< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
هەروەها یەزدان بە موسای فەرموو:
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ଯେଉଁ ସକଳ ନିରୂପିତ ପର୍ବ ପବିତ୍ର ସଭା ବୋଲି ଘୋଷଣା କରିବ, ଆମ୍ଭର ସେହି ସକଳ ପର୍ବ ଏହି।
«لەگەڵ نەوەی ئیسرائیل بدوێ و پێیان بڵێ:”ئەمانە جەژنەکانی منن، جەژنەکانی یەزدان کە تێیدا بانگەوازی کۆبوونەوەی پیرۆزبوون دەکەن.
3 ଛଅ ଦିନ କର୍ମ କରାଯିବ; ମାତ୍ର ସପ୍ତମ ଦିନ ମହା ବିଶ୍ରାମ, ଅର୍ଥାତ୍‍, ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ; ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ।
«”شەش ڕۆژ کار بکەن بەڵام ڕۆژی حەوتەم شەممەیە، پشوودانە و کۆبوونەوەی پیرۆزبوونە، هیچ کارێک مەکەن، لە هەموو نشینگەکانتان شەممەیە بۆ یەزدان.
4 ତୁମ୍ଭେମାନେ ନିରୂପିତ ସମୟରେ ସଦାପ୍ରଭୁଙ୍କ ସ୍ଥାପିତ ପର୍ବ, ଅର୍ଥାତ୍‍, ପବିତ୍ର ସଭା ବୋଲି ଯାହା ଘୋଷଣା କରିବ, ତାହା ଏହି।
«”ئەمانە جەژنەکانی یەزدانن، کۆبوونەوەی پیرۆزبوونەکان کە دەبێت لە کاتی خۆیدا بانگەوازی بۆ بکەن.
5 ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ।
لە ئێوارەوە لە چواردەی مانگی یەک، جەژنی پەسخە بۆ یەزدان دەستپێدەکات.
6 ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୁଟିର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।
لە ڕۆژی پازدەی ئەم مانگەدا جەژنی فەتیرە بۆ یەزدان دەستپێدەکات، دەبێت حەوت ڕۆژ نانی فەتیرە بخۆن.
7 ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
لە ڕۆژی یەکەم کۆبوونەوەی پیرۆزبوون ببەستن، هیچ کارێکی ئاسایی مەکەن.
8 ମାତ୍ର ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।”
حەوت ڕۆژ قوربانی بە ئاگر بۆ یەزدان پێشکەش بکەن، لە ڕۆژی حەوتەمیشدا کۆبوونەوەی پیرۆزبوون ببەستن، هیچ کارێکی ئاسایی مەکەن.“»
9 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
هەروەها یەزدان بە موسای فەرموو:
10 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ସେହି ଦେଶରେ ପ୍ରବେଶ କରି ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ତୁମ୍ଭମାନଙ୍କର ପ୍ରଥମ କଟା ଶସ୍ୟର ଏକ ବିଡ଼ା ଯାଜକ ନିକଟକୁ ଆଣିବ।
«لەگەڵ نەوەی ئیسرائیل بدوێ و پێیان بڵێ:”کاتێک هاتنە ئەو خاکەی من پێتانی دەدەم و دەغڵتان دورییەوە، ئەوا یەکەم مەڵۆی دروێنەتان بۆ کاهین بهێنن.
11 ତହିଁରେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଦୋଳାଇବ; ବିଶ୍ରାମବାରର ପରଦିନ ଯାଜକ ତାହା ଦୋଳାଇବ।
ئەویش دەبێت مەڵۆیەکە لەبەردەم یەزدان بەرز بکاتەوە، بۆ ئەوەی لێتان وەربگیرێت، ڕۆژی پاش شەممە کاهین دەبێت بەرزی بکاتەوە.
12 ପୁଣି, ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ, ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ପ୍ରଥମବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଉତ୍ସର୍ଗ କରିବ।
لە ڕۆژی بەرزکردنەوەی مەڵۆیەکە، بەرخێکی ساغی یەک ساڵە بکەنە قوربانی سووتاندن بۆ یەزدان،
13 ପୁଣି, ଐଫାର ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ତହିଁର ଭକ୍ଷ୍ୟ ନୈବେଦ୍ୟ ହେବ, ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ; ଆଉ, ଏକ ହିନ୍‍ ଦ୍ରାକ୍ଷାରସର ଚତୁର୍ଥାଂଶ ତହିଁର ପେୟ-ନୈବେଦ୍ୟ ହେବ।
پێشکەشکراوی دانەوێڵەشی دوو دەیەکی ئێفەیەک لە باشترین ئاردی بە زەیت شێلراو بکە بە قوربانی بە ئاگر بۆ یەزدان، ئەو بۆنەی یەزدان پێی خۆشە، شەرابە پێشکەشکراوەکەشی، چارەکە هەینێک شەرابە.
