< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26 >

1 “ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଦେବମୂର୍ତ୍ତି ନିର୍ମାଣ କରିବ ନାହିଁ, କିଅବା ଆପଣାମାନଙ୍କ ନିମନ୍ତେ ଖୋଦିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ ଓ ତାହା ନିକଟରେ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶରେ କୌଣସି ଖୋଦିତ ପ୍ରସ୍ତର ରଖିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
ego Dominus Deus vester non facietis vobis idolum et sculptile nec titulos erigetis nec insignem lapidem ponetis in terra vestra ut adoretis eum ego enim sum Dominus Deus vester
2 ତୁମ୍ଭେମାନେ ଆମ୍ଭର ସକଳ ବିଶ୍ରାମ ଦିବସ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
custodite sabbata mea et pavete ad sanctuarium meum ego Dominus
3 ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;
si in praeceptis meis ambulaveritis et mandata mea custodieritis et feceritis ea dabo vobis pluvias temporibus suis
4 ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟିଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ।
et terra gignet germen suum et pomis arbores replebuntur
5 ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନର ସମୟ ଦ୍ରାକ୍ଷା ସଂଗ୍ରହର ସମୟ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହର ସମୟ ବୀଜ ବୁଣିବାର ସମୟ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ।
adprehendet messium tritura vindemiam et vindemia occupabit sementem et comedetis panem vestrum in saturitatem et absque pavore habitabitis in terra vestra
6 ଆଉ, ଆମ୍ଭେ ଦେଶରେ ଶାନ୍ତି ପ୍ରଦାନ କରିବା, ତହିଁରେ ତୁମ୍ଭେମାନେ ଶୟନ କଲେ, କେହି ତୁମ୍ଭମାନଙ୍କୁ ଭୟ ଦେଖାଇବ ନାହିଁ; ପୁଣି ଆମ୍ଭେ ହିଂସ୍ରକ ଜନ୍ତୁମାନଙ୍କୁ ଦେଶରୁ ଦୂର କରିବା ଓ ତୁମ୍ଭମାନଙ୍କ ଦେଶରେ ଖଡ୍ଗ ଭ୍ରମଣ କରିବ ନାହିଁ।
dabo pacem in finibus vestris dormietis et non erit qui exterreat auferam malas bestias et gladius non transibit terminos vestros
7 ଆଉ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କୁ ଘଉଡ଼ାଇ ଦେବ ଓ ସେମାନେ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।
persequemini inimicos vestros et corruent coram vobis
8 ପୁଣି ତୁମ୍ଭମାନଙ୍କର ପାଞ୍ଚ ଜଣ ଶହେ ଜଣଙ୍କୁ ଘଉଡ଼ାଇ ଦେବ ଓ ତୁମ୍ଭମାନଙ୍କର ଶହେ ଜଣ ଦଶ ସହସ୍ର ଜଣଙ୍କୁ ଘଉଡ଼ାଇ ଦେବ; ଆଉ ତୁମ୍ଭମାନଙ୍କର ଶତ୍ରୁଗଣ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।
persequentur quinque de vestris centum alienos et centum ex vobis decem milia cadent inimici vestri in conspectu vestro gladio
9 ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନମୁଖ ହେବା ଓ ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା।
respiciam vos et crescere faciam multiplicabimini et firmabo pactum meum vobiscum
10 ପୁଣି ତୁମ୍ଭେମାନେ ବହୁସମୟର ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ।
comedetis vetustissima veterum et vetera novis supervenientibus proicietis
11 ଆଉ ଆମ୍ଭେ ଆପଣା ଆବାସ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ନାହିଁ।
ponam tabernaculum meum in medio vestri et non abiciet vos anima mea
12 ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନାଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ।
