< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8 >
1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
耶和华晓谕摩西说:
2 “ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ, ଆଉ ବସ୍ତ୍ରସକଳ, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳିର ଗୋବତ୍ସ, ଦୁଇ ମେଷ ଓ ତାଡ଼ିଶୂନ୍ୟ ରୁଟିର ଟୋକେଇ ଆପଣା ସଙ୍ଗେ ନିଅ।
“你将亚伦和他儿子一同带来,并将圣衣、膏油,与赎罪祭的一只公牛、两只公绵羊、一筐无酵饼都带来,
3 ପୁଣି ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀକୁ ଏକତ୍ର କର।”
又招聚会众到会幕门口。”
4 ଆଉ, ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା କଲେ; ତହିଁରେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀ ଏକତ୍ର ହେଲେ।
摩西就照耶和华所吩咐的行了;于是会众聚集在会幕门口。
5 ପୁଣି ମୋଶା ମଣ୍ଡଳୀକୁ କହିଲେ, “ଯାହା କରିବା ପାଇଁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ସେହି କଥା ଏହି।”
摩西告诉会众说:“这就是耶和华所吩咐当行的事。”
6 ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳରେ ସ୍ନାନ କରାଇଲେ।
摩西带了亚伦和他儿子来,用水洗了他们。
7 ପୁଣି ହାରୋଣଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ତାଙ୍କର କଟି ବାନ୍ଧିଲେ ଓ ତାଙ୍କୁ ଚୋଗା ପିନ୍ଧାଇଲେ ଓ ତହିଁ ଉପରେ ଏଫୋଦ ଦେଲେ, ପୁଣି ଏଫୋଦର ଚିତ୍ରିତ ପଟୁକା ବାନ୍ଧି ତହିଁ ସଙ୍ଗେ ଏଫୋଦକୁ ବାନ୍ଧିଲେ।
给亚伦穿上内袍,束上腰带,穿上外袍,又加上以弗得,用其上巧工织的带子把以弗得系在他身上,
8 ଆଉ, ସେ ତାହା ଉପରେ ବୁକୁପଟା ଦେଲେ ଆଉ, ବୁକୁପଟାରେ ଊରୀମ୍ ଓ ତୁମ୍ମୀମ୍ ରଖିଲେ।
又给他戴上胸牌,把乌陵和土明放在胸牌内,
9 ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।
把冠冕戴在他头上,在冠冕的前面钉上金牌,就是圣冠,都是照耶和华所吩咐摩西的。
10 ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ।
摩西用膏油抹帐幕和其中所有的,使它成圣;
11 ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ; ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ।
又用膏油在坛上弹了七次,又抹了坛和坛的一切器皿,并洗濯盆和盆座,使它成圣;
12 ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ।
又把膏油倒在亚伦的头上膏他,使他成圣。
13 ଏଥିଉତ୍ତାରେ ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
摩西带了亚伦的儿子来,给他们穿上内袍,束上腰带,包上裹头巾,都是照耶和华所吩咐摩西的。
14 ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ।
他牵了赎罪祭的公牛来,亚伦和他儿子按手在赎罪祭公牛的头上,
15 ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳିଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ।
就宰了公牛。摩西用指头蘸血,抹在坛上四角的周围,使坛洁净,把血倒在坛的脚那里,使坛成圣,坛就洁净了;
16 ଏଥିଉତ୍ତାରେ ମୋଶା ଅନ୍ତ ଉପରିସ୍ଥ ସମସ୍ତ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।
又取脏上所有的脂油和肝上的网子,并两个腰子与腰子上的脂油,都烧在坛上;
17 ମାତ୍ର ସେହି ଗୋବତ୍ସର ଚର୍ମ, ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
惟有公牛,连皮带肉并粪,用火烧在营外,都是照耶和华所吩咐摩西的。
18 ଏଥିଉତ୍ତାରେ ସେ ହୋମାର୍ଥକ ମେଷ ଆଣିଲେ; ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତ ରଖିଲେ।
他奉上燔祭的公绵羊;亚伦和他儿子按手在羊的头上,
19 ତହୁଁ ସେ ତାକୁ ବଧ କଲେ, ପୁଣି ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।
就宰了公羊。摩西把血洒在坛的周围,
20 ଆଉ, ସେ ମେଷକୁ ଖଣ୍ଡ ଖଣ୍ଡ କରି କାଟିଲେ; ପୁଣି, ମୋଶା ତାହାର ମସ୍ତକ, ମାଂସଖଣ୍ଡସକଳ ଓ ମେଦ ଦଗ୍ଧ କଲେ।
把羊切成块子,把头和肉块并脂油都烧了。
21 ଆଉ, ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କଲେ। ପୁଣି, ମୋଶା ବେଦି ଉପରେ ମେଷ ସମେତ ଦଗ୍ଧ କଲେ, ଏହା ତୁଷ୍ଟିଜନକ ଆଘ୍ରାଣାର୍ଥକ ହୋମବଳି; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
用水洗了脏腑和腿,就把全羊烧在坛上为馨香的燔祭,是献给耶和华的火祭,都是照耶和华所吩咐摩西的。