14 ପୁଣି, ତୁମ୍ଭେମାନେ ଯେଉଁ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣି ନାହଁ, ସେହି ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ରୁଟି କି ଭଜା ଶସ୍ୟ କି ଛିଣ୍ଡା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
نان و قەرەخەرمان و گەنمی تازە مەخۆن، هەتا ئەو ڕۆژەی قوربانییەکەی خوداتان دەهێنن، فەرزێکی هەتاهەتاییە لە نەوەکانی ئێوە لە هەموو نشینگەکانتان.
15 ଆହୁରି ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ।
«”ئینجا لە ڕۆژی دوای شەممەوە، لەو ڕۆژەوەی کە مەڵۆیەکە وەک قوربانی بەرزکردنەوە دەهێنن، حەوت هەفتەی تەواو بژمێرن،
16 ଏହିରୂପେ ସପ୍ତମ ବିଶ୍ରାମବାରର ପରଦିନ ପର୍ଯ୍ୟନ୍ତ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ।
هەتا ڕۆژی دوای شەممەی حەوتەم بژمێرن کە پەنجا ڕۆژە، ئینجا پێشکەشکراوێکی دانەوێڵەی نوێ بۆ یەزدان پێشکەش بکەن.
17 ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ।
لە نشینگەکانتانەوە دوو نانی وەک قوربانی بەرزکردنەوە بهێنن، لە دوو دەیەکی ئێفەیەک لە باشترین ئارد بێت و بە هەویرترشەوە کرابنە نان، یەکەمین بەرهەمە بۆ یەزدان.
18 ପୁଣି, ତୁମ୍ଭେମାନେ ସେହି ରୁଟି ସହିତ ପ୍ରଥମବର୍ଷୀୟ ନିଖୁନ୍ତ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
لەگەڵ نانەکان حەوت بەرخی نێری یەک ساڵەی ساغ و جوانەگایەک و دوو بەران بکەنە قوربانی سووتاندن بۆ یەزدان. لەگەڵ پێشکەشکراوە دانەوێڵەکەیان و شەرابە پێشکەشکراوەکەیان، قوربانی بە ئاگرە، ئەو بۆنەی یەزدان پێی خۆشە.
19 ତହିଁ ଉତ୍ତାରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ବର୍ଷୀୟ ଦୁଇ ମେଷବତ୍ସ ବଳିଦାନ କରିବ।
گیسکێکی نێرینەش بکەنە قوربانی گوناه و دوو بەرخی یەک ساڵەش بکەنە قوربانی هاوبەشی.
20 ପୁଣି, ଯାଜକ ପ୍ରଥମ ଫଳର ରୁଟି ସହିତ ଓ ଦୁଇ ମେଷବତ୍ସ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହାସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।
جا کاهینەکە دەبێت دوو بەرخەکە لەگەڵ نانی یەکەمین بەرهەمەکە لەبەردەم یەزدان بەرز بکاتەوە. ئەمانە پێشکەشکراوێکی پیرۆزن بۆ یەزدان، جا دەبێت بۆ کاهینەکە بن.
21 ଆଉ, ତୁମ୍ଭେମାନେ ସେହି ଦିନ (ସଭାର) ଘୋଷଣା କରିବ; ତହିଁରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
لە هەمان ئەو ڕۆژەدا بانگەواز بکەن و کۆبوونەوەی پیرۆزبوونە بۆتان، هیچ کارێکی ئاسایی مەکەن، فەرزێکی هەتاهەتاییە لە هەموو نشینگەکانتان لە نەوەکانتان.
