< ଲୂକ 23 >

1 ପରେ ସଭାରେ ସମସ୍ତେ ଉଠି ପୀଲାତଙ୍କ ନିକଟକୁ ଯୀଶୁଙ୍କୁ ଘେନିଗଲେ।
Nun erhob sich die ganze Versammlung und führte Jesus zu Pilatus.
2 ଆଉ ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଏ ଲୋକଟା ଆମ୍ଭମାନଙ୍କ ଜାତିକୁ ରାଜଦ୍ରୋହ କରୁଅଛି ଏବଂ କାଇସରଙ୍କୁ କର ଦେବା ନିଷେଧ କରୁଅଛି ଓ ଆପଣାକୁ ଖ୍ରୀଷ୍ଟ, ରାଜା ବୋଲି କହୁଅଛି।
Dort begannen sie ihn zu verklagen. "Diesen Menschen", so sprachen sie, "haben wir entlarvt als einen Verführer unseres Volkes: er verbietet ihm, dem Kaiser Steuern zu zahlen, und gibt sich für den Messiaskönig aus."
3 ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”
Da fragte ihn Pilatus: "Bist du der Juden König?" Er antwortete ihm: "Ja, ich bin's."
4 ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ।
Darauf sprach Pilatus zu den Hohenpriestern und dem Volk: "Ich finde keine Schuld an diesem Menschen."
5 କିନ୍ତୁ ସେମାନେ ଆହୁରି ଦୃଢ଼ରୂପେ କହିବାକୁ ଲାଗିଲେ, ଏ ତ ଗାଲିଲୀ ପ୍ରଦେଶଠାରୁ ଆରମ୍ଭ କରି ସମଗ୍ର ଯିହୂଦିୟା ପ୍ରଦେଶରେ ଶିକ୍ଷା ଦେଇ ଲୋକସାଧାରଣଙ୍କୁ ମତାଉଅଛି।
Sie aber behaupteten noch entschiedener: "Er wiegelt das Volk in ganz Judäa mit seiner Lehre auf. In Galiläa hat er damit begonnen, und nun ist er auch hierher gekommen!"
6 କିନ୍ତୁ ପୀଲାତ ଏହା ଶୁଣି ପଚାରିଲେ, ଏ ଲୋକଟା କଅଣ ଜଣେ ଗାଲିଲୀୟ?
Als Pilatus das hörte, fragte er, ob der Mann aus Galiläa wäre.
7 ପୁଣି, ସେ ଯେ ହେରୋଦଙ୍କ ଅଧିକାର ଅଧୀନରେ ଅଛନ୍ତି, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମ ସହରରେ ଥିଲେ।
Wie er nun erfuhr, daß er ein Untertan des Herodes sei, schickte er ihn zu diesem, der sich damals auch in Jerusalem aufhielt.
8 ହେରୋଦ ଯୀଶୁଙ୍କୁ ଦେଖି ଅତ୍ୟନ୍ତ ଆନନ୍ଦିତ ହେଲେ, କାରଣ ସେ ତାହାଙ୍କ ବିଷୟ ଶୁଣିଥିବାରୁ ତାହାଙ୍କୁ ବହୁକାଳରୁ ଦେଖିବାକୁ ଇଚ୍ଛା କରୁଥିଲେ, ପୁଣି, ତାହାଙ୍କ ଦ୍ୱାରା କୌଣସି ଆଶ୍ଚର୍ଯ୍ୟକର୍ମ ସାଧିତ ହେବା ଦେଖିବାକୁ ଆଶା କରୁଥିଲେ।
Für Herodes war es eine große Freude, Jesus zu sehen. Denn es war schon lange sein Wunsch gewesen, ihn kennenzulernen, weil er viel von ihm gehört hatte. Er hoffte auch, Jesus würde ein Wunderzeichen vor ihm tun.
9 ଏଣୁ ସେ ତାହାଙ୍କୁ ଅନେକ କଥା ପଚାରିବାକୁ ଲାଗିଲେ, କିନ୍ତୁ ସେ ତାହାଙ୍କୁ କୌଣସି ଉତ୍ତର ଦେଲେ ନାହିଁ।
Er fragte ihn um vielerlei; doch Jesus gab ihm keine Antwort.
10 ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ର ଭାବରେ ଅଭିଯୋଗ କରୁଥିଲେ।
Die Hohenpriester und die Schriftgelehrten waren dabei zugegen und verklagten ihn in einem fort.
11 ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ।
Herodes aber mit seiner Leibwache verlachte und verhöhnte ihn; dann schickte er ihn, mit einem prächtigen Gewand bekleidet, zu Pilatus zurück.
12 ସେହି ଦିନ ହେରୋଦ ଓ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା।
An dem Tag wurden Herodes und Pilatus Freunde; denn vorher lebten sie in Feindschaft miteinander.
