< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Rəbb Musaya dedi:
2 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ୱାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କରିବେ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
«Harunla oğullarına söylə ki, İsrail övladlarının Mənim üçün təqdis etdikləri müqəddəs şeylərlə ehtiyatlı olsunlar və müqəddəs adımı ləkələməsinlər. Rəbb Mənəm.
3 ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ-ସନ୍ତାନଗଣ ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ।
Onlara de: “Nəsildən-nəslə İsrail övladlarının Rəbb üçün təqdis etdikləri müqəddəs şeylərə murdar halda yaxınlaşan hər hansı bir övladınız Mənim hüzurumdan qovulsun. Rəbb Mənəm.
4 ପୁଣି, ହାରୋଣ-ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନ ହେବା ପର୍ଯ୍ୟନ୍ତ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। ଯେକେହି ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଇଁବ;
Harun nəslindən iyrənc dəri xəstəliyi yaxud xəstəliyə görə bədən axıntısı olan heç kəs pak olana qədər müqəddəs yeməkdən yeməsin. Meyitə görə murdar olan şeyə toxunan hər kəs, toxumu tökülən hər kəs,
5 ଅଥବା ଯାହା ଦ୍ୱାରା ସେ ଅଶୁଚି ହୋଇପାରେ, ଏପରି କୌଣସି ଉରୋଗାମୀ ଜନ୍ତୁକୁ, କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଇଁବ,
onu murdarlayan qaynaşan heyvana və yaxud hər cür murdarlığı olan insana toxunan hər kəs də –
6 ସେହି ସ୍ପର୍ଶକାରୀ ବ୍ୟକ୍ତି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ସେ ଜଳରେ ଆପଣା ଶରୀର ନ ଧୋଇଲେ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।
belə şeylərə toxunan hər adam axşamadək bədənini yumayınca murdar sayılsın və müqəddəs yeməkdən yeməsin.
7 ତହିଁ ଉତ୍ତାରେ ସୂର୍ଯ୍ୟ ଅସ୍ତ ହେଲେ, ସେ ଶୁଚି ହୋଇ ପବିତ୍ର ଦ୍ରବ୍ୟ ଭୋଜନ କରିବ, କାରଣ ତାହା ତାହାର ଖାଦ୍ୟ ଅଟେ।
Günəş batanda isə o adam pak sayılsın, sonra müqəddəs yeməkdən yesin, çünki bu onun xörəyidir.
8 ସେ ଆପଣାକୁ ଅଶୁଚି କରିବା ନିମନ୍ତେ ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ଜନ୍ତୁର ମାଂସ ଭୋଜନ କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
Murdarlanmamaq üçün kahin nə təbii yolla ölən, nə də parçalanıb ölən heyvanın ətini yesin. Rəbb Mənəm.
9 ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ।
Mənim buyruğuma riayət etsinlər ki, onu ləkələdikləri üçün günahının cəzasını çəkərək ölməsinlər. Onları təqdis edən Rəbb Mənəm.
10 ଆଉ, ଭିନ୍ନ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସୀ ଅବା ବେତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।
Heç bir kənar şəxs: nə kahinin qonağı, nə də onun muzdlu işçisi müqəddəs yeməkdən yeməsin.
11 ମାତ୍ର ଯାଜକ ଯଦି କୌଣସି ପ୍ରାଣୀକୁ କ୍ରୟ କରେ, ତେବେ ତାହାର ରୂପାରେ କ୍ରୟ କରାଯାଇଥିବା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହରେ ଜନ୍ମ ହୋଇଥିବା ଲୋକମାନେ ତାହାର ଅନ୍ନ ଭୋଜନ କରିବେ।
Lakin kahinin satın aldığı ya da evində doğulan qul o yeməkdən yeyə bilər.
12 ଆଉ ଯାଜକର କନ୍ୟା ଯଦି କୌଣସି ଭିନ୍ନ ବଂଶୀୟ ଲୋକ ସହିତ ବିବାହିତା ହୁଏ, ତେବେ ସେ ପବିତ୍ର ଦ୍ରବ୍ୟାଦି ମଧ୍ୟରୁ ଉତ୍ତୋଳନୀୟ ନୈବେଦ୍ୟ ଭୋଜନ କରିବ ନାହିଁ।
Kənar adama ərə gedən kahin qızı müqəddəs təqdim yeməyindən yeməsin.
