< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 20 >
1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
೧ಯೆಹೋವನು ಮೋಶೆಯೊಂದಿಗೆ ಮಾತನಾಡಿ,
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।
೨“ನೀನು ಇಸ್ರಾಯೇಲರಿಗೆ ಹೀಗೆ ಆಜ್ಞಾಪಿಸಬೇಕು, ‘ಇಸ್ರಾಯೇಲರಲ್ಲಾಗಲಿ ಅಥವಾ ಅವರ ನಡುವೆ ವಾಸವಾಗಿರುವ ಪರದೇಶದವರಲ್ಲಾಗಲಿ ಯಾವನಾದರೂ ತನ್ನ ಮಕ್ಕಳಲ್ಲಿ ಯಾರನ್ನಾದರೂ ಮೋಲೆಕನಿಗೆ ಕೊಟ್ಟರೆ, ಅವನಿಗೆ ಮರಣಶಿಕ್ಷೆಯಾಗಬೇಕು; ದೇಶದ ಜನರು ಅವನನ್ನು ಕಲ್ಲೆಸೆದು ಕೊಲ್ಲಬೇಕು.
3 ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।
೩ಅವನು ತನ್ನ ಮಕ್ಕಳಲ್ಲಿ ಯಾರನ್ನಾದರೂ ಮೋಲೆಕನಿಗೆ ಕೊಟ್ಟು, ನನ್ನ ದೇವಸ್ಥಾನವನ್ನು ಅಶುದ್ಧಮಾಡಿ, ನನ್ನ ಪರಿಶುದ್ಧವಾದ ಹೆಸರನ್ನು ಅಪಕೀರ್ತಿಗೆ ಒಳಪಡಿಸಿದರೆ, ನಾನು ಅವನಿಗೆ ವಿಮುಖನಾಗಿ ಅವನನ್ನು ಕುಲದಿಂದ ತೆಗೆದುಹಾಕುವೆನು.
4 ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି,
೪ಆ ಮನುಷ್ಯನು ತನ್ನ ಮಕ್ಕಳಲ್ಲಿ ಯಾರನ್ನಾದರೂ ಮೋಲೆಕನಿಗೆ ಕೊಟ್ಟಾಗ ಸ್ವದೇಶದವರು ಅವನನ್ನು ಕೊಲ್ಲದೆ ಅವನು ಮಾಡಿದ ಕೆಲಸವನ್ನು ನೋಡಿಯೂ ನೋಡದವರಂತಿದ್ದರೆ,
5 ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା।
೫ಆಗ ನಾನು ಆ ಮನುಷ್ಯನಿಗೂ ಮತ್ತು ಅವನ ಕುಟುಂಬದವರಿಗೂ ವಿಮುಖನಾಗಿ ಅವನನ್ನು ಮಾತ್ರವಲ್ಲದೆ, ಅವನನ್ನು ಹೊಂದಿಕೊಂಡು ದೇವದ್ರೋಹಿಗಳಾಗಿ ಮೋಲೆಕನಿಗೆ ಸೇವೆ ಮಾಡಿದವರೆಲ್ಲರನ್ನು ಕುಲದಿಂದ ತೆಗೆದುಹಾಕುವೆನು.
6 ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।
೬“‘ಯಾವನಾದರೂ ಸತ್ತವರಲ್ಲಿ ವಿಚಾರಿಸುವವರ ಅಥವಾ ಬೇತಾಳಿಕರ ಬಳಿಗೆ ಹೋಗಿ ಅವರ ಆಲೋಚನೆ ಕೇಳಿಕೊಂಡು ದೇವದ್ರೋಹಿಯಾದರೆ, ನಾನು ಆ ಮನುಷ್ಯನಿಗೆ ವಿಮುಖನಾಗಿ ಅವನನ್ನು ಕುಲದಿಂದ ತೆಗೆದುಹಾಕುವೆನು.
7 ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
೭ನಾನು ನಿಮ್ಮ ದೇವರಾದ ಯೆಹೋವನಾಗಿರುವುದರಿಂದ ನೀವು ನನ್ನವರಾಗಿ ಪರಿಶುದ್ಧರಾಗಿರಬೇಕು.
8 ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।
೮ನನ್ನ ಆಜ್ಞೆಗಳನ್ನು ಅನುಸರಿಸಿ ನಡೆಯಬೇಕು. ನಾನು ನಿಮ್ಮನ್ನು ಪರಿಶುದ್ಧಜನವಾಗುವಂತೆ ಮಾಡುವ ಯೆಹೋವನು.
