< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7 >

1 “ଆଉ, ଦୋଷାର୍ଥକ ବଳିର ବ୍ୟବସ୍ଥା ଏହି; ତାହା ମହାପବିତ୍ର।
“‘Waɗannan su ne ƙa’idodi na hadaya don laifi, hadaya ce tsattsarka.
2 ଯେଉଁ ସ୍ଥାନରେ ଲୋକମାନେ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ; ପୁଣି, ଯାଜକ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବ।
Za a yanka hadaya don laifi a inda ake yanka hadaya ta ƙonawa, za a kuma yayyafa jinin a kowane gefe na bagade.
3 ଆଉ, ସେ ତାହାର ସବୁ ମେଦ, ଅର୍ଥାତ୍‍, ମେଦମୟ ଲାଙ୍ଗୁଳ, ଅନ୍ତ ଆଚ୍ଛାଦକ ମେଦ, ଦୁଇ ଗୁର୍ଦା
Za a miƙa kitsen abin hadaya duka, da wutsiya mai kitse, da kitsen da yake rufe da kayan ciki,
4 ଓ ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଦୁଇ ଗୁର୍ଦା ସହିତ ଯକୃତର ଉପରିସ୍ଥ ଅନ୍ତପ୍ଲାବକ ନେଇ ଉତ୍ସର୍ଗ କରିବ।
da ƙodoji biyu da kitsen da yake a bisansu kusa da kwiɓi, da kuma rufin hanta, wanda za a cire tare da ƙodoji.
5 ପୁଣି, ଯାଜକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରାର୍ଥେ ବେଦି ଉପରେ ତାହାସବୁ ଦଗ୍ଧ କରିବ; ଏହା ଦୋଷାର୍ଥକ ବଳି।
Firist zai ƙone su a kan bagade, hadaya ce da aka ƙone da wuta ga Ubangiji. Hadaya ce don laifi.
6 ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର।
Kowane da namiji cikin iyalin firistoci zai iya ci. Sai a tsattsarkan wuri ne za a ci; gama abu mafi tsarki ne.
7 ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି; ଯେଉଁ ଯାଜକ ତଦ୍ଦ୍ୱାରା ପ୍ରାୟଶ୍ଚିତ୍ତ କରେ, ତାହା ତାହାରି ହେବ; ଦୁଇଟିର ବ୍ୟବସ୍ଥା ଏକ।
“‘Hadaya don laifi kamar hadaya don zunubi take, saboda haka ƙa’ida hanyar yinsu iri ɗaya ce. Su ɗin na firist da ya yi kafara da su ne.
8 ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସର୍ଗିତ ହୋମବଳି ପଶୁର ଚର୍ମ ସେହି ଯାଜକର ନିଜ ପାଇଁ ହେବ।
Firist da ya miƙa hadaya ta ƙonawa domin wani, zai iya ajiye fatar wa kansa.
9 ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ରନ୍ଧନ ହୋଇଥିବା ଯେତେ ଭକ୍ଷ୍ୟ ନୈବେଦ୍ୟ, ତାହାସବୁ ଉତ୍ସର୍ଗକାରୀ ଯାଜକର ହେବ।
Kowace hadaya ta garin da aka toya a tanda, ko aka dafa a tukunya ko a kan kaskon tuya, na firist da ya miƙa ta ne,
10 ମାତ୍ର ତୈଳ ମିଶ୍ରିତ ବା ଶୁଷ୍କ ଭକ୍ଷ୍ୟ ନୈବେଦ୍ୟସବୁ ହାରୋଣଙ୍କର ପୁତ୍ରଗଣ ମଧ୍ୟରେ ପ୍ରତ୍ୟେକଙ୍କର ସମାନ ଅଂଶ ହେବ।”
kuma kowace hadaya ta gari wadda aka kwaɓa da mai, ko wadda ba a kwaɓa ba, ita ma, ta dukan’ya’ya Haruna ne maza.
11 “ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ମଙ୍ଗଳାର୍ଥକ ଉପହାର ବଳିର ବ୍ୟବସ୍ଥା ଏହି।
“‘Waɗannan su ne ƙa’idodin hadaya don zumuncin da mutum zai iya miƙa ga Ubangiji.