13 ମାତ୍ର ଯାଜକର କନ୍ୟା ଯଦି ବିଧବା କି ତ୍ୟକ୍ତା ହୋଇ ନିଃସନ୍ତାନ ହୋଇଥାଏ ଓ ପୁନର୍ବାର ଆସି ବାଲ୍ୟାବସ୍ଥା ତୁଲ୍ୟ ପିତୃଗୃହରେ ବାସ କରେ, ତେବେ ସେ ଆପଣା ପିତାର ଅନ୍ନ ଭୋଜନ କରିବ; ମାତ୍ର ଭିନ୍ନ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ।
Amma dul qalmış və ya boşanmış, sonsuz qalaraq atasının evinə qayıdıb ailə üzvü kimi yaşayan kahin qızı atasının yeməyindən yeyə bilər. Lakin heç bir kənar şəxs ondan yeyə bilməz.
14 ଆଉ, ଯଦି କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ।
Bilmədən müqəddəs yeməkdən yeyən adam beşdə birini əlavə edərək əvəzini kahinə qaytarsın.
15 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହାସବୁ ଅପବିତ୍ର କରିବେ ନାହିଁ।
Qoy kahinlər İsrail övladlarının Rəbbə təqdim etdikləri müqəddəs yeməyi ləkələməsinlər.
16 ପୁଣି, ସେମାନେ ଆପଣାମାନଙ୍କର ପବିତ୍ର ଦ୍ରବ୍ୟ ଭୋଜନ କରି ଦୋଷଜନକ ଅପରାଧ ବହନ କରିବେ ନାହିଁ; କାରଣ ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ଅଟୁ।”
Onlara bu müqəddəs yeməyi verib bunun təqsirini və cəzasını boyunlarına qoymasınlar; çünki onları təqdis edən Rəbb Mənəm”».
17 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
Rəbb Musaya dedi:
18 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣକୁ କୁହ, ‘ଇସ୍ରାଏଲ ବଂଶ କିଅବା ଇସ୍ରାଏଲ ମଧ୍ୟରେ ବିଦେଶୀମାନଙ୍କ ମଧ୍ୟରୁ ଯେଉଁମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ମାନତପୂର୍ବକ ବା ସ୍ଵେଚ୍ଛାପୂର୍ବକ କୌଣସି ଉପହାର ଆଣନ୍ତି,
«Harunla oğullarına və bütün İsraillilərə belə de: “İsrail övladlarından yaxud İsraildə yaşayan yadellilərdən kimsənin yandırma qurbanı olaraq Rəbbə təqdim etdiyi hər əhdə görə təqdim və hər könüllü təqdim
19 ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁନ୍ତ ପୁଂପଶୁ ଉତ୍ସର୍ଗ କରିବେ।
sizdən qəbul olunsun deyə ya mal-qaradan ya da qoyun-keçidən qüsursuz erkək olsun.
20 ମାତ୍ର ଯାହାର ଖୁଣ ଥାଏ, ତାକୁ ତୁମ୍ଭେମାନେ ଉତ୍ସର୍ଗ କରିବ ନାହିଁ; କାରଣ ତାହା ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବ ନାହିଁ।
Qüsurlu heyvanı gətirmək olmaz, çünki belə qurban sizdən qəbul olunmaz.
21 ଆଉ, କୌଣସି ଲୋକ ଯଦି ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ (ଗାଈଗୋରୁ ପଲ) ଅବା ପଲରୁ (ମେଷ, ଛାଗପଲ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁନ୍ତ ହେବ; ତାହାଠାରେ କୌଣସି ଖୁଣ ନ ଥିବ।
Kimsə Rəbbə əhdini ödəmək üçün yaxud könüllü təqdim olaraq mal-qaradan ya da qoyun-keçidən ünsiyyət qurbanı təqdim edərsə, heyvan qəbul olunsun deyə qüsursuz olsun; onun bədənində heç bir qüsur olmasın.
