< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7 >

1 “ଆଉ, ଦୋଷାର୍ଥକ ବଳିର ବ୍ୟବସ୍ଥା ଏହି; ତାହା ମହାପବିତ୍ର।
Und dies ist das Gesetz des Schuldopfers. Ein Hochheiliges ist es.
2 ଯେଉଁ ସ୍ଥାନରେ ଲୋକମାନେ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ; ପୁଣି, ଯାଜକ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବ।
An der Stätte, da man das Brandopfer schlachtet, soll man auch das Schuldopfer schlachten und sein Blut auf dem Altar umhersprengen.
3 ଆଉ, ସେ ତାହାର ସବୁ ମେଦ, ଅର୍ଥାତ୍‍, ମେଦମୟ ଲାଙ୍ଗୁଳ, ଅନ୍ତ ଆଚ୍ଛାଦକ ମେଦ, ଦୁଇ ଗୁର୍ଦା
Und all sein Fett soll man opfern, den Schwanz und das Fett, welches das Eingeweide bedeckt,
4 ଓ ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଦୁଇ ଗୁର୍ଦା ସହିତ ଯକୃତର ଉପରିସ୍ଥ ଅନ୍ତପ୍ଲାବକ ନେଇ ଉତ୍ସର୍ଗ କରିବ।
die zwei Nieren mit dem Fett, das daran ist, an den Lenden, und das Netz über der Leber, an den Nieren abgerissen.
5 ପୁଣି, ଯାଜକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରାର୍ଥେ ବେଦି ଉପରେ ତାହାସବୁ ଦଗ୍ଧ କରିବ; ଏହା ଦୋଷାର୍ଥକ ବଳି।
Und der Priester soll's auf dem Altar anzünden zum Feuer dem HERRN. Das ist ein Schuldopfer.
6 ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର।
Was männlich ist unter den Priestern, die sollen das essen an heiliger Stätte; denn es ist ein Hochheiliges.
7 ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି; ଯେଉଁ ଯାଜକ ତଦ୍ଦ୍ୱାରା ପ୍ରାୟଶ୍ଚିତ୍ତ କରେ, ତାହା ତାହାରି ହେବ; ଦୁଇଟିର ବ୍ୟବସ୍ଥା ଏକ।
Wie das Sündopfer, also soll auch das Schuldopfer sein; aller beider soll einerlei Gesetz sein; und sollen dem Priester gehören, der dadurch versöhnt.
8 ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସର୍ଗିତ ହୋମବଳି ପଶୁର ଚର୍ମ ସେହି ଯାଜକର ନିଜ ପାଇଁ ହେବ।
Welcher Priester jemandes Brandopfer opfert, des soll des Brandopfers Fell sein, das er geopfert hat.
9 ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ରନ୍ଧନ ହୋଇଥିବା ଯେତେ ଭକ୍ଷ୍ୟ ନୈବେଦ୍ୟ, ତାହାସବୁ ଉତ୍ସର୍ଗକାରୀ ଯାଜକର ହେବ।
Und alles Speisopfer, das im Ofen oder auf dem Rost oder in der Pfanne gebacken ist, soll dem Priester gehören, der es opfert.
10 ମାତ୍ର ତୈଳ ମିଶ୍ରିତ ବା ଶୁଷ୍କ ଭକ୍ଷ୍ୟ ନୈବେଦ୍ୟସବୁ ହାରୋଣଙ୍କର ପୁତ୍ରଗଣ ମଧ୍ୟରେ ପ୍ରତ୍ୟେକଙ୍କର ସମାନ ଅଂଶ ହେବ।”
Und alles Speisopfer, das mit Öl gemengt oder trocken ist, soll aller Kinder Aarons sein, eines wie des andern.
11 “ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ମଙ୍ଗଳାର୍ଥକ ଉପହାର ବଳିର ବ୍ୟବସ୍ଥା ଏହି।
Und dies ist das Gesetz des Dankopfers, das man dem HERRN opfert.