12 କେହି ଯଦି ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା, ତୈଳଲେପିତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳ ମିଶ୍ରିତ ରନ୍ଧନ ହୋଇଥିବା ପିଠା ଉତ୍ସର୍ଗ କରିବ।
“‘In ya miƙa hadayar a matsayin hadaya ta godiya ce, to, zai miƙa ta tare da burodi mai kauri marar yisti, wanda aka kwaɓa da mai, da burodi marar kauri, wanda aka shafa wa mai, da kuma burodi mai kauri da aka yi da gari mai laushi wanda aka kwaɓa sosai da mai.
13 ଆଉ, ସେ ମଙ୍ଗଳାର୍ଥକ ପ୍ରଶଂସା ବଳି ସହିତ ତାଡ଼ିଯୁକ୍ତ ରୁଟିର ପିଠା ଦେଇ ଆପଣା ଉପହାର ଆଣିବ।
Tare da hadayarsa don zumunci ta godiya, zai miƙa dunƙulen burodin da aka yi da yisti.
14 ତହୁଁ ସେ ପ୍ରତ୍ୟେକ ଉପହାରରୁ ଏକ ଏକ ପିଠା ନେଇ ଉତ୍ତୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିବ, ତାହା ତାହାରି ହେବ।
Zai kuma kawo ɗaya daga kowace a matsayin hadaya, baiko ne ga Ubangiji. Wannan zai zama na firist da ya yafa jinin hadaya ta salama ne.
15 ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ; ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ।
Za a ci wannan nama na hadaya don zumunci ta godiya a ranar da aka miƙa ta, kada yă bar wani abu daga naman yă kwana.
16 ମାତ୍ର ଯଦି ସେହି ଉପହାର ବଳି ତାହାର ମାନତ ବା ସ୍ୱେଚ୍ଛାଦତ୍ତ ନୈବେଦ୍ୟ ହୁଏ, ତେବେ ତାହାର ସେହି ବଳି ଉତ୍ସର୍ଗ କରିବା ଦିନରେ ତାହା ଭୋଜନ କରାଯିବ; ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ, ତାହା ଆରଦିନ ପ୍ରାତଃକାଳରେ ଭୋଜନ କରାଯିବ।
“‘In hadayarsa cika wa’adin rantsuwa ce ko kuwa ta yardar rai ce, sai a ci hadayar a ranar da ya miƙa ta, amma za a iya cin duk abin da ya rage kashegari.
17 ମାତ୍ର ତୃତୀୟ ଦିନରେ ବଳିର ଅବଶିଷ୍ଟ ମାଂସ ଅଗ୍ନିରେ ଦଗ୍ଧ କରାଯିବ।
Duk naman hadayar da ya rage har kwana uku, dole a ƙone shi.
18 ଯଦି ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରେ, ସେ ଆପଣା ଅପରାଧ ବୋହିବ।
Idan aka ci naman hadayarsa ta salama a rana ta uku, ba za a karɓi wanda ya ba da hadayar har ya sami albarkar hadayar ba, naman zai zama abin ƙyama, duk wanda ya ci kuwa ya yi laifi.
19 ଆଉ, ସେହି ମାଂସ କୌଣସି ଅଶୁଚି ବସ୍ତୁରେ ଲାଗିଲେ, ତାହା ଭୋଜନ କରାଯିବ ନାହିଁ; ତାହା ଅଗ୍ନିରେ ଦଗ୍ଧ ହେବ। ଆଉ, ସେହି ଶୁଚି ମାଂସ ପ୍ରତ୍ୟେକ ଶୁଚି ଲୋକ ଭୋଜନ କରିବ।
“‘Ba za a ci naman da ya taɓa wani abu marar tsarki ba; dole a ƙone shi. Game da sauran nama, kowa da yake mai tsarki zai iya ci.
20 ମାତ୍ର ଯେଉଁ ପ୍ରାଣୀ ଆପଣା ଶରୀରରେ ଅଶୁଚିତା ଥାଉ ଥାଉ ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
Amma in wani wanda ba shi da tsarki ya ci naman hadaya ta salama ga Ubangiji, za a fid da mutumin daga cikin mutanensa.
