< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
و خداوند موسی را خطاب کرده، گفت:۱
2 “କେହି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ, ଅର୍ଥାତ୍‍, ଗଚ୍ଛିତ ବା ହସ୍ତରେ ସମର୍ପିତ କିଅବା ଅପହୃତ ଦ୍ରବ୍ୟ ବିଷୟରେ ଆପଣା ପ୍ରତିବାସୀ ସହିତ ଅସତ୍ୟ ବ୍ୟବହାର କରେ, ଅଥବା ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରେ;
«اگر کسی گناه کند، و خیانت به خداوندورزد، و به همسایه خود دروغ گوید، درباره امانت یا رهن یا چیز دزدیده شده، یا مال همسایه خود را غصب نماید،۲
3 କିଅବା ହଜାଦ୍ରବ୍ୟ ପାଇ ତଦ୍‍ବିଷୟରେ ଅସତ୍ୟ ବ୍ୟବହାର କରେ ଓ ମିଥ୍ୟା କହି ଶପଥ କରେ; ଏହି ପ୍ରକାର ଯେକୌଣସି କର୍ମରେ ମନୁଷ୍ୟ ପାପ କରେ;
یا چیز گمشده را یافته، درباره آن دروغ گوید، و قسم دروغ بخورد، در هرکدام از کارهایی که شخصی در آنها گناه کند.۳
4 ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ୱାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି,
پس چون گناه ورزیده، مجرم شود، آنچه را که دزدیده یا آنچه را غصب نموده یا آنچه نزد او به امانت سپرده شده یا آن چیز گم شده را که یافته است، رد بنماید.۴
5 ଅବା ଯେକୌଣସି ବିଷୟରେ ମିଥ୍ୟା ଶପଥ କରିଅଛି, ସେହି ସବୁ ଦ୍ରବ୍ୟ ଫେରାଇ ଦେବ; ମଧ୍ୟ ସେ ତାହା ସମ୍ପୂର୍ଣ୍ଣ ରୂପେ ଓ ତହିଁ ସଙ୍ଗେ ତହିଁର ପଞ୍ଚମାଂଶ ଅଧିକ ଫେରାଇ ଦେବ; ସେ ଦୋଷୀ ବୋଲି ନିଶ୍ଚିତ ହେବା ଦିନରେ ସେହି ଦ୍ରବ୍ୟର ମାଲିକକୁ ତାହା ଦେବ।
یا هر‌آنچه را که درباره آن قسم دروغ خورده، هم اصل مال را رد بنماید، وهم پنج یک آن را برآن اضافه کرده، آن را به مالکش بدهد، در روزی که جرم او ثابت شده باشد.۵
6 ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ; ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ।
و قربانی جرم خود را نزد خداوند بیاورد، یعنی قوچ بی‌عیب از گله موافق برآورد تو برای قربانی جرم نزد کاهن.۶
7 ତହୁଁ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଯେକୌଣସି କର୍ମ ଦ୍ୱାରା ଦୋଷୀ ହୋଇଥାଏ, ତହିଁରୁ କ୍ଷମାପ୍ରାପ୍ତ ହେବ।”
و کاهن برای وی به حضور خداوند کفاره خواهد کرد و آمرزیده خواهد شد، از هر کاری که کرده، و در آن مجرم شده است.»۷
8 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
و خداوند موسی را خطاب کرده، گفت:۸
9 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହି; ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ୱଳିତ ରହିବ।
«هارون و پسرانش را امر فرموده، بگو: این است قانون قربانی سوختنی: که قربانی سوختنی تمامی شب تا صبح بر آتشدان مذبح باشد، و آتش مذبح بر آن افروخته بماند.۹
10 ପୁଣି ଯାଜକ ଆପଣା ଶୁକ୍ଳବସ୍ତ୍ର ଓ ଶରୀରରେ ଶୁକ୍ଳ ଜଙ୍ଘିଆ ପିନ୍ଧିବ; ଆଉ ସେ ବେଦି ଉପରେ ଅଗ୍ନିଦଗ୍ଧ ହୋମବଳିର ଭସ୍ମ ଉଠାଇ ବେଦି ପାର୍ଶ୍ୱରେ ରଖିବ।
و کاهن لباس کتان خود رابپوشد، و زیرجامه کتان بر بدن خود بپوشد، وخاکستر قربانی سوختنی را که بر مذبح به آتش سوخته شده، بردارد و آن را به یک طرف مذبح بگذارد.۱۰