22 ଅନ୍ଧ, ଭଗ୍ନ, ଛୋଟା, ଆବୁଆ, ଜାଦୁଆ କି ଖାରସ୍ତିଆ, ଏମାନଙ୍କୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ, କିଅବା ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ବେଦି ଉପରେ ଉତ୍ସର୍ଗ କରିବ ନାହିଁ।
Rəbbə kor, yaralı, şikəst, qaysaqlı, xoralı, dəmrovlu heyvanları təqdim etməyin, Rəbb üçün yandırma təqdimi vermək üçün onları qurbangaha gətirməyin.
23 ତୁମ୍ଭେ ଅଧିକ ଅଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରିପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ।
Mal-qaradan yaxud qoyun-keçidən çolaq yaxud qısaqıç heyvanı könüllü təqdim etmək olar, lakin əhdini ödəmək üçün o qəbul olunmaz.
24 ଆଉ, ଯାହାର କୋଷ ମଳା, ଛେଚା, ଭଙ୍ଗା, କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି ବଳି ଉତ୍ସର୍ଗ କରିବ ନାହିଁ।
Xayası zədələnmiş, əzilmiş, burulmuş ya da kəsilmiş heyvanı Rəbbə qurban gətirməyin, ölkənizdə buna yol verməyin.
25 କିଅବା ବିଦେଶୀର ହସ୍ତରୁ ଏହିସବୁରୁ କିଛି ଆପଣାମାନଙ୍କ ପରମେଶ୍ୱରଙ୍କର ଭକ୍ଷ୍ୟ ରୂପେ ଉତ୍ସର୍ଗ କରିବ ନାହିଁ; କାରଣ ସେମାନଙ୍କର ନଷ୍ଟତା ସେମାନଙ୍କଠାରେ ଅଛି, ସେମାନଙ୍କଠାରେ ଖୁଣ ଅଛି; ସେମାନେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବେ ନାହିଁ।’”
Belə bir heyvanı yadellidən götürüb pay olaraq Allahınıza təqdim etməyin, çünki bu heyvan xarab və qüsurlu sayılaraq sizdən qəbul olunmaz”».
26 ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ,
Rəbb Musaya dedi:
27 “ଗୋରୁ କି ମେଷ କି ଛାଗ ଜନ୍ମିଲା ଉତ୍ତାରେ ସାତ ଦିନ ପର୍ଯ୍ୟନ୍ତ ମାତା ସହିତ ରହିବ; ପୁଣି, ଅଷ୍ଟମ ଦିନଠାରୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ଗ୍ରାହ୍ୟ ହେବ।
«Buzov, quzu ya da oğlaq doğularsa, yeddi gün anasının yanında qalsın. Səkkizinci gündən etibarən Rəbb üçün yandırma təqdimi kimi qəbul oluna bilər.
28 ଆଉ, ଗୋରୁ କି ମେଷୀ ହେଉ, ତାହାକୁ ଓ ତାହାର ଛୁଆକୁ ଏକାଦିନେ ଦୁହିଁଙ୍କୁ ବଧ କରିବ ନାହିଁ।
Nə inək, nə qoyun, nə də keçi ilə balasını eyni gündə birlikdə kəsməyin.
29 ତୁମ୍ଭେମାନେ ଯେଉଁ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କରିବ, ସେହି ସମୟରେ ତୁମ୍ଭେମାନେ ଗ୍ରାହ୍ୟ ହେବା ନିମନ୍ତେ ତାହା କରିବ।
Rəbbə təşəkkür qurbanı gətirəndə elə gətirin ki, o sizdən Rəbbə məqbul olsun.
30 ସେହି ଦିନ ତାହା ଭୋଜନ କରାଯିବ; ତୁମ୍ଭେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
Qurbanın əti həmin gün yeyilsin, səhərə qədər saxlanılmasın. Rəbb Mənəm.
31 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
Mənim əmrlərimə səylə əməl edin. Rəbb Mənəm.
32 ଆଉ, ତୁମ୍ଭେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କରିବ ନାହିଁ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେବା।
Mənim müqəddəs adımı ləkələməyin. Qoy İsrail övladları arasında müqəddəs tutulum. Sizi təqdis edən Rəbb Mənəm.
33 ଯେ ତୁମ୍ଭମାନଙ୍କୁ ପବିତ୍ର କରନ୍ତି, ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ; ଆମ୍ଭେ ସଦାପ୍ରଭୁ ଅଟୁ।”
Allahınız olmaq üçün sizi Misir torpağından çıxartdım. Rəbb Mənəm».

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 22 >