< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 27 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
וַיְדַבֵּ֥ר יְהוָ֖ה אֶל־מֹשֶׁ֥ה לֵּאמֹֽר׃
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ।
דַּבֵּ֞ר אֶל־בְּנֵ֤י יִשְׂרָאֵל֙ וְאָמַרְתָּ֣ אֲלֵהֶ֔ם אִ֕ישׁ כִּ֥י יַפְלִ֖א נֶ֑דֶר בְּעֶרְכְּךָ֥ נְפָשֹׁ֖ת לַֽיהוָֽה׃
3 ପୁରୁଷ ହେଲେ, କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ବୟସ ପର୍ଯ୍ୟନ୍ତ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଚାଶ ଶେକଲ ରୂପା ହେବ।
וְהָיָ֤ה עֶרְכְּךָ֙ הַזָּכָ֔ר מִבֶּן֙ עֶשְׂרִ֣ים שָׁנָ֔ה וְעַ֖ד בֶּן־שִׁשִּׁ֣ים שָׁנָ֑ה וְהָיָ֣ה עֶרְכְּךָ֗ חֲמִשִּׁ֛ים שֶׁ֥קֶל כֶּ֖סֶף בְּשֶׁ֥קֶל הַקֹּֽדֶשׁ׃
4 ପୁଣି ସ୍ତ୍ରୀ ହେଲେ, ତୁମ୍ଭ ନିରୂପିତ ମୂଲ୍ୟ ତିରିଶ ଶେକଲ ରୂପା ହେବ।
וְאִם־נְקֵבָ֖ה הִ֑וא וְהָיָ֥ה עֶרְכְּךָ֖ שְׁלֹשִׁ֥ים שָֽׁקֶל׃
5 ଆଉ ପାଞ୍ଚ ବର୍ଷଠାରୁ କୋଡ଼ିଏ ବର୍ଷ ବୟସ ପର୍ଯ୍ୟନ୍ତ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ କୋଡ଼ିଏ ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ।
וְאִ֨ם מִבֶּן־חָמֵ֜שׁ שָׁנִ֗ים וְעַד֙ בֶּן־עֶשְׂרִ֣ים שָׁנָ֔ה וְהָיָ֧ה עֶרְכְּךָ֛ הַזָּכָ֖ר עֶשְׂרִ֣ים שְׁקָלִ֑ים וְלַנְּקֵבָ֖ה עֲשֶׂ֥רֶת שְׁקָלִֽים׃
6 ଆଉ ଏକ ମାସଠାରୁ ପାଞ୍ଚ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ହେବ ଓ ସ୍ତ୍ରୀ ନିମନ୍ତେ ତୁମ୍ଭର ନିରୂପିତ ମୂଲ୍ୟ ତିନି ଶେକଲ ରୂପା ହେବ।
וְאִ֣ם מִבֶּן־חֹ֗דֶשׁ וְעַד֙ בֶּן־חָמֵ֣שׁ שָׁנִ֔ים וְהָיָ֤ה עֶרְכְּךָ֙ הַזָּכָ֔ר חֲמִשָּׁ֥ה שְׁקָלִ֖ים כָּ֑סֶף וְלַנְּקֵבָ֣ה עֶרְכְּךָ֔ שְׁלֹ֥שֶׁת שְׁקָלִ֖ים כָּֽסֶף׃
7 ପୁଣି ଷାଠିଏ ବର୍ଷଠାରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ।
וְ֠אִם מִבֶּן־שִׁשִּׁ֨ים שָׁנָ֤ה וָמַ֙עְלָה֙ אִם־זָכָ֔ר וְהָיָ֣ה עֶרְכְּךָ֔ חֲמִשָּׁ֥ה עָשָׂ֖ר שָׁ֑קֶל וְלַנְּקֵבָ֖ה עֲשָׂרָ֥ה שְׁקָלִֽים׃
8 ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ।
