< ଲୂକ 13 >

1 ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିଷୟରେ ଯୀଶୁଙ୍କୁ ଜଣାଇଲେ।
Ni wakati wowow pabile ni baadhi ya bandu babamtaarifu husu Agalilaya ambabo Pilato atikuabulaga ni yangabana damu yabe ni sadaka yabe.
2 ସେଥିରେ ସେ ସେମାନଙ୍କୁ ଉତ୍ତର ଦେଲେ, “ଏହାସବୁ ଭୋଗ କରିବାରୁ ଏହି ଗାଲିଲୀୟମାନେ ଅନ୍ୟ ସମସ୍ତ ଗାଲିଲୀୟମାନଙ୍କ ଅପେକ୍ଷା ଅଧିକ ପାପୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?
Yesu atiyangwa ni kuabakiya, buli mukita kuwa Agalilaya abo babi dhambi kuliko Agalilaya bengi boti nga maana bapatilwe ni mabaya go?
3 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ।
Nyoo kwaa, nenda kuabakiya, lakini mana mutubu kwaa, ni mwenga mpaangamia nyonyo.
4 କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀ-ଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?
Au balo bandu komi ni nane katika Siloamu ambabo nnara watitumbuka ni waa nkati bembe babi bene dhambi muno kuliko bandu katika Yerusalemu.
5 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।”
Nyoo kwaa, ninga nibaya, mana ntubu kwaa, mwenga mwaboti mwa angania kae.
6 ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, “ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରିବୃକ୍ଷ ଲଗାଯାଇଥିଲା। ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ।
Yesu aabakiye mfano woo, mundu yumo abile ni mtini utipandilwa katika nn'gunda wake ni ayei pala matunda nnani yake lakini hapatike kwaa.
7 ତେଣୁ ସେ ମାଳୀକୁ କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରିବୃକ୍ଷରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି?
Aamakiye ywa atunza nng'unda, linga kwa miaka itatu nitiicha ni paya pala matunda muntini we lakini mbatike kwaa. uukate, kwani ulete uhalibifu wa bui?
8 ମାତ୍ର ସେ ତାହାଙ୍କୁ ଉତ୍ତର ଦେଲା, ‘ପ୍ରଭୁ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି,
Ywatunza nng'unda ayangwi ni baya uleke mwaka wono linga ni niukulugii ni kubikya mbolea panani yake.
9 ଆଉ ପରେ ଫଳ ହୁଏତ ଭଲ, ନୋହିଲେ ତାହାକୁ ହାଣିପକାଇବେ।’”
Mana upambike matunda mwaka wauicha ya panga vizuri, lakini mana upambike kwaa, waukate!”
10 ଥରେ ସେ ବିଶ୍ରାମବାର ଦିନରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ।
Tumbwe Yesu endefundisha katika yumo nkati ga masinagogi wakati wa sabato.
11 ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍‌ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରିପାରୁ ନ ଥିଲା।
Linga abile mao yumo ambaye kwa miaka komi ni mitano abile ni roho nchapu ywa udhaifu, ni ywembe abile atipinda ni ntopo uwezo kabisa wa yima.
12 ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, “ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ।”
Yesu atikumona, atikumkema amakiye “Mao, ubekilwe huru bukana na udhaifu wako.”
13 ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା।
Abekite maboko gake kunani yake, ni mara yiga yake yatikuinyosha ni atikuntunza Nnongo.
14 କିନ୍ତୁ ଯୀଶୁ ବିଶ୍ରାମବାର ଦିନରେ ସୁସ୍ଥ କରିବାରୁ ସମାଜଗୃହର ଅଧ୍ୟକ୍ଷ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହିସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାର ଦିନରେ ଆସ ନାହିଁ।
Lakini nkolo wa Sinagogi atikachilika kwa sababu Yesu atikumponya lichuba lya sabato. Nga nyo ntawala ayangwi abakiye makutano, “kui na machoba sita ambago lazima panga kachi. Muiche kuaponya basi, katika lichuba lya sabato kwaa.
15 କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, “ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାର ଦିନରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ?
Bwana ayangwi na baya, “mwanafiki! ntopo kila yumo winu unyaghulya mbunda ywako au ngombe buka kyungulu ni kuaongoza kumpeleka nywa lichuba lya sabato?
16 ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇଥିବା ଅବ୍ରହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କଅଣ ବିଶ୍ରାମବାର ଦିନରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା?”
Nga nyo kae mwana wa Abrahamu, ambaye nchela atikuntaba kwa miaka komi ni minane, buli kipalikwe kwaa kifungo chake kana kiyoghulekwe lichuba lya sabato?”
