< ଲୂକ 14 >

1 ଥରେ ସେ ବିଶ୍ରାମବାର ଦିନରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ।
ئەوە بوو لە ڕۆژی شەممەدا کاتێک عیسا بۆ نانخواردن چووە ماڵی یەکێک لە سەرکردە فەریسییەکان، ئەوانەی لەوێ بوون چاودێرییان دەکرد.
2 ଆଉ ଦେଖ, ତାହାଙ୍କ ସମ୍ମୁଖରେ ଜଣେ ଜଳୋଦର ରୋଗରେ ପୀଡ଼ିତ ଲୋକ ଥିଲେ।
پیاوێکیش کە نەخۆشی ئاوبەندی هەبوو لە بەرامبەری بوو.
3 ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, “ବିଶ୍ରାମବାର ଦିନରେ ସୁସ୍ଥ କରିବା ବିଧିସଙ୍ଗତ କି ନୁହେଁ? କିନ୍ତୁ ସେମାନେ ନୀରବ ରହିଲେ।”
عیسا لە تەوراتناس و فەریسییەکانی پرسی: «ئایا لە ڕۆژی شەممەدا چاککردنەوە دروستە یان نا؟»
4 ପୁଣି, ସେ ତାହାକୁ ଧରି ସୁସ୍ଥ କଲେ ଓ ବିଦାୟ ଦେଲେ।
ئەوان بێدەنگ بوون. ئەویش کابرای گرت و چاکیکردەوە و بەڕێی کرد.
5 ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ମଧ୍ୟରୁ କେହି ଆପଣା ପୁଅ ବା ବଳଦ କୂଅରେ ପଡ଼ିଲେ କଅଣ ତାହାକୁ ବିଶ୍ରାମବାର ଦିନରେ ସେହିକ୍ଷଣି ଉଠାଇବ ନାହିଁ?”
پێی فەرموون: «کامەتان کوڕەکەی یان گایەکەی لە ڕۆژی شەممەدا بکەوێتە بیرەوە دەستبەجێ دەریناهێنێت؟»
6 ଆଉ ସେମାନେ ଏହି ସମସ୍ତ କଥାର କୌଣସି ଉତ୍ତର ଦେଇ ପାରିଲେ ନାହିଁ।
نەیانتوانی هیچ وەڵامێکی بدەنەوە.
7 ପୁଣି, ନିମନ୍ତ୍ରିତ ଲୋକମାନେ କେମିତି ପ୍ରଧାନ ପ୍ରଧାନ ଆସନ ବାଛୁଥିଲେ, ଏହା ଲକ୍ଷ୍ୟ କରି ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଇ କହିଲେ,
کاتێک تێبینی کرد چۆن بانگهێشتکراوان ڕیزی پێشەوە دەگرن، نموونەیەکی هێنایەوە و فەرمووی:
8 “ଯେତେବେଳେ ତୁମ୍ଭେ କୌଣସି ଲୋକ ଦ୍ୱାରା ବିବାହ ଭୋଜକୁ ନିମନ୍ତ୍ରିତ ହୁଅ, ସେତେବେଳେ ପ୍ରଧାନ ଆସନରେ ବସ ନାହିଁ, କାଳେ ତୁମ୍ଭଠାରୁ ଅଧିକ ମାନ୍ୟଗଣ୍ୟ ବ୍ୟକ୍ତି ତାହାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଥିବେ,
«کاتێک یەکێک بۆ شایی بانگهێشتت دەکات، لە ڕیزی پێشەوە دامەنیشە، نەوەک لە تۆ ڕێزدارتریشی بانگهێشت کردبێت.
9 ଆଉ ଯେ ତୁମ୍ଭକୁ ଓ ତାହାଙ୍କୁ ନିମନ୍ତ୍ରଣ କଲେ, ସେ ଆସି ତୁମ୍ଭକୁ କହିବେ, ‘ଏହାଙ୍କୁ ସ୍ଥାନ ଦିଅ;’ ଆଉ, ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ।
ئینجا ئەوەی تۆ و ئەوی بانگهێشت کردووە، دێت و پێت دەڵێ:”شوێنەکەت بۆ ئەمە چۆڵ بکە،“تۆش تەریق دەبیتەوە و ڕیزی دواوە دەگریت.