וְאִם־מָ֥ךְ הוּא֙ מֵֽעֶרְכֶּ֔ךָ וְהֶֽעֱמִידוֹ֙ לִפְנֵ֣י הַכֹּהֵ֔ן וְהֶעֱרִ֥יךְ אֹת֖וֹ הַכֹּהֵ֑ן עַל־פִּ֗י אֲשֶׁ֤ר תַּשִּׂיג֙ יַ֣ד הַנֹּדֵ֔ר יַעֲרִיכֶ֖נּוּ הַכֹּהֵֽן׃ ס
9 ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହି ସବୁ ପଶୁ ପବିତ୍ର ହେବ।
וְאִם־בְּהֵמָ֔ה אֲשֶׁ֨ר יַקְרִ֧יבוּ מִמֶּ֛נָּה קָרְבָּ֖ן לַֽיהוָ֑ה כֹּל֩ אֲשֶׁ֨ר יִתֵּ֥ן מִמֶּ֛נּוּ לַיהוָ֖ה יִֽהְיֶה־קֹּֽדֶשׁ׃
10 ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ; ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯଦି ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ।
לֹ֣א יַחֲלִיפֶ֗נּוּ וְלֹֽא־יָמִ֥יר אֹת֛וֹ ט֥וֹב בְּרָ֖ע אוֹ־רַ֣ע בְּט֑וֹב וְאִם־הָמֵ֨ר יָמִ֤יר בְּהֵמָה֙ בִּבְהֵמָ֔ה וְהָֽיָה־ה֥וּא וּתְמוּרָת֖וֹ יִֽהְיֶה־קֹּֽדֶשׁ׃
11 ଆଉ ଯାହା ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରାଯାଏ ନାହିଁ, ଏପରି କୌଣସି ଅଶୁଚି ପଶୁ ଯଦି ଦିଆଯାଏ, ତେବେ ସେ ସେହି ପଶୁକୁ ଯାଜକ ସମ୍ମୁଖରେ ଉପସ୍ଥିତ କରିବ।
וְאִם֙ כָּל־בְּהֵמָ֣ה טְמֵאָ֔ה אֲ֠שֶׁר לֹא־יַקְרִ֧יבוּ מִמֶּ֛נָּה קָרְבָּ֖ן לַֽיהוָ֑ה וְהֶֽעֱמִ֥יד אֶת־הַבְּהֵמָ֖ה לִפְנֵ֥י הַכֹּהֵֽן׃
12 ପୁଣି ସେହି ପଶୁ ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ତୁମ୍ଭର, ଅର୍ଥାତ୍‍, ଯାଜକର ନିରୂପଣ ଅନୁସାରେ ତହିଁର ମୂଲ୍ୟ ହେବ।
וְהֶעֱרִ֤יךְ הַכֹּהֵן֙ אֹתָ֔הּ בֵּ֥ין ט֖וֹב וּבֵ֣ין רָ֑ע כְּעֶרְכְּךָ֥ הַכֹּהֵ֖ן כֵּ֥ן יִהְיֶֽה׃
13 ମାତ୍ର, ଯଦି ସେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।
וְאִם־גָּאֹ֖ל יִגְאָלֶ֑נָּה וְיָסַ֥ף חֲמִישִׁת֖וֹ עַל־עֶרְכֶּֽךָ׃
14 ଆଉ, ଯଦି କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବା ପାଇଁ ଆପଣା ଗୃହ ପ୍ରତିଷ୍ଠା କରେ, ତେବେ ତାହା ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ଯାଜକ ତହିଁର ଯେଉଁ ମୂଲ୍ୟ ନିରୂପଣ କରିବ, ତାହା ସ୍ଥିର ହେବ।
