< ଲୂକ 19 >

1 ପରେ ଯୀଶୁ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ।
Yesu aliingia na kupita katikati ya Yeriko.
2 ଆଉ ଦେଖ, ସେଠାରେ ଜଖୀୟ ନାମରେ ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କର ଆଦାୟକାରୀ ଓ ଧନୀ ଲୋକ।
Na hapo palikuwa na mtu mmoja aitwaye Zakayo. Ambaye alikuwa mkuu wa watoza ushuru tena mtu tajiri.
3 ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ।
Alikuwa anajaribu kumwona Yesu ni mtu wa namna gani, lakini hakuweza kuona kwa sababu ya umati wa watu, kwa kuwa alikuwa mfupi wa kimo.
4 ଏଣୁ ସେ ଆଗକୁ ଦୌଡ଼ିଯାଇ ଯୀଶୁଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡିମ୍ବିରିବୃକ୍ଷରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା।
Hivyo, alitangulia mbio mbele za watu, akapanda juu ya mkuyu ili aweze kumwona, kwa sababu Yesu alikaribia kupita njia hiyo.
5 ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ, “ଜଖୀୟ, ଶୀଘ୍ର ଓହ୍ଲାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ।”
Wakati Yesu alipofika mahali pale, aliangalia juu akamwambia, 'Zakayo, shuka upesi, maana leo ni lazima nishinde nyumbani mwako.'
6 ସେଥିରେ ସେ ଶୀଘ୍ର ଓହ୍ଲାଇ ଆସି ଆନନ୍ଦରେ ଯୀଶୁଙ୍କୁ ନିଜ ଘରକୁ ଡାକିଲେ।
Akafanya haraka, akashuka na kumkaribisha kwa furaha.
7 ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି।
Watu wote walipoona hayo, wakalalamika, wakisema, 'Amekwenda kumtembelea mtu mwenye dhambi.'
8 କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋହର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।
Zakayo akasimama akamwambia Bwana, Tazama Bwana nusu ya mali yangu nawapa maskini, na ikiwa nimemnyang'anya mtu yeyote kitu, nitamrudishia mara nne. '
9 ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, “ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ;
Yesu akamwambia, 'Leo wokovu umefika katika nyumba hii, kwa sababu yeye pia ni mwana wa Ibrahimu.
10 କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।”
Kwa maana Mwana wa Mtu amekuja kutafuta na kuokoa watu waliopotea. '
11 ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ବରଙ୍କ ରାଜ୍ୟ ଅତି ଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ।
Waliposikia hayo, aliendelea kuongea na alitoa mfano, kwa sababu alikuwa karibu na Yerusalemu, na wao walidhani ya kuwa ufalme wa Mungu ulikuwa karibu kuonekana mara moja.
12 ଏଣୁ ସେ କହିଲେ, “ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ।
Hivyo akawaambia, 'Ofisa mmoja alikwenda nchi ya mbali ili apokee ufalme na kisha aurudi.
13 ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶଗୋଟି ମୋହର ଦେଇ କହିଲେ, ମୋହର ଆସିବା ପର୍ଯ୍ୟନ୍ତ ବେପାର କର।
Aliwaita watumishi wake kumi, akawapa mafungu kumi, akawaambia, 'fanyeni biashara mpaka nitakaporudi.'
14 କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ।
Lakini wananchi wake walimchukia na hivyo wakatuma wajumbe waende kumfuata na kusema, 'Hatutaki mtu huyu atutawale.'
15 ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ।
Ikawa aliporudi nyumbani baada ya kufanywa mfalme, akaamuru wale watumishi aliokuwa amewaachia fedha waitwe kwake, apate kujua faida gani waliyoipata kwa kufanya biashara.
16 ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ଦଶଗୋଟି ମୋହର ଲାଭ କରିଅଛି।
Wa kwanza akaja, akasema, `Bwana, fungu lako limefanya mafungu kumi zaidi. '
17 ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ।
Huyo Ofisa akamwambia, Vema, mtumishi mwema. Kwa sababu ulikuwa mwaminifu katika jambo dogo, utakuwa na madaraka juu ya miji kumi. '
18 ପୁଣି, ଦ୍ୱିତୀୟ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ପାଞ୍ଚୋଟି ମୋହର ଲାଭ କରିଅଛି।
Wa pili akaja, akasema, 'Bwana, fungu lako limefanya mafungu matano.'
