< ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 1 >
1 ଏଥିଉତ୍ତାରେ ସଦାପ୍ରଭୁ ସମାଗମ-ତମ୍ବୁରୁ ମୋଶାଙ୍କୁ ଡାକି କହିଲେ,
Vocavit autem Dominus Moysen et locutus est ei de tabernaculo testimonii, dicens:
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ।
Loquere filiis Israel, et dices ad eos: Homo, qui obtulerit ex vobis hostiam Domino de pecoribus, id est, de bobus et ovibus offerens victimas,
3 ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।
si holocaustum fuerit eius oblatio, ac de armento; masculum immaculatum offeret ad ostium tabernaculi testimonii, ad placandum sibi Dominum:
4 ପୁଣି, ସେ ହୋମବଳିର ମସ୍ତକରେ ଆପଣା ହସ୍ତ ରଖିବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ।
ponetque manus super caput hostiae, et acceptabilis erit, atque in expiationem eius proficiens.
5 ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।
immolabitque vitulum coram Domino, et offerent filii Aaron sacerdotis sanguinem eius, fundentes per altaris circuitum, quod est ante ostium tabernaculi.
6 ପୁଣି ସେ ସେହି ହୋମବଳିର ଚର୍ମ କାଢ଼ି ତାହା ଖଣ୍ଡ ଖଣ୍ଡ କରିବ।
detractaque pelle hostiae, artus in frusta concident,
7 ଏଥିଉତ୍ତାରେ ହାରୋଣ ଯାଜକର ପୁତ୍ରଗଣ ସେହି ବେଦି ଉପରେ ଅଗ୍ନି ରଖିବେ ଓ ଅଗ୍ନି ଉପରେ କାଷ୍ଠ ସଜାଇବେ।
et subiicient in altari ignem, strue lignorum ante composita:
8 ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ପଶୁର ଖଣ୍ଡସକଳ, ମସ୍ତକ ଓ ମେଦ ସଜାଇ ରଖିବେ।
et membra quae sunt caesa, desuper ordinantes, caput videlicet, et cuncta quae adhaerent iecori,
9 ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
intestinis et pedibus lotis aqua: adolebitque ea sacerdos super altare in holocaustum et suavem odorem Domino.
10 ଆଉ ଯଦି ସେ ମେଷ କି ଛାଗପଲରୁ ହୋମବଳି ଉତ୍ସର୍ଗ କରେ,
Quod si de pecoribus oblatio est, de ovibus sive de capris holocaustum agnum anniculum, et absque macula offeret:
11 ତେବେ ସେ ନିଖୁନ୍ତ ପୁଂପଶୁ ଘେନି ସଦାପ୍ରଭୁଙ୍କ ସମ୍ମୁଖରେ ଯଜ୍ଞବେଦିର ଉତ୍ତର ଦିଗରେ ବଧ କରିବ; ପୁଣି ହାରୋଣର ପୁତ୍ର ଯାଜକଗଣ ବେଦିର ଉପର ଚତୁର୍ଦ୍ଦିଗରେ ତାହାର ରକ୍ତ ଛିଞ୍ଚିବେ।
immolabitque ad latus altaris, quod respicit ad Aquilonem, coram Domino: sanguinem vero illius fundent super altare filii Aaron per circuitum:
12 ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରିବ; ତହିଁରେ ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ।
dividentque membra, caput, et omnia quae adhaerent iecori: et ponent super ligna, quibus subiiciendus est ignis:
13 ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ସେହି ସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
intestina vero et pedes lavabunt aqua. Et oblata omnia adolebit sacerdos super altare in holocaustum et odorem suavissimum Domino.
14 ଆଉ ଯଦି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀମାନଙ୍କ ମଧ୍ୟରୁ ହୋମବଳି ଉତ୍ସର୍ଗ କରେ, ତେବେ କପୋତ ଅବା ପାରାଛୁଆ ମଧ୍ୟରୁ ତାହା ନେବ।
Si autem de avibus, holocausti oblatio fuerit Domino, de turturibus, aut pullis columbae,
15 ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ।
offeret eam sacerdos ad altare: et retorto ad collum capite, ac rupto vulneris loco, decurrere faciet sanguinem super crepidinem altaris:
16 ଏଥିଉତ୍ତାରେ ସେ ତାହାର ମଳ ସହିତ ଗଳା ଥଳୀ ଘେନି ବେଦିର ପୂର୍ବପାର୍ଶ୍ଵସ୍ଥ ଭସ୍ମ ସ୍ଥାନରେ ନିକ୍ଷେପ କରିବ।
vesiculam vero gutturis, et plumas proiiciet prope altare ad orientalem plagam, in loco in quo cineres effundi solent,
17 ଆଉ, ପକ୍ଷମୂଳ ଚିରିବ, ମାତ୍ର ଦ୍ୱିଖଣ୍ଡ କରିବ ନାହିଁ; ପୁଣି ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ଦଗ୍ଧ କରିବ, ତହିଁରେ ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
confringetque ascellas eius, et non secabit, neque ferro dividet eam, et adolebit super altare, lignis igne supposito. Holocaustum est et oblatio suavissimi odoris Domino.