< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 21 >
1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣର ପୁତ୍ର ଯାଜକଗଣଙ୍କୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ।
ヱホバ、モーセに告て言たまはくアロンの子等なる祭司等に告てこれに言へ民の中の死人のために身を汚す者あるべからず
2 କେବଳ ଆପଣାର ନିକଟ ଜ୍ଞାତି, ଅର୍ଥାତ୍, ଆପଣା ମାତା, ଆପଣା ପିତା, ଆପଣା ପୁତ୍ର, ଆପଣା କନ୍ୟା ଓ ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ।
但しその骨肉の親のためすなはちその母のため父のため男子のため女子のため兄弟のため
3 ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ।
またその姉妹の處女にして未だ夫あらざる者のためには身を汚すも宜し
4 ସେ ଆପଣା ଲୋକମାନଙ୍କ ମଧ୍ୟରେ ସ୍ୱାମୀ ହେବାରୁ ଆପଣାକୁ ଅପବିତ୍ର କରିବା ପାଇଁ ଅଶୁଚି ହେବ ନାହିଁ।
祭司はその民の中の長者なれば身を汚して褻たる者となるべからず
5 ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ।
彼等は髮をそりて頭に毛なき所をつくるべからずその鬚の兩傍を損ずべからずまたその身に傷つくべからず
6 ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ।
その神に對て聖あるべくまたその神の名をけがすべからず彼等はヱホバの火祭すなはち其神の食物を献ぐる者なれば聖あるべきなり
7 ସେମାନେ ବେଶ୍ୟାକୁ ଅବା କଳଙ୍କିନୀକୁ ବିବାହ କରିବେ ନାହିଁ ଓ ସ୍ୱାମୀତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର।
彼等は妓女または汚れたる女を妻に娶るべからずまた夫に出されたる女を娶るべからず其はその身ヱホバにむかひて聖ければなり
8 ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।
汝かれをもて聖者とすべし彼は汝の神ヱホバの食物を献ぐる者なればなり汝すなはちこれをもて聖者となすべし其は我ヱホバ汝らを聖別る者聖ければなり
9 ଆଉ, କୌଣସି ଯାଜକର କନ୍ୟା ଯଦି ବ୍ୟଭିଚାର କ୍ରିୟା ଦ୍ୱାରା ଆପଣାକୁ ଅପବିତ୍ର କରେ, ତେବେ ସେ ଆପଣା ପିତାକୁ ଅପବିତ୍ର କରେ; ସେ ଅଗ୍ନିରେ ପୋଡ଼ାଯିବ।
祭司の女たる者淫行をなしてその身を汚さば是その父を汚すなり火をもてこれを燒べし
10 ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ।
その兄弟の中灌膏を首にそそがれ職に任ぜられて祭司の長となれる者はその頭をあらはすべからずまたその衣服を裂べからず
11 କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ।
死人の所に往べからずまたその父のためにも母のためにも身を汚すべからず
12 ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ।
また聖所より出べからずその神の聖所を褻すべからず其はその神の任職の灌膏首にあればなり我はヱホバなり
13 ପୁଣି, ସେ କେବଳ ଅନୂଢ଼ାକୁ ବିବାହ କରିବ;
彼妻には處女を娶るべし
14 ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।
寡婦休れたる婦または汚れたる婦妓女等は娶るべからず惟自己の民の中の處女を妻にめとるべし
15 ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”
その民の中に自己の子孫を汚すべからずヱホバこれを聖別ればなり
16 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
ヱホバ、モーセに告て言たまはく
17 “ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ୱରଙ୍କ ‘ଭକ୍ଷ୍ୟଦ୍ରବ୍ୟ’ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।
アロンに告て言へ凡そ汝の歴代の子孫の中身に疵ある者は進みよりてその神ヱホバの食物を献ぐる事を爲べからず
18 ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, ଛୋଟା, ଯାହାର ନାକ ବିକୃତ, ଅଧିକ ଅଙ୍ଗ,
凡て疵ある人は進みよるべからずすなはち瞽者跛者および鼻の缺たる者成餘るところ身にある者
20 କୁଜା, ବାମନ, ଅବା ଯାହାର ଚକ୍ଷୁରେ ଖୁଣ ଅଛି, ଜାଦୁ ରୋଗୀ, କାଛୁ ରୋଗୀ, ଭଗ୍ନକୋଷ;
傴僂者侏儒目に雲膜ある者疥ある者癬ある者外腎の壞れたる者等は進みよるべからず
21 ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ୱରଙ୍କ ‘ଭକ୍ଷ୍ୟ’ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ।
凡そ祭司アロンの子孫の中身に疵ある者は進みよりてヱホバの火祭を献ぐべからず彼は身に疵あるなれば進みよりてヱホバの食物を献ぐべからざるなり
22 ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ‘ଭକ୍ଷ୍ୟ’ ଭୋଜନ କରିବ।
神の食物の至聖者も聖者も彼は食ふことを得
23 ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।”
然ど障蔽の幕に至べからずまた祭壇に近よるべからず其は身に疵あればなり斯かれわが聖所を汚すべからず其は我ヱホバこれを聖別ればなり
24 ଏହି ପ୍ରକାରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କହିଲେ।
モーセすなはちアロンとその子等およびイスラエルの一切の子孫にこれを告たり