19 ସେ ତାହାକୁ ମଧ୍ୟ କହିଲେ, ତୁମ୍ଭେ ସୁଦ୍ଧା ପାଞ୍ଚଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ।
Huyo Afisa akamwambia, 'Chukua mamlaka juu ya miji mitano.'
20 ଆଉ ଜଣେ ଆସି କହିଲା, ପ୍ରଭୁ, ଦେଖନ୍ତୁ, ଏହି ଆପଣଙ୍କର ମୋହର, ମୁଁ ଏହା ଗାମୁଛାରେ ବାନ୍ଧି ରଖି ଦେଇଥିଲି;
Na mwingine akaja, akasema, `Bwana hii hapa fedha yako, ambayo niliihifadhi salama katika kitambaa,
21 କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି, ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି।
kwa maana niliogopa kwa sababu wewe ni mtu mkali. Unaondoa kile usichokiweka na kuvuna usichopanda. '
22 ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି। ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କଅଣ ଜାଣିଥିଲୁ?
Huyo Ofisa akamwambia, 'Kwa maneno yako mwenyewe, nitakuhukumu, ewe mtumishi mbaya. Ulijua kwamba mimi ni mtu mkali, nachukua nisichokiweka na kuvuna ambacho sikupanda.
23 ତେବେ ବ୍ୟାଙ୍କରେ କାହିଁକି ମୋହର ଧନ ରଖିଲୁ ନାହିଁ? ତାହାହେଲେ ମୁଁ ଆସି ସୁଧ ସହିତ ତାହା ଆଦାୟ କରିଥାଆନ୍ତି।
Basi, mbona hukuweka fedha yangu katika benki, ili nikirudi niichukue pamoja na faida?
24 ପୁଣି, ସେ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ, ଏହାଠାରୁ ଏହି ମୋହର ନେଇଯାଇ, ଯାହାର ଦଶ ମୋହର ଅଛି, ତାହାକୁ ଦିଅ।
Ofisa akawaambia watu waliokuwa wamesimama hapo, 'Mnyang'anyeni hilo fungu na kumpa yule mwenye mafungu kumi.'
25 ସେଥିରେ ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ତାହାର ତ ଦଶ ମୋହର ଅଛି।
Wakamwambia, `Bwana, yeye ana mafungu kumi. '
26 ‘ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକୌଣସି ଲୋକର ଅଛି, ତାହାକୁ ଅଧିକ ଦିଆଯିବ। କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ।
'Nawaambia, kila mtu ambaye anacho atapewa zaidi, lakini ambaye hana, hata kile alicho nacho kitachukuliwa.
27 କିନ୍ତୁ ମୋହର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋହର ସାକ୍ଷାତରେ ହତ୍ୟା କର।’”
Lakini hawa maadui zangu, ambao hawakutaka niwe Mfalme wao, waleteni hapa na kuwaua mbele yangu. ''
28 ଏହି ସମସ୍ତ କଥା କହି ଯୀଶୁ ଆଗକୁ ଯାଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ।
Baada ya kusema hayo, aliendelea mbele akipanda kwenda Yerusalemu.
29 ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବୈଥ୍‌ଫାଗୀ ଓ ବେଥନୀୟା ଗ୍ରାମ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,
Ikawa alipokaribia Bethfage na Bethania, karibu na mlima wa Mizeituni, aliwatuma wanafunzi wake wawili,
30 “ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ; ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ; ତାହାକୁ ଫିଟାଇ ନେଇଆସ।
akisema: `Nendeni katika kijiji cha jirani. Mkiingia, mtakuta mwana-punda hajapandwa bado. Mfungueni, mkamlete kwangu.
