yehova, ndine woyera ndipo ndakupatulani pakati pa anthu a mitundu yonse kuti mukhale anthu anga.
27 ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”
“‘Mwamuna kapena mkazi woyankhula ndi mizimu ya anthu akufa kapena wanyanga pakati panu ayenera kuphedwa. Muwagende ndi miyala, ndipo magazi awo adzakhala pa mitu pawo.’”

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20 >