< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25 >

1 ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କୁ କହିଲେ,
וידבר יהוה אל משה בהר סיני לאמר
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ।
דבר אל בני ישראל ואמרת אלהם כי תבאו אל הארץ אשר אני נתן לכם--ושבתה הארץ שבת ליהוה
3 ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ।
שש שנים תזרע שדך ושש שנים תזמר כרמך ואספת את תבואתה
4 ମାତ୍ର ସପ୍ତମ ବର୍ଷରେ ଭୂମିର ମହା ବିଶ୍ରାମ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ହେବ; ତୁମ୍ଭେ ଆପଣା କ୍ଷେତ୍ରରେ ବୁଣିବ ନାହିଁ, କି ଆପଣା ଦ୍ରାକ୍ଷାଲତା ଝାଡ଼ିବ ନାହିଁ।
ובשנה השביעת שבת שבתון יהיה לארץ--שבת ליהוה שדך לא תזרע וכרמך לא תזמר
5 ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହା ବିଶ୍ରାମ ବର୍ଷ ହେବ।
את ספיח קצירך לא תקצור ואת ענבי נזירך לא תבצר שנת שבתון יהיה לארץ
6 ଆଉ, ଭୂମିର ବିଶ୍ରାମ ତୁମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ ହେବ; ତୁମ୍ଭର କ୍ଷେତ୍ରୋତ୍ପନ୍ନ ସମସ୍ତ ଦ୍ରବ୍ୟ ତୁମ୍ଭର, ତୁମ୍ଭ ଦାସର, ତୁମ୍ଭ ଦାସୀର, ତୁମ୍ଭ ବେତନଜୀବୀର ଓ ତୁମ୍ଭ ସହବାସୀ ବିଦେଶୀର;
והיתה שבת הארץ לכם לאכלה--לך ולעבדך ולאמתך ולשכירך ולתושבך הגרים עמך
7 ପୁଣି, ତୁମ୍ଭ ପଶୁର ଓ ତୁମ୍ଭ ଦେଶୀୟ ବନ୍ୟପଶୁର ଆହାର ନିମନ୍ତେ ହେବ।
ולבהמתך--ולחיה אשר בארצך תהיה כל תבואתה לאכל
8 ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍‍, ସାତ ଗୁଣ ସାତ ବର୍ଷ ଗଣନା କରିବ; ତହିଁରେ ସେହି ସାତ ଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ।
וספרת לך שבע שבתת שנים--שבע שנים שבע פעמים והיו לך ימי שבע שבתת השנים תשע וארבעים שנה
9 ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ; ପ୍ରାୟଶ୍ଚିତ୍ତ ଦିନରେ ତୁମ୍ଭେମାନେ ଆପଣାମାନଙ୍କ ସମସ୍ତ ଦେଶରେ ତୂରୀ ବଜାଇବ।
והעברת שופר תרועה בחדש השבעי בעשור לחדש ביום הכפרים תעבירו שופר בכל ארצכם
10 ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୋବେଲ (ମହା ଉଲ୍ଲାସ ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ।
וקדשתם את שנת החמשים שנה וקראתם דרור בארץ לכל ישביה יובל הוא תהיה לכם ושבתם איש אל אחזתו ואיש אל משפחתו תשבו
11 ସେହି ପଚାଶତମ ବର୍ଷ ବ୍ୟାପି ତୁମ୍ଭମାନଙ୍କ ନିମନ୍ତେ ଯୋବେଲ ହେବ; ତୁମ୍ଭେମାନେ ବୁଣିବ ନାହିଁ କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।
יובל הוא שנת החמשים שנה--תהיה לכם לא תזרעו--ולא תקצרו את ספיחיה ולא תבצרו את נזריה
12 କାରଣ ତାହା ଯୋବେଲ ବର୍ଷ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ; ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ।