9 ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ।
೯“‘ತಂದೆಯನ್ನಾಗಲಿ ಅಥವಾ ತಾಯಿಯನ್ನಾಗಲಿ ದೂಷಿಸುವವನಿಗೆ ಮರಣಶಿಕ್ಷೆಯಾಗಬೇಕು. ತಂದೆತಾಯಿಗಳನ್ನು ದೂಷಿಸುವುದರಿಂದ ಅವನಿಗೆ ಸಂಭವಿಸಿದ ಮರಣಶಿಕ್ಷೆಗೆ ಅವನೇ ಕಾರಣನು.
10 ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।
೧೦“‘ಯಾವನಾದರೂ ಪರನ ಪತ್ನಿಯೊಡನೆ ವ್ಯಭಿಚಾರವನ್ನು ಮಾಡಿದರೆ ಅವರಿಬ್ಬರಿಗೂ ಮರಣಶಿಕ್ಷೆಯಾಗಬೇಕು.
11 ପୁଣି, ଯେଉଁ ଲୋକ ଆପଣା ପିତୃର ଭାର୍ଯ୍ୟା ସହିତ ଶାରୀରିକ ସମ୍ପର୍କ ରଖେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
೧೧ಯಾವನಾದರೂ ಮಲತಾಯಿಯನ್ನು ಸಂಗಮಿಸಿದರೆ ಅವನು ತಂದೆಗೆ ಮಾನಭಂಗಮಾಡಿದ ಹಾಗಾಯಿತು; ಅವರಿಬ್ಬರಿಗೂ ಮರಣಶಿಕ್ಷೆಯಾಗಬೇಕು; ಆ ಶಿಕ್ಷೆಗೆ ಅವರೇ ಕಾರಣರು.
12 ପୁଣି, ଯଦି କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତାନ୍ତ ହତ ହେବେ; ସେମାନେ ପାଷାଣ୍ଡ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
೧೨ಯಾವನಾದರೂ ಸೊಸೆಯನ್ನು ಸಂಗಮಿಸಿದರೆ ಅವರಿಬ್ಬರಿಗೂ ಮರಣಶಿಕ್ಷೆಯಾಗಬೇಕು; ಅವರು ಧರ್ಮವಿರುದ್ಧವಾದ ಕಾರ್ಯವನ್ನು ಮಾಡಿರುವುದರಿಂದ ಆ ಶಿಕ್ಷೆಗೆ ಅವರೇ ಕಾರಣರು.
13 ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
೧೩ಯಾವನಾದರೂ ಸ್ತ್ರೀಯನ್ನು ಸಂಗಮಿಸುವಂತೆ ಪುರುಷನನ್ನು ಸಂಗಮಿಸಿದರೆ ಅವರಿಬ್ಬರೂ ಅಸಹ್ಯವಾದ ಕೆಲಸವನ್ನು ಮಾಡಿದ್ದರಿಂದ ಅವರಿಗೆ ಮರಣಶಿಕ್ಷೆಯಾಗಬೇಕು; ಆ ಶಿಕ್ಷೆಗೆ ಅವರೇ ಕಾರಣರು.
14 ଆଉ, କେହି ଯଦି କୌଣସି ସ୍ତ୍ରୀକୁ ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ।
೧೪ಯಾವನಾದರೂ ಒಬ್ಬ ಸ್ತ್ರೀಯನ್ನು ಹಾಗೂ ಅವಳ ತಾಯಿಯನ್ನು ಸಂಗಮಿಸಿದರೆ ಅದು ಅತಿದುಷ್ಟಕಾರ್ಯವಾದುದರಿಂದ ಆ ಮೂರು ಜನರನ್ನು ಬೆಂಕಿಯಿಂದ ಸುಡಿಸಿಬಿಡಬೇಕು; ಅಂತಹ ದುರಾಚಾರವು ನಿಮ್ಮಲ್ಲಿ ಎಷ್ಟು ಮಾತ್ರವೂ ನಡೆಯಬಾರದು.
15 ପୁଣି, ଯଦି କେହି ପଶୁ ସହିତ ସହବାସ କରେ, ତେବେ ସେ ନିତାନ୍ତ ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ।
೧೫ಯಾವನಾದರೂ ಪಶುಸಂಗ ಮಾಡಿದರೆ ಅವನಿಗೆ ಮರಣ ಶಿಕ್ಷೆಯಾಗಬೇಕು; ಆ ಪಶುವನ್ನು ಕೊಲ್ಲಿಸಬೇಕು.
16 ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
೧೬ಯಾವ ಸ್ತ್ರೀಯಾದರೂ ಪಶುವಿನಿಂದ ಸಂಗಮಮಾಡಿಸಿಕೊಂಡರೆ ಆ ಸ್ತ್ರೀಯನ್ನು ಮತ್ತು ಪಶುವನ್ನು ಕೊಲ್ಲಿಸಬೇಕು; ಅವಳಿಗೂ ಹಾಗೂ ಅದಕ್ಕೂ ಮರಣವೇ ನಿಯಮ; ಆ ಮರಣ ಶಿಕ್ಷೆಗೆ ತಾವೇ ಕಾರಣರು.