וְאִ֗ישׁ כִּֽי־יַקְדִּ֨שׁ אֶת־בֵּית֥וֹ קֹ֙דֶשׁ֙ לַֽיהוָ֔ה וְהֶעֱרִיכוֹ֙ הַכֹּהֵ֔ן בֵּ֥ין ט֖וֹב וּבֵ֣ין רָ֑ע כַּאֲשֶׁ֨ר יַעֲרִ֥יךְ אֹת֛וֹ הַכֹּהֵ֖ן כֵּ֥ן יָקֽוּם׃
15 ଆଉ, ଯଦି ଗୃହ ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।
וְאִ֨ם־הַמַּקְדִּ֔ישׁ יִגְאַ֖ל אֶת־בֵּית֑וֹ וְ֠יָסַף חֲמִישִׁ֧ית כֶּֽסֶף־עֶרְכְּךָ֛ עָלָ֖יו וְהָ֥יָה לֽוֹ׃
16 ଆଉ, ଯଦି କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ, ତେବେ ତୁମ୍ଭର ମୂଲ୍ୟ ନିରୂପଣ ସେହି କ୍ଷେତ୍ରରେ ବୁଣିବା ନିମନ୍ତେ ଆବଶ୍ୟକୀୟ ପରିମାଣର ବିହନ ଅନୁସାରେ ହେବ; ଏକ ହୋମର ପରିମିତ ଯବ ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ।
וְאִ֣ם ׀ מִשְּׂדֵ֣ה אֲחֻזָּת֗וֹ יַקְדִּ֥ישׁ אִישׁ֙ לַֽיהוָ֔ה וְהָיָ֥ה עֶרְכְּךָ֖ לְפִ֣י זַרְע֑וֹ זֶ֚רַע חֹ֣מֶר שְׂעֹרִ֔ים בַּחֲמִשִּׁ֖ים שֶׁ֥קֶל כָּֽסֶף׃
17 ଯଦି ସେ ଯୋବେଲ ବର୍ଷଠାରୁ ଆପଣା କ୍ଷେତ୍ର ଶୁଚି କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ।
אִם־מִשְּׁנַ֥ת הַיֹּבֵ֖ל יַקְדִּ֣ישׁ שָׂדֵ֑הוּ כְּעֶרְכְּךָ֖ יָקֽוּם׃
18 ମାତ୍ର, ଯଦି ସେ ଯୋବେଲ ଉତ୍ତାରେ ଆପଣା କ୍ଷେତ୍ର ଶୁଚି କରେ, ତେବେ ଯାଜକ ଯୋବେଲ ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ।
וְאִם־אַחַ֣ר הַיֹּבֵל֮ יַקְדִּ֣ישׁ שָׂדֵהוּ֒ וְחִשַּׁב־ל֨וֹ הַכֹּהֵ֜ן אֶת־הַכֶּ֗סֶף עַל־פִּ֤י הַשָּׁנִים֙ הַנּ֣וֹתָרֹ֔ת עַ֖ד שְׁנַ֣ת הַיֹּבֵ֑ל וְנִגְרַ֖ע מֵֽעֶרְכֶּֽךָ׃
19 ଆଉ ସେହି କ୍ଷେତ୍ର ଶୁଚିକାରୀ ଲୋକ ଯଦି କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।
וְאִם־גָּאֹ֤ל יִגְאַל֙ אֶת־הַשָּׂדֶ֔ה הַמַּקְדִּ֖ישׁ אֹת֑וֹ וְ֠יָסַף חֲמִשִׁ֧ית כֶּֽסֶף־עֶרְכְּךָ֛ עָלָ֖יו וְקָ֥ם לֽוֹ׃
20 ମାତ୍ର ଯଦି ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯଦି ସେ ସେହି କ୍ଷେତ୍ର ଅନ୍ୟକୁ ବିକ୍ରୟ କରେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ।
וְאִם־לֹ֤א יִגְאַל֙ אֶת־הַשָּׂדֶ֔ה וְאִם־מָכַ֥ר אֶת־הַשָּׂדֶ֖ה לְאִ֣ישׁ אַחֵ֑ר לֹ֥א יִגָּאֵ֖ל עֽוֹד׃