13 ଏଥିଉତ୍ତାରେ ପୀଲାତ ପ୍ରଧାନ ଯାଜକ, ଅଧ୍ୟକ୍ଷ ଓ ଜନସାଧାରଣଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହିଲେ,
Pilatus berief nun die Hohenpriester, die Mitglieder des Hohen Rates und das Volk
14 ଏ ଲୋକସାଧାରଣଙ୍କୁ ବିଦ୍ରୋହୀ କରୁଅଛି ବୋଲି ତୁମ୍ଭେମାନେ ଏହାକୁ ଆମ୍ଭ ନିକଟକୁ ଆଣିଥିଲ; ଆଉ ଦେଖ, ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ଏହାକୁ ପ୍ରଶ୍ନ କରି, ତାହା ବିରୁଦ୍ଧରେ ତୁମ୍ଭେମାନେ ଯେ ସମସ୍ତ ଅଭିଯୋଗ କରୁଅଛ, ସେପରି କୌଣସି ଦୋଷ ଏହାଠାରେ ପାଇଲୁ ନାହିଁ।
und sprach zu ihnen: "Ihr habt mir diesen Mann vorgeführt, weil er das Volk verhetze. Nun, ihr seht, ich habe ihn in eurer Gegenwart verhört; aber ich kann an diesem Mann keine Spur der Schuld entdecken, die ihr ihm zur Last legt.
15 ହେରୋଦ ମଧ୍ୟ ପାଇ ନାହାନ୍ତି କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି ପଠାଇଦେଲେ; ଆଉ ଦେଖ, ଏହି ବ୍ୟକ୍ତି ପ୍ରାଣଦଣ୍ଡ ଯୋଗ୍ୟ କୌଣସି କର୍ମ କରି ନାହିଁ;
Auch Herodes nicht; denn er hat ihn uns zurückgesandt. Ihr seht also: er hat kein todeswürdiges Verbrechen begangen.
16 ଅତଏବ ଆମ୍ଭେ ଏହାକୁ ଶାସ୍ତି ଦେଇ ମୁକ୍ତ କରିଦେବୁ
Darum will ich ihn geißeln lassen und dann in Freiheit setzen."
17 [ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାହାଙ୍କୁ ଜଣେ ବନ୍ଦୀକୁ ମୁକ୍ତ କରିବାକୁ ହେଉଥିଲା।]
18 ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର।
Da schrien sie allesamt: "Weg mit diesem Menschen! Gib uns Barabbas los!"
19 ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଳବ ଯୋଗୁଁ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା।
- Der lag wegen Mordes, den er bei einem Aufruhr in der Stadt begangen hatte, im Gefängnis. —
20 ମାତ୍ର ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ଇଚ୍ଛା କରି ସେମାନଙ୍କୁ ପୁନର୍ବାର ବୁଝାଇଲେ।
Da richtete Pilatus zum zweitenmal das Wort an sie, weil er Jesus gern freigeben wollte.
21 କିନ୍ତୁ ସେମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ତାହାକୁ କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ।
Sie aber riefen: "Ans Kreuz, ans Kreuz mit ihm!"
22 ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା।
Nun fragte er sie zum drittenmal: "Was hat denn dieser Mann verbrochen? Ich habe nichts Todeswürdiges an ihm entdecken können. Darum will ich ihn geißeln lassen und dann in Freiheit setzen."
23 ମାତ୍ର ସେ କ୍ରୁଶରେ ଚଢ଼ାଯାଉ ବୋଲି ଦାବି କରି ସେମାନେ ବଡ଼ ପାଟିରେ ଜିଦ୍ କରିବାକୁ ଲାଗିଲେ, ଆଉ ସେମାନଙ୍କ କୋଳାହଳର ଜୟ ହେଲା।
Sie aber bestürmten ihn mit lautem Geschrei und verlangten, er solle gekreuzigt werden. Und ihr Geschrei drang durch:
24 ପୁଣି, ସେମାନଙ୍କର ଦାବି ଅନୁସାରେ କରାଯାଉ ବୋଲି ପୀଲାତ ଆଦେଶ ଦେଲେ;
Pilatus entschied zuletzt, ihr Verlangen solle erfüllt werden.
25 କିନ୍ତୁ ବିପ୍ଳବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧୀନରେ ସମର୍ପଣ କଲେ।
So entließ er, wie sie's wünschten, den Mann, der wegen eines Aufruhrs und Mordes im Gefängnis lag; Jesus aber gab er ihrem Willen preis.
26 ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀରୁ ଆସୁଥିବା ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ।
Als sie ihn dann zur Richtstatt führten, trafen sie einen gewissen Simon, einen Mann aus Kyrene, der von einem Dorf zurückkam; dem legten sie das Kreuz auf seine Schulter, damit er es Jesus nachtrage.