17 ଆଉ, ଯଦି କେହି ଆପଣା ଭଗିନୀକୁ, ଅର୍ଥାତ୍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ପରସ୍ପରର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବୋହିବ।
೧೭ಯಾವನಾದರೂ ತನ್ನ ಒಡಹುಟ್ಟಿದವಳನ್ನು ಅಂದರೆ ತಂದೆಯ ಮಗಳನ್ನಾಗಲಿ ಅಥವಾ ತಾಯಿಯ ಮಗಳನ್ನಾಗಲಿ ಕರೆದುಕೊಂಡು ಅವಳ ಮಾನವನ್ನು ಇವನೂ ಹಾಗು ಇವನ ಮಾನವನ್ನು ಅವಳೂ ನೋಡಿದರೆ ಅದು ನಾಚಿಕೆಗೇಡಾದ ಕೆಲಸವಾಗಿರುವುದರಿಂದ ಅವರ ಕುಲದವರ ಎದುರಾಗಿಯೇ ಅವರಿಗೆ ಮರಣಶಿಕ್ಷೆಯನ್ನು ಮಾಡಿಸಬೇಕು. ಆ ಮನುಷ್ಯನು ಒಡಹುಟ್ಟಿದವಳನ್ನು ಸಂಗಮಿಸಿದ್ದರಿಂದ ತನ್ನ ಪಾಪದ ಫಲವನ್ನು ಅನುಭವಿಸಬೇಕು.
18 ପୁଣି, ଯଦି କେହି ରଜସ୍ୱଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ରକ୍ତର କ୍ଷରଣ ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ରକ୍ତର କ୍ଷରଣ ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।
೧೮ಯಾವನಾದರೂ ಮುಟ್ಟಾದ ಸ್ತ್ರೀಯನ್ನು ಸಂಗಮಿಸಿದರೆ ಅವನು ಅವಳ ರಕ್ತಸ್ರಾವದ ಸ್ಥಾನವನ್ನು ಬಯಲುಪಡಿಸಿದವನು, ಅವಳು ಬಯಲುಪಡಿಸಿಕೊಂಡವಳು; ಆದುದರಿಂದ ಅವರಿಬ್ಬರನ್ನು ಕುಲದಿಂದ ಹೊರಗೆ ಹಾಕಬೇಕು.
19 ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ।
೧೯ತಂದೆಯ ಅಥವಾ ತಾಯಿಯ ಒಡಹುಟ್ಟಿದವಳ ಸಂಗಮ ಮಾಡಬಾರದು; ಹಾಗೆ ಮಾಡಿದವನು ರಕ್ತಸಂಬಂಧಿಯನ್ನು ಸಂಗಮಿಸಿದವನಾದುದರಿಂದ ಅವರಿಬ್ಬರೂ ತಮ್ಮ ಪಾಪದ ಫಲವನ್ನು ಅನುಭವಿಸಬೇಕು.
20 ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ।
೨೦ಯಾವನಾದರೂ ದೊಡ್ಡಮ್ಮ ಅಥವಾ ಚಿಕ್ಕಮ್ಮನನ್ನಾಗಲಿ ಸಂಗಮಿಸಿದರೆ ಅವನು ದೊಡ್ಡಪ್ಪ ಮತ್ತು ಚಿಕ್ಕಪ್ಪನವರ ಮಾನವನ್ನು ಭಂಗಪಡಿಸಿದವನಾದುದರಿಂದ ಆ ಸ್ತ್ರೀಪುರುಷರು ಆ ಪಾಪದ ಫಲವನ್ನು ಅನುಭವಿಸಬೇಕು; ಅವರು ಸಂತಾನವಿಲ್ಲದೆ ಸಾಯುವರು.
21 ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।
೨೧ಯಾವನಾದರೂ ಅತ್ತಿಗೆ ಇಲ್ಲವೇ ನಾದಿನಿಯರನ್ನು ಸಂಗಮಿಸಿದರೆ ಅದು ಅಶುದ್ಧವಾದ ಕೆಲಸ; ಅವನು ಅಣ್ಣತಮ್ಮಂದಿರ ಮಾನವನ್ನೇ ಭಂಗಪಡಿಸಿದವನು; ಅವರಿಗೆ ಸಂತಾನವಿರುವುದಿಲ್ಲ.
22 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଆଜ୍ଞା ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।
೨೨“‘ಈ ನನ್ನ ಆಜ್ಞಾವಿಧಿಗಳನ್ನೆಲ್ಲಾ ನೀವು ಅನುಸರಿಸಿ ನಡೆಯಬೇಕು; ಹಾಗೆ ನಡೆದರೆ ನಾನು ನಿಮ್ಮನ್ನು ಯಾವ ದೇಶಕ್ಕೆ ಬರಮಾಡಿ ಅದನ್ನು ನಿವಾಸಕ್ಕಾಗಿ ಕೊಡುತ್ತೇನೋ ಆ ದೇಶವು ನಿಮ್ಮನ್ನು ತ್ಯಜಿಸುವುದಿಲ್ಲ.
