< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
RAB Musa'ya şöyle dedi:
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ଭୁଲବଶତଃ ପାପ କରେ;
“İsrail halkına söyle: ‘Biri buyruklarımdan birinde yasakladığım bir şeyi yapar, bilmeden günah işlerse;
3 ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।
meshedilmiş kâhin günah işleyerek halkını da suçlu kılarsa, işlediği günahtan ötürü RAB'be günah sunusu olarak kusursuz bir boğa sunmalı.
4 ପୁଣି ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସ ଆଣି ତାହା ମସ୍ତକରେ ହସ୍ତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ।
Boğayı Buluşma Çadırı'nın giriş bölümüne, RAB'bin önüne getirip elini onun başına koymalı ve RAB'bin huzurunda onu kesmeli.
5 ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।
Meshedilmiş kâhin boğa kanının birazını Buluşma Çadırı'na götürecek.
6 ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନର ବିଚ୍ଛେଦ ବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।
Parmağını kana batırıp En Kutsal Yer'in perdesi önünde, RAB'bin huzurunda yedi kez serpecek.
7 ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ।
Sonra çadırda, RAB'bin huzurunda, buhur sunağının boynuzlarına sürecek. Boğanın artakalan kanını çadırın giriş bölümündeki yakmalık sunu sunağının dibine dökecek.
8 ଆଉ, ପାପାର୍ଥକ ବଳିରୂପ ଗୋବତ୍ସର ସମସ୍ତ ମେଦ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,
Günah sunusu olarak adanan boğanın bütün yağını alacak. Bağırsak ve işkembe yağlarını,
9 ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
böbrekleri, böbrek üstü yağlarını, karaciğerden böbreklere uzanan perdeyi,
10 ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ।
esenlik kurbanı olarak sunulan sığırda olduğu gibi ayıracak. Bunları yakmalık sunu sunağı üzerinde yakacak.
11 ଆଉ, ସେହି ଗୋବତ୍ସର ଚର୍ମ, ସମସ୍ତ ମାଂସ, ମସ୍ତକ, ପାଦ, ଅନ୍ତ ଓ ଗୋମୟ,
Boğanın artakalan parçalarını; derisini, etinin tümünü, başını, ayaklarını, işkembesini, bağırsaklarını, gübresini ordugahın dışında küllerin döküldüğü temiz bir yere götürecek; küllerin üzerinde odun ateşiyle yakacak.
12 ସର୍ବସମେତ ଗୋବତ୍ସକୁ ନେଇ ଛାଉଣି ବାହାରେ ଶୁଚି ସ୍ଥାନରେ, ଅର୍ଥାତ୍‍, ଭସ୍ମ ନିକ୍ଷେପ ସ୍ଥାନକୁ ଆଣି କାଷ୍ଠ ଉପରେ ଅଗ୍ନିରେ ଦଗ୍ଧ କରିବ; ଭସ୍ମ ନିକ୍ଷେପ ସ୍ଥାନରେ ତାହା ଦଗ୍ଧ କରିବାକୁ ହେବ।
13 ଆଉ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଯଦି ଭୁଲବଶତଃ ପାପ କରନ୍ତି ଓ ତାହା ସମାଜର ଦୃଷ୍ଟିରେ ଅଗୋଚର ହୁଏ, ଆଉ ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତହିଁ ମଧ୍ୟରୁ ସେମାନେ ଯଦି କୌଣସି କର୍ମ କରି ଦୋଷୀ ହୁଅନ୍ତି;
“‘Eğer bütün İsrail topluluğu bilmeden günah işler, RAB'bin buyruklarından birinde yasaklanmış olanı yaparsa durum gözden kaçsa bile suçlu sayılır.
14 ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ବୁ ନିକଟକୁ ତାହା ଆଣିବେ।
İşlediği günah açığa çıkınca, topluluk günah sunusu olarak bir boğa sunmalı, onu Buluşma Çadırı'nın önüne getirmeli.
15 ଏଥିଉତ୍ତାରେ ମଣ୍ଡଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ମସ୍ତକରେ ହସ୍ତ ରଖିବେ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ।
RAB'bin huzurunda topluluğun ileri gelenleri ellerini boğanın başına koyacak ve boğa RAB'bin huzurunda kesilecek.
16 ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।
Meshedilmiş kâhin boğanın kanını Buluşma Çadırı'na götürecek.
17 ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦ ବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।
Parmağını kana batırıp RAB'bin huzurunda, perdenin önünde yedi kez serpecek.
18 ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ।
Sonra çadırda RAB'bin huzurunda bulunan sunağın boynuzlarına sürecek. Boğanın artakalan kanını çadırın giriş bölümündeki yakmalık sunu sunağının dibine dökecek.
