< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
The Lord told Moses,
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।
“Tell the Israelites: these regulations are for both Israelites and foreigners living among them. Anyone who sacrifices their children to Molech must be executed. The community must stone them to death.
3 ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।
I will disown them and expel them from their people, because by sacrificing their children to Molech they have polluted my sanctuary and disgraced my reputation.
4 ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି,
If the community decides to look the other way and not execute those who sacrifice their children to Molech, then I will take action against them myself.
5 ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍‍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍‍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା।
I will disown them and their family, and expel them from their people—and not just them, but everyone who follows them in spiritually prostituting themselves with Molech.
6 ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍‍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।
I will also disown and expel from their people anyone who goes to mediums or spiritists and in this way commits spiritual prostitution with them.
7 ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
So dedicate yourselves and be holy, because I am the Lord your God.
8 ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।
Keep my rules and put them into practice. I am the Lord who makes you holy.
9 ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ।
Anyone who curses their father or mother must be executed. They have cursed their father or mother; they bear the responsibility for their punishment.
10 ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।
Any man who commits adultery with someone else's wife must be executed, as well as the woman.
11 ପୁଣି, ଯେଉଁ ଲୋକ ଆପଣା ପିତୃର ଭାର୍ଯ୍ୟା ସହିତ ଶାରୀରିକ ସମ୍ପର୍କ ରଖେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
A man who has sex with his father's wife has brought shame on his father. Both the man and the woman must be executed. Both must surely be put to death; they bear the responsibility for their punishment.
12 ପୁଣି, ଯଦି କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତାନ୍ତ ହତ ହେବେ; ସେମାନେ ପାଷାଣ୍ଡ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
A man who has sex with his daughter-in-law must be executed, as well as the woman. They have done something perverse; they bear the responsibility for their punishment.
13 ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
Men who have sex with other men as with a woman have done something disgusting. They must be executed; they bear the responsibility for their punishment.
14 ଆଉ, କେହି ଯଦି କୌଣସି ସ୍ତ୍ରୀକୁ ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ।
A man who marries both a woman and her mother has acted perversely. They must all be burned to death so that there will be no such wickedness among you.
15 ପୁଣି, ଯଦି କେହି ପଶୁ ସହିତ ସହବାସ କରେ, ତେବେ ସେ ନିତାନ୍ତ ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ।
A man who has sex with an animal must be executed, and the animal must be killed too.
16 ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
A woman who gives herself to an animal to have sex with it must be executed, along with the animal. They must both be killed; they bear the responsibility for their punishment.
17 ଆଉ, ଯଦି କେହି ଆପଣା ଭଗିନୀକୁ, ଅର୍ଥାତ୍‍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ପରସ୍ପରର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବୋହିବ।
A man who marries his sister, whether she's his father's daughter or his mother's daughter, and they have sex, has done something shameful. They must be expelled from their people in front of everybody. He has brought shame on his sister; he bears the responsibility for his punishment.
18 ପୁଣି, ଯଦି କେହି ରଜସ୍ୱଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ରକ୍ତର କ୍ଷରଣ ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ରକ୍ତର କ୍ଷରଣ ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।
A man who has sex with a woman having her period he has exposed where her blood flow comes from, and she has too. They must both be expelled from their people.
19 ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ।
Don't have sex with your aunt, whether on your father or your mother's side, because it brings shame on your own family. Both will bear responsibility for their sin.
20 ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ।
A man who has sex with his uncle's wife brings shame on his uncle. They will bear responsibility for their sin; they shall die without having children.
21 ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।
A man who marries his brother's wife does something that is unclean. He has brought shame on his brother; the couple will have no children.
22 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଆଜ୍ଞା ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।
So keep all my rules and regulations, so that the land where I'm taking you to live won't vomit you out.
23 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହି ସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ।
Don't follow the practices of the nations I'm expelling for you. I detested them because they did all these evil things.
24 ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
But I have promised you that you will take over their land. I'm going to give it to you to own, a land that flows with milk and honey. I am the Lord your God, who has made you a distinctive people different from all others.
25 ଏହେତୁ ତୁମ୍ଭେମାନେ ଶୁଚି ଓ ଅଶୁଚି ପଶୁ ପୁଣି ଶୁଚି ଓ ଅଶୁଚି ପକ୍ଷୀ ମଧ୍ୟରେ ପୃଥକ କରିବ; ଆମ୍ଭେ ଯେଉଁ ଯେଉଁ ପଶୁ, ପକ୍ଷୀ ଓ ଭୂଚର ଜନ୍ତୁକୁ ଅଶୁଚି ବୋଲି ତୁମ୍ଭମାନଙ୍କଠାରୁ ପୃଥକ କରିଅଛୁ, ତଦ୍ଦ୍ୱାରା ଆପଣା ଆପଣା ପ୍ରାଣକୁ ଘୃଣାଯୋଗ୍ୟ କରିବ ନାହିଁ।
So make sure you observe the difference between clean and unclean animals and birds. Don't make yourselves unclean because of any animal or bird, or by anything that runs along the ground. I have made the difference clear: they are unclean for you.
26 ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛୁ।
You shall be holy to me because I am holy. I am the Lord, and I have made you a distinctive people different from all other nations. You belong to me.
27 ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”
Anyone, man or a woman, who is a medium or a spiritist must be executed. They are to be stoned to death; they bear the responsibility for their punishment.”

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20 >