< ଲୂକ 2 >

1 ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା।
उन दिनों में ऐसा हुआ कि क़ैसर औगुस्तुस की तरफ़ से ये हुक्म जारी हुआ कि सारी दुनियाँ के लोगों के नाम लिखे जाएँ।
2 ସିରିୟା ପ୍ରଦେଶର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ଜନଗଣନା ହୋଇଥିଲା।
ये पहली इस्म नवीसी सूरिया के हाकिम कोरिन्युस के 'अहद में हुई।
3 ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ।
और सब लोग नाम लिखवाने के लिए अपने — अपने शहर को गए।
4 ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦିୟା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;
पस यूसुफ़ भी गलील के शहर नासरत से दाऊद के शहर बैतलहम को गया जो यहूदिया में है, इसलिए कि वो दाऊद के घराने और औलाद से था।
5 ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ।
ताकि अपनी होने वाली बीवी मरियम के साथ जो हामिला थी, नाम लिखवाए।
6 ସେମାନେ ସେହି ସ୍ଥାନରେ ଥିବା ସମୟରେ ତାହାଙ୍କ ପ୍ରସବ କାଳ ଉପସ୍ଥିତ ହେଲା,
जब वो वहाँ थे तो ऐसा हुआ कि उसके वज़ा — ए — हम्ल का वक़्त आ पहुँचा,
7 ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା।
और उसका पहलौठा बेटा पैदा हुआ और उसने उसको कपड़े में लपेट कर चरनी में रख्खा क्यूँकि उनके लिए सराय में जगह न थी।
8 ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ।
उसी 'इलाक़े में चरवाहे थे, जो रात को मैदान में रहकर अपने गल्ले की निगहबानी कर रहे थे।
9 ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ।
और ख़ुदावन्द का फ़रिश्ता उनके पास आ खड़ा हुआ, और ख़ुदावन्द का जलाल उनके चारोंतरफ़ चमका, और वो बहुत डर गए।
10 ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,
मगर फ़रिश्ते ने उनसे कहा, डरो मत! क्यूँकि देखो, मैं तुम्हें बड़ी ख़ुशी की बशारत देता हूँ जो सारी उम्मत के वास्ते होगी,
11 କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ।
कि आज दाऊद के शहर में तुम्हारे लिए एक मुन्जी पैदा हुआ है, या'नी मसीह ख़ुदावन्द।
12 ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୂପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ।
इसका तुम्हारे लिए ये निशान है कि तुम एक बच्चे को कपड़े में लिपटा और चरनी में पड़ा हुआ पाओगे।'
13 ପୁଣି, ହଠାତ୍‍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,
और यकायक उस फ़रिश्ते के साथ आसमानी लश्कर की एक गिरोह ख़ुदा की हम्द करती और ये कहती ज़ाहिर हुई कि:
14 “ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।”
“'आलम — ए — बाला पर ख़ुदा की तम्जीद हो और ज़मीन पर आदमियों में जिनसे वो राज़ी है सुलह।”
15 ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା।
जब फ़रिश्ते उनके पास से आसमान पर चले गए तो ऐसा हुआ कि चरवाहों ने आपस में कहा, “आओ, बैतलहम तक चलें और ये बात जो हुई है और जिसकी ख़ुदावन्द ने हम को ख़बर दी है देखें।”
16 ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରୀୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ।
पस उन्होंने जल्दी से जाकर मरियम और यूसुफ़ को देखा और इस बच्चे को चरनी में पड़ा पाया।
17 ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ,
उन्हें देखकर वो बात जो उस लड़के के हक़ में उनसे कही गई थी मशहूर की,
18 ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ।
और सब सुनने वालों ने इन बातों पर जो चरवाहों ने उनसे कहीं ता'ज्जुब किया।
19 କିନ୍ତୁ ମରୀୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ।
मगर मरियम इन सब बातों को अपने दिल में रखकर ग़ौर करती रही।