17 ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ।
Pabile kabaya maneno aga, balo boti batikumpinga bamweni oni, bali makutano boti ba bengi batishangilia kwaajili ya makowe ga ajabu gagapangite.
18 ସେଥିରେ ସେ କହିଲେ, “ଈଶ୍ବରଙ୍କ ରାଜ୍ୟ କାହା ପରି? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି?
Yesu abayite, “Ufalme wa Nnongo ulandana ni namani, ni niweza linganisha ni namani?
19 ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ।”
Ni kati mbeyu ya haradari ya itweti mundu yumo ni kuipanda munng'unda wake, ni kulaa panga mkongo nkolo ni iyuni ya kunani chenga ijumba yabe katika sambi yake.
20 ସେ ଆହୁରି କହିଲେ, “ମୁଁ କାହା ସହିତ ଈଶ୍ବରଙ୍କ ରାଜ୍ୟର ତୁଳନା କରିବି?
Kae abayite niulandaniye ni namani ufalme wa Nnongo?
21 ତାହା ଖମୀର ପରି, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା।”
Ni kati chachu ambayo mnwawa uitola ni kuiyangabana muilengo itatu ya bwembe hata umuka.”
22 ଏହାପରେ ସେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୂଶାଲମ ଆଡ଼କୁ ଯାତ୍ରା କରୁଥିଲେ।
Yesu atyanga kwaa kila mji ni kila kijiji kayenda Yerusalemu ni kuapundisha.
23 ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କଅଣ ଅଳ୍ପ? ସେଥିରେ ସେ ସେମାନଙ୍କୁ କହିଲେ,
Mundu yumo alokiye, “Ngwana, ni bandu achunu bai babakolelwa? hivyo atiabakiya,
24 “ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ।
“Muitaidi jingya pitya nnyango nchunu, kwasababu baingi bapaya ni bawecha kwaa jingya.
25 ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ‘ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ,’ ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ‘ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।’
Mara baada ya mwene nyumba yima ni jigala mnyango, basi mwayima panja ni kumbwa uli paniyango ni baya, “Ngwana, Ngwana, Utuyungulii ywembe ayangwa ni kuabakiya, nibatangite kwaa mwenga wala kwa mmoka.
26 ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି, ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ;
Nga mwa baya, “Twalile ni nywa nnongi yako ni wenga watipundisha katika mitaa yitu.'
27 ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋʼ ପାଖରୁ ଦୂର ହୁଅ।
Lakini ywembe an'yangwa, nenda kuabakiya, nibatangite kwaa, kwa mmoka, muboke kwango, mwenga mwa moanga malau!
28 ଯେତେବେଳେ ତୁମ୍ଭେମାନେ ଅବ୍ରହାମ, ଇସ୍‌ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ବରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।
Papanga ni kilio ni saga mino wakati mwababona Abrahamu, Isaka, Yakobo ni manabii boti katika ufalme wa Nnongo, lakini mwenga mwabene mutaikulilwe panja.
29 ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ବରଙ୍କ ରାଜ୍ୟରେ ଭୋଜନରେ ବସିବେ।
Baicha boka mashariki, magharibi, kaskazini, ni kusini, ni pumulya katika meza ya chakulya cha kitamunyo katika ufalme wa Nnongo.
30 ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ।”
Ni utange alee, wa mwisho nga wa kwanza ni wa kwanza apanga wa mwisho.”
31 ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି।
Muda nchunu baadaye, baadhi ya mafarisayo batiicha ni kummakiya, “Uyende ni ubuke paa kwa sababu Herode apala kukubulaga.”
32 ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ‘ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି।’
Yesu abayite, “muyende mukammakiye yolo kibweya, linga, nigabinga moka ni kuaponya lino ni malau, ni lichuba lya itatu naitimiza lyengo lyango.
33 ଯାହା ହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମ ସହରର ବାହାରେ ଭାବବାଦୀର ନିହତ ହେବା ଉଚିତ୍ ନୁହେଁ।”
Katika ali yoyoti, ni muhimu kwaajili yango yendelya lino, malau ni lichuba laliicha, kwa vile ikubalike kwaa kumulaga nabii kulipau ni Yerusalem.
34 “ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
Yerusalemu, Yerusalemu, nyai ywa abulaga manabii ni kuakumbwa maliwe balo babatumilwe kwinu. Mara ilenga mbala kubakusanya bana binu kati nguku mwa akusanya bana bake pai ya mapapaya gake lakini mwalipalike kwaa.
35 ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”
LInga nyumba yako ilekilwe, ni nee nendakuwabakia mngwecha kwaa kum'bona hata pampala baya Abarikiwe anywo ywa icha kwa lina lya Ngwana.”

< ଲୂକ 13 >