27 ପୁଣି, ଲୋକମାନଙ୍କର ଓ ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହାଜନତା ତାହାଙ୍କର ପଶ୍ଚାଦ୍‍ଗମନ କରୁଥିଲେ।
Es folgte ihm aber eine große Menge Volks, auch viele Frauen, die um ihn trauerten und klagten.
28 କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, “ଗୋ ଯିରୂଶାଲମ ସହରର କନ୍ୟାମାନେ, ମୋʼ ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର;
Da wandte sich Jesus um zu ihnen und sprach: "Ihr Töchter von Jerusalem, weint nicht über mich; weint vielmehr über euch und über eure Kinder!
29 କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାନ୍ତି ଓ ସ୍ତନ୍ୟପାନ କରାଇ ନାହାନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି।
Denn wißt: es kommen Tage, da man sagen wird: 'Glücklich sind die Kinderlosen: glücklich sind die Leiber, die nicht geboren, und die Brüste, die nicht genährt haben!'
30 ସେତେବେଳେ ‘ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼,’ ‘ଆଉ ଉପପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ।’
Dann wird man zu den Bergen sagen: 'Fallt über uns!' und zu den Hügeln: 'Begrabt uns!'
31 କାରଣ ଲୋକେ ଯଦି ସତେଜ ବୃକ୍ଷ ପ୍ରତି ଏହା କରନ୍ତି, ତେବେ ଶୁଷ୍କ ବୃକ୍ଷ ପ୍ରତି କଅଣ ନ ଘଟିବ?”
Denn wenn das grüne Holz schon so behandelt wird, was wird da erst dem dürren widerfahren?"
32 ପୁଣି, ପ୍ରାଣଦଣ୍ଡ ଭୋଗିବା ନିମନ୍ତେ ଦୁଇ ଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ।
Es wurden auch noch zwei Verbrecher mit ihm zur Hinrichtung geführt.
33 ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ।
Sie kamen dann an den Ort, der den Namen Schädelstätte trägt. Dort kreuzigten sie ihn und die Verbrecher, den einen zu seiner Rechten, den anderen zu seiner Linken.
34 ସେତେବେଳେ ଯୀଶୁ କହିଲେ, “ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ।” ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।
Da sprach Jesus: "Vater, vergib ihnen; denn sie wissen nicht, was sie tun!" Dann verteilten sie seine Kleider unter sich, indem sie das Los darüber warfen.
35 ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ। ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ବରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ।
Das Volk stand dabei und schaute zu. Die Mitglieder des Hohen Rates aber verhöhnten ihn und sprachen: "Anderen hat er geholfen; er rette sich nun selbst, wenn er der Gesalbte Gottes ist, der Auserwählte!"
36 ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଳରସ ଯାଚି ତାହାଙ୍କୁ ପରିହାସ କରି କହିଲେ,
Auch die Soldaten trieben ihren Spott mit ihm: sie traten hinzu, boten ihm Essig an
37 ତୁ ଯଦି ଯିହୁଦୀମାନଙ୍କର ରାଜା, ତାହାହେଲେ ନିଜକୁ ରକ୍ଷା କର।
und sagten: "Bist du der Juden König, so hilf dir selbst!"
38 ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, “ଏ ଯିହୁଦୀମାନଙ୍କର ରାଜା।”
Es stand auch über seinem Haupt eine Inschrift mit griechischen, lateinischen und hebräischen Buchstaben; die lautete: Dies ist der Juden König.
39 ଆଉ କ୍ରୁଶରେ ଚଢ଼ାଯାଇଥିବା ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କଅଣ ଖ୍ରୀଷ୍ଟ ନୋହୁଁ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର।
Auch einer der gehenkten Verbrecher schmähte ihn: "Bist du nicht der Messias? So hilf dir selbst und uns!"
40 କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ତ ପାଉଅଛୁ, ତୁ ଈଶ୍ବରଙ୍କୁ କଅଣ ଭୟ ମଧ୍ୟ କରୁ ନାହୁଁ?
Der andere aber wies ihn zurecht und sprach: "Hast du denn keine Furcht vor Gott? Du leidest doch dieselbe Strafe.
41 ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାନ୍ତି।
Uns trifft sie mit vollem Recht, denn wir empfangen nur den Lohn für unsere Taten. Dieser aber hat nichts Ungehöriges getan."
42 ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ।
Dann fuhr er fort: "Jesus, gedenke mein, wenn du in deiner Königsherrschaft kommst!"
43 ସେଥିରେ ସେ ତାହାକୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ।”
Jesus sprach zu ihm: "Wahrlich, ich sage dir: Heute noch sollst du mit mir im Paradies sein!"