11 ଏଥିଉତ୍ତାରେ ସେ ଆପଣାର ସେହି ବସ୍ତ୍ର ତ୍ୟାଗ କରି ଅନ୍ୟ ବସ୍ତ୍ର ପିନ୍ଧି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନକୁ ସେହି ଭସ୍ମ ନେଇଯିବ।
و لباس خود را بیرون کرده، لباس دیگر بپوشد، و خاکستر را بیرون لشکرگاه به‌جای پاک ببرد.۱۱
12 ମାତ୍ର ବେଦିର ଉପରିସ୍ଥ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା ଲିଭିବ ନାହିଁ; ଯାଜକ ପ୍ରତ୍ୟେକ ପ୍ରଭାତରେ ତହିଁ ଉପରେ କାଷ୍ଠ ଜାଳିବ; ପୁଣି ସେ ତହିଁ ଉପରେ ହୋମବଳି ସଜାଇ ରଖିବ ଓ ମଙ୍ଗଳାର୍ଥକ ବଳିର ମେଦ ତହିଁ ଉପରେ ଦଗ୍ଧ କରିବ।
و آتشی که بر مذبح است افروخته باشد، و خاموش نشود و هر بامداد کاهن هیزم برآن بسوزاند، و قربانی سوختنی را بر آن مرتب سازد، و پیه ذبیحه سلامتی را بر آن بسوزاند،۱۲
13 ବେଦି ଉପରେ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା କଦାପି ଲିଭିବ ନାହିଁ।
وآتش بر مذبح پیوسته افروخته باشد، و خاموش نشود.۱۳
14 ଆଉ ଭକ୍ଷ୍ୟ ନୈବେଦ୍ୟର ବ୍ୟବସ୍ଥା ଏହି; ହାରୋଣର ପୁତ୍ରଗଣ ବେଦି ସମ୍ମୁଖରେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବେ।
«و این است قانون هدیه آردی: پسران هارون آن را به حضور خداوند بر مذبح بگذرانند.۱۴
15 ତହୁଁ ଯାଜକ ଆପଣା ମୁଷ୍ଟି ପୂର୍ଣ୍ଣ କରି ସେହି ଭକ୍ଷ୍ୟ ନୈବେଦ୍ୟରୁ କିଛି ସରୁ ମଇଦା ଓ କିଛି ତୈଳ ଓ ନୈବେଦ୍ୟ ଉପରିସ୍ଥ ସମସ୍ତ କୁନ୍ଦୁରୁ ନେଇ ତହିଁର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ବେଦିରେ ଦଗ୍ଧ କରିବ।
و از آن یک مشت از آرد نرم هدیه آردی و ازروغنش با تمامی کندر که بر هدیه آردی است بردارد، و بر مذبح بسوزاند، برای عطر خوشبو ویادگاری آن نزد خداوند.۱۵
16 ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ।
و باقی آن را هارون و پسرانش بخورند. بی‌خمیرمایه در مکان قدس خورده شود، در صحن خیمه اجتماع آن رابخورند.۱۶
17 ତାଡ଼ି ସହିତ ତାହା ରନ୍ଧନ ହେବ ନାହିଁ। ଆମ୍ଭେ ଆପଣା ଅଗ୍ନିକୃତ ଉପହାରରୁ ସେମାନଙ୍କ ଅଂଶ ନିମନ୍ତେ ତାହା ଦେଲୁ; ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ୟ ତାହା ମହାପବିତ୍ର।
با خمیرمایه پخته نشود، آن را ازهدایای آتشین برای قسمت ایشان داده‌ام، این قدس اقداس است مثل قربانی گناه و مثل قربانی جرم.۱۷
18 ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା ହେଉଛି ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର। ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ।”
جمیع ذکوران از پسران هارون آن رابخورند. این فریضه ابدی در نسلهای شما ازهدایای آتشین خداوند است، هر‌که آنها را لمس کند مقدس خواهد بود.»۱۸
19 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
و خداوند موسی را خطاب کرده، گفت:۱۹
20 “ଅଭିଷେକ ଦିନରେ ହାରୋଣ ଓ ତାହାର ପୁତ୍ରଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରିବେ, ତାହା ଏହି; ସେମାନେ ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବେ।