19 ପୁଣି, ବଳିରୁ ସମସ୍ତ ମେଦ ନେଇ ବେଦି ଉପରେ ଦଗ୍ଧ କରିବ।
Boğanın bütün yağını alıp sunağın üzerinde yakacak.
20 ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ସେରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ।
Günah sunusu olarak sunulan boğaya yaptığının aynısını yapacak. Böylece kâhin halkın günahlarını bağışlatacak ve halk bağışlanacak.
21 ଏଥିଉତ୍ତାରେ ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସ ତୁଲ୍ୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ।
İlk boğayı yaktığı gibi bunu da ordugahın dışına çıkarıp yakacak. Topluluğun günah sunusudur bu.
22 ଆଉ, ଯଦି କୌଣସି ଅଧ୍ୟକ୍ଷ ପାପ କରେ ଓ ଯାହା ନ କରିବାକୁ ତାହାର ସଦାପ୍ରଭୁ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି, ସେସମସ୍ତ ମଧ୍ୟରୁ କୌଣସି ଏକ କର୍ମ ଭୁଲବଶତଃ କରି ଦୋଷୀ ହୁଏ;
“‘Önderlerden biri günah işler, bilmeden Tanrısı RAB'bin buyruklarından birinde yasak olanı yaparsa, suçlu sayılır.
23 ତେବେ ସେ ଯେଉଁ ବିଷୟରେ ପାପ କରିଅଛି, ତାହାର ସେହି ପାପ ତାହାକୁ ଜ୍ଞାତ କରାଗଲେ, ସେ ଏକ ନିଖୁନ୍ତ ପୁଂ ଛାଗ ଉପହାର ଆଣିବ।
İşlediği günah kendisine açıklanırsa, sunu olarak kusursuz bir teke getirmeli.
24 ପୁଣି, ସେ ସେହି ଛାଗର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ।
Elini tekenin başına koymalı ve yakmalık sunuların kesildiği yerde RAB'bin huzurunda onu kesmeli. Bu bir günah sunusudur.
25 ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।
Kâhin günah sunusunun kanına parmağını batırıp yakmalık sunu sunağının boynuzlarına sürecek. Artakalan kanı yakmalık sunu sunağının dibine dökecek.
26 ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
Tekenin bütün yağını esenlik kurbanının yağı gibi sunak üzerinde yakacak. Kâhin kişinin günahını bağışlatacak ve kişi bağışlanacak.
27 ଆଉ, ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା କରିଅଛନ୍ତି, ତହିଁରୁ କୌଣସି କର୍ମ କରିବାରେ ଯଦି ସାଧାରଣ ଲୋକଙ୍କ ମଧ୍ୟରୁ କୌଣସି ପ୍ରାଣୀ ଭୁଲବଶତଃ ପାପ କରି ଦୋଷୀ ହୁଏ
“‘Eğer halktan biri RAB'bin buyruklarından birinde yasak olanı yapar, bilmeden günah işlerse, suçlu sayılır.
28 ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯଦି ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁନ୍ତ ଛାଗୀ ଉପହାର ଆଣିବ।
İşlediği günah kendisine açıklanırsa, günahından ötürü sunu olarak kusursuz bir dişi keçi getirmeli.
29 ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ।
Elini günah sunusunun başına koymalı ve yakmalık sunuların kesildiği yerde onu kesmeli.
30 ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।
Kâhin sununun kanına parmağını batırıp yakmalık sunu sunağının boynuzlarına sürecek. Artakalan kanı sunağın dibine dökecek.
31 ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
Kişi keçinin bütün yağını, esenlik kurbanında olduğu gibi ayıracak. Kâhin RAB'bi hoşnut eden koku olarak onu sunakta yakacak, kişinin günahını bağışlatacak ve kişi bağışlanacak.
32 ମାତ୍ର ଯଦି ସେ ପାପାର୍ଥକ ବଳିଦାନ ନିମନ୍ତେ ମେଷବତ୍ସା ଆଣେ, ତେବେ ନିଖୁନ୍ତ ମେଷବତ୍ସା ଆଣିବ।
“‘Eğer biri günah sunusu olarak bir kuzu getirirse, kuzu dişi ve kusursuz olmalı.
33 ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକୁ ବଧ କରିବ।
Elini günah sunusunun başına koyacak ve yakmalık sunuların kesildiği yerde onu günah sunusu olarak kesecek.
34 ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।
Kâhin sununun kanına parmağını batırıp yakmalık sunu sunağının boynuzlarına sürecek. Artakalan kanı sunağın dibine dökecek.
35 ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
Esenlik kurbanı kuzusunda olduğu gibi kişi sununun bütün yağını ayırmalı. Kâhin RAB için yakılan sunuların üzerinde hepsini sunakta yakacak. Kâhin kişinin günahını bağışlatacak ve kişi bağışlanacak.

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4 >