כי יובל הוא קדש תהיה לכם מן השדה--תאכלו את תבואתה
13 ସେହି ଯୋବେଲ ବର୍ଷରେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ।
בשנת היובל הזאת תשבו איש אל אחזתו
14 ଯଦି ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ଭୂମ୍ୟାଦି ବିକ୍ରୟ କର, ଅବା ଆପଣା ପ୍ରତିବାସୀ ହସ୍ତରୁ କ୍ରୟ କର, ତେବେ ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ।
וכי תמכרו ממכר לעמיתך או קנה מיד עמיתך--אל תונו איש את אחיו
15 ତୁମ୍ଭେ ଯୋବେଲ ପରବର୍ଷର ସଂଖ୍ୟାନୁସାରେ ଆପଣା ପ୍ରତିବାସୀଠାରୁ କ୍ରୟ କରିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ସେ ତୁମ୍ଭକୁ ବିକ୍ରୟ କରିବ।
במספר שנים אחר היובל תקנה מאת עמיתך במספר שני תבואת ימכר לך
16 ତୁମ୍ଭେ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତାନୁସାରେ ମୂଲ୍ୟ ଊଣା କରିବ; କାରଣ ସେ ତୁମ୍ଭକୁ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ଭୂମି ବିକ୍ରୟ କରିବ।
לפי רב השנים תרבה מקנתו ולפי מעט השנים תמעיט מקנתו כי מספר תבואת הוא מכר לך
17 ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
ולא תונו איש את עמיתו ויראת מאלהיך כי אני יהוה אלהיכם
18 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଆଚରଣ କରିବ ଓ ଆମ୍ଭର ଶାସନସକଳ ମାନିବ ଓ ପାଳନ କରିବ; ତହିଁରେ ତୁମ୍ଭେମାନେ ଦେଶରେ ନିର୍ଭୟରେ ବାସ କରିବ।
ועשיתם את חקתי ואת משפטי תשמרו ועשיתם אתם--וישבתם על הארץ לבטח
19 ପୁଣି, ଭୂମି ନିଜ ଫଳ ଉତ୍ପନ୍ନ କରିବ, ତହିଁରେ ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଭୋଜନ କରିବ ଓ ଦେଶରେ ନିର୍ଭୟରେ ବାସ କରିବ।
ונתנה הארץ פריה ואכלתם לשבע וישבתם לבטח עליה
20 ଆଉ ତୁମ୍ଭେମାନେ ଯଦି କହିବ, ଦେଖ, ଆମ୍ଭେମାନେ ତ ବୁଣିବୁ ନାହିଁ, କି ଉତ୍ପନ୍ନ ଫଳ ସଂଗ୍ରହ କରିବୁ ନାହିଁ, ତେବେ ଆମ୍ଭେମାନେ ସପ୍ତମ ବର୍ଷରେ କଅଣ ଖାଇବୁ?
וכי תאמרו מה נאכל בשנה השביעת הן לא נזרע ולא נאסף את תבואתנו
21 ଆମ୍ଭେ ଷଷ୍ଠ ବର୍ଷରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା, ତହିଁରେ ତାହା ତିନି ବର୍ଷର ଫଳ ଉତ୍ପନ୍ନ କରିବ।
וצויתי את ברכתי לכם בשנה הששית ועשת את התבואה לשלש השנים
22 ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ।
וזרעתם את השנה השמינת ואכלתם מן התבואה ישן עד השנה התשיעת עד בוא תבואתה--תאכלו ישן
23 ଆଉ, ଭୂମି ସଦାକାଳ ନିମନ୍ତେ ବିକ୍ରୟ କରାଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ।
והארץ לא תמכר לצמתת--כי לי הארץ כי גרים ותושבים אתם עמדי
24 ଆଉ, ତୁମ୍ଭେମାନେ ଆପଣାମାନଙ୍କ ଅଧିକୃତ ଦେଶର ସମସ୍ତ ଭୂମି ମୁକ୍ତ କରିବାକୁ ଦେବ।
ובכל ארץ אחזתכם גאלה תתנו לארץ
