< ଲୂକ 1 >

1 ଆରମ୍ଭରୁ ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ,
אחרי אשר רבים הואילו לחבר ספור המעשים אשר נאמנו בשלמות בתוכנו׃
2 ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି।
כאשר מסרום לנו הראים אתם בעיניהם מתחלה ואשר היו משרתי הדבר׃
3 ଅତଏବ, ହେ ମାନ୍ୟବର ଥୀୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ୍ ମନେ କଲି,
חשבתי לטוב גם אני החפש כל הדברים היטב מראשיתם לכתבם אליך בסדר תאופילוס האדיר׃
4 ଯେପରି ଆପଣ ଯେ ସମସ୍ତ ବିଷୟ ଶିକ୍ଷା ପାଇଅଛନ୍ତି, ସେସବୁର ନିଶ୍ଚୟତା ଜାଣି ପାରନ୍ତି।
למען תדע קשט האמרים אשר חנכת בם׃
5 ଯିହୂଦିୟା ପ୍ରଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ।
כהן היה בימי הורדוס מלך יהודה זכריה שמו ממשמרת אביה ולו אשה מבנות אהרן ושמה אלישבע׃
6 ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।
ושניהם היו צדיקים לפני האלהים והלכי תם בכל מצות יהוה ובחקתיו׃
7 କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା।
ולא היה להם ילד כי אלישבע עקרה ושניהם באו בימים׃
8 ସେ ଆପଣା ଦଳର ପାଳି ଅନୁସାରେ ଈଶ୍ବରଙ୍କ ନିକଟରେ ଯାଜକ କାର୍ଯ୍ୟ କରୁଥିବା ସମୟରେ,
ויהי היום ויכהן לפני אלהים בסדר משמרתו׃
9 ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା,
וכמשפט עבודת הכהנים יצא גורלו להקטיר קטרת ויבא אל היכל יהוה׃
10 ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ।
וכל קהל העם היו מתפללים בחוץ בעת הקטרת׃
11 ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ।
וירא אליו מלאך יהוה עמד לימין מזבח הקטרת׃
12 ଜିଖରୀୟ ତାହାଙ୍କୁ ଦେଖି ବିଚଳିତ ଓ ଭୟଗ୍ରସ୍ତ ହେଲେ।
ויבהל זכריה בראותו אתו ואימה נפלה עליו׃
13 କିନ୍ତୁ ଦୂତ ତାହାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ।
ויאמר אליו המלאך אל תירא זכריהו כי נשמעה תפלתך ואלישבע אשתך תלד לך בן וקראת שמו יוחנן׃
14 ସେ ତୁମ୍ଭର ଆନନ୍ଦ ଓ ଉଲ୍ଲାସର କାରଣ ହେବ, ପୁଣି, ଅନେକେ ତାହାର ଜନ୍ମରେ ଆନନ୍ଦ କରିବେ।
והיה לך לשמחה וגיל ורבים ישמחו בהולדו׃
15 ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,
כי גדול יהיה לפני יהוה ויין ושכר לא ישתה ורוח הקדש ימלא בעודנו בבטן אמו׃
16 ଆଉ ସେ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ବରଙ୍କ ପ୍ରତି ଫେରାଇବ।
ורבים מבני ישראל ישיב אל יהוה אלהיהם׃
17 ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ସେ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ।
והוא ילך לפניו ברוח אליהו ובגבורתו להשיב את לב אבות על בנים ואת הסוררים לתבונת הצדיקים להעמיד ליהוה עם מתקן׃
18 ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି।
ויאמר זכריה אל המלאך במה אדע זאת כי אני זקנתי ואשתי באה בימים׃
19 ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ବରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି।
ויען המלאך ויאמר אליו אני גבריאל העומד לפני האלהים ושלוח אנכי לדבר אליך ולבשרך את זאת׃
20 ଦେଖ, ଏହି ସମସ୍ତ ନ ଘଟିବା ଦିନ ପର୍ଯ୍ୟନ୍ତ ତୁମ୍ଭେ ନୀରବ ରହି କଥା କହି ପାରିବ ନାହିଁ, କାରଣ ମୋହର ଯେଉଁ ସବୁ ବାକ୍ୟ ଯଥା ସମୟରେ ସଫଳ ହେବ, ସେହିସବୁ ତୁମ୍ଭେ ବିଶ୍ୱାସ କଲ ନାହିଁ।
והנה תאלם ולא תוכל לדבר עד היום אשר תהיה זאת תחת כי לא האמנת בדברי אשר ימלאו למועדם׃
21 ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ।
והעם היה מחכה לזכריה ויתמהו כי אחר בהיכל׃
22 କିନ୍ତୁ ସେ ବାହାରି ଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଅଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ।