ambulabo inter vos et ero vester Deus vosque eritis populus meus
13 ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ।
ego Dominus Deus vester qui eduxi vos de terra Aegyptiorum ne serviretis eis et qui confregi catenas cervicum vestrarum ut incederetis erecti
14 ମାତ୍ର, ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ଓ ସେହି ସକଳ ଆଜ୍ଞା ପାଳନ ନ କରିବ;
quod si non audieritis me nec feceritis omnia mandata mea
15 ପୁଣି, ଯଦି ତୁମ୍ଭେମାନେ ଆମ୍ଭ ବିଧି ଅବଜ୍ଞା କରିବ ଓ ତୁମ୍ଭମାନଙ୍କ ପ୍ରାଣ ଆମ୍ଭର ସକଳ ଶାସନ ଘୃଣା କରିବାରୁ ତୁମ୍ଭେମାନେ ଆମ୍ଭର ଆଜ୍ଞାସକଳ ପାଳନ ନ କରିବ, ମାତ୍ର ଆମ୍ଭର ନିୟମ ଲଙ୍ଘନ କରିବ,
si spreveritis leges meas et iudicia mea contempseritis ut non faciatis ea quae a me constituta sunt et ad irritum perducatis pactum meum
16 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍‍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।
ego quoque haec faciam vobis visitabo vos velociter in egestate et ardore qui conficiat oculos vestros et consumat animas frustra seretis sementem quae ab hostibus devorabitur
17 ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।
ponam faciem meam contra vos et corruetis coram hostibus vestris et subiciemini his qui oderunt vos fugietis nemine persequente
18 ଆଉ ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ଡ ଦେବା।
sin autem nec sic oboedieritis mihi addam correptiones vestras septuplum propter peccata vestra
19 ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା।
et conteram superbiam duritiae vestrae daboque caelum vobis desuper sicut ferrum et terram aeneam
20 ତହିଁରେ ତୁମ୍ଭେମାନେ ବୃଥାରେ ବଳ ବ୍ୟୟ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷସକଳ ଫଳ ଉତ୍ପନ୍ନ କରିବ ନାହିଁ।
consumetur in cassum labor vester non proferet terra germen nec arbores poma praebebunt
21 ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା।
si ambulaveritis ex adverso mihi nec volueritis audire me addam plagas vestras usque in septuplum propter peccata vestra
22 ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ବନ୍ୟ ପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁମାନଙ୍କୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଜନମାନବ ଶୂନ୍ୟ ହେବ।
emittamque in vos bestias agri quae consumant et vos et pecora vestra et ad paucitatem cuncta redigant desertaeque fiant viae vestrae
23 ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ପ୍ରତି ସୁଧୁରିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ,
quod si nec sic volueritis recipere disciplinam sed ambulaveritis ex adverso mihi
24 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ତୁମ୍ଭମାନଙ୍କୁ ପ୍ରହାର କରିବା, ଆମ୍ଭେ ନିଜେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ପ୍ରହାର କରିବା।
ego quoque contra vos adversus incedam et percutiam vos septies propter peccata vestra
25 ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିୟମ ଲଙ୍ଘନର ପ୍ରତିଫଳ ଦେବ ଓ ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା; ତହିଁରେ ତୁମ୍ଭେମାନେ ଶତ୍ରୁ ହସ୍ତରେ ସମର୍ପିତ ହେବ।