«این است قربانی هارون و پسرانش که در روزمسح کردن او نزد خداوند بگذرانند، ده‌یک ایفه آرد نرم برای هدیه آردی دائمی، نصفش در صبح و نصفش در شام،۲۰
21 ପଲମରେ ଯାହା ତୈଳ ସହିତ ପ୍ରସ୍ତୁତ କରାଯିବ, ଓଦା ହେଲେ ତୁମ୍ଭେ ତାହା ଭିତରକୁ ଆଣିବ; ପୁଣି ସେହି ରନ୍ଧନ କରାଯାଇଥିବା ଭକ୍ଷ୍ୟ ନୈବେଦ୍ୟର ଖଣ୍ଡ ଖଣ୍ଡ ଖାଦ୍ୟ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
و بر ساج با روغن ساخته شود و چون آمیخته شد آن را بیاور و آن را به پاره های برشته شده برای هدیه آردی بجهت عطر خوشبو نزد خداوند بگذران.۲۱
22 ଏଥିଉତ୍ତାରେ ହାରୋଣର ପୁତ୍ରଗଣ ମଧ୍ୟରୁ ଯେ ତାହାର ପଦରେ ଅଭିଷିକ୍ତ ଯାଜକ ହେବ, ସେ ତାହା ଉତ୍ସର୍ଗ କରିବ; ଏହା ଅନନ୍ତକାଳୀନ ବିଧିରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ଦଗ୍ଧ ହେବ।
و کاهن مسح شده که از پسرانش در جای او خواهد بودآن را بگذراند. این است فریضه ابدی که تمامش نزد خداوند سوخته شود.۲۲
23 ଅର୍ଥାତ୍‍, ଯାଜକର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ସମ୍ପୂର୍ଣ୍ଣ ରୂପେ ଦଗ୍ଧ ହେବ; ତାହା ଭୋଜନ କରାଯିବ ନାହିଁ।”
و هر هدیه آردی کاهن تمام سوخته شود و خورده نشود.»۲۳
24 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
و خداوند موسی را خطاب کرده، گفت:۲۴
25 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର।
«هارون و پسرانش را خطاب کرده، بگو: این است قانون قربانی گناه، در جایی که قربانی سوختنی ذبح می‌شود، قربانی گناه نیز به حضورخداوند ذبح شود. این قدس اقداس است.۲۵
26 ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ବୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ।
وکاهنی که آن را برای گناه می‌گذراند آن را بخورد، در مکان مقدس، در صحن خیمه اجتماع خورده شود.۲۶
27 ଯେକେହି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ; ପୁଣି ଯଦି କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େ; ତେବେ ତୁମ୍ଭେ ସେହି ରକ୍ତ ସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ।
هر‌که گوشتش را لمس کند مقدس شود، و اگر خونش بر جامه‌ای پاشیده شود آنچه را که بر آن پاشیده شده است در مکان مقدس بشوی.۲۷
28 ମାତ୍ର ଯେଉଁ ମୃତ୍ତିକାର ପାତ୍ରରେ ତାହା ପାକ ହୁଏ, ତାହା ଭଙ୍ଗାଯିବ; ଯଦି ପିତ୍ତଳ ପାତ୍ରରେ ତାହା ପାକ ହୁଏ, ତେବେ ତାହା ମଜାଯିବ ଓ ଜଳରେ ପରିଷ୍କୃତ ହେବ।
و ظرف سفالین که در آن پخته شود شکسته شود و اگر در ظرف مسین پخته شود زدوده، و به آب شسته شود.۲۸
29 ଯାଜକଗଣ ମଧ୍ୟରେ ସମସ୍ତ ପୁରୁଷ ତାହା ଭୋଜନ କରିବେ; ତାହା ମହାପବିତ୍ର।
و هر ذکوری از کاهنان آن رابخورد، این قدس اقداس است.۲۹
30 ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ।”
و هیچ قربانی گناه که از خون آن به خیمه اجتماع درآورده شودتا در قدس کفاره نماید خورده نشود، به آتش سوخته شود.۳۰

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6 >