ויהי בצאתו לא יכל לדבר אליהם וידעו כי מראה ראה בהיכל וירמז להם ועודנו נאלם׃
23 ପରେ ତାହାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ।
ויהי כאשר מלאו ימי עבדתו וילך לו אל ביתו׃
24 ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲୀଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ,
ויהי אחרי הימים האלה ותהר אלישבע אשתו ותתחבא חמשה חדשים ותאמר׃
25 ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋʼ ପ୍ରତି ଏପରି କରିଅଛନ୍ତି।
ככה עשה לי יהוה בימי פקדו אותי לאסף את חרפתי בתוך בני אדם׃
26 ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ବରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ;
ויהי בחדש הששי וישלח המלאך גבריאל מאת האלהים גלילה אל עיר אשר שמה נצרת׃
27 ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ।
אל בתולה מארשה לאיש אשר שמו יוסף מבית דוד ושם הבתולה מרים׃
28 ସେ ଗୃହରେ ପ୍ରବେଶ କରି ତାହାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ।
ויבא המלאך אליה החדרה ויאמר שלום לך אשת חן יהוה עמך ברוכה את בנשים׃
29 କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ବିଚାର କରିବାକୁ ଲାଗିଲେ।
והיא בראותה נבהלה לדברו ותאמר בלבה מה היא הברכה הזאת׃
30 ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ।
ויאמר לה המלאך אל תיראי מרים כי מצאת חן לפני האלהים׃
31 ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।
והנך הרה וילדת בן וקראת את שמו ישוע׃
32 ସେ ମହାନ ହେବେ ଓ ମହାନ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ବର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ,
והוא גדול יהיה ובן עליון יקרא ויהוה אלהים יתן לו את כסא דוד אביו׃
33 ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ। (aiōn g165)
ועל בית יעקב ימלך לעולם ועד ולמלכותו אין קץ׃ (aiōn g165)
34 କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ? ମୁଁ ତ ପୁରୁଷକୁ ଜାଣେ ନାହିଁ।
ותאמר מרים אל המלאך איך תהיה זאת ואני אינני ידעת איש׃
35 ଦୂତ ତାହାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।
ויען המלאך ויאמר אליה רוח הקדש תבוא עליך וגבורת עליון תצל עליך על כן גם לקדוש הילוד יקרא בן אלהים׃
36 ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି। ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି;
והנה אלישבע קרובתך אשר קראו לה עקרה גם היא הרתה בן בזקנתה וזה לה החדש הששי׃
37 କାରଣ ଈଶ୍ବରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ।
כי לא יפלא מאלהים כל דבר׃
38 ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋʼ ପ୍ରତି ଘଟୁ। ତାହା ପରେ ଦୂତ ତାହାଙ୍କ ନିକଟରୁ ପ୍ରସ୍ଥାନ କଲେ।
ותאמר מרים הנני שפחת יהוה יהי לי כדברך ויצא מאתה המלאך׃
39 ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳର ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ,
ותקם מרים בימים ההם ותמהר ללכת ההרה אל עיר יהודה׃
40 ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ।
ותבא בית זכריה ותברך את אלישבע׃
41 ଆଉ, ଏଲୀଶାବେଥ ମରୀୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାହାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ
ויהי כשמע אלישבע את ברכת מרים וירקד הילד במעיה ותמלא אלישבע רוח הקדש׃
42 ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ।
ותקרא בקול גדול ותאמר ברוכה את בנשים וברוך פרי בטנך׃
43 ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା?