25 ଯଦି ତୁମ୍ଭର ଭ୍ରାତା ଦରିଦ୍ର ହୋଇ ଆପଣା ଅଧିକାରରୁ କିଛି ବିକ୍ରୟ କରେ, ତେବେ ତାହାର ମୁକ୍ତିକର୍ତ୍ତା ନିକଟସ୍ଥ ଜ୍ଞାତି ଆସି ଆପଣା ଭ୍ରାତାର ବିକ୍ରୀତ ଭୂମି ମୁକ୍ତ କରି ନେବ।
כי ימוך אחיך ומכר מאחזתו--ובא גאלו הקרב אליו וגאל את ממכר אחיו
26 ପୁଣି, ଯଦି ତାହା ମୁକ୍ତ କରିବାକୁ ତାହାର କେହି ନ ଥାଏ ଓ ସେ ବର୍ଦ୍ଧିଷ୍ଣୁ ହୋଇ ତାହା ମୁକ୍ତ କରିବାକୁ ଯଥେଷ୍ଟ ଧନ ପାଏ,
ואיש כי לא יהיה לו גאל והשיגה ידו ומצא כדי גאלתו
27 ତେବେ ସେ ତହିଁର ବିକ୍ରୟ ବର୍ଷ ଗଣନା କରୁ ଓ ତଦନୁସାରେ ଅତିରିକ୍ତ ମୂଲ୍ୟ କ୍ରୟକର୍ତ୍ତାକୁ ଫେରାଇ ଦେଉ; ତହିଁରେ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ।
וחשב את שני ממכרו והשיב את העדף לאיש אשר מכר לו ושב לאחזתו
28 ମାତ୍ର ଯଦି ସେ ତାହା ଫେରାଇ ନେବାକୁ ଅସମର୍ଥ ହୁଏ, ତେବେ ସେ ଯାହା ବିକ୍ରୟ କରିଅଛି, ତାହା ଯୋବେଲ ପର୍ଯ୍ୟନ୍ତ କ୍ରୟକର୍ତ୍ତାର ହସ୍ତରେ ରହିବ; ପୁଣି, ତାହା ଯୋବେଲ ସମୟରେ ମୁକ୍ତ ହେବ ଓ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ।
ואם לא מצאה ידו די השיב לו--והיה ממכרו ביד הקנה אתו עד שנת היובל ויצא ביבל ושב לאחזתו
29 ଆଉ, ଯଦି କେହି ପ୍ରାଚୀର-ବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ; ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ସେ ତାହା ମୁକ୍ତ କରିବାର ଅଧିକାର ପାଇବ।
ואיש כי ימכר בית מושב עיר חומה--והיתה גאלתו עד תם שנת ממכרו ימים תהיה גאלתו
30 ମାତ୍ର ଯଦି ପୂର୍ଣ୍ଣ ଏକ ବର୍ଷ ମଧ୍ୟରେ ତାହା ମୁକ୍ତ କରା ନ ଯାଏ, ତେବେ ପ୍ରାଚୀର-ବେଷ୍ଟିତ ନଗର ମଧ୍ୟବର୍ତ୍ତୀ ସେହି ଗୃହ ପୁରୁଷ-ପରମ୍ପରାରେ କ୍ରୟକର୍ତ୍ତାର ନିତ୍ୟ ଅଧିକାର ହେବ; ଯୋବେଲ ସମୟରେ ତାହା ମୁକ୍ତ ହେବ ନାହିଁ।
ואם לא יגאל עד מלאת לו שנה תמימה--וקם הבית אשר בעיר אשר לא (לו) חמה לצמיתת לקנה אתו לדרתיו לא יצא ביבל
31 ମାତ୍ର ପ୍ରାଚୀରହୀନ ଗ୍ରାମର ମଧ୍ୟବର୍ତ୍ତୀ ଗୃହଗୁଡ଼ିକ ଦେଶର କ୍ଷେତ୍ର ମଧ୍ୟରେ ଗଣାଯିବ ତାହା ମୁକ୍ତ ହୋଇପାରେ, ପୁଣି ଯୋବେଲ ସମୟରେ ତାହା ମୁକ୍ତ ହେବ।
ובתי החצרים אשר אין להם חמה סביב--על שדה הארץ יחשב גאלה תהיה לו וביבל יצא
32 ମାତ୍ର ଲେବୀୟମାନଙ୍କର ନଗରସକଳ, ସେମାନଙ୍କ ଅଧିକୃତ ନଗରର ଗୃହସକଳ ମୁକ୍ତ କରିବାର ଅଧିକାର ଲେବୀୟମାନଙ୍କ ପକ୍ଷରେ ଅନନ୍ତକାଳସ୍ଥାୟୀ ହେବ।
וערי הלוים--בתי ערי אחזתם גאלת עולם תהיה ללוים
33 ପୁଣି, ଯଦି କେହି ଲେବୀୟମାନଙ୍କଠାରୁ ତାହା ମୁକ୍ତ କରେ, ତେବେ ସେହି ବିକ୍ରୀତ ଗୃହ ଓ ତାହାର ଅଧିକୃତ ନଗର ଯୋବେଲ ସମୟରେ ମୁକ୍ତ ହେବ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଲେବୀୟମାନଙ୍କ ଗୃହସକଳ ସେମାନଙ୍କର ଅଧିକାର।
ואשר יגאל מן הלוים ויצא ממכר בית ועיר אחזתו ביבל כי בתי ערי הלוים הוא אחזתם בתוך בני ישראל
34 ମାତ୍ର ସେମାନଙ୍କ ନଗରର ପ୍ରାନ୍ତର ଭୂମି ବିକ୍ରୟ କରାଯିବ ନାହିଁ; କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର।
ושדה מגרש עריהם לא ימכר כי אחזת עולם הוא להם
