< ଲୂକ 11 >

1 ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଅନ୍ତୁ।
Et factum est: cum esset in quodam loco orans, ut cessavit, dixit unus ex discipulis ejus ad eum: Domine, doce nos orare, sicut docuit et Joannes discipulos suos.
2 ଏଥିରେ ସେ ସେମାନଙ୍କୁ କହିଲେ, “ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ‘ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। ତୁମ୍ଭର ରାଜ୍ୟ ଆସୁ।
Et ait illis: Cum oratis, dicite: Pater, sanctificetur nomen tuum. Adveniat regnum tuum.
3 ପ୍ରତିଦିନ ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।
Panem nostrum quotidianum da nobis hodie.
4 ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧୀକୁ କ୍ଷମା କରୁ। ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ।’”
Et dimitte nobis peccata nostra, siquidem et ipsi dimittimus omni debenti nobis. Et ne nos inducas in tentationem.
5 ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି, ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ, ‘ହେ ବନ୍ଧୁ, ମୋତେ ତିନୋଟି ରୁଟି ଉଧାର ଦିଅ,
Et ait ad illos: Quis vestrum habebit amicum, et ibit ad illum media nocte, et dicet illi: Amice, commoda mihi tres panes,
6 କାରଣ ମୋହର ଜଣେ ପଥିକ ବନ୍ଧୁ ମୋʼ ନିକଟକୁ ଆସିଅଛନ୍ତି, ତାହାଙ୍କୁ ଖାଦ୍ୟ ପରିବେଷଣ କରିବା ପାଇଁ ମୋʼ ପାଖରେ କିଛି ନାହିଁ,’
quoniam amicus meus venit de via ad me, et non habeo quod ponam ante illum,
7 ଆଉ ସେ ଭିତରୁ ଏପରି ଉତ୍ତର ଦେବ, ‘ମୋତେ କଷ୍ଟ ଦିଅ ନାହିଁ; ଦ୍ୱାର ବନ୍ଦ ହେଲାଣି, ଆଉ ମୋହର ପିଲାମାନେ ମୋʼ ସାଙ୍ଗରେ ଶୋଇଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ?’
et ille de intus respondens dicat: Noli mihi molestus esse, jam ostium clausum est, et pueri mei mecum sunt in cubili: non possum surgere, et dare tibi.
8 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଯଦ୍ୟପି ତାହାର ବନ୍ଧୁ ହେବାରୁ ଉଠି ନ ଦେବ, ତଥାପି ସେ ଥରକୁଥର ମାଗିବାରୁ ସେ ଉଠି, ତାହାର ଯେତେ ଆବଶ୍ୟକ, ତାହାକୁ ସେତେ ଦେବ।
Et si ille perseveraverit pulsans: dico vobis, etsi non dabit illi surgens eo quod amicus ejus sit, propter improbitatem tamen ejus surget, et dabit illi quotquot habet necessarios.
9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇ ଦିଆଯିବ।
Et ego dico vobis: Petite, et dabitur vobis; quærite, et invenietis; pulsate, et aperietur vobis.
10 କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଦ୍ୱାର ଫିଟାଇଦିଆଯିବ।
Omnis enim qui petit, accipit: et qui quærit, invenit: et pulsanti aperietur.
11 ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ?
Quis autem ex vobis patrem petit panem, numquid lapidem dabit illi? aut piscem, numquid pro pisce serpentem dabit illi?
12 କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ?
aut si petierit ovum, numquid porriget illi scorpionem?
13 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ!”
Si ergo vos, cum sitis mali, nostis bona data dare filiis vestris: quanto magis Pater vester de cælo dabit spiritum bonum petentibus se?
14 ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା। ଭୂତ ବାହାରିଗଲା ପରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚକିତ ହେଲେ।
Et erat ejiciens dæmonium, et illud erat mutum. Et cum ejecisset dæmonium, locutus est mutus, et admiratæ sunt turbæ.
15 କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତ ଛଡ଼ାଏ।
Quidam autem ex eis dixerunt: In Beelzebub principe dæmoniorum ejicit dæmonia.
16 ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ।
Et alii tentantes, signum de cælo quærebant ab eo.