22 ଆଉ, ତୁମ୍ଭମାନଙ୍କ ଭୂମିର ଶସ୍ୟ ତୁମ୍ଭେମାନେ କାଟିବା ବେଳେ, ତୁମ୍ଭେ ଆପଣା କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସଂଗ୍ରହ କରିବ ନାହିଁ; ତୁମ୍ଭେ ତାହା ଦୁଃଖୀ ଓ ବିଦେଶୀ ପାଇଁ ଛାଡ଼ିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
«”کاتێک دروێنەی زەوییەکانتان دەکەن، لێوارەکانی کێڵگەکەت مەدورەوە، ئەوەی لە دروێنەکە دەکەوێت، هەڵیمەگرەوە، بۆ هەژار و نامۆ بەجێی بهێڵە، من یەزدانی پەروەردگارتانم.“»
23 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
هەروەها یەزدان بە موسای فەرموو:
24 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ସପ୍ତମ ମାସରେ, ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହା ବିଶ୍ରାମ, ଅର୍ଥାତ୍‍, ତୂରୀଧ୍ୱନି ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ।
«لەگەڵ نەوەی ئیسرائیل بدوێ و بڵێ:”یەکەم ڕۆژی مانگی حەوت دەبێت پشوو بێت بۆتان، یادی دەنگی کەڕەنایە، کۆبوونەوەی پیرۆزبوونە.
25 ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।’”
هیچ کارێکی ئاسایی مەکەن، بەڵام قوربانی بە ئاگر بۆ یەزدان پێشکەش بکەن.“»
26 ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ,
هەروەها یەزدان بە موسای فەرموو:
27 “ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।
«بەڵام ڕۆژی دەیەمی ئەم مانگی حەوتە، ڕۆژی کەفارەتە، کۆبوونەوەی پیرۆزبوون ببەستن، گیانی خۆتان زەلیل بکەن و قوربانی بە ئاگر بۆ یەزدان پێشکەش بکەن.
28 ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ତାହା ପ୍ରାୟଶ୍ଚିତ୍ତର ଦିନ ହେବ।
لەو ڕۆژەدا هیچ کارێک مەکەن، چونکە ڕۆژی کەفارەتە بۆ کەفارەتکردن بۆتان لەبەردەم یەزدانی پەروەردگارتان.
29 ସେହି ଦିନରେ ଯେକେହି ଆପଣା ପ୍ରାଣକୁ କ୍ଲେଶ ଦେବ ନାହିଁ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
هەرکەسێک لەم ڕۆژەدا خۆی زەلیل نەکات لە گەلەکەی دادەبڕدرێت،
30 ପୁଣି ସେହି ଦିନ ଯେକୌଣସି ପ୍ରାଣୀ କୌଣସି ପ୍ରକାର କାର୍ଯ୍ୟ କରେ, ସେହି ପ୍ରାଣୀକୁ ତାହାର ଲୋକମାନଙ୍କ ମଧ୍ୟରୁ ଆମ୍ଭେ ଉଚ୍ଛିନ୍ନ କରିବା।
هەرکەسێکیش لەم ڕۆژەدا هەر کارێک بکات، ئەوا ئەو کەسە لەنێو گەلەکەی لەناودەبەم.
31 ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
هیچ کارێک مەکەن، فەرزێکی هەتاهەتاییە بۆ نەوەکانتان لە هەموو نشینگەکانتان.
32 ସେହି ଦିନ ତୁମ୍ଭମାନଙ୍କର ମହା ବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ମାସର ନବମ ଦିନର ସନ୍ଧ୍ୟାକାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ।”
شەممەیە، پشووە بۆتان، دەبێت گیانی خۆتان زەلیل بکەن. دەبێت لە کاتی ئێوارەی نۆی مانگدا هەتا ئێوارەی دواتر پشوودانی شەممەتان بێت.»
33 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
هەروەها یەزدان بە موسای فەرموو:
34 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ।
«لەگەڵ نەوەی ئیسرائیل بدوێ و بڵێ:”لە ڕۆژی پازدەیەمی ئەم مانگی حەوتە، حەوت ڕۆژ جەژنی کەپرەشینەیە بۆ یەزدان.
35 ପ୍ରଥମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
لە ڕۆژی یەکەمدا کۆبوونەوەی پیرۆزبوونە، هیچ کارێکی ئاسایی مەکەن،
36 ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ।
حەوت ڕۆژ قوربانی بە ئاگر بۆ یەزدان پێشکەش بکەن. لە ڕۆژی هەشتەمدا کۆبوونەوەی پیرۆزبوون ببەستن و قوربانی بە ئاگر بۆ یەزدان پێشکەش بکەن، ئاهەنگی کۆتایی پێهێنانە، هیچ کارێکی ئاسایی مەکەن.