35 ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଯାପନ କରିବ।
וכי ימוך אחיך ומטה ידו עמך--והחזקת בו גר ותושב וחי עמך
36 ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନ ଯାପନ କରିବ।
אל תקח מאתו נשך ותרבית ויראת מאלהיך וחי אחיך עמך
37 ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି (ଦେଢ଼ଗୁଣ ସୁଧହାର) ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ।
את כספך--לא תתן לו בנשך ובמרבית לא תתן אכלך
38 ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ପାଇଁ ତୁମ୍ଭମାନଙ୍କୁ କିଣାନ ଦେଶ ଦେବା ନିମନ୍ତେ ମିସର ଦେଶରୁ ବାହାର କରି ଆଣିଲେ, ତୁମ୍ଭମାନଙ୍କର ପରମେଶ୍ୱର ସେହି ସଦାପ୍ରଭୁ ଆମ୍ଭେ ଅଟୁ।
אני יהוה אלהיכם אשר הוצאתי אתכם מארץ מצרים--לתת לכם את ארץ כנען להיות לכם לאלהים
39 ଆଉ ଯଦି ତୁମ୍ଭ ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ଆପଣାକୁ ବିକ୍ରୟ କରେ, ତେବେ ତୁମ୍ଭେ ତାହାକୁ ବନ୍ଧାଦାସ ପରି ପରିଶ୍ରମ କରାଇବ ନାହିଁ।
וכי ימוך אחיך עמך ונמכר לך--לא תעבד בו עבדת עבד
40 ସେ ବେତନଜୀବୀ ଓ ପ୍ରବାସୀ ନ୍ୟାୟ ତୁମ୍ଭ ସହିତ ବାସ କରିବ; ସେ ଯୋବେଲ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ।
כשכיר כתושב יהיה עמך עד שנת היבל יעבד עמך
41 ତହୁଁ ସେ ଆପଣା ସନ୍ତାନଗଣ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ଆପଣା ବଂଶ ନିକଟକୁ ଓ ତାହାର ପୈତୃକ ଅଧିକାରକୁ ଫେରିଯିବ।
ויצא מעמך--הוא ובניו עמו ושב אל משפחתו ואל אחזת אבתיו ישוב
42 କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ସେମାନେ ବନ୍ଧାଦାସ ତୁଲ୍ୟ ବିକ୍ରୀତ ହେବେ ନାହିଁ।
כי עבדי הם אשר הוצאתי אתם מארץ מצרים לא ימכרו ממכרת עבד
43 ତୁମ୍ଭେ ତାହା ଉପରେ କଠିନ କର୍ତ୍ତୃତ୍ୱ କରିବ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କରିବ।
לא תרדה בו בפרך ויראת מאלהיך
44 ତୁମ୍ଭର ବନ୍ଧାଦାସ ଓ ବନ୍ଧାଦାସୀ ରଖିବାର ହେଲେ, ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ ବନ୍ଧାଦାସ ଓ ବନ୍ଧାଦାସୀ କ୍ରୟ କରିବ।
ועבדך ואמתך אשר יהיו לך מאת הגוים אשר סביבתיכם--מהם תקנו עבד ואמה
45 ଆହୁରି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ସନ୍ତାନଗଣଠାରୁ ଓ ତୁମ୍ଭମାନଙ୍କ ଦେଶରେ ସେମାନଙ୍କଠାରୁ ଉତ୍ପନ୍ନ ଯେଉଁ ଯେଉଁ ବଂଶ ତୁମ୍ଭମାନଙ୍କର ସହବର୍ତ୍ତୀ ଥାʼନ୍ତି, ସେମାନଙ୍କଠାରୁ କ୍ରୟ କରିବ, ପୁଣି, ସେମାନେ ତୁମ୍ଭମାନଙ୍କର ଅଧିକାର ହେବେ।
וגם מבני התושבים הגרים עמכם מהם תקנו וממשפחתם אשר עמכם אשר הולידו בארצכם והיו לכם לאחזה
46 ପୁଣି, ତୁମ୍ଭେମାନେ ଆପଣା ଉତ୍ତାରେ ଆପଣା ଭବିଷ୍ୟତ ସନ୍ତାନଗଣର ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତି ରୂପେ ସେମାନଙ୍କୁ ଦେଇ ପାରିବ; ତୁମ୍ଭେମାନେ ସେମାନଙ୍କୁ ନିତ୍ୟ ଆପଣାମାନଙ୍କର ଦାସ୍ୟକର୍ମ କରାଇ ପାରିବ; ମାତ୍ର ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତା ଇସ୍ରାଏଲ-ସନ୍ତାନଗଣ ଉପରେ ପରସ୍ପର କଠିନ କର୍ତ୍ତୃତ୍ୱ କରିବ ନାହିଁ।