10 କିନ୍ତୁ ଯେତେବେଳେ ତୁମ୍ଭେ ନିମନ୍ତ୍ରିତ ହୁଅ, ସେତେବେଳେ ଯାଇ ନିମ୍ନତମ ସ୍ଥାନରେ ବସ, ଯେପରି ତୁମ୍ଭର ନିମନ୍ତ୍ରଣକାରୀ ବ୍ୟକ୍ତି ଆସି ତୁମ୍ଭକୁ କହିବେ, ‘ହେ ବନ୍ଧୁ, ଉଚ୍ଚତର ସ୍ଥାନକୁ ଆସ;’ ସେତେବେଳେ ତୁମ୍ଭ ସହିତ ଭୋଜନରେ ବସୁଥିବା ସମସ୍ତ ଲୋକଙ୍କ ଆଗରେ ତୁମ୍ଭର ଗୌରବ ହେବ।
بەڵام کاتێک بانگهێشت دەکرێیت بڕۆ لە دواوە دانیشە، تاوەکو کاتێک ئەوەی بانگهێشتی کردوویت، بێت و پێت بڵێت:”هاوڕێم، هەستە وەرە پێشەوە.“ئەوسا لەبەرچاوی هەموو ئەوانەی لەگەڵت دانیشتوون قەدرگران دەبیت.
11 କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”
بەم شێوەیە ئەوەی خۆی بەرز بکاتەوە نزم دەکرێتەوە، ئەوەش خۆی نزم بکاتەوە بەرز دەکرێتەوە.»
12 ପୁଣି, ସେ ଆପଣା ନିମନ୍ତ୍ରଣକାରୀଙ୍କୁ ମଧ୍ୟ କହିଲେ, “ଦିବସ ବା ରାତ୍ରିରେ ଭୋଜି ଦେଲେ ଆପଣା ବନ୍ଧୁ କି ଭାଇ କି ଆତ୍ମୀୟ କି ଧନୀ ପ୍ରତିବାସୀମାନଙ୍କୁ ନିମନ୍ତ୍ରଣ କର ନାହିଁ, କାଳେ ସେମାନେ ମଧ୍ୟ ଫେରି ତୁମ୍ଭକୁ ନିମନ୍ତ୍ରଣ କରିବେ ଓ ତୁମ୍ଭେ ପ୍ରତିଦାନ ପାଇବ।
ئینجا بەوەی گوت کە بانگهێشتی کردووە: «کاتێک نانی نیوەڕۆ یان ئێوارە ئامادە دەکەیت، هاوڕێ و برا و خزم و دراوسێ دەوڵەمەندەکانت بانگ مەکە، نەوەک ئەوانیش بانگت بکەنەوە، چاکەت بدەنەوە.
13 କିନ୍ତୁ ଭୋଜ ପ୍ରସ୍ତୁତ କଲେ ଦରିଦ୍ର, ପଙ୍ଗୁ, ଖଞ୍ଜ ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କର;
بەڵکو ئەگەر میواندارییەکت کرد، هەژار و پەککەوتە و شەل و کوێر بانگهێشت بکە.
14 ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ।”
خۆزگەت پێ دەخوازرێ، چونکە نییانە پاداشتت بدەنەوە، تۆش لە هەستانەوەی ڕاستودروستان پاداشت دەدرێیتەوە.»
15 ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଈଶ୍ବରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ।
یەکێک لە میوانەکان ئەمەی بیست و گوتی: «خۆزگە دەخوازرێت بەوەی لە شانشینی خودا نان دەخوات.»
16 କିନ୍ତୁ ସେ ତାହାଙ୍କୁ କହିଲେ, “ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ;
عیسا وەڵامی دایەوە: «کابرایەک شێوێکی گەورەی ئامادە کرد و خەڵکێکی زۆری بانگهێشت کرد.