17 କିନ୍ତୁ ସେ ସେମାନଙ୍କ ମନର ଭାବ ଜାଣି ସେମାନଙ୍କୁ କହିଲେ, “ଯେକୌଣସି ରାଜ୍ୟ ଭାଗ ଭାଗ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇ ଯାଏ, ପୁଣି, ଗୃହ ଗୃହ ଉପରେ ପଡ଼େ।
Ipse autem ut vidit cogitationes eorum, dixit eis: Omne regnum in seipsum divisum desolabitur, et domus supra domum cadet.
18 ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? ମୁଁ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ।
Si autem et Satanas in seipsum divisus est, quomodo stabit regnum ejus? quia dicitis in Beelzebub me ejicere dæmonia.
19 କିନ୍ତୁ ମୁଁ ଯେବେ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି? ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ।
Si autem ego in Beelzebub ejicio dæmonia: filii vestri in quo ejiciunt? ideo ipsi judices vestri erunt.
20 କିନ୍ତୁ ମୁଁ ଯଦି ଈଶ୍ବରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।
Porro si in digito Dei ejicio dæmonia: profecto pervenit in vos regnum Dei.
21 ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ;
Cum fortis armatus custodit atrium suum, in pace sunt ea quæ possidet.
22 କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ, ସେତେବେଳେ ଯେଉଁ ଅସ୍ତ୍ର ଉପରେ ତାହାର ଭରସା ଥିଲା, ସେହିସବୁ ସେ ଛଡ଼ାଇ ନିଏ, ପୁଣି, ତାହାର ଲୁଟ କରିଥିବା ଧନସମ୍ପତ୍ତି ବାଣ୍ଟିନିଏ।
Si autem fortior eo superveniens vicerit eum, universa arma ejus auferet, in quibus confidebat, et spolia ejus distribuet.
23 ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ; ପୁଣି, ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ।”
Qui non est mecum, contra me est: et qui non colligit mecum, dispergit.
24 “ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଯିବା ପରେ ବିଶ୍ରାମ କରିବା ପାଇଁ ଜଳ ନ ଥିବା ସ୍ଥାନ ସବୁ ଭ୍ରମଣ କରି ଖୋଜେ, ଆଉ ତାହା ନ ପାଇ କହେ, ମୁଁ ଯେଉଁ ଘରୁ ବାହାରି ଆସିଥିଲି, ‘ମୋହର ସେହି ଘରକୁ ଫେରିଯିବି;’
Cum immundus spiritus exierit de homine, ambulat per loca inaquosa, quærens requiem: et non inveniens dicit: Revertar in domum meam unde exivi.
25 ପୁଣି, ସେ ଆସି ତାହା ପରିଷ୍କାର ହୋଇଥିବା ଦେଖେ।
Et cum venerit, invenit eam scopis mundatam, et ornatam.
26 ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟି ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।”
Tunc vadit, et assumit septem alios spiritus secum, nequiores se, et ingressi habitant ibi. Et fiunt novissima hominis illius pejora prioribus.
27 ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲା, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ।
Factum est autem, cum hæc diceret: extollens vocem quædam mulier de turba dixit illi: Beatus venter qui te portavit, et ubera quæ suxisti.
28 ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”
At ille dixit: Quinimmo beati, qui audiunt verbum Dei et custodiunt illud.
29 ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ, “ଏହି କାଳର ଲୋକମାନେ ଦୁଷ୍ଟ; ଏମାନେ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।
Turbis autem concurrentibus cœpit dicere: Generatio hæc, generatio nequam est: signum quærit, et signum non dabitur ei, nisi signum Jonæ prophetæ.
30 କାରଣ ଯୂନସ ଯେପରି ନୀନିବୀ ସହରର ଲୋକମାନଙ୍କ ପ୍ରତି ଚିହ୍ନ ଭଳି ହେଲେ, ମନୁଷ୍ୟପୁତ୍ର ମଧ୍ୟ ସେହିପରି ଏହି ଯୁଗର ଲୋକମାନଙ୍କ ପ୍ରତି ହେବେ।
Nam sicut fuit Jonas signum Ninivitis, ita erit et Filius hominis generationi isti.