37 ଏହିସବୁ ସଦାପ୍ରଭୁଙ୍କର ସ୍ଥାପିତ ପର୍ବ; ପୁଣି, ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର, ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ବଳି ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବାକୁ ପବିତ୍ର ସଭାର ଘୋଷଣା କରିବ।
«”دەبێت لە جەژنەکانتان ئەمانە پێشکەشی یەزدان بکەن کە تێیدا بانگەوازی کۆبوونەوەی پیرۆزبوون دەکەن، بۆ پێشکەشکردنی قوربانی بە ئاگر بۆ یەزدان، قوربانی سووتاندن و پێشکەشکراوی دانەوێڵە و قوربانی سەربڕاو و شەرابی پێشکەشکراو، هەر ڕۆژەو هی خۆی.
38 ନିୟମିତ ଭାବରେ ସାପ୍ତାହିକ ବିଶ୍ରାମବାର ପାଳନ କରିବା ବ୍ୟତୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦେଉଥିବା ତୁମ୍ଭମାନଙ୍କର ସକଳ ଦାନ, ସକଳ ମାନତ ଓ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ସକଳ ବ୍ୟତୀତ ନିରୂପିତ ପର୍ବମାନଙ୍କରେ ଉତ୍ସର୍ଗ କରିବ।
جیا لە شەممەکانی یەزدان و جیا لە دیارییەکانتان و هەموو نەزرەکانتان و هەموو بەخشینە ئازادەکانتان کە بە یەزدانی دەدەن.
39 ଆହୁରି, ଭୂମିରୁ ଉତ୍ପନ୍ନ ଫଳ ସଂଗ୍ରହ କଲା ଉତ୍ତାରେ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅବଶ୍ୟ ପର୍ବ ପାଳନ କରିବ; ପ୍ରଥମ ଦିନ ମହା ବିଶ୍ରାମ ହେବ ଓ ଅଷ୍ଟମ ଦିନ ମହା ବିଶ୍ରାମ ହେବ।
«”ڕۆژی پازدەی مانگی حەوت، پاش ئەوەی بەروبوومی زەوییەکەتان کۆکردەوە، حەوت ڕۆژ جەژن بۆ یەزدان بگێڕن، لە ڕۆژی یەکەمدا شەممەیە و لە ڕۆژی هەشتەمیشدا شەممەیە.
40 ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇଶୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ।
لە ڕۆژی یەکەمدا بەروبوومی دارەکانی میوە و پەلکی دار خورما و لقەداری پڕ گەڵا و شۆڕەبی ناو چەمەکان بۆ خۆتان ببەن و حەوت ڕۆژ لەبەردەم یەزدانی پەروەردگارتان خۆشی بگێڕن.
41 ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ।
حەوت ڕۆژ لە ساڵێکدا بۆ یەزدان بکەن بە جەژن، فەرزێکی هەتاهەتاییە بۆ نەوەکانتان، لە مانگی حەوت بیکەن بە جەژن.
42 ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ବାସ କରିବ; ଇସ୍ରାଏଲ ବଂଶଜାତ ସମସ୍ତେ ପତ୍ରକୁଟୀରରେ ବାସ କରିବେ।
حەوت ڕۆژ لە کەپردا نیشتەجێ بن، هەموو هاوڵاتییەکانی ئیسرائیل دەبێت لە کەپردا نیشتەجێ بن،
43 ତହିଁରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ବେଳେ ସେମାନଙ୍କୁ ପତ୍ରକୁଟୀରରେ ବାସ କରାଇଥିଲୁ, ଏହା ତୁମ୍ଭମାନଙ୍କର ଭବିଷ୍ୟତ ପୁରୁଷମାନେ ଜାଣି ପାରିବେ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
بۆ ئەوەی نەوەکانتان بزانن کە من نەوەی ئیسرائیلم لە کەپردا نیشتەجێ کرد، کاتێک لە خاکی میسرم دەرهێنان، من یەزدانی پەروەردگارتانم.“»
44 ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କର ସମସ୍ତ ସ୍ଥାପିତ ପର୍ବର କଥା କହିଲେ।
جا موسا سەبارەت بە جەژنەکانی یەزدان بە نەوەی ئیسرائیلی ڕاگەیاند.

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23 >