ומאין לי זאת אשר אם אדני באה אלי׃
44 କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋʼ କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋʼ ଗର୍ଭରେ ଉଲ୍ଲାସରେ ନାଚି ଉଠିଲା।
כי קול ברכתך בא באזני והנה רקד בשמחה הילד במעי׃
45 ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ।
ואשרי המאמינה כי המלא תמלא אשר דבר לה מאת יהוה׃
46 ଏଥିରେ ମରୀୟମ କହିଲେ, “ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି,
ותאמר מרים רוממה נפשי את יהוה׃
47 ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି;
ותגל רוחי באלהי ישעי׃
48 କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି। ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ,
אשר ראה בעני אמתו כי הנה מעתה כל הדרות יאשרוני כי גדלות עשה לי שדי וקדוש שמו׃
49 କାରଣ ଯେ ଶକ୍ତିମାନ, ସେ ମୋʼ ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର,
50 ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ।
וחסדו לדור דורים על יראיו׃
51 ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଙ୍କାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି;
גבורות עשה בזרעו פזר גאים במזמות לבבם׃
52 ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି,
הרס נדיבים מכסאותו וירם שפלים׃
53 ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି।
רעבים מלא טוב ועשירים שלח ריקם׃
54 ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଉକ୍ତ ତାହାଙ୍କର ବାକ୍ୟାନୁସାରେ, ସେ ଅବ୍ରହାମ ଓ ତାହାଙ୍କ ସନ୍ତାନମାନଙ୍କ ପ୍ରତି,
תמך בישראל עבדו לזכר את רחמיו׃
55 ଯୁଗେ ଯୁଗେ ଦୟା ସ୍ମରଣ କରିବା ନିମନ୍ତେ ଆପଣଙ୍କ ଦାସ ଇସ୍ରାଏଲର ଉପକାର କରିଅଛନ୍ତି।” (aiōn g165)
כאשר דבר אל אבותינו לאברהם ולזרעו עד עולם׃ (aiōn g165)
56 ଆଉ ମରୀୟମ ପ୍ରାୟ ତିନି ମାସ ତାହାଙ୍କ ସହିତ ରହି ଆପଣା ଗୃହକୁ ଫେରିଗଲେ।
ותשב מרים עמה כשלשה חדשים ותשב לביתה׃
57 ପରେ ଏଲୀଶାବେଥଙ୍କ ପ୍ରସବ କାଳ ଉପସ୍ଥିତ ହୁଅନ୍ତେ ସେ ଗୋଟିଏ ପୁତ୍ର ପ୍ରସବ କଲେ,
וימלאו ימי אלישבע ללדת ותלד בן׃
58 ଆଉ ପ୍ରଭୁ ଯେ ତାହାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାହାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାହାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ।
וישמעו שכניה וקרוביה כי הגדיל יהוה את חסדו עמה וישמחו אתה׃
59 ଆଠ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ।
ויהי ביום השמיני ויבאו למול את הילד ויקראו אתו זכריה על שם אביו׃
60 କିନ୍ତୁ ତାହାର ମାତା ଉତ୍ତର ଦେଲେ, ନାହିଁ, ତାହାର ନାମ ଯୋହନ ହେବ।
ותען אמו ותאמר לא כי יוחנן יקרא׃
61 ସେମାନେ ତାହାଙ୍କୁ କହିଲେ, ତୁମ୍ଭର ସମ୍ପର୍କୀୟମାନଙ୍କ ମଧ୍ୟରେ ତ କାହାର ଏହି ନାମ ନାହିଁ।
ויאמרו אליה אין איש במשפחתך אשר נקרא בשם הזה׃
62 ଏଥିରେ ତାହାକୁ କେଉଁ ନାମ ଦିଆଯିବ ବୋଲି ତାହାର ପିତା ଇଚ୍ଛା କରୁଅଛନ୍ତି, ତାହା ସଙ୍କେତ କରି ପଚାରିବାକୁ ଲାଗିଲେ।
וירמזו אל אביו לדעת מה השם אשר יחפץ להקרא לו׃
63 ତହିଁରେ ସେ ଖଣ୍ଡେ ଲିଖନ ପଟା ମାଗି ଏହା ଲେଖିଲେ, ତାହାର ନାମ ଯୋହନ। ଏଥିରେ ସମସ୍ତେ ଚକିତ ହେଲେ।