31 ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ଯୁଗର ଲୋକମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ; ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।
Regina austri surget in judicio cum viris generationis hujus, et condemnabit illos: quia venit a finibus terræ audire sapientiam Salomonis: et ecce plus quam Salomon hic.
32 ନୀନିବୀ ସହରର ଲୋକମାନେ ବିଚାରରେ ଏହି ଯୁଗର ଲୋକମାନଙ୍କ ସହିତ ଉଠି ସେମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କରିଥିଲେ; ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”
Viri Ninivitæ surgent in judicio cum generatione hac, et condemnabunt illam: quia pœnitentiam egerunt ad prædicationem Jonæ, et ecce plus quam Jonas hic.
33 “କେହି ଦୀପ ଜାଳି ଗୁପ୍ତ କୋଠରୀରେ କିମ୍ବା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।
Nemo lucernam accendit, et in abscondito ponit, neque sub modio: sed supra candelabrum, ut qui ingrediuntur, lumen videant.
34 ତୁମ୍ଭର ଚକ୍ଷୁ ଶରୀରର ପ୍ରଦୀପ। ଯେତେବେଳେ ତୁମ୍ଭର ଚକ୍ଷୁ ନିର୍ମଳ ଥାଏ, ସେତେବେଳେ ତୁମ୍ଭର ସମସ୍ତ ଶରୀର ମଧ୍ୟ ଆଲୋକମୟ ହୁଏ; କିନ୍ତୁ ଯେତେବେଳେ ତାହା ଦୂଷିତ ଥାଏ, ସେତେବେଳେ ତୁମ୍ଭର ଶରୀର ମଧ୍ୟ ଅନ୍ଧକାରମୟ ହୁଏ।
Lucerna corporis tui est oculus tuus. Si oculus tuus fuerit simplex, totum corpus tuum lucidum erit: si autem nequam fuerit, etiam corpus tuum tenebrosum erit.
35 ଅତଏବ ସାବଧାନ, ଯେପରି ତୁମ୍ଭ ଅନ୍ତରରେ ଥିବା ଆଲୋକ ଅନ୍ଧାର ନ ହୁଏ।
Vide ergo ne lumen quod in te est, tenebræ sint.
36 ଏଣୁ ଯଦି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହୁଏ ଓ ସେଥିର କୌଣସି ଅଂଶ ଅନ୍ଧକାରମୟ ନ ଥାଏ, ତାହାହେଲେ ପ୍ରଦୀପ ଯେପରି ତୁମ୍ଭକୁ ଉଜ୍ଜ୍ୱଳ ଆଲୋକରେ ଆଲୋକିତ କରେ, ସେହିପରି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।”
Si ergo corpus tuum totum lucidum fuerit, non habens aliquam partem tenebrarum, erit lucidum totum, et sicut lucerna fulgoris illuminabit te.
37 ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ।
Et cum loqueretur, rogavit illum quidam pharisæus ut pranderet apud se. Et ingressus recubuit.
38 କିନ୍ତୁ ଭୋଜନ କରିବା ପୂର୍ବେ ସେ ଯେ ପ୍ରଥମେ ଧୋଇ ନ ଥିଲେ, ଏହା ଦେଖି ସେହି ଫାରୂଶୀ ଚମତ୍କୃତ ହେଲେ।
Pharisæus autem cœpit intra se reputans dicere, quare non baptizatus esset ante prandium.
39 ସେଥିରେ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳିର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଓ ଦୁଷ୍ଟତାରେ ପରିପୂର୍ଣ୍ଣ।
Et ait Dominus ad illum: Nunc vos pharisæi, quod deforis est calicis et catini, mundatis: quod autem intus est vestrum, plenum est rapina et iniquitate.
40 ହେ ନିର୍ବୋଧମାନେ, ଯେ ବାହାର ସୃଷ୍ଟି କଲେ, ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ?
Stulti! nonne qui fecit quod deforis est, etiam id quod deintus est fecit?
41 ବରଂ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।
Verumtamen quod superest, date eleemosynam: et ecce omnia munda sunt vobis.
42 କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଓ ଈଶ୍ବରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ।
Sed væ vobis, pharisæis, quia decimatis mentham, et rutam, et omne olus, et præteritis judicium et caritatem Dei: hæc autem oportuit facere, et illa non omittere.
