< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8 >
1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Ubangiji ya ce wa Musa,
2 “ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ, ଆଉ ବସ୍ତ୍ରସକଳ, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳିର ଗୋବତ୍ସ, ଦୁଇ ମେଷ ଓ ତାଡ଼ିଶୂନ୍ୟ ରୁଟିର ଟୋକେଇ ଆପଣା ସଙ୍ଗେ ନିଅ।
“Kawo Haruna da’ya’yansa maza, ka ɗauki rigunansu, man keɓewa, bijimi domin hadaya don zunubi,’yan raguna biyu da kuma kwandon da yake da burodi marar yisti,
3 ପୁଣି ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀକୁ ଏକତ୍ର କର।”
ka kuma tara dukan jama’a a ƙofar Tentin Sujada.”
4 ଆଉ, ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା କଲେ; ତହିଁରେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀ ଏକତ୍ର ହେଲେ।
Sai Musa ya yi yadda Ubangiji ya umarce shi, jama’a kuwa suka taru a ƙofar Tentin Sujada.
5 ପୁଣି ମୋଶା ମଣ୍ଡଳୀକୁ କହିଲେ, “ଯାହା କରିବା ପାଇଁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ସେହି କଥା ଏହି।”
Sai Musa ya ce wa jama’ar, “Ga abin da Ubangiji ya umarta a yi.”
6 ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳରେ ସ୍ନାନ କରାଇଲେ।
Sa’an nan Musa ya kawo Haruna da’ya’yansa maza gaba, ya kuma wanke su da ruwa.
7 ପୁଣି ହାରୋଣଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ତାଙ୍କର କଟି ବାନ୍ଧିଲେ ଓ ତାଙ୍କୁ ଚୋଗା ପିନ୍ଧାଇଲେ ଓ ତହିଁ ଉପରେ ଏଫୋଦ ଦେଲେ, ପୁଣି ଏଫୋଦର ଚିତ୍ରିତ ପଟୁକା ବାନ୍ଧି ତହିଁ ସଙ୍ଗେ ଏଫୋଦକୁ ବାନ୍ଧିଲେ।
Ya sa wa Haruna taguwa, ya ɗaura igiya kewaye da shi, ya sa masa riga, ya sa masa efod. Ya kuma ɗaura masa efod wanda aka yi masa saƙar gwaninta.
8 ଆଉ, ସେ ତାହା ଉପରେ ବୁକୁପଟା ଦେଲେ ଆଉ, ବୁକୁପଟାରେ ଊରୀମ୍ ଓ ତୁମ୍ମୀମ୍ ରଖିଲେ।
Ya sa masa ƙyallen maƙalawa a ƙirji, ya kuma sa Urim da Tummim a ƙyallen maƙalawa a ƙirjin.
9 ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।
Sai ya naɗa masa rawani, daga gaban rawanin ya sa allon zinariya, wato, kambi tsattsarka, kamar yadda Ubangiji ya umarce shi.
10 ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ।
Sa’an nan Musa ya ɗauki man keɓewa ya keɓe tabanakul da kuma kowane abin da yake cikinsa, ta haka ya tsarkake su.
11 ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ; ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ।
Ya yayyafa mai a kan bagade sau bakwai, yana keɓe bagade da dukan kayayyaki, da daro, da abin da yake tsaya a kai, don yă tsarkake su.
12 ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ।
Ya zuba man keɓewa a kan Haruna, ya kuma keɓe shi don yă tsarkake shi.
13 ଏଥିଉତ୍ତାରେ ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
Sa’an nan ya kawo’ya’yan Haruna maza, ya sa musu taguwoyi, ya ɗaɗɗaura igiyoyi kewaye da su, ya kuma sa musu huluna yadda Ubangiji ya umarce shi.
14 ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ।
Sa’an nan ya miƙa bijimi domin hadaya don zunubi, sai Haruna da’ya’yansa suka ɗibiya hannuwansu a bijimin.
15 ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳିଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ।
Musa ya yanka bijimin ya ɗauki jinin, ya sa yatsarsa ya zuba a dukan ƙahonin bagade don yă tsarkake bagaden. Ya zuba sauran jinin a gindin bagade. Ta haka ya tsarkake shi don yă yi kafara dominsa.