44 ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା,
Es war etwa um die sechste Stunde; da bedeckte Finsternis die ganze Gegend bis zu der neunten Stunde.
45 ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା।
Die Sonne verlor ihren Schein, und der Tempelvorhang riß mitten entzwei.
46 ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି।” ଏହା କହି ସେ ପ୍ରାଣତ୍ୟାଗ କଲେ।
Da rief Jesus mit lauter Stimme: "Vater, in deine Hände befehle ich meinen Geist!" Mit diesen Worten verschied er.
47 ଶତ-ସେନାପତି ଏହି ଘଟଣା ଦେଖି ଈଶ୍ବରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ।
Der Hauptmann aber, der von diesem Vorgang Zeuge war, gab Gott die Ehre mit dem Bekenntnis: "Dieser Mann ist wirklich ohne Schuld gewesen!"
48 ପୁଣି, ଯେଉଁ ଲୋକସମୂହ ଦେଖିବାକୁ ଏକତ୍ରିତ ହୋଇଥିଲେ, ସେମାନେ ସମସ୍ତେ ସେହିସବୁ ଘଟଣା ଦେଖି ବକ୍ଷାଘାତ କରୁ କରୁ ବାହୁଡ଼ି ଯିବାକୁ ଲାଗିଲେ।
Und all die vielen Leute, die zu diesem Schauspiel herbeigekommen waren und sahen, was sich zutrug, schlugen sich an die Brust und kehrten in die Stadt zurück.
49 କିନ୍ତୁ ତାହାଙ୍କର ପରିଚିତ ସମସ୍ତେ ଓ ଗାଲିଲୀରୁ ଏକତ୍ର ମିଳି ତାହାଙ୍କ ପଛେ ପଛେ ଆସିଥିବା ସ୍ତ୍ରୀଲୋକମାନେ ଦୂରରେ ଠିଆ ହୋଇ ଏହିସବୁ ଦେଖୁଥିଲେ।
Alle seine Bekannten, auch Frauen, die ihn von Galiläa her begleitet hatten, standen von ferne und sahen dies mit an.
50 ଆଉ ଦେଖ, ଯିହୂଦିୟା ପ୍ରଦେଶରେ ହାରାମାଥୀୟା ନଗରର ଯୋଷେଫ ନାମକ ଜଣେ ବ୍ୟକ୍ତି ଯିହୁଦୀମାନଙ୍କର ମହାସଭାର ସଭ୍ୟ ଥିଲେ; ସେ ଜଣେ ଉତ୍ତମ ଓ ଧାର୍ମିକ ଲୋକ,
Nun war im Hohen Rat ein Mitglied namens Josef, ein trefflicher, gerechter Mann,
51 ଆଉ ସେମାନଙ୍କର ମନ୍ତ୍ରଣା ଓ କର୍ମରେ ସମ୍ମତ ହୋଇ ନ ଥିଲେ ପୁଣି, ଈଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ।
der dem Beschluß und der Handlungsweise der übrigen nicht zugestimmt hatte. Er war gebürtig aus der jüdischen Stadt Arimathäa und wartete auf Gottes Königreich.
52 ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ,
Der ging zu Pilatus und bat ihn um Jesu Leichnam.
53 ପୁଣି, ତାହା ଓହ୍ଲାଇ ଆଣି ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, ଯହିଁରେ କେହି କେବେ ରଖାଯାଇ ନ ଥିଲା, ପାହାଡ଼ରେ ଖୋଳା ହୋଇଥିବା ଏପରି ଗୋଟିଏ ସମାଧି-ସ୍ଥାନରେ ତାହାଙ୍କୁ ଥୋଇଲେ।
Dann ließ er ihn vom Kreuz herabnehmen, in feine Leinwand wickeln und in ein in Stein gehauenes Grab legen, worin noch niemand bestattet war.
54 ସେହି ଦିନ ଆୟୋଜନ ଦିନ ଥିଲା, ପୁଣି, ବିଶ୍ରାମବାର ନିକଟ ହୋଇ ଆସୁଥିଲା
Es war Freitag, und der Sabbat wollte anbrechen.
55 ଆଉ ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧି ସ୍ଥଳ ଓ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ,
Die Frauen, die mit ihm aus Galiläa gekommen waren, gaben ihm das Geleit. Sie besahen sich das Grab und schauten zu, wie sein Leichnam beigesetzt wurde.
56 ପୁଣି, ସେମାନେ ବାହୁଡ଼ିଯାଇ ସୁଗନ୍ଧିଦ୍ରବ୍ୟ ଓ ତୈଳ ପ୍ରସ୍ତୁତ କଲେ।
Dann kehrten sie in die Stadt zurück und besorgten Gewürzkräuter und Salben. Am Sabbat ruhten sie nach der Gesetzesvorschrift.

< ଲୂକ 23 >