21 ଯେବେ କେହି କୌଣସି ବସ୍ତୁ, ଅର୍ଥାତ୍‍, ମନୁଷ୍ୟର ଅଶୁଚିତା, କି ଅଶୁଚି ପଶୁ, କିଅବା କୌଣସି ଘୃଣାଯୋଗ୍ୟ ଅଶୁଚି ବସ୍ତୁ ସ୍ପର୍ଶ କରି ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ତେବେ ସେହି ଭୋଜନକାରୀ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”
Idan wani mutum ya taɓa abu marar tsarki, ko mutum ne, ko dabba ce, ko wani abu na banƙyama, ya kuma ci naman hadaya ta salama ga Ubangiji, za a fid da mutumin daga cikin mutanensa.’”
22 ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ
Ubangiji ya ce wa Musa,
23 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ତୁମ୍ଭେମାନେ ଗୋରୁର, କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ।
“Ka faɗa wa Isra’ilawa, ‘Kada ku ci wani kitsen shanu, ko na tumaki, ko kuwa na awaki.
24 ପୁଣି ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ପଶୁର ମେଦ ଅନ୍ୟ କୌଣସି କାର୍ଯ୍ୟରେ ବ୍ୟବହାର କରାଯାଇପାରେ; ମାତ୍ର ତୁମ୍ଭେମାନେ କୌଣସିମତେ ତାହା ଭୋଜନ କରିବ ନାହିଁ।
Za a iya yin wani amfani da kitsen dabbar da ta mutu mushe, ko kitsen dabbar da namun jeji su yayyaga, amma kada a kuskura a ci.
25 କାରଣ ମନୁଷ୍ୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଯେଉଁ ପଶୁ ଉତ୍ସର୍ଗ କରନ୍ତି, ତାହାର ମେଦ ଯେବେ କେହି ଭୋଜନ କରେ; ତେବେ ତାହା ଭୋଜନକାରୀ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
Duk wanda ya ci kitsen dabbar da aka miƙa ta wuta ga Ubangiji, za a fid da shi daga mutanensa.
26 ପୁଣି, ତୁମ୍ଭମାନଙ୍କର କୌଣସି ବାସ ସ୍ଥାନରେ ତୁମ୍ଭେମାନେ କୌଣସି ପକ୍ଷୀର କି ପଶୁର ରକ୍ତ ଭୋଜନ କରିବ ନାହିଁ।
Kuma duk inda kuke zama, ba za ku ci jinin wani tsuntsu ko na dabba ba.
27 ଯେକୌଣସି ରକ୍ତ ଯିଏ ଭୋଜନ କରେ, ସେ ଯିଏ ହେଉ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”
Duk wanda ya ci jini, za a fid da mutumin daga mutanensa.’”
28 ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲ-ସନ୍ତାନଗଣକୁ କୁହ,
Ubangiji ya ce wa Musa,
29 “ଯେକେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ସେ ଆପଣା ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ନିକଟକୁ ଆପଣା ନୈବେଦ୍ୟ ଆଣିବ।
“Faɗa wa Isra’ilawa, ‘Duk wanda ya kawo hadaya ta salama ga Ubangiji, sai ya kawo hadayarsa ga Ubangiji daga cikin hadayu na salama.
30 ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ।
Da hannuwansa zai kawo hadayar da za a ƙona ga Ubangiji; zai kawo kitsen tare da ƙirjin, yă kuma kaɗa ƙirjin a gaban Ubangiji a matsayin hadaya ta kaɗawa.
31 ପୁଣି ଯାଜକ ବେଦି ଉପରେ ସେହି ମେଦ ଦଗ୍ଧ କରିବ, ମାତ୍ର ବକ୍ଷ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ।
Firist zai ƙone kitsen a bisa bagade, amma ƙirjin zai zama na Haruna da’ya’yansa maza.
32 ପୁଣି, ତୁମ୍ଭେମାନେ ଆପଣା ଆପଣା ମଙ୍ଗଳାର୍ଥକ ବଳିରୁ ଡାହାଣ ଜଙ୍ଘ ଉତ୍ତୋଳନୀୟ ଉପହାର ରୂପେ ଯାଜକକୁ ଦେବ।
Za ku ba da cinya ta dama ta hadaya don zumuncinku ga firist a matsayin baiko.