12 କେହି ଯଦି ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା, ତୈଳଲେପିତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳ ମିଶ୍ରିତ ରନ୍ଧନ ହୋଇଥିବା ପିଠା ଉତ୍ସର୍ଗ କରିବ।
Wollen sie ein Lobopfer tun, so sollen sie ungesäuerte Kuchen opfern, mit Öl gemengt, oder ungesäuerte Fladen, mit Öl bestrichen, oder geröstete Semmelkuchen, mit Öl gemengt.
13 ଆଉ, ସେ ମଙ୍ଗଳାର୍ଥକ ପ୍ରଶଂସା ବଳି ସହିତ ତାଡ଼ିଯୁକ୍ତ ରୁଟିର ପିଠା ଦେଇ ଆପଣା ଉପହାର ଆଣିବ।
Sie sollen aber solches Opfer tun auf Kuchen von gesäuerten Brot mit ihrem Lob- und Dankopfer,
14 ତହୁଁ ସେ ପ୍ରତ୍ୟେକ ଉପହାରରୁ ଏକ ଏକ ପିଠା ନେଇ ଉତ୍ତୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିବ, ତାହା ତାହାରି ହେବ।
und sollen einen von den allen dem HERRN zur Hebe opfern, und es soll dem Priester gehören, der das Blut des Dankopfers sprengt.
15 ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ; ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ।
Und das Fleisch ihres Lob- und Dankopfers soll desselben Tages gegessen werden, da es geopfert ist, und nichts übriggelassen werden bis an den Morgen.
16 ମାତ୍ର ଯଦି ସେହି ଉପହାର ବଳି ତାହାର ମାନତ ବା ସ୍ୱେଚ୍ଛାଦତ୍ତ ନୈବେଦ୍ୟ ହୁଏ, ତେବେ ତାହାର ସେହି ବଳି ଉତ୍ସର୍ଗ କରିବା ଦିନରେ ତାହା ଭୋଜନ କରାଯିବ; ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ, ତାହା ଆରଦିନ ପ୍ରାତଃକାଳରେ ଭୋଜନ କରାଯିବ।
Ist es aber ein Gelübde oder freiwilliges Opfer, so soll es desselben Tages, da es geopfert ist, gegessen werden; so aber etwas übrigbleibt auf den andern Tag, so soll man's doch essen.
17 ମାତ୍ର ତୃତୀୟ ଦିନରେ ବଳିର ଅବଶିଷ୍ଟ ମାଂସ ଅଗ୍ନିରେ ଦଗ୍ଧ କରାଯିବ।
Aber was vom geopferten Fleisch übrigbleibt am dritten Tage, soll mit Feuer verbrannt werden.
18 ଯଦି ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରେ, ସେ ଆପଣା ଅପରାଧ ବୋହିବ।
Und wo jemand am dritten Tage wird essen von dem geopferten Fleisch seines Dankopfers, so wird er nicht angenehm sein, der es geopfert hat; es wird ihm auch nicht zugerechnet werden, sondern es wird ein Greuel sein; und welche Seele davon essen wird, die ist einer Missetat schuldig.
19 ଆଉ, ସେହି ମାଂସ କୌଣସି ଅଶୁଚି ବସ୍ତୁରେ ଲାଗିଲେ, ତାହା ଭୋଜନ କରାଯିବ ନାହିଁ; ତାହା ଅଗ୍ନିରେ ଦଗ୍ଧ ହେବ। ଆଉ, ସେହି ଶୁଚି ମାଂସ ପ୍ରତ୍ୟେକ ଶୁଚି ଲୋକ ଭୋଜନ କରିବ।
Und das Fleisch, das von etwas Unreinem berührt wird, soll nicht gegessen, sondern mit Feuer verbrannt werden. Wer reines Leibes ist, soll von dem Fleisch essen.
20 ମାତ୍ର ଯେଉଁ ପ୍ରାଣୀ ଆପଣା ଶରୀରରେ ଅଶୁଚିତା ଥାଉ ଥାଉ ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
Und welche Seele essen wird von dem Fleisch des Dankopfers, das dem HERRN zugehört, und hat eine Unreinigkeit an sich, die wird ausgerottet werden von ihrem Volk.
