< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3 >
1 ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ।
Quod si hostia pacificorum fuerit ejus oblatio, et de bobus voluerit offerre, marem sive feminam, immaculata offeret coram Domino.
2 ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ।
Ponetque manum super caput victimæ suæ, quæ immolabitur in introitu tabernaculi testimonii, fundentque filii Aaron sacerdotes sanguinem per altaris circuitum.
3 ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,
Et offerent de hostia pacificorum in oblationem Domino, adipem qui operit vitalia, et quidquid pinguedinis est intrinsecus:
4 ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
duos renes cum adipe quo teguntur ilia, et reticulum jecoris cum renunculis.
5 ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
Adolebuntque ea super altare in holocaustum, lignis igne supposito, in oblationem suavissimi odoris Domino.
6 ଆଉ, ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ।
Si vero de ovibus fuerit ejus oblatio et pacificorum hostia, sive masculum obtulerit, sive feminam, immaculata erunt.
7 ଯଦି ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ;
Si agnum obtulerit coram Domino,
8 ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
ponet manum suam super caput victimæ suæ: quæ immolabitur in vestibulo tabernaculi testimonii: fundentque filii Aaron sanguinem ejus per circuitum altaris.
9 ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ଡ ନିକଟରୁ ନେବ, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,
Et offerent de pacificorum hostia sacrificium Domino: adipem et caudam totam
10 ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
cum renibus, et pinguedinem quæ operit ventrem atque universa vitalia, et utrumque renunculum cum adipe qui est juxta ilia, reticulumque jecoris cum renunculis.
11 ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ।
Et adolebit ea sacerdos super altare in pabulum ignis et oblationis Domini.
12 ଆଉ, କେହି ଯଦି ଛାଗଳ ବଳିଦାନ କରେ, ତେବେ ସେ ତାହା ସଦାପ୍ରଭୁଙ୍କ ଛାମୁକୁ ଆଣିବ,
Si capra fuerit ejus oblatio, et obtulerit eam Domino,
13 ପୁଣି, ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
ponet manum suam super caput ejus: immolabitque eam in introitu tabernaculi testimonii, et fundent filii Aaron sanguinem ejus per altaris circuitum.
14 ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,
Tollentque ex ea in pastum ignis dominici, adipem qui operit ventrem, et qui tegit universa vitalia:
15 ଦୁଇ ଗୁର୍ଦା, ତାହାର ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
duos renunculos cum reticulo, quod est super eos juxta ilia, et arvinam jecoris cum renunculis:
16 ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର।
adolebitque ea super altare sacerdos in alimoniam ignis, et suavissimi odoris. Omnis adeps, Domini erit
17 ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।”
jure perpetuo in generationibus, et cunctis habitaculis vestris: nec sanguinem nec adipem omnino comedetis.