< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 1 >

1 ଏଥିଉତ୍ତାରେ ସଦାପ୍ରଭୁ ସମାଗମ-ତମ୍ବୁରୁ ମୋଶାଙ୍କୁ ଡାକି କହିଲେ,
耶和华从会幕中呼叫摩西,对他说:
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ।
“你晓谕以色列人说:你们中间若有人献供物给耶和华,要从牛群羊群中献牲畜为供物。
3 ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।
“他的供物若以牛为燔祭,就要在会幕门口献一只没有残疾的公牛,可以在耶和华面前蒙悦纳。
4 ପୁଣି, ସେ ହୋମବଳିର ମସ୍ତକରେ ଆପଣା ହସ୍ତ ରଖିବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ।
他要按手在燔祭牲的头上,燔祭便蒙悦纳,为他赎罪。
5 ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।
他要在耶和华面前宰公牛;亚伦子孙作祭司的,要奉上血,把血洒在会幕门口、坛的周围。
6 ପୁଣି ସେ ସେହି ହୋମବଳିର ଚର୍ମ କାଢ଼ି ତାହା ଖଣ୍ଡ ଖଣ୍ଡ କରିବ।
那人要剥去燔祭牲的皮,把燔祭牲切成块子。
7 ଏଥିଉତ୍ତାରେ ହାରୋଣ ଯାଜକର ପୁତ୍ରଗଣ ସେହି ବେଦି ଉପରେ ଅଗ୍ନି ରଖିବେ ଓ ଅଗ୍ନି ଉପରେ କାଷ୍ଠ ସଜାଇବେ।
祭司亚伦的子孙要把火放在坛上,把柴摆在火上。
8 ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ପଶୁର ଖଣ୍ଡସକଳ, ମସ୍ତକ ଓ ମେଦ ସଜାଇ ରଖିବେ।
亚伦子孙作祭司的,要把肉块和头并脂油摆在坛上火的柴上。
9 ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍‍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
但燔祭的脏腑与腿要用水洗。祭司就要把一切全烧在坛上,当作燔祭,献与耶和华为馨香的火祭。
10 ଆଉ ଯଦି ସେ ମେଷ କି ଛାଗପଲରୁ ହୋମବଳି ଉତ୍ସର୍ଗ କରେ,
“人的供物若以绵羊或山羊为燔祭,就要献上没有残疾的公羊。
11 ତେବେ ସେ ନିଖୁନ୍ତ ପୁଂପଶୁ ଘେନି ସଦାପ୍ରଭୁଙ୍କ ସମ୍ମୁଖରେ ଯଜ୍ଞବେଦିର ଉତ୍ତର ଦିଗରେ ବଧ କରିବ; ପୁଣି ହାରୋଣର ପୁତ୍ର ଯାଜକଗଣ ବେଦିର ଉପର ଚତୁର୍ଦ୍ଦିଗରେ ତାହାର ରକ୍ତ ଛିଞ୍ଚିବେ।
要把羊宰于坛的北边,在耶和华面前;亚伦子孙作祭司的,要把羊血洒在坛的周围。
12 ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରିବ; ତହିଁରେ ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ।
要把燔祭牲切成块子,连头和脂油,祭司就要摆在坛上火的柴上;
13 ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ସେହି ସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
但脏腑与腿要用水洗,祭司就要全然奉献,烧在坛上。这是燔祭,是献与耶和华为馨香的火祭。
14 ଆଉ ଯଦି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀମାନଙ୍କ ମଧ୍ୟରୁ ହୋମବଳି ଉତ୍ସର୍ଗ କରେ, ତେବେ କପୋତ ଅବା ପାରାଛୁଆ ମଧ୍ୟରୁ ତାହା ନେବ।
“人奉给耶和华的供物,若以鸟为燔祭,就要献斑鸠或是雏鸽为供物。
15 ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ।
祭司要把鸟拿到坛前,揪下头来,把鸟烧在坛上;鸟的血要流在坛的旁边;
16 ଏଥିଉତ୍ତାରେ ସେ ତାହାର ମଳ ସହିତ ଗଳା ଥଳୀ ଘେନି ବେଦିର ପୂର୍ବପାର୍ଶ୍ଵସ୍ଥ ଭସ୍ମ ସ୍ଥାନରେ ନିକ୍ଷେପ କରିବ।
又要把鸟的嗉子和脏物除掉,丢在坛的东边倒灰的地方。
17 ଆଉ, ପକ୍ଷମୂଳ ଚିରିବ, ମାତ୍ର ଦ୍ୱିଖଣ୍ଡ କରିବ ନାହିଁ; ପୁଣି ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ଦଗ୍ଧ କରିବ, ତହିଁରେ ତାହା ହୋମବଳି, ଅର୍ଥାତ୍‍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
要拿着鸟的两个翅膀,把鸟撕开,只是不可撕断;祭司要在坛上、在火的柴上焚烧。这是燔祭,是献与耶和华为馨香的火祭。”

< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 1 >