22 ଏଥିଉତ୍ତାରେ ସେ ଅନ୍ୟ ମେଷ, ଅର୍ଥାତ୍, ପଦନିଯୋଗାର୍ଥକ ମେଷ ଆଣିଲେ, ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକ ଉପରେ ହସ୍ତ ରଖିଲେ।
他又奉上第二只公绵羊,就是承接圣职之礼的羊;亚伦和他儿子按手在羊的头上,
23 ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଡାହାଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ।
就宰了羊。摩西把些血抹在亚伦的右耳垂上和右手的大拇指上,并右脚的大拇指上,
24 ଏଥିଉତ୍ତାରେ ସେ ହାରୋଣଙ୍କର ପୁତ୍ରଗଣଙ୍କୁ ଆଣିଲେ, ତହୁଁ ମୋଶା ସେହି ରକ୍ତରୁ କିଛି ନେଇ ସେମାନଙ୍କ ଡାହାଣ କର୍ଣ୍ଣପ୍ରାନ୍ତରେ ଓ ସେମାନଙ୍କ ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସେମାନଙ୍କ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ; ଆଉ ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।
又带了亚伦的儿子来,把些血抹在他们的右耳垂上和右手的大拇指上,并右脚的大拇指上,又把血洒在坛的周围。
25 ପୁଣି, ସେ ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ ଉପରିସ୍ଥ ସକଳ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା, ତହିଁର ମେଦ ଓ ଡାହାଣ ଜଙ୍ଘ ନେଲେ;
取脂油和肥尾巴,并脏上一切的脂油与肝上的网子,两个腰子和腰子上的脂油,并右腿,
26 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ତାଡ଼ିଶୂନ୍ୟ ରୁଟିର ଟୋକେଇରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳଲେପିତ ରନ୍ଧନ ହୋଇଥିବା ରୁଟିର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଜଙ୍ଘ ଉପରେ ରଖିଲେ;
再从耶和华面前、盛无酵饼的筐子里取出一个无酵饼,一个油饼,一个薄饼,都放在脂油和右腿上,
27 ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।
把这一切放在亚伦的手上和他儿子的手上作摇祭,在耶和华面前摇一摇。
28 ଏଥିଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେହି ସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏହିସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।
摩西从他们的手上拿下来,烧在坛上的燔祭上,都是为承接圣职献给耶和华馨香的火祭。
29 ଆଉ, ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ; ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
摩西拿羊的胸作为摇祭,在耶和华面前摇一摇,是承接圣职之礼,归摩西的分,都是照耶和华所吩咐摩西的。
30 ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ରସକଳକୁ ପବିତ୍ର କଲେ।
摩西取点膏油和坛上的血,弹在亚伦和他的衣服上,并他儿子和他儿子的衣服上,使他和他们的衣服一同成圣。
31 ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, “ସମାଗମ-ତମ୍ବୁର ଦ୍ୱାର ନିକଟରେ ମାଂସ ରନ୍ଧନ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ,’ ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଟୋକେଇରେ ଥିବା ରୁଟି ଭୋଜନ କର।
摩西对亚伦和他儿子说:“把肉煮在会幕门口,在那里吃,又吃承接圣职筐子里的饼,按我所吩咐的说:‘这是亚伦和他儿子要吃的。’
32 ପୁଣି, ମାଂସ ଓ ରୁଟିରୁ ଯାହା ଅବଶିଷ୍ଟ ରହିବ, ତାହା ତୁମ୍ଭେମାନେ ଅଗ୍ନିରେ ଦଗ୍ଧ କରିବ।
剩下的肉和饼,你们要用火焚烧。
33 ଆଉ, ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ, ଅର୍ଥାତ୍, ତୁମ୍ଭମାନଙ୍କ ପଦନିଯୋଗ ଦିନର ସମାପ୍ତି ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ସାତ ଦିନ ପର୍ଯ୍ୟନ୍ତ ପଦରେ ନିଯୁକ୍ତ କରିବେ।
你们七天不可出会幕的门,等到你们承接圣职的日子满了,因为主叫你们七天承接圣职。
34 ଯେପରି ଆଜି କରାଯାଇଅଛି, ସେପରି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି।
像今天所行的都是耶和华吩咐行的,为你们赎罪。
35 ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।”
七天你们要昼夜住在会幕门口,遵守耶和华的吩咐,免得你们死亡,因为所吩咐我的就是这样。”
36 ତହୁଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଆଜ୍ଞା କରିଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ସବୁ କଥା ପାଳନ କଲେ।
于是亚伦和他儿子行了耶和华借着摩西所吩咐的一切事。