< ଲୂକ 24 >

1 ଆଉ ବିଶ୍ରାମବାର ଦିନରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି-ସ୍ଥାନ ନିକଟକୁ ଗଲେ।
But on the first day of the week, at early dawn, they came unto the tomb, bringing the spices which they had prepared.
2 ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ,
And they found the stone rolled away from the tomb.
3 କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ।
And they entered in, and found not the body of the Lord Jesus.
4 ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
And it came to pass, while they were perplexed thereabout, behold, two men stood by them in dazzling apparel:
5 ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଛ?
and as they were affrighted, and bowed down their faces to the earth, they said unto them, Why seek ye the living among the dead?
6 ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି। “ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,”
He is not here, but is risen: remember how he spake unto you when he was yet in Galilee,
7 ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର।
saying that the Son of man must be delivered up into the hands of sinful men, and be crucified, and the third day rise again.
8 ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ,
And they remembered his words,
9 ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଶିଷ୍ୟମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ଏହିସବୁ ସମ୍ବାଦ ଦେଲେ।
and returned from the tomb, and told all these things to the eleven, and to all the rest.
10 ଏମାନେ ମଗ୍‌ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ।
Now they were Mary Magdalene, and Joanna, and Mary the [mother] of James: and the other women with them told these things unto the apostles.
11 ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।
And these words appeared in their sight as idle talk; and they disbelieved them.
12 [କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ।]
But Peter arose, and ran unto the tomb; and stooping and looking in, he seeth the linen cloths by themselves; and he departed to his home, wondering at that which was come to pass.
13 ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ
And behold, two of them were going that very day to a village named Emmaus, which was threescore furlongs from Jerusalem.
14 ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ।
And they communed with each other of all these things which had happened.
15 ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ;
And it came to pass, while they communed and questioned together, that Jesus himself drew near, and went with them.
16 କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ।
But their eyes were holden that they should not know him.
17 ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କଅଣ?” ସେଥିରେ ସେମାନେ ବିଷଣ୍ଣ ମୁଖରେ ଠିଆ ହୋଇ ରହିଲେ।
And he said unto them, What communications are these that ye have one with another, as ye walk? And they stood still, looking sad.
18 ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କଅଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ?
And one of them, named Cleopas, answering said unto him, Dost thou alone sojourn in Jerusalem and not know the things which are come to pass there in these days?
19 ସେ ସେମାନଙ୍କୁ ପଚାରିଲେ, “କି କି ପ୍ରକାର ଘଟଣା?” ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ବର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,
And he said unto them, What things? And they said unto him, The things concerning Jesus of Nazareth, which was a prophet mighty in deed and word before God and all the people:
20 ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ।
and how the chief priests and our rulers delivered him up to be condemned to death, and crucified him.
21 କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା।
But we hoped that it was he which should redeem Israel. Yea and beside all this, it is now the third day since these things came to pass.
22 ଆହୁରି ମଧ୍ୟ ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଭିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ
Moreover certain women of our company amazed us, having been early at the tomb;
23 ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି।
and when they found not his body, they came, saying, that they had also seen a vision of angels, which said that he was alive.
24 ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ।
And certain of them that were with us went to the tomb, and found it even so as the women had said: but him they saw not.
25 ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,
And he said unto them, O foolish men, and slow of heart to believe in all that the prophets have spoken!
26 ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?”
Behoved it not the Christ to suffer these things, and to enter into his glory?
27 ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ।
And beginning from Moses and from all the prophets, he interpreted to them in all the scriptures the things concerning himself.
28 ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ।
And they drew nigh unto the village, whither they were going: and he made as though he would go further.
29 କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି। ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ।
And they constrained him, saying, Abide with us: for it is toward evening, and the day is now far spent. And he went in to abide with them.
30 ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ।
And it came to pass, when he had sat down with them to meat, he took the bread, and blessed it, and brake, and gave to them.
31 ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ।
And their eyes were opened, and they knew him; and he vanished out of their sight.
32 ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା?
And they said one to another, Was not our heart burning within us, while he spake to us in the way, while he opened to us the scriptures?