20 ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେ ସମସ୍ତ ସକାଶେ ଈଶ୍ବରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ଫେରିଗଲେ।
और चरवाहे, जैसा उनसे कहा गया था वैसा ही सब कुछ सुन कर और देखकर ख़ुदा की तम्जीद और हम्द करते हुए लौट गए।
21 ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା।
जब आठ दिन पुरे हुए और उसके ख़तने का वक़्त आया, तो उसका नाम ईसा रख्खा गया। जो फ़रिश्ते ने उसके रहम में पड़ने से पहले रख्खा था।
22 ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ମରୀୟମଙ୍କ ଶୁଚି ହେବା ସମୟ ପୂର୍ଣ୍ଣ ହେଲା,
फिर जब मूसा की शरी'अत के मुवाफ़िक़ उनके पाक होने के दिन पुरे हो गए, तो वो उसको येरूशलेम में लाए ताकि ख़ुदावन्द के आगे हाज़िर करें
23 ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ,
(जैसा कि ख़ुदावन्द की शरी'अत में लिखा है कि हर एक पहलौठा ख़ुदावन्द के लिए मुक़द्दस ठहरेगा)
24 ପ୍ରଭୁଙ୍କ ବ୍ୟବସ୍ଥାରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାହାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାରେ ଲେଖାଯାଇଥିବା ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଗଲେ।
और ख़ुदावन्द की शरी'अत के इस क़ौल के मुवाफ़िक़ क़ुर्बानी करें, कि फ़ाख़्ता का एक जोड़ा या कबूतर के दो बच्चे लाओ।
25 ଆଉ ଦେଖ, ଯିରୂଶାଲମ ସହରରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ, ପୁଣି, ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ।
और देखो, येरूशलेम में शमौन नाम एक आदमी था, और वो आदमी रास्तबाज़ और ख़ुदातरस और इस्राईल की तसल्ली का मुन्तज़िर था और रूह — उल — क़ुद्दूस उस पर था।
26 ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା।
और उसको रूह — उल — क़ुद्दूस से अगवाही हुई थी कि जब तक तू ख़ुदावन्द के मसीह को देख न ले, मौत को न देखेगा।
27 ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,
वो रूह की हिदायत से हैकल में आया और जिस वक़्त माँ — बाप उस लड़के ईसा को अन्दर लाए ताकि उसके शरी'अत के दस्तूर पर 'अमल करें।
28 ସେତେବେଳେ ସେ ତାହାଙ୍କୁ କୋଳରେ ଘେନି ଈଶ୍ବରଙ୍କ ପ୍ରଶଂସା କରି କହିଲେ,
तो उसने उसे अपनी गोद में लिया और ख़ुदा की हम्द करके कहा:
29 “ହେ ପ୍ରଭୁ, ଏବେ ତୁମ୍ଭେ ଆପଣା ବାକ୍ୟ ଅନୁସାରେ ନିଜ ଦାସକୁ ଶାନ୍ତିରେ ଯିବାକୁ ଦେଉଅଛ;
“ऐ मालिक अब तू अपने ख़ादिम को अपने क़ौल के मुवाफ़िक़ सलामती से रुख़्सत करता है,
30 କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି,
क्यूँकि मेरी आँखों ने तेरी नजात देख ली है,
31 ଯାହା ତୁମ୍ଭେ ସମସ୍ତ ଲୋକମାନଙ୍କ ସମ୍ମୁଖରେ ପ୍ରସ୍ତୁତ କରି,
जो तूने सब उम्मतों के रु — ब — रु तैयार की है,
32 ଅଣଯିହୁଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୂପ କରିଅଛ।”
ताकि ग़ैर क़ौमों को रौशनी देने वाला नूर और तेरी उम्मत इस्राईल का जलाल बने।”
33 ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ।
और उसका बाप और उसकी माँ इन बातों पर जो उसके हक़ में कही जाती थीं, ता'ज्जुब करते थे।
34 ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,
और शमौन ने उनके लिए दु'आ — ए — ख़ैर की और उसकी माँ मरियम से कहा, “देख, ये इस्राईल में बहुतों के गिरने और उठने के लिए मुक़र्रर हुआ है, जिसकी मुख़ालिफ़त की जाएगी।
35 ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍‌‌ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ୍ଗ ବିଦ୍ଧ କରିବ।
बल्कि तेरी जान भी तलवार से छिद जाएगी, ताकि बहुत लोगों के दिली ख़याल खुल जाएँ।”
36 ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା। ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀଙ୍କ ସହିତ ବାସ କରିଥିଲେ ଓ ଚଊରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ।