17 ଆଉ, ଭୋଜନର ସମୟ ଉପସ୍ଥିତ ହୁଅନ୍ତେ, ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ, ‘ଆପଣମାନେ ଆସନ୍ତୁ, କାରଣ ସମସ୍ତ ପ୍ରସ୍ତୁତ ହେଲାଣି।’
لە کاتی نانخواردندا کۆیلەیەکی خۆی نارد تاکو بە بانگهێشتکراوان بڵێت:”فەرموون، ئێستا هەموو شتێک ئامادەیە.“
18 କିନ୍ତୁ ସମସ୍ତେ ଏକ ମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ। ପ୍ରଥମ ଜଣ ତାହାକୁ କହିଲେ, ‘ମୁଁ ଖଣ୍ଡେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର।’
«بەڵام هەموو وەک یەک داوای لێبوردنیان کرد. یەکەمیان پێی گوت:”کێڵگەیەکم کڕیوە و پێویستە بڕۆم بیبینم، تکایە لێم ببورە.“
19 ଆଉ ଜଣେ କହିଲା, ମୁଁ ପାଞ୍ଚ ହଳ ବଳଦ କିଣିଅଛି, ଆଉ ମୁଁ ସେମାନଙ୍କୁ ପରୀକ୍ଷା କରିବାକୁ ଯାଉଅଛି; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର।
«یەکێکی دیکە گوتی:”پێنج جووت گام کڕیوە و دەچم بزانم چۆنن، تکایە لێم ببورە.“
20 ଅନ୍ୟ ଜଣେ କହିଲା, ‘ମୁଁ ବିବାହ କରିଅଛି, ତେଣୁ ଯାଇ ପାରୁ ନାହିଁ।’
«یەکێکی دیکەشیان گوتی:”ژنم هێناوە، لەبەر ئەوە ناتوانم بێم.“
21 ପୁଣି, ସେହି ଦାସ ଆସି ଆପଣା ପ୍ରଭୁଙ୍କୁ ସେହିସବୁ ଜଣାଇଲା। ସେଥିରେ ଗୃହକର୍ତ୍ତା ରାଗିଯାଇ ଆପଣା ଦାସକୁ କହିଲେ, ‘ଶୀଘ୍ର ନଗରର ଦାଣ୍ଡ ଓ ଗଳିଗୁଡ଼ିକୁ ଯାଇ ଦରିଦ୍ର, ପଙ୍ଗୁ, ଅନ୍ଧ ଓ ଖଞ୍ଜମାନଙ୍କୁ ଏଠାକୁ ନେଇଆସ।’
«کۆیلەکەش هاتەوە و ئەمانەی بە گەورەکەی ڕاگەیاند. خاوەن ماڵ تووڕە بوو و بە کۆیلەکەی گوت:”خێرا بڕۆ بۆ شەقام و کۆڵانەکانی شار، هەژار و پەککەوتە و کوێر و شەلەکان بهێنە ئێرە.“
22 ପରେ ସେହି ଦାସ କହିଲା, ହେ ପ୍ରଭୁ, ଆପଣଙ୍କ ଆଦେଶ ଅନୁସାରେ କରାଯାଇଅଛି, ତଥାପି ଆହୁରି ସ୍ଥାନ ଅଛି।
«پاش ماوەیەک کۆیلەکە گەڕایەوە و گوتی:”گەورەم ئەوەی فەرمانت دا کرا، هێشتا شوێن ماوە.“
23 ସେଥିରେ ପ୍ରଭୁ ସେହି ଦାସକୁ କହିଲେ, ‘ରାଜଦାଣ୍ଡ ଓ ବାଡ଼ ଆଡ଼କୁ ଯାଇ ଲୋକମାନଙ୍କୁ ଆସିବା ପାଇଁ କୁହ, ଯେପରି ମୋହର ଗୃହ ପୂର୍ଣ୍ଣ ହୁଏ।’
«گەورەکە بە کۆیلەکەی گوت:”بڕۆ دەرەوە بۆ ڕێگا و ڕێچکەکان بە زۆر خەڵک بهێنە ژوورەوە، تاکو ماڵەکەم پڕبێت.
24 ଯେଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ନିମନ୍ତ୍ରିତ ଲୋକମାନଙ୍କ ମଧ୍ୟରୁ କେହି ମୋହର ଭୋଜର ଆସ୍ୱାଦ ପାଇବ ନାହିଁ।”
پێتان دەڵێم، لەوانەی بانگهێشت کرابوون کەس تامی شێوەکەم ناکات.“»
25 ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ଯାଉଥିଲେ, ଆଉ ସେ ବୁଲିପଡ଼ି ସେମାନଙ୍କୁ କହିଲେ,
خەڵکێکی زۆر لەگەڵ عیسا دەڕۆیشتن بە ڕێگادا، ئاوڕی دایەوە و پێی گوتن:
26 “କେହି ଯେବେ ମୋʼ ପାଖକୁ ଆସି ନିଜର ପିତା, ମାତା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ମୋʼଠାରୁ ଅଧିକ ପ୍ରିୟ ମନେ କରେ, ତେବେ ସେ ମୋହର ଶିଷ୍ୟ ହୋଇପାରେ ନାହିଁ।
«ئەگەر یەکێک بێتە لام و ڕقی لە دایک و باوکی، ژن و منداڵی، برا و خوشکەکانی نەبێتەوە، بگرە لە خۆشی، ناتوانێت ببێتە قوتابی من.