16 ଏଥିଉତ୍ତାରେ ମୋଶା ଅନ୍ତ ଉପରିସ୍ଥ ସମସ୍ତ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।
Musa ya ɗebo dukan kitsen da yake kewaye da kayan ciki, da kuma wanda ya rufe hanta, da ƙodojin, da kuma kitsensu, ya kuma ƙone su a kan bagade.
17 ମାତ୍ର ସେହି ଗୋବତ୍ସର ଚର୍ମ, ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
Amma bijimin da fatarsa da namansa da kuma ƙashinsa ya ƙone su a bayan sansani, yadda Ubangiji ya umarce shi.
18 ଏଥିଉତ୍ତାରେ ସେ ହୋମାର୍ଥକ ମେଷ ଆଣିଲେ; ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତ ରଖିଲେ।
Sa’an nan ya miƙa ɗan rago domin hadaya ta ƙonawa, sai Haruna da’ya’yansa maza suka ɗibiya hannuwansu a kan ɗan rago.
19 ତହୁଁ ସେ ତାକୁ ବଧ କଲେ, ପୁଣି ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।
Sa’an nan Musa ya yanka ɗan ragon, ya kuma yayyafa jinin a kowane gefe na bagaden.
20 ଆଉ, ସେ ମେଷକୁ ଖଣ୍ଡ ଖଣ୍ଡ କରି କାଟିଲେ; ପୁଣି, ମୋଶା ତାହାର ମସ୍ତକ, ମାଂସଖଣ୍ଡସକଳ ଓ ମେଦ ଦଗ୍ଧ କଲେ।
Ya yanka ragon gunduwa-gunduwa ya ƙone kan, ya kuma ƙone gunduwa-gunduwan da kitsen.
21 ଆଉ, ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କଲେ। ପୁଣି, ମୋଶା ବେଦି ଉପରେ ମେଷ ସମେତ ଦଗ୍ଧ କଲେ, ଏହା ତୁଷ୍ଟିଜନକ ଆଘ୍ରାଣାର୍ଥକ ହୋମବଳି; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
Ya wanke kayan cikin da ƙafafun a ruwa, ya kuma ƙone dukan ragon a bisa bagade kamar hadaya ta ƙonawa, mai daɗin ƙanshi, hadaya ce da aka ƙone da wuta ga Ubangiji, yadda Ubangiji ya umarce shi.
22 ଏଥିଉତ୍ତାରେ ସେ ଅନ୍ୟ ମେଷ, ଅର୍ଥାତ୍, ପଦନିଯୋଗାର୍ଥକ ମେଷ ଆଣିଲେ, ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକ ଉପରେ ହସ୍ତ ରଖିଲେ।
Sai ya miƙa ɗayan ɗan ragon, ɗan ragon naɗin, sai Haruna da’ya’yansa maza suka ɗibiya hannuwansu a kan ɗan ragon.
23 ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଡାହାଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ।
Musa kuwa ya yanka ɗan ragon ya ɗibi jinin ya sa leɓatun kunnen dama na Haruna, ya kuma sa a babbar yatsarsa ta hannun dama da kuma a babbar yatsar ƙafarsa ta dama.
24 ଏଥିଉତ୍ତାରେ ସେ ହାରୋଣଙ୍କର ପୁତ୍ରଗଣଙ୍କୁ ଆଣିଲେ, ତହୁଁ ମୋଶା ସେହି ରକ୍ତରୁ କିଛି ନେଇ ସେମାନଙ୍କ ଡାହାଣ କର୍ଣ୍ଣପ୍ରାନ୍ତରେ ଓ ସେମାନଙ୍କ ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସେମାନଙ୍କ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ; ଆଉ ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।
Musa ya kuma kawo’ya’yan Haruna gaba, ya sa jini a leɓatun kunnuwansu na dama, ya kuma sa a manyan yatsotsinsu na hannun dama da kuma a manyan yatsotsinsu na ƙafafunsu na dama. Sa’an nan ya yayyafa jinin a kowane gefen bagade.