23 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହି ସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ।
೨೩ನಾನು ನಿಮಗಿಂತ ಮೊದಲು ಹೊರಡಿಸಿದ ಜನಾಂಗದ ಆಚಾರಗಳನ್ನು ನೀವು ಅನುಸರಿಸಬಾರದು; ಅವರು ಈ ದುರಾಚಾರಗಳನ್ನೆಲ್ಲಾ ನಡಿಸಿದ್ದರಿಂದ ನನಗೆ ಅಸಹ್ಯವಾದಾರು.
24 ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
೨೪ನಿಮಗಾದರೂ, ನೀವು ಅವರ ದೇಶವನ್ನು ಸ್ವಾಧೀನಪಡಿಸಿಕೊಳ್ಳುವಿರಿ, ಹಾಲೂ ಮತ್ತು ಜೇನೂ ಹರಿಯುವಂಥ ಆ ದೇಶವನ್ನು ನಿಮಗೆ ಸ್ವದೇಶವಾಗುವುದಕ್ಕೆ ಕೊಡುವೆನು ಎಂದು ನಾನು ಮಾತುಕೊಟ್ಟೆನಲ್ಲವೇ. ನಾನು ನಿಮ್ಮನ್ನು ಇತರ ಜನಾಂಗಗಳಿಂದ ಪ್ರತ್ಯೇಕಿಸಿದ ನಿಮ್ಮ ದೇವರಾದ ಯೆಹೋವನು.
25 ଏହେତୁ ତୁମ୍ଭେମାନେ ଶୁଚି ଓ ଅଶୁଚି ପଶୁ ପୁଣି ଶୁଚି ଓ ଅଶୁଚି ପକ୍ଷୀ ମଧ୍ୟରେ ପୃଥକ କରିବ; ଆମ୍ଭେ ଯେଉଁ ଯେଉଁ ପଶୁ, ପକ୍ଷୀ ଓ ଭୂଚର ଜନ୍ତୁକୁ ଅଶୁଚି ବୋଲି ତୁମ୍ଭମାନଙ୍କଠାରୁ ପୃଥକ କରିଅଛୁ, ତଦ୍ଦ୍ୱାରା ଆପଣା ଆପଣା ପ୍ରାଣକୁ ଘୃଣାଯୋଗ୍ୟ କରିବ ନାହିଁ।
೨೫“‘ನೀವು ಶುದ್ಧ ಮತ್ತು ಅಶುದ್ಧ ಪಶುಗಳನ್ನು ಹಾಗು ಪಕ್ಷಿಗಳನ್ನು ಪ್ರತ್ಯೇಕಿಸುವ ವಿವೇಚನೆ ಹೊಂದಿರಬೇಕು. ನಾನು ಅಶುದ್ಧವೆಂದು ನಿರ್ಣಯಿಸಿರುವ ಯಾವ ಪಶು, ಪಕ್ಷಿ ಹಾಗು ಕ್ರಿಮಿಕೀಟಗಳಿಂದಲೂ ನಿಮ್ಮನ್ನು ಅಸಹ್ಯಮಾಡಿಕೊಳ್ಳಬಾರದು.
26 ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛୁ।
೨೬ಯೆಹೋವನೆಂಬ ನಾನು ಪರಿಶುದ್ಧನಾಗಿದ್ದೇನೆ, ಮತ್ತು ನೀವು ನನ್ನ ಜನರಾಗುವಂತೆ ನಿಮ್ಮನ್ನು ಇತರ ಜನಾಂಗಗಳಿಂದ ಪ್ರತ್ಯೇಕಿಸಿದ್ದೇನೆ; ಆದುದರಿಂದ ನೀವು ನನಗೆ ಮೀಸಲಾಗಿರಬೇಕು.
27 ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”
೨೭“‘ಸತ್ತವರಲ್ಲಿ ವಿಚಾರಿಸುವವರೂ, ಬೇತಾಳಿಕರೂ ಅವರು ಸ್ತ್ರೀಯರಾಗಲಿ ಅಥವಾ ಪುರುಷರಾಗಲಿ ಅವರು ಮರಣಶಿಕ್ಷೆ ಹೊಂದಬೇಕು. ಕಲ್ಲೆಸೆದು ಅವರನ್ನು ಕೊಲ್ಲಬೇಕು, ಆ ಶಿಕ್ಷೆಗೆ ಅವರೇ ಕಾರಣರು’” ಎಂದು ಹೇಳಿದನು.