27 ଯେ କେହି ଆପଣା କ୍ରୁଶ ବହନ କରି ମୋହର ଅନୁସରଣ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।
ئەوەی خاچەکەی هەڵنەگرێت و دوام نەکەوێت، ناتوانێت ببێتە قوتابی من.
28 କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀ-ଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ?
«کێ لە ئێوە ئەگەر بیەوێت قوللەیەک دروستبکات، یەکەم جار دانانیشێت و خەرجییەکەی ناخەمڵێنێت، ئاخۆ ئەوەندەی هەیە بۆ تەواوکردنی؟
29 କାଳେ ସେ ମୂଳଦୁଆ ପଥର ବସାଇ ଶେଷ କରି ନ ପାରିଲେ, ଯେତେ ଲୋକ ତାହା ଦେଖିବେ, ସମସ୍ତେ ତାହାକୁ ପରିହାସ କରି କହିବାକୁ ଲାଗିବେ,
نەوەک بناغەکەی دابنێت و نەتوانێت تەواوی بکات، ئەوسا هەموو ئەوانەی دەیبینن گاڵتەی پێ دەکەن،
30 ଏ ଲୋକଟା ତିଆରି କରିବାକୁ ଆରମ୍ଭ କରି ଶେଷ କରିପାରିଲା ନାହିଁ।
دەڵێن:”ئەم پیاوە دەستی بە بینا دروستکردن کرد و نەیتوانی تەواوی بکات.“
31 କିମ୍ବା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ, କୋଡ଼ିଏ ହଜାର ସୈନ୍ୟ ଘେନି ତାହାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶ ହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ, ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ?
«یان چ پاشایەک دەچێتە شەڕی پاشایەکی دیکە و یەکەم جار دانانیشێت و ڕاوێژ ناکات، ئایا بە دە هەزار کەسەوە دەتوانێت بەرەنگاری ئەوە ببێتەوە کە بە بیست هەزارەوە دێتە سەری؟
32 ଯଦି ପାରନ୍ତି ନାହିଁ, ତେବେ ଅନ୍ୟ ରାଜା ଦୂରରେ ଥାଉ ଥାଉ ସେ ଦୂତ ପଠାଇ ସନ୍ଧି ପ୍ରାର୍ଥନା କରନ୍ତି।
ئەگینا خۆ تاکو دوورە، شاندێکی بۆ دەنێرێت و داوای ئاشتی دەکات.
33 ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।”
بەم شێوەیە، هەر یەکێکتان ئەگەر واز لە هەموو شتێک نەهێنێت کە هەیەتی، ناتوانێت ببێتە قوتابی من.
34 “ଲବଣ ତ ଉତ୍ତମ; କିନ୍ତୁ ଲବଣ ମଧ୍ୟ ଯଦି ସ୍ୱାଦ ଦିଏ ନାହିଁ, ତେବେ ତାହା କାହିଁରେ ସ୍ୱାଦଯୁକ୍ତ କରାଯିବ?
«خوێ باشە، بەڵام ئەگەر سوێرییەکەی نەما، چۆن تامە سوێرەکەی بۆ دەگەڕێندرێتەوە؟
35 ତାହା ଭୂମି କିମ୍ବା ଖତଗଦା ନିମନ୍ତେ ଯୋଗ୍ୟ ନୁହେଁ; ଲୋକେ ତାହା ବାହାରେ ଫୋପାଡ଼ି ଦିଅନ୍ତି। ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”
ئەوسا نە بەکەڵکی زەوی دێت و نە بەکەڵکی پەیین دێت، بەڵکو فڕێدەدرێتە دەرەوە. «ئەوەی گوێی هەیە بۆ بیستن، با ببیستێت.»

< ଲୂକ 14 >