והתנחלתם אתם לבניכם אחריכם לרשת אחזה--לעלם בהם תעבדו ובאחיכם בני ישראל איש באחיו לא תרדה בו בפרך
47 ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀ କି ପ୍ରବାସୀ ଲୋକର ହସ୍ତ ଧନରେ ବଢ଼େ, ପୁଣି, ତାହାର ନିକଟବର୍ତ୍ତୀ ତୁମ୍ଭର ଭ୍ରାତା ଦରିଦ୍ର ହୋଇଯାଏ ଓ ସେହି ବିଦେଶୀ କି ପ୍ରବାସୀ କିଅବା ସେହି ବିଦେଶୀ ବଂଶରୁ ଉତ୍ପନ୍ନ କାହାରି ନିକଟରେ ଆପଣାକୁ ବିକ୍ରୟ କରେ;
וכי תשיג יד גר ותושב עמך ומך אחיך עמו ונמכר לגר תושב עמך או לעקר משפחת גר
48 ତେବେ ସେହି ବିକ୍ରୟ ଉତ୍ତାରେ ତାହାର ମୁକ୍ତି ହୋଇ ପାରିବ; ତାହାର ଜ୍ଞାତି ମଧ୍ୟରୁ କେହି ତାହାକୁ ମୁକ୍ତ କରି ପାରିବ।
אחרי נמכר גאלה תהיה לו אחד מאחיו יגאלנו
49 କିଅବା ତାହାର ପିତୃବ୍ୟ କି ପିତୃବ୍ୟପୁତ୍ର ତାହାକୁ ମୁକ୍ତ କରି ପାରିବ, ଅବା ତାହାର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାହାକୁ ମୁକ୍ତ କରି ପାରିବ; ଅବା ଯଦି ତାହାର ହସ୍ତ ଧନରେ ବୃଦ୍ଧି ପାଏ, ତେବେ ସେ ଆପଣାକୁ ମୁକ୍ତ କରି ପାରିବ।
או דדו או בן דדו יגאלנו או משאר בשרו ממשפחתו יגאלנו או השיגה ידו ונגאל
50 ତହିଁରେ ତାହାର ବିକ୍ରୟ ବର୍ଷଠାରୁ ଯୋବେଲ ବର୍ଷ ପର୍ଯ୍ୟନ୍ତ ସେ କ୍ରୟକର୍ତ୍ତା ସହିତ ଗଣନା କରିବ, ପୁଣି ବିକ୍ରୟ ବର୍ଷର ସଂଖ୍ୟାନୁସାରେ ତାହାର ମୂଲ୍ୟ ହେବ; ବେତନଜୀବୀର ଦିନ ତୁଲ୍ୟ ତାହାର ଦାସତ୍ୱ କାଳ ହେବ।
וחשב עם קנהו משנת המכרו לו עד שנת היבל והיה כסף ממכרו במספר שנים כימי שכיר יהיה עמו
51 ଯଦି ଅନେକ ବର୍ଷ ବାକି ଥାଏ, ତେବେ ତଦନୁସାରେ ସେ କ୍ରୟମୂଲ୍ୟରୁ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।
אם עוד רבות בשנים--לפיהן ישיב גאלתו מכסף מקנתו
52 ଆଉ ଯଦି ଯୋବେଲ ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକି ଥାଏ, ତେବେ ସେ ତାହା ସହିତ ଗଣନା କରିବ; ସେହି ସେହି ବର୍ଷାନୁସାରେ ସେ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।
ואם מעט נשאר בשנים עד שנת היבל--וחשב לו כפי שניו ישיב את גאלתו
53 ବର୍ଷକୁ ବର୍ଷ ନିଯୁକ୍ତ ଦାସ ତୁଲ୍ୟ ସେ ତାହା ସହିତ ରହିବ; ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠିନ କର୍ତ୍ତୃତ୍ୱ କରିବ ନାହିଁ।
כשכיר שנה בשנה יהיה עמו לא ירדנו בפרך לעיניך
54 ଆଉ ଯଦି ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୋବେଲ ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ।
ואם לא יגאל באלה--ויצא בשנת היבל הוא ובניו עמו
55 କାରଣ ଇସ୍ରାଏଲ-ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
כי לי בני ישראל עבדים--עבדי הם אשר הוצאתי אותם מארץ מצרים אני יהוה אלהיכם

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25 >