21 ମାତ୍ର ସେହି କ୍ଷେତ୍ର ଯୋବେଲ ସମୟରେ ମୁକ୍ତ ହେଲେ, ତାହା ସମ୍ପୂର୍ଣ୍ଣ ରୂପେ ଉତ୍ସର୍ଗିତ କ୍ଷେତ୍ର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁରେ ସେହି କ୍ଷେତ୍ର ଯାଜକର ଅଧିକାର ହେବ।
וְהָיָ֨ה הַשָּׂדֶ֜ה בְּצֵאת֣וֹ בַיֹּבֵ֗ל קֹ֛דֶשׁ לַֽיהוָ֖ה כִּשְׂדֵ֣ה הַחֵ֑רֶם לַכֹּהֵ֖ן תִּהְיֶ֥ה אֲחֻזָּתֽוֹ׃
22 ଆଉ ଯେଉଁ କ୍ଷେତ୍ର ଆପଣାର ସମ୍ପତ୍ତି ନୁହେଁ, ତାହା କେହି ଯଦି କ୍ରୟ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ;
וְאִם֙ אֶת־שְׂדֵ֣ה מִקְנָת֔וֹ אֲשֶׁ֕ר לֹ֖א מִשְּׂדֵ֣ה אֲחֻזָּת֑וֹ יַקְדִּ֖ישׁ לַֽיהוָֽה׃
23 ତେବେ ଯାଜକ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ଯୋବେଲ ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ; ପୁଣି ସେ ସେହି ଦିନ ତୁମ୍ଭର ନିରୂପିତ ମୂଲ୍ୟ ଦେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବସ୍ତୁ ତୁଲ୍ୟ।
וְחִשַּׁב־ל֣וֹ הַכֹּהֵ֗ן אֵ֚ת מִכְסַ֣ת הָֽעֶרְכְּךָ֔ עַ֖ד שְׁנַ֣ת הַיֹּבֵ֑ל וְנָתַ֤ן אֶת־הָעֶרְכְּךָ֙ בַּיּ֣וֹם הַה֔וּא קֹ֖דֶשׁ לַיהוָֽה׃
24 ଯାହାଠାରୁ ସେହି କ୍ଷେତ୍ର କ୍ରୟ କରାଗଲା, ଅର୍ଥାତ୍‍, ଭୂମି ଯାହାର ସମ୍ପତ୍ତି ଅଟେ, ତାହା ଯୋବେଲ ବର୍ଷରେ ତାହାକୁ ଫେରାଇ ଦିଆଯିବ।
בִּשְׁנַ֤ת הַיּוֹבֵל֙ יָשׁ֣וּב הַשָּׂדֶ֔ה לַאֲשֶׁ֥ר קָנָ֖הוּ מֵאִתּ֑וֹ לַאֲשֶׁר־ל֖וֹ אֲחֻזַּ֥ת הָאָֽרֶץ׃
25 ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ହେବ; କୋଡ଼ିଏ ଗେରାରେ ଏକ ଶେକଲ ହୁଏ।
וְכָל־עֶרְכְּךָ֔ יִהְיֶ֖ה בְּשֶׁ֣קֶל הַקֹּ֑דֶשׁ עֶשְׂרִ֥ים גֵּרָ֖ה יִהְיֶ֥ה הַשָּֽׁקֶל׃ ס
26 ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ଶୁଚି କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ।
אַךְ־בְּכ֞וֹר אֲשֶׁר־יְבֻכַּ֤ר לַֽיהוָה֙ בִּבְהֵמָ֔ה לֹֽא־יַקְדִּ֥ישׁ אִ֖ישׁ אֹת֑וֹ אִם־שׁ֣וֹר אִם־שֶׂ֔ה לַֽיהוָ֖ה הֽוּא׃
27 ପୁଣି ଯଦି ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ।
וְאִ֨ם בַּבְּהֵמָ֤ה הַטְּמֵאָה֙ וּפָדָ֣ה בְעֶרְכֶּ֔ךָ וְיָסַ֥ף חֲמִשִׁת֖וֹ עָלָ֑יו וְאִם־לֹ֥א יִגָּאֵ֖ל וְנִמְכַּ֥ר בְּעֶרְכֶּֽךָ׃