33 ହାରୋଣର ପୁତ୍ରଗଣଙ୍କ ମଧ୍ୟରେ ଯେକେହି ମଙ୍ଗଳାର୍ଥକ ବଳିର ରକ୍ତ ଓ ମେଦ ଉତ୍ସର୍ଗ କରେ, ସେ ଆପଣା ଅଂଶ ରୂପେ ମଙ୍ଗଳାର୍ଥକ ବଳିର ଡାହାଣ ଜଙ୍ଘ ପାଇବ।
Ɗan Haruna da ya miƙa jini da kitsen hadaya ta salama, zai ɗauki cinyar tă zama rabonsa.
34 ଯେହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ମଙ୍ଗଳାର୍ଥକ ବଳିରୁ ଦୋଳନୀୟ ନୈବେଦ୍ୟର ବକ୍ଷ ଓ ଉତ୍ତୋଳନୀୟ ଉପହାରର ଜଙ୍ଘ ନେଇ ଇସ୍ରାଏଲ-ସନ୍ତାନଗଣର ଅନନ୍ତକାଳୀନ ଦେୟ ରୂପେ ହାରୋଣ ଯାଜକକୁ ଓ ତାହାର ପୁତ୍ରଗଣଙ୍କୁ ଦେଇଅଛୁ।
Daga hadaya ta salama ta Isra’ilawa, na ɗauki ƙirjin da aka kaɗa da kuma cinyar da aka miƙa, na ba da su ga Haruna firist da kuma’ya’yansa maza a matsayin rabonsu na kullum daga Isra’ilawa.’”
35 ଯେଉଁ ଦିନ ମୋଶା ସଦାପ୍ରଭୁଙ୍କ ଛାମୁରେ ଯାଜକ କର୍ମ କରିବା ନିମନ୍ତେ ହାରୋଣଙ୍କୁ ଓ ତାହାର ପୁତ୍ରଗଣଙ୍କୁ ଉପସ୍ଥିତ କରାଇଲେ, ସେହି ଦିନଠାରୁ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରୁ ଏହା ହିଁ ସେମାନଙ୍କର ଅଭିଷେକ ଅଂଶ;
Wannan shi ne sashen hadayar da aka ba wa Haruna da’ya’yansa maza, hadayar da aka yi ga Ubangiji da wuta, tun ranar da aka gabatar da su don su yi wa Ubangiji hidima a matsayin firist.
36 ସେ ସେମାନଙ୍କୁ ଅଭିଷେକ କରିବା ଦିନ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣଠାରୁ ତାହା ଦତ୍ତ ହେବା ନିମନ୍ତେ ଆଜ୍ଞା ଦେଲେ। ତାହା ସେମାନଙ୍କର ପୁରୁଷାନୁକ୍ରମେ ଅନନ୍ତକାଳୀନ ଦେୟ।”
A ranar da aka keɓe su, Ubangiji ya umarta cewa Isra’ilawa su ba da wannan a gare su a matsayin rabonsu na kullum, a dukan tsararraki masu zuwa.
37 ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି, ଦୋଷାର୍ଥକ ବଳି ଓ ପଦନିଯୋଗାର୍ଥକ; ପୁଣି ମଙ୍ଗଳାର୍ଥକ ବଳିର ଏହି ବ୍ୟବସ୍ଥା।
Waɗannan su ne ƙa’idodi don hadaya ta ƙonawa, hadaya ta gari, hadaya don zunubi, hadaya don laifi, hadaya ta naɗi da kuma hadaya ta salama,
38 ସଦାପ୍ରଭୁ ଯେଉଁ ଦିନ ସୀନୟ ପ୍ରାନ୍ତରସ୍ଥିତ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା ଦେଲେ, ସେହି ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଜ୍ଞା ଦେଲେ।
waɗanda Ubangiji ya ba wa Musa a Dutsen Sinai, a Hamadar Sinai, a ranar da ya umarci Isra’ilawa su kawo hadayunsu ga Ubangiji.

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7 >