25 ପୁଣି, ସେ ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ ଉପରିସ୍ଥ ସକଳ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା, ତହିଁର ମେଦ ଓ ଡାହାଣ ଜଙ୍ଘ ନେଲେ;
Ya ɗibi kitsen, da wutsiya mai kitse, da kuma dukan kitsen da ke kewaye da kayan ciki, da wanda ya rufe hanta, ƙodoji biyu da kitsensu da kuma cinya ta dama.
26 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ତାଡ଼ିଶୂନ୍ୟ ରୁଟିର ଟୋକେଇରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳଲେପିତ ରନ୍ଧନ ହୋଇଥିବା ରୁଟିର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଜଙ୍ଘ ଉପରେ ରଖିଲେ;
Sa’an nan daga cikin kwandon burodi marar yisti wanda yake a gaban Ubangiji, ya ɗauko dunƙulen burodi, da kuma guda da aka yi da mai, da kuma ƙosai; ya sa waɗannan a sassan kitsen, da kuma a cinya ta dama.
27 ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।
Ya sa waɗannan a hannuwan Haruna da’ya’yansa, suka kuma kaɗa su a gaban Ubangiji a matsayin hadaya ta kaɗawa.
28 ଏଥିଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେହି ସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏହିସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।
Sa’an nan Musa ya karɓe su daga hannuwansu ya ƙone a bagade a bisa hadaya ta ƙonawa a matsayin hadaya ta naɗi, mai daɗin ƙanshi, hadaya ce da aka ƙone da wuta ga Ubangiji.
29 ଆଉ, ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ; ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
Ya kuma ɗauki ƙirjin; rabon Musa na ɗan ragon naɗi, ya kaɗa shi a gaban Ubangiji, a matsayin hadaya ta kaɗawa, yadda Ubangiji ya umarce shi.
30 ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ରସକଳକୁ ପବିତ୍ର କଲେ।
Sai Musa ya ɗibi man keɓewa da jini daga bagade, ya yayyafa su a kan Haruna da rigunansa, da kuma a kan’ya’yansa da rigunansu, don yă tsarkake Haruna da rigunansa da kuma’ya’yansa da rigunansu.
31 ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, “ସମାଗମ-ତମ୍ବୁର ଦ୍ୱାର ନିକଟରେ ମାଂସ ରନ୍ଧନ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ,’ ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଟୋକେଇରେ ଥିବା ରୁଟି ଭୋଜନ କର।
Sai Musa ya ce wa Haruna da’ya’yansa maza, “Ku dafa naman a ƙofar Tentin Sujada, ku kuma ci shi a can tare da burodi daga kwandon naɗi, yadda na umarta, cewa, ‘Haruna da’ya’yansa maza za su ci shi.’
32 ପୁଣି, ମାଂସ ଓ ରୁଟିରୁ ଯାହା ଅବଶିଷ୍ଟ ରହିବ, ତାହା ତୁମ୍ଭେମାନେ ଅଗ୍ନିରେ ଦଗ୍ଧ କରିବ।
Sa’an nan ku ƙone sauran naman da kuma burodin.
33 ଆଉ, ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ, ଅର୍ଥାତ୍, ତୁମ୍ଭମାନଙ୍କ ପଦନିଯୋଗ ଦିନର ସମାପ୍ତି ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ସାତ ଦିନ ପର୍ଯ୍ୟନ୍ତ ପଦରେ ନିଯୁକ୍ତ କରିବେ।
Kada ku bar ƙofar Tentin Sujada har kwana bakwai, sai ranakun naɗi suka cika, gama naɗinku zai ɗauki kwana bakwai.
34 ଯେପରି ଆଜି କରାଯାଇଅଛି, ସେପରି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି।
Abin da aka yi a yau umarni ne daga Ubangiji don yin kafara saboda ku.
35 ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।”
Dole ku kasance a ƙofar Tentin Sujada dare da rana har kwana bakwai, ku kuma yi abin da Ubangiji yake bukata, don kada ku mutu; gama abin da aka umarce ni ke nan.”
36 ତହୁଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଆଜ୍ଞା କରିଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ସବୁ କଥା ପାଳନ କଲେ।
Saboda haka Haruna da’ya’yansa maza suka yi kome da Ubangiji ya umarta ta wurin Musa.