inducamque super vos gladium ultorem foederis mei cumque confugeritis in urbes mittam pestilentiam in medio vestri et trademini hostium manibus
26 ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୁଟି ରନ୍ଧନ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୁଟି ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ।
postquam confregero baculum panis vestri ita ut decem mulieres in uno clibano coquant panes et reddant eos ad pondus et comedetis et non saturabimini
27 ଏହା ହେଲେ ହେଁ ଯଦି ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ;
sin autem nec per haec audieritis me sed ambulaveritis contra me
28 ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଶାସ୍ତି ଦେବା।
et ego incedam adversum vos in furore contrario et corripiam vos septem plagis propter peccata vestra
29 ତହିଁରେ ତୁମ୍ଭେମାନେ ଆପଣା ପୁତ୍ରଗଣର ଓ କନ୍ୟାଗଣର ମାଂସ ଭୋଜନ କରିବ।
ita ut comedatis carnes filiorum et filiarum vestrarum
30 ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚ ସ୍ଥଳସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମାସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତ ଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।
destruam excelsa vestra et simulacra confringam cadetis inter ruinas idolorum vestrorum et abominabitur vos anima mea
31 ଆମ୍ଭେ ତୁମ୍ଭମାନଙ୍କ ନଗରସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନସକଳ ଶୂନ୍ୟ କରିବା ଓ ଆମ୍ଭେ ତୁମ୍ଭମାନଙ୍କର (ଦତ୍ତ) ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ।
in tantum ut urbes vestras redigam in solitudinem et deserta faciam sanctuaria vestra nec recipiam ultra odorem suavissimum
32 ପୁଣି ଆମ୍ଭେ ଦେଶକୁ ଶୂନ୍ୟସ୍ଥାନ କରିବା ଓ ତନ୍ନିବାସୀ ତୁମ୍ଭମାନଙ୍କ ଶତ୍ରୁଗଣ ତହିଁରେ ଆଶ୍ଚର୍ଯ୍ୟ ଜ୍ଞାନ କରିବେ।
disperdamque terram vestram et stupebunt super ea inimici vestri cum habitatores illius fuerint
33 ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍‍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ।
vos autem dispergam in gentes et evaginabo post vos gladium eritque terra vestra deserta et civitates dirutae
34 ତେବେ ଯେପର୍ଯ୍ୟନ୍ତ ଦେଶ ଶୂନ୍ୟସ୍ଥାନ ହୋଇଥିବ ଓ ତୁମ୍ଭେମାନେ ଆପଣା ଶତ୍ରୁଗଣର ଦେଶରେ ରହିବ, ସେପର୍ଯ୍ୟନ୍ତ ଭୂମି ଆପଣା ବିଶ୍ରାମ ଗ୍ରହଣ କରିବ; ଅର୍ଥାତ୍‍, ସେହି ସମୟରେ ଭୂମି ବିଶ୍ରାମ କରି ଆପଣା ବିଶ୍ରାମ ଗ୍ରହଣ କରିବ।
tunc placebunt terrae sabbata sua cunctis diebus solitudinis suae quando fueritis
35 ଯେତେକାଳ ତାହା ଶୂନ୍ୟସ୍ଥାନ ହୋଇ ରହିବ, ସେତେକାଳ ତାହା ବିଶ୍ରାମ ପାଇବ; ଅର୍ଥାତ୍‍, ତୁମ୍ଭେମାନେ ତହିଁ ମଧ୍ୟରେ ବାସ କରିବା ସମୟରେ ତୁମ୍ଭମାନଙ୍କ ବିଶ୍ରାମ କାଳରେ ତାହା ଯେଉଁ ବିଶ୍ରାମ ପାଇ ନ ଥିଲା, ତାହା ପାଇବ।
in terra hostili sabbatizabit et requiescet in sabbatis solitudinis suae eo quod non requieverit in sabbatis vestris quando habitabatis in ea
36 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେତେ ଅବଶିଷ୍ଟ ରହିବେ, ଆମ୍ଭେ ଶତ୍ରୁଗଣର ଦେଶରେ ସେମାନଙ୍କ ହୃଦୟରେ ଭୀରୁତା ପଠାଇବା ଯଦ୍ଦ୍ୱାରା (ବାୟୁରେ) ଚାଳିତ ପତ୍ରର ଶବ୍ଦ ମଧ୍ୟ ସେମାନଙ୍କୁ ଘଉଡ଼ାଇ ଦେବ; ପୁଣି ଖଡ୍ଗଧାରରୁ ପଳାଇଲା ଲୋକ ପରି ସେମାନେ ପଳାଇବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ।
et qui de vobis remanserint dabo pavorem in cordibus eorum in regionibus hostium terrebit eos sonitus folii volantis et ita fugient quasi gladium cadent nullo sequente