और आशर के क़बीले में से हन्ना नाम फ़नूएल की बेटी एक नबीया थी — वो बहुत 'बूढ़ी थी — और उसने अपने कूँवारेपन के बाद सात बरस एक शौहर के साथ गुज़ारे थे।
37 ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ।
वो चौरासी बरस से बेवा थी, और हैकल से जुदा न होती थी बल्कि रात दिन रोज़ों और दु'आओं के साथ इबादत किया करती थी।
38 ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମ ସହରର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ।
और वो उसी घड़ी वहाँ आकर ख़ुदा का शुक्र करने लगी और उन सब से जो येरूशलेम के छुटकारे के मुन्तज़िर थे उसके बारे में बातें करने लगी।
39 ପରେ ସେମାନେ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମାପ୍ତ କରି ଗାଲିଲୀକୁ, ନିଜ ନଗର ନାଜରିତକୁ ଫେରିଗଲେ।
और जब वो ख़ुदावन्द की शरी'अत के मुवाफ़िक़ सब कुछ कर चुके तो गलील में अपने शहर नासरत को लौट गए।
40 ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ବରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା।
और वो लड़का बढ़ता और ताक़त पाता गया और हिक्मत से मा'मूर होता गया और ख़ुदा का फ़ज़ल उस पर था।
41 ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମ ସହରକୁ ଯାଉଥିଲେ।
उसके माँ — बाप हर बरस 'ईद — ए — फ़सह पर येरूशलेम को जाया करते थे।
42 ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ।
और जब वो बारह बरस का हुआ तो वो 'ईद के दस्तूर के मुवाफ़िक़ येरूशलेम को गए।
43 ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ଫେରିଆସୁଥିଲେ, ସେତେବେଳେ ବାଳକ ଯୀଶୁ ଯିରୂଶାଲମ ସହରରେ ରହିଗଲେ, ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ।
जब वो उन दिनों को पूरा करके लौटे तो वो लड़का ईसा येरूशलेम में रह गया — और उसके माँ — बाप को ख़बर न हुई।
44 କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି, ସମ୍ପର୍କୀୟ ଓ ପରିଚିତ ଲୋକଙ୍କ ମଧ୍ୟରେ ତାହାଙ୍କୁ ଖୋଜିବାକୁ ଲାଗିଲେ,
मगर ये समझ कर कि वो क़ाफ़िले में है, एक मंज़िल निकल गए — और उसके रिश्तेदारों और उसके जान पहचानों में ढूँडने लगे।
45 ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମ ସହରକୁ ଫେରିଗଲେ।
जब न मिला तो उसे ढूँडते हुए येरूशलेम तक वापस गए।
46 ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ,
और तीन रोज़ के बाद ऐसा हुआ कि उन्होंने उसे हैकल में उस्तादों के बीच में बैठा उनकी सुनते और उनसे सवाल करते हुए पाया।
47 ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ।
जितने उसकी सुन रहे थे उसकी समझ और उसके जवाबों से दंग थे।
48 ସେମାନେ ତାହାଙ୍କୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ? ଦେଖ୍, ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଥିଲୁ।
और वो उसे देखकर हैरान हुए। उसकी माँ ने उससे कहा, “बेटा, तू ने क्यूँ हम से ऐसा किया? देख तेरा बाप और मैं घबराते हुए तुझे ढूँडते थे?”
49 ଏଥିରେ ସେ ସେମାନଙ୍କୁ କହିଲେ, “କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କଅଣ ଜାଣି ନ ଥିଲ?”
उसने उनसे कहा, “तुम मुझे क्यूँ ढूँडते थे? क्या तुम को मा'लूम न था कि मुझे अपने बाप के यहाँ होना ज़रूर है?”
50 କିନ୍ତୁ ସେ ସେମାନଙ୍କୁ ଯେଉଁ କଥା କହିଲେ, ତାହା ସେମାନେ ବୁଝିଲେ ନାହିଁ।
मगर जो बात उसने उनसे कही उसे वो न समझे।
51 ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ।
और वो उनके साथ रवाना होकर नासरत में आया और उनके साथ' रहा और उसकी माँ ने ये सब बातें अपने दिल में रख्खीं।
52 ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି, ଈଶ୍ବରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ।
और ईसा हिक्मत और क़द — ओ — क़ियामत में और ख़ुदा की और इंसान की मक़बूलियत में तरक़्क़ी करता गया।

< ଲୂକ 2 >