21 ଯେବେ କେହି କୌଣସି ବସ୍ତୁ, ଅର୍ଥାତ୍‍, ମନୁଷ୍ୟର ଅଶୁଚିତା, କି ଅଶୁଚି ପଶୁ, କିଅବା କୌଣସି ଘୃଣାଯୋଗ୍ୟ ଅଶୁଚି ବସ୍ତୁ ସ୍ପର୍ଶ କରି ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ତେବେ ସେହି ଭୋଜନକାରୀ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”
Und wenn eine Seele etwas Unreines anrührt, es sei ein unreiner Mensch, ein unreines Vieh oder sonst was greulich ist, und vom Fleisch des Dankopfers ißt, das dem HERRN zugehört, die wird ausgerottet werden von ihrem Volk.
22 ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ
Und der HERR redete mit Mose und sprach:
23 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ତୁମ୍ଭେମାନେ ଗୋରୁର, କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ।
Rede mit den Kindern Israel und sprich: Ihr sollt kein Fett essen von Ochsen, Lämmern und Ziegen.
24 ପୁଣି ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ପଶୁର ମେଦ ଅନ୍ୟ କୌଣସି କାର୍ଯ୍ୟରେ ବ୍ୟବହାର କରାଯାଇପାରେ; ମାତ୍ର ତୁମ୍ଭେମାନେ କୌଣସିମତେ ତାହା ଭୋଜନ କରିବ ନାହିଁ।
Aber das Fett vom Aas, und was vom Wild zerrissen ist, macht euch zu allerlei Nutz; aber essen sollt ihr's nicht.
25 କାରଣ ମନୁଷ୍ୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଯେଉଁ ପଶୁ ଉତ୍ସର୍ଗ କରନ୍ତି, ତାହାର ମେଦ ଯେବେ କେହି ଭୋଜନ କରେ; ତେବେ ତାହା ଭୋଜନକାରୀ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
Denn wer das Fett ißt von dem Vieh, davon man dem HERRN Opfer bringt, dieselbe Seele soll ausgerottet werde von ihrem Volk.
26 ପୁଣି, ତୁମ୍ଭମାନଙ୍କର କୌଣସି ବାସ ସ୍ଥାନରେ ତୁମ୍ଭେମାନେ କୌଣସି ପକ୍ଷୀର କି ପଶୁର ରକ୍ତ ଭୋଜନ କରିବ ନାହିଁ।
Ihr sollt auch kein Blut essen, weder vom Vieh noch von Vögeln, überall, wo ihr wohnt.
27 ଯେକୌଣସି ରକ୍ତ ଯିଏ ଭୋଜନ କରେ, ସେ ଯିଏ ହେଉ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”
Welche Seele würde irgend ein Blut essen, die soll ausgerottet werden von ihrem Volk.
28 ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲ-ସନ୍ତାନଗଣକୁ କୁହ,
Und der HERR redete mit Mose und sprach:
29 “ଯେକେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ସେ ଆପଣା ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ନିକଟକୁ ଆପଣା ନୈବେଦ୍ୟ ଆଣିବ।
Rede mit den Kindern Israel und sprich: Wer dem HERRN sein Dankopfer tun will, der soll darbringen, was vom Dankopfer dem HERRN gehört.
30 ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ।
Er soll's aber mit seiner Hand herzubringen zum Opfer des HERRN; nämlich das Fett soll er bringen samt der Brust, daß sie ein Webeopfer werden vor dem HERRN.
31 ପୁଣି ଯାଜକ ବେଦି ଉପରେ ସେହି ମେଦ ଦଗ୍ଧ କରିବ, ମାତ୍ର ବକ୍ଷ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ।
Und der Priester soll das Fett anzünden auf dem Altar, aber die Brust soll Aarons und seiner Söhne sein.