33 ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମ ସହରକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶ ଶିଷ୍ୟମାନଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ;
And they rose up that very hour, and returned to Jerusalem, and found the eleven gathered together, and them that were with them,
34 ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି।
saying, The Lord is risen indeed, and hath appeared to Simon.
35 ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ।
And they rehearsed the things [that happened] in the way, and how he was known of them in the breaking of the bread.
36 କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ, ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ବର୍ତ୍ତୁ।”
And as they spake these things, he himself stood in the midst of them, and saith unto them, Peace [be] unto you.
37 ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ।
But they were terrified and affrighted, and supposed that they beheld a spirit.
38 ସେଥିରେ ସେ ସେମାନଙ୍କୁ କହିଲେ, “କାହିଁକି ଉଦ୍‌ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି?
And he said unto them, Why are ye troubled? and wherefore do reasonings arise in your heart?
39 ଏ ଯେ ସ୍ୱୟଂ ମୁଁ, ମୋହର ହାତ ଓ ପାଦ ଦେଖ, ମୋତେ ସ୍ପର୍ଶ କରି ଦେଖ, କାରଣ ମୋହର ଯେପରି ମାଂସ ଓ ଅସ୍ଥି ଥିବାର ତୁମ୍ଭେମାନେ ଦେଖୁଅଛ, ଭୂତର ସେପରି ନାହିଁ।”
See my hands and my feet, that it is I myself: handle me, and see; for a spirit hath not flesh and bones, as ye behold me having.
40 [ଆଉ ସେ ଏହା କହି ସେମାନଙ୍କୁ ଆପଣା ହାତ ଓ ପାଦ ଦେଖାଇଲେ।]
And when he had said this, he shewed them his hands and his feet.
41 ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, “ଏଠାରେ ତୁମ୍ଭମାନଙ୍କ ପାଖରେ କଅଣ ଖାଦ୍ୟ ଅଛି?”
And while they still disbelieved for joy, and wondered, he said unto them, Have ye here anything to eat?
42 ସେଥିରେ ସେମାନେ ତାହାଙ୍କୁ ଖଣ୍ଡେ ଭଜା ମାଛ ଦେଲେ।
And they gave him a piece of a broiled fish.
43 ଆଉ, ସେ ତାହା ଘେନି ସେମାନଙ୍କ ସାକ୍ଷାତରେ ଭୋଜନ କଲେ।
And he took it, and did eat before them.
44 ପୁଣି, ସେ ସେମାନଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖାଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।”
And he said unto them, These are my words which I spake unto you, while I was yet with you, how that all things must needs be fulfilled, which are written in the law of Moses, and the prophets, and the psalms, concerning me.
45 ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ;
Then opened he their mind, that they might understand the scriptures;
46 ଆଉ ସେମାନଙ୍କୁ କହିଲେ, “ଏହି ପ୍ରକାରେ ଲେଖାଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ,
and he said unto them, Thus it is written, that the Christ should suffer, and rise again from the dead the third day;
47 ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।
and that repentance and remission of sins should be preached in his name unto all the nations, beginning from Jerusalem.
48 ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟ
Ye are witnesses of these things.
49 ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ।”
And behold, I send forth the promise of my Father upon you: but tarry ye in the city, until ye be clothed with power from on high.
50 ତତ୍ପରେ ସେ ସେମାନଙ୍କୁ ବେଥନୀୟାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ।
And he led them out until [they were] over against Bethany: and he lifted up his hands, and blessed them.
51 ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ।
And it came to pass, while he blessed them, he parted from them, and was carried up into heaven.
52 ଆଉ ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମ ସହରକୁ ବାହୁଡ଼ିଗଲେ,
And they worshipped him, and returned to Jerusalem with great joy:
53 ପୁଣି, ସର୍ବଦା ମନ୍ଦିରରେ ରହି ଈଶ୍ବରଙ୍କ ସ୍ତବ କରିବାକୁ ଲାଗିଲେ।
and were continually in the temple, blessing God.

< ଲୂକ 24 >