28 ଆଉ କୌଣସି ମନୁଷ୍ୟ ଆପଣା ସର୍ବସ୍ୱରୁ, ଅର୍ଥାତ୍‍, ମନୁଷ୍ୟ କି ପଶୁ କି ଅଧିକୃତ କ୍ଷେତ୍ରରୁ ଯାହା କିଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ଏପରି କୌଣସି ଉତ୍ସର୍ଗିତ ବସ୍ତୁ ବିକ୍ରୀତ ବା ମୁକ୍ତ ହେବ ନାହିଁ; ପ୍ରତ୍ୟେକ ଉତ୍ସର୍ଗିତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ।
אַךְ־כָּל־חֵ֡רֶם אֲשֶׁ֣ר יַחֲרִם֩ אִ֨ישׁ לַֽיהוָ֜ה מִכָּל־אֲשֶׁר־ל֗וֹ מֵאָדָ֤ם וּבְהֵמָה֙ וּמִשְּׂדֵ֣ה אֲחֻזָּת֔וֹ לֹ֥א יִמָּכֵ֖ר וְלֹ֣א יִגָּאֵ֑ל כָּל־חֵ֕רֶם קֹֽדֶשׁ־קָֽדָשִׁ֥ים ה֖וּא לַיהוָֽה׃
29 ମନୁଷ୍ୟମାନଙ୍କ ମଧ୍ୟରେ ଯେ ଦଣ୍ଡିତ ହେବା ନିମନ୍ତେ ଉତ୍ସର୍ଗିତ ହେବ, ଏପରି ଉତ୍ସର୍ଗିତ କେହି ମୁକ୍ତ କରାଯିବ ନାହିଁ; ସେ ନିତାନ୍ତ ହତ ହେବ।
כָּל־חֵ֗רֶם אֲשֶׁ֧ר יָחֳרַ֛ם מִן־הָאָדָ֖ם לֹ֣א יִפָּדֶ֑ה מ֖וֹת יוּמָֽת׃
30 ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।
וְכָל־מַעְשַׂ֨ר הָאָ֜רֶץ מִזֶּ֤רַע הָאָ֙רֶץ֙ מִפְּרִ֣י הָעֵ֔ץ לַיהוָ֖ה ה֑וּא קֹ֖דֶשׁ לַֽיהוָֽה׃
31 ଆଉ, ଯଦି କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।
וְאִם־גָּאֹ֥ל יִגְאַ֛ל אִ֖ישׁ מִמַּֽעַשְׂר֑וֹ חֲמִשִׁית֖וֹ יֹסֵ֥ף עָלָֽיו׃
32 ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍‍, ପାଞ୍ଚଣ ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।
וְכָל־מַעְשַׂ֤ר בָּקָר֙ וָצֹ֔אן כֹּ֥ל אֲשֶׁר־יַעֲבֹ֖ר תַּ֣חַת הַשָּׁ֑בֶט הָֽעֲשִׂירִ֕י יִֽהְיֶה־קֹּ֖דֶשׁ לַֽיהוָֽה׃
33 ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯଦି ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ।”
לֹ֧א יְבַקֵּ֛ר בֵּֽין־ט֥וֹב לָרַ֖ע וְלֹ֣א יְמִירֶ֑נּוּ וְאִם־הָמֵ֣ר יְמִירֶ֔נּוּ וְהָֽיָה־ה֧וּא וּתְמוּרָת֛וֹ יִֽהְיֶה־קֹ֖דֶשׁ לֹ֥א יִגָּאֵֽל׃
34 ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ସେହି ସକଳ ଆଜ୍ଞା ଏହି।
אֵ֣לֶּה הַמִּצְוֹ֗ת אֲשֶׁ֨ר צִוָּ֧ה יְהוָ֛ה אֶת־מֹשֶׁ֖ה אֶל־בְּנֵ֣י יִשְׂרָאֵ֑ל בְּהַ֖ר סִינָֽי׃

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 27 >