32 ପୁଣି, ତୁମ୍ଭେମାନେ ଆପଣା ଆପଣା ମଙ୍ଗଳାର୍ଥକ ବଳିରୁ ଡାହାଣ ଜଙ୍ଘ ଉତ୍ତୋଳନୀୟ ଉପହାର ରୂପେ ଯାଜକକୁ ଦେବ।
Und die rechte Schulter sollen sie dem Priester geben zur Hebe von ihren Dankopfern.
33 ହାରୋଣର ପୁତ୍ରଗଣଙ୍କ ମଧ୍ୟରେ ଯେକେହି ମଙ୍ଗଳାର୍ଥକ ବଳିର ରକ୍ତ ଓ ମେଦ ଉତ୍ସର୍ଗ କରେ, ସେ ଆପଣା ଅଂଶ ରୂପେ ମଙ୍ଗଳାର୍ଥକ ବଳିର ଡାହାଣ ଜଙ୍ଘ ପାଇବ।
Und welcher unter Aarons Söhnen das Blut der Dankopfer opfert und das Fett, des soll die rechte Schulter sein zu seinem Teil.
34 ଯେହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ମଙ୍ଗଳାର୍ଥକ ବଳିରୁ ଦୋଳନୀୟ ନୈବେଦ୍ୟର ବକ୍ଷ ଓ ଉତ୍ତୋଳନୀୟ ଉପହାରର ଜଙ୍ଘ ନେଇ ଇସ୍ରାଏଲ-ସନ୍ତାନଗଣର ଅନନ୍ତକାଳୀନ ଦେୟ ରୂପେ ହାରୋଣ ଯାଜକକୁ ଓ ତାହାର ପୁତ୍ରଗଣଙ୍କୁ ଦେଇଅଛୁ।
Denn die Webebrust und die Hebeschulter habe ich genommen von den Kindern Israel von ihren Dankopfern und habe sie dem Priester Aaron und seinen Söhnen gegeben zum ewigen Recht.
35 ଯେଉଁ ଦିନ ମୋଶା ସଦାପ୍ରଭୁଙ୍କ ଛାମୁରେ ଯାଜକ କର୍ମ କରିବା ନିମନ୍ତେ ହାରୋଣଙ୍କୁ ଓ ତାହାର ପୁତ୍ରଗଣଙ୍କୁ ଉପସ୍ଥିତ କରାଇଲେ, ସେହି ଦିନଠାରୁ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରୁ ଏହା ହିଁ ସେମାନଙ୍କର ଅଭିଷେକ ଅଂଶ;
Dies ist die Gebühr Aarons und seiner Söhne von den Opfern des HERRN, des Tages, da sie überantwortet wurden Priester zu sein dem HERRN,
36 ସେ ସେମାନଙ୍କୁ ଅଭିଷେକ କରିବା ଦିନ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣଠାରୁ ତାହା ଦତ୍ତ ହେବା ନିମନ୍ତେ ଆଜ୍ଞା ଦେଲେ। ତାହା ସେମାନଙ୍କର ପୁରୁଷାନୁକ୍ରମେ ଅନନ୍ତକାଳୀନ ଦେୟ।”
die der HERR gebot am Tage, da er sie salbte, daß sie ihnen gegeben werden sollte von den Kindern Israel, zum ewigen Recht allen ihren Nachkommen.
37 ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି, ଦୋଷାର୍ଥକ ବଳି ଓ ପଦନିଯୋଗାର୍ଥକ; ପୁଣି ମଙ୍ଗଳାର୍ଥକ ବଳିର ଏହି ବ୍ୟବସ୍ଥା।
Dies ist das Gesetz des Brandopfers, des Speisopfers, des Sündopfers, des Schuldopfers, der Füllopfer und der Dankopfer,
38 ସଦାପ୍ରଭୁ ଯେଉଁ ଦିନ ସୀନୟ ପ୍ରାନ୍ତରସ୍ଥିତ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା ଦେଲେ, ସେହି ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଜ୍ଞା ଦେଲେ।
das der HERR dem Mose gebot auf dem Berge Sinai des Tages, da er ihm gebot an die Kinder Israel, zu opfern ihre Opfer dem HERRN in der Wüste Sinai.

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7 >