43 ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ସମାଜଗୃହରେ ପ୍ରଧାନ ଆସନ ଓ ହାଟବଜାରରେ ନମସ୍କାର ପାଇବାକୁ ଭଲ ପାଅ।
Væ vobis, pharisæis, quia diligitis primas cathedras in synagogis, et salutationes in foro.
44 ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଦେଖାଯାଉ ନ ଥିବା କବର ତୁଲ୍ୟ; ତାହା ଉପରେ ଚାଲୁଥିବା ଲୋକମାନେ ତାହା ସମାଧି ବୋଲି ଜାଣନ୍ତି ନାହିଁ।”
Væ vobis, quia estis ut monumenta, quæ non apparent, et homines ambulantes supra, nesciunt.
45 ଏଥିରେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି।
Respondens autem quidam ex legisperitis, ait illi: Magister, hæc dicens etiam contumeliam nobis facis.
46 ସେ କହିଲେ, “ହାୟ, ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ଉପରେ ଦୁର୍ବହ ଭାର ଲଦୁଥାଅ ଏବଂ ନିଜେ ଗୋଟିଏ ଅଙ୍ଗୁଳି ଦେଇ ତାହା ସ୍ପର୍ଶ କରୁ ନ ଥାଅ।
At ille ait: Et vobis legisperitis væ: quia oneratis homines oneribus, quæ portare non possunt, et ipsi uno digito vestro non tangitis sarcinas.
47 ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ତିଆରି କରୁଥାଅ, କିନ୍ତୁ ତୁମ୍ଭମାନଙ୍କ ପିତୃ-ପୁରୁଷମାନେ ସେମାନଙ୍କୁ ବଧ କରିଥିଲେ।
Væ vobis, qui ædificatis monumenta prophetarum: patres autem vestri occiderunt illos.
48 ଅତଏବ ତୁମ୍ଭମାନଙ୍କ ପିତୃ-ପୁରୁଷଙ୍କ କର୍ମ ବିଷୟରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର କବର ସ୍ତମ୍ଭ ତିଆରି କରୁଥାଅ।
Profecto testificamini quod consentitis operibus patrum vestrorum: quoniam ipsi quidem eos occiderunt, vos autem ædificatis eorum sepulchra.
49 ତେଣୁ ଈଶ୍ବର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପଠାଇବୁ; ସେମାନଙ୍କ ମଧ୍ୟରୁ କାହା କାହାକୁ ସେମାନେ ବଧ କରିବେ ଓ କାହା କାହାକୁ ତାଡ଼ନା କରିବେ,
Propterea et sapientia Dei dixit: Mittam ad illos prophetas, et apostolos, et ex illis occident, et persequentur:
50 ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,
ut inquiratur sanguis omnium prophetarum, qui effusus est a constitutione mundi a generatione ista,
51 ସେସବୁର ପରିଶୋଧ ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ।
a sanguine Abel, usque ad sanguinem Zachariæ, qui periit inter altare et ædem. Ita dico vobis, requiretur ab hac generatione.
52 ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ।”
Væ vobis, legisperitis, quia tulistis clavem scientiæ: ipsi non introistis, et eos qui introibant, prohibuistis.
53 ଆଉ, ସେ ସେଠାରୁ ବାହାରିଗଲା ପରେ ଶାସ୍ତ୍ରୀ ଓ ଫାରୂଶୀମାନେ ଅତିଶୟ ଈର୍ଷା କରି
Cum autem hæc ad illos diceret, cœperunt pharisæi et legisperiti graviter insistere, et os ejus opprimere de multis,
54 ତାହାଙ୍କ ମୁଖର କୌଣସି କଥା ଧରିବା ନିମନ୍ତେ ଫାନ୍ଦ ପକାଇ ତାହାଙ୍କୁ ଅନେକ ବିଷୟରେ ପ୍ରଶ୍ନ ପଚାରିବାକୁ ଲାଗିଲେ।
insidiantes ei, et quærentes aliquid capere de ore ejus, ut accusarent eum.

< ଲୂକ 11 >