וישאל לוח ויכתב עליו לאמר יוחנן שמו ויתמהו כלם׃
64 ଆଉ ସେହିକ୍ଷଣି ତାହାଙ୍କ ମୁଖ ଓ ଜିହ୍ୱା ଫିଟିଗଲା ଏବଂ ସେ କଥା କହି ଈଶ୍ବରଙ୍କ ପ୍ରଶଂସା କରିବାକୁ ଲାଗିଲେ।
ויפתח פיו ולשונו פתאם וידבר ויברך את האלהים׃
65 ଏଥିରେ ସେମାନଙ୍କ ପ୍ରତିବାସୀ ସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହି ସମସ୍ତ କଥା ଯିହୂଦିୟା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକହି ହେଲେ,
ותפל אימה על כל שכניהם ויספר כל הדברים האלה בכל הרי יהודה׃
66 ପୁଣି, ଶୁଣିବା ଲୋକ ସମସ୍ତେ ସେହିସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କଅଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ।
וישימו כל השמעים אל לבם לאמר מה אפוא יהיה הילד הזה ויד יהוה היתה עמו׃
67 ଆଉ, ତାହାର ପିତା ଜିଖରୀୟ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଏହି ଭାବବାଣୀ କହିଲେ,
וימלא זכריה אביו רוח הקדש וינבא לאמר׃
68 “ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ବର, କାରଣ ସେ କୃପାଦୃଷ୍ଟି କରି, ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;
ברוך יהוה אלהי ישראל כי פקד את עמו וישלח לו פדות׃
69 ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,
וירם לנו קרן ישועה בבית דוד עבדו׃
70 ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ, (aiōn g165)
כאשר דבר בפי נביאיו הקדושים אשר מעולם׃ (aiōn g165)
71 ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି,
ישועה מאיבינו ומיד כל שנאינו׃
72 ଯେପରି ସେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,
לעשות חסד עם אבותינו ולזכר את ברית קדשו׃
73 ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ନିକଟରେ ଯେଉଁ ଶପଥ କରିଥିଲେ, ଆପଣାର ସେହି ପବିତ୍ର ନିୟମ ସ୍ମରଣ କରନ୍ତି,
את השבועה אשר נשבע לאברהם אבינו׃
74 ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ,
להצילנו מיד איבינו ולתתנו לעבדו בלי פחד׃
75 ପବିତ୍ରତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି।
בתמים ובצדקה לפניו כל ימי חיינו׃
76 ଆଉ ହେ ଶିଶୁ, ତୁ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;
ואתה הילד נביא עליון תקרא כי לפני יהוה תלך לפנות את דרכיו׃
77 କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ,
לתת דעת הישועה לעמו בסליחת חטאתיהם׃
78 ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ, ଆମ୍ଭମାନଙ୍କ ଈଶ୍ବରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ, ସ୍ୱର୍ଗରୁ ଆମ୍ଭମାନଙ୍କ ପ୍ରତି ଊର୍ଦ୍ଧ୍ୱରୁ ସୂର୍ଯ୍ୟୋଦୟ ହେବ,
ברחמי חסד אלהינו אשר בהם פקדנו הנגה ממרום׃
79 ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ୱାରା ପରିତ୍ରାଣ ଜ୍ଞାନ ଦେବା ନିମନ୍ତେ ତୁ (ବାପ୍ତିଜକ ଯୋହନ) ତାହାଙ୍କ ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ।”
להאיר לישבי חשך וצלמות ולהכין את רגלינו אל דרך השלום׃
80 ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ।
ויגדל הילד ויחזק ברוח ויהי במדברות עד יום הראתו אל ישראל׃

< ଲୂକ 1 >