37 ପୁଣି କେହି ନ ଗୋଡ଼ାଇଲେ ହେଁ ଯେପରି ଖଡ୍ଗ ସମ୍ମୁଖରେ, ସେପରି ସେମାନେ ପରସ୍ପର ଉପରେ ଝୁଣ୍ଟି ପଡ଼ିବେ ଓ ଶତ୍ରୁଗଣ ସମ୍ମୁଖରେ ଠିଆ ହେବା ପାଇଁ ସେମାନଙ୍କର ବଳ ପାଇବ ନାହିଁ।
et corruent singuli super fratres suos quasi bella fugientes nemo vestrum inimicis audebit resistere
38 ଆଉ ତୁମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ଓ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶ ତୁମ୍ଭମାନଙ୍କୁ ଗ୍ରାସ କରିବ।
peribitis inter gentes et hostilis vos terra consumet
39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ।
quod si et de his aliqui remanserint tabescent in iniquitatibus suis in terra inimicorum suorum et propter peccata patrum suorum et sua adfligentur
40 ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ;
donec confiteantur iniquitates suas et maiorum suorum quibus praevaricati sunt in me et ambulaverunt ex adverso mihi
41 ଓ ମଧ୍ୟ ସେମାନେ ଆମ୍ଭର ବିରୁଦ୍ଧାଚରଣ କରିବା ହେତୁ ଆମ୍ଭେ ହିଁ ଯେ ସେମାନଙ୍କର ବିରୁଦ୍ଧାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ; ତହିଁରେ ଯଦି ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ;
ambulabo igitur et ego contra eos et inducam illos in terram hostilem donec erubescat incircumcisa mens eorum tunc orabunt pro impietatibus suis
42 ତେବେ ଆମ୍ଭେ ଯାକୁବ ସହିତ ଆପଣା ନିୟମ ସ୍ମରଣ କରିବା ଓ ମଧ୍ୟ ଇସ୍‌ହାକ ସହିତ ଆପଣା ନିୟମ ଓ ମଧ୍ୟ ଅବ୍ରହାମ ସହିତ ଆପଣା ନିୟମ ସ୍ମରଣ କରିବା; ପୁଣି ଆମ୍ଭେ ଦେଶକୁ ସ୍ମରଣ କରିବା।
et recordabor foederis mei quod pepigi cum Iacob et Isaac et Abraham terrae quoque memor ero
43 ଦେଶ ମଧ୍ୟ ସେମାନଙ୍କ ଦ୍ୱାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅନୁପସ୍ଥିତିରେ ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ; ପୁଣି ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ଆଜ୍ଞା ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବିଧି ଘୃଣା କଲା।
quae cum relicta fuerit ab eis conplacebit sibi in sabbatis suis patiens solitudinem propter illos ipsi vero rogabunt pro peccatis suis eo quod abiecerint iudicia mea et leges meas despexerint
44 ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।
et tamen etiam cum essent in terra hostili non penitus abieci eos neque sic despexi ut consumerentur et irritum facerem pactum meum cum eis ego enim sum Dominus Deus eorum
45 ମାତ୍ର ଆମ୍ଭେ ସେମାନଙ୍କ ଲାଗି ସେମାନଙ୍କ ପୂର୍ବପୁରୁଷମାନଙ୍କ ସହିତ କରିଥିବା ଆପଣା ନିୟମ ସ୍ମରଣ କରିବା, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ନିମନ୍ତେ ଅନ୍ୟ ଦେଶୀୟ ଲୋକମାନଙ୍କ ସାକ୍ଷାତରେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ଅଟୁ।”
et recordabor foederis mei pristini quando eduxi eos de terra Aegypti in conspectu gentium ut essem Deus eorum ego Dominus Deus
46 ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ଦ୍ୱାରା ଆପଣାର ଓ ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଏହି ସକଳ ବିଧି, ଶାସନ ଓ ବ୍ୟବସ୍ଥା ସ୍ଥାପନ କଲେ।
haec sunt praecepta atque iudicia et leges quas dedit Dominus inter se et inter filios Israhel in monte Sinai per manum Mosi

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26 >