31 ଆଉ ଯଦି କେହି ତୁମ୍ଭମାନଙ୍କୁ ‘କାହିଁକି ଫିଟାଉଅଛ’ ବୋଲି ପଚାରେ, ତେବେ ଏପରି କହିବ, ‘କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି।’”
Kama mtu akiwauliza, `Mbona mnamfungua? ' Semeni, “Bwana anamhitaji. ''
32 ସେଥିରେ ପଠାଯାଇଥିବା ଲୋକେ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ।
Wale waliotumwa wakaenda wakamwona mwana-punda kama Yesu alivyokuwa amewaambia.
33 ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ମାଲିକମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ?
Walipokuwa wanamfungua mwana punda wamiliki wakawaambia, 'Kwa nini mnamfungua mwana punda huyu?'
34 ସେମାନେ କହିଲେ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି।
Wakasema, `Bwana anamhitaji. '
35 ପୁଣି, ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ।
Basi, wakampelekea Yesu, wakatandika nguo zao juu ya mwana punda na wakampandisha Yesu juu yake.
36 ଆଉ ସେ ଯାତ୍ରା କରୁଥିବା ସମୟରେ ଲୋକେ ବାଟରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ।
Alipokuwa akienda watu wakatandaza mavazi yao barabarani.
37 ପୁଣି, ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ, ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ମହତର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚସ୍ୱର କରି ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,
Alipokuwa anateremka mlima wa Mizeituni, jumuiya yote ya wanafunzi wakaanza kushangilia na kumtukuza Mungu kwa sauti kubwa, kwa sababu ya mambo makuu waliyoyaona,
38 ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା।
wakisema, 'Ndiye mbarikiwa Mfalme ajaye kwa jina la Bwana! Amani mbinguni, na utukufu juu!'
39 ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ।
Baadhi ya Mafarisayo katika mkutano wakamwambia, Mwalimu, wanyamazishe wanafunzi wako. '
40 ସେ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।”
Yesu akajibu, akasema, `Nawaambieni, kama hawa wakinyamaza, mawe yatapaza sauti. '
41 ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,
Yesu alipoukaribia mji aliulilia,
42 “ତୁ, ହଁ, ତୁ ହିଁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ! ମାତ୍ର ଏବେ ସେଗୁଡ଼ିକ ତୋʼ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି।
akisema, laiti ungelijua hata wewe, katika siku hii mambo ambayo yanayokuletea amani! Lakini sasa yamefichika machoni pako.
43 ଯେତେବେଳେ ଈଶ୍ବର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋʼ ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରି ଅବରୋଧ କରିବେ,
Kwa kuwa siku zinakuja ambapo adui zako watajenga boma karibu na wewe, na kukuzunguka na kukukandamiza kutoka kila upande.
44 ପୁଣି, ତୋତେ ଓ ତୋʼ ମଧ୍ୟରେ ଥିବା ତୋʼ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋʼ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋʼ ଉପରେ ଆସିବ।”
Watakuangusha chini wewe na watoto wako. Hawatakuachia hata jiwe moja juu ya jingine, kwa sababu haukutambua wakati Mungu alipokuwa anajaribu kukuokoa'.
45 ଆଉ, ସେ ମନ୍ଦିରରେ ପ୍ରବେଶ କରି ବେପାରୀମାନଙ୍କୁ ବାହାର କରିବାକୁ ଲାଗିଲେ,
Yesu aliingia Hekaluni, akaanza kuwafukuza wale waliokuwa wakiuza,
46 “ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ,’ କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ।”
akiwaambia, “Imeandikwa, 'Nyumba yangu itakuwa nyumba ya sala,' lakini ninyi mmeifanya kuwa pango la wanyang'anyi”.
47 ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ,
Kwa hiyo, Yesu alikuwa akifundisha kila siku hekaluni. Makuhani wakuu na walimu wa Sheria na viongozi wa watu walitaka kumuua,
48 କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଅଣ କରିବେ ବୋଲି ସ୍ଥିର କରିପାରୁ ନ ଥିଲେ।
lakini hawakuweza kupata njia ya kufanya hivyo, kwa sababu watu wote walikuwa wakimsikiliza